Biblia Todo Logo
Bib sou entènèt

- Piblisite -




ଯିହିଜିକଲ 2:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେ କଥା କହିବା ବେଳେ ପରମେଶ୍ୱରଙ୍କ ଆତ୍ମା ମୋʼ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ତହିଁରେ ଯେ ମୋʼ ସଙ୍ଗେ କଥା କହିଲେ, ତାହାଙ୍କ ବାକ୍ୟ ମୁଁ ଶୁଣିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେ କଥା କହିବା ବେଳେ ଆତ୍ମା ମୋʼ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ତହିଁରେ ଯେ ମୋʼ ସଙ୍ଗେ କଥା କହିଲେ, ତାହାଙ୍କ ବାକ୍ୟ ମୁଁ ଶୁଣିଲି।

Gade chapit la Kopi

ଓଡିଆ ବାଇବେଲ

2 ସେ କଥା କହିବା ବେଳେ ପରମେଶ୍ୱରଙ୍କ ଆତ୍ମା ମୋ’ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ତହିଁରେ ଯେ ମୋ’ ସଙ୍ଗେ କଥା କହିଲେ, ତାହାଙ୍କ ବାକ୍ୟ ମୁଁ ଶୁଣିଲି।

Gade chapit la Kopi

ପବିତ୍ର ବାଇବଲ

2 ତା'ପରେ ଏକ ଆତ୍ମା ମୋ’ ମଧ୍ୟରେ ପ୍ରବେଶ କରି ମୋତେ ଠିଆ କରାଇଲା। ତା'ପରେ ସେହି ସ୍ୱର ମୋ’ ସହିତ କଥାବାର୍ତ୍ତା କରିବାକୁ ଆରମ୍ଭ କଲା।

Gade chapit la Kopi




ଯିହିଜିକଲ 2:2
13 Referans Kwoze  

ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋʼ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ପୁଣି, ସେ ମୋʼ ସଙ୍ଗେ କଥାବାର୍ତ୍ତା କରି ମୋତେ କହିଲେ, “ଯାଅ, ତୁମ୍ଭେ ଆପଣା ଗୃହ ଭିତରେ ଆପଣାକୁ ରୁଦ୍ଧ କରି ରଖ।


ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇଲେ, ତହିଁରେ ମୁଁ ଆପଣା ପଶ୍ଚାତରେ, “ଧନ୍ୟ ସଦାପ୍ରଭୁଙ୍କର ମହିମା,” ଏହି କଥା ମହା ଖରତର ଶବ୍ଦର ନ୍ୟାୟ ତାହାଙ୍କ ସ୍ଥାନରୁ ଶୁଣିଲି।


ସାଢ଼େ ତିନି ଦିନ ଉତ୍ତାରେ ଈଶ୍ବରଙ୍କଠାରୁ ଜୀବନ-ବାୟୁ ଆସି ସେମାନଙ୍କଠାରେ ପ୍ରବେଶ କଲେ, ସେଥିରେ ସେମାନେ ପାଦରେ ଭରା ଦେଇ ଠିଆ ହେଲେ, ଆଉ ସେମାନଙ୍କୁ ଦେଖିବା ଲୋକମାନେ ଅତ୍ୟନ୍ତ ଭୟଭୀତ ହେଲେ।


ସେ ମୋତେ କଥା କହୁ କହୁ ମୁଁ ଭୂମି ଆଡ଼େ ମୁଖ କରି ଘୋର ନିଦ୍ରାଗ୍ରସ୍ତ ହେଲି; ମାତ୍ର ସେ ସ୍ପର୍ଶ କରି ମୋତେ ଠିଆ କରାଇଲେ।


ପୁଣି, ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଆମ୍ଭର ପରମେଶ୍ୱରଙ୍କ ଆତ୍ମା ସ୍ଥାପନ କରିବା ଓ ତୁମ୍ଭମାନଙ୍କୁ ଆମ୍ଭର ବିଧିରୂପ ପଥରେ ଚଳାଇବା, ତହିଁରେ ତୁମ୍ଭେମାନେ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କରିବ।


ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲେ; ତହୁଁ ମୁଁ ଦୁଃଖିତ ଓ ପରମେଶ୍ୱରଙ୍କ ଆତ୍ମାରେ ତାପିତ ହୋଇ ଗମନ କଲି, ପୁଣି, ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ପ୍ରବଳ ଥିଲା।


ତଥାପି ବହୁ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ସେମାନଙ୍କୁ ସହ୍ୟ କଲ ଓ ଆପଣା ଆତ୍ମା ଦ୍ୱାରା ଆପଣା ଭବିଷ୍ୟଦ୍‍ବକ୍ତାଗଣ ଦେଇ ସେମାନଙ୍କୁ ଚେତାବନୀ ଦେଲ; ମାତ୍ର ସେମାନେ କର୍ଣ୍ଣପାତ କରିବାକୁ ସମ୍ମତ ହେଲେ ନାହିଁ; ଏହେତୁ ତୁମ୍ଭେ ସେମାନଙ୍କୁ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କ ହସ୍ତରେ ସମର୍ପଣ କଲ।


ତହୁଁ ଶାମୁୟେଲ ତୈଳଶୃଙ୍ଗ ନେଇ ତାଙ୍କ ଭ୍ରାତୃଗଣ ମଧ୍ୟରେ ତାଙ୍କୁ ଅଭିଷେକ କଲେ; ତହିଁରେ ସେହି ଦିନାବଧି ସଦାପ୍ରଭୁଙ୍କର ଆତ୍ମା ଦାଉଦଙ୍କୁ ଆକ୍ରାନ୍ତ କଲେ। ଏଉତ୍ତାରେ ଶାମୁୟେଲ ଉଠି ରାମାକୁ ଚାଲିଗଲେ।


ପୁଣି ସଦାପ୍ରଭୁଙ୍କ ଆତ୍ମା ସରାୟ ଓ ଇଷ୍ଟାୟୋଲ ମଧ୍ୟବର୍ତ୍ତୀ ମହନୀ-ଦାନରେ ତାହାକୁ ଚଳାଇବାକୁ ଲାଗିଲେ।


ତହିଁରେ ସଦାପ୍ରଭୁଙ୍କ ଆତ୍ମା ମୋʼ ଠାରେ ଅଧିଷ୍ଠିତ ହୋଇ ମୋତେ କହିଲେ, “କୁହ, ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ ଏପ୍ରକାର କଥା କହିଅଛ; ତୁମ୍ଭମାନଙ୍କ ମନରେ ଯେଉଁ ଯେଉଁ ବିଷୟ ଉଠୁଅଛି, ତାହା ଆମ୍ଭେ ଜାଣୁ।


ଏଣୁ ତୁମ୍ଭେ ଏହି ବିଦ୍ରୋହୀ ବଂଶର ଉଦ୍ଦେଶ୍ୟରେ ଗୋଟିଏ ଦୃଷ୍ଟାନ୍ତ କଥା କହି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହଣ୍ଡା ଚଢ଼ାଅ, ତାହା ଚଢ଼ାଅ ଓ ମଧ୍ୟ ତହିଁ ଭିତରେ ଜଳ ଢାଳିଦିଅ;


Swiv nou:

Piblisite


Piblisite