Biblia Todo Logo
Bib sou entènèt

- Piblisite -




ଯିହିଜିକଲ 2:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମାତ୍ର ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା କହୁ, ତାହା ତୁମ୍ଭେ ଶୁଣ; ତୁମ୍ଭେ ସେହି ବିଦ୍ରୋହୀ ବଂଶ ତୁଲ୍ୟ ବିଦ୍ରୋହୀ ହୁଅ ନାହିଁ; ଆପଣା ମୁଖ ଫିଟାଅ, ଆମ୍ଭେ ତୁମ୍ଭକୁ ଯାହା ଦେଉ, ତାହା ଭୋଜନ କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ମାତ୍ର ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା କହୁ, ତାହା ତୁମ୍ଭେ ଶୁଣ; ତୁମ୍ଭେ ସେହି ବିଦ୍ରୋହୀ-ବଂଶ ତୁଲ୍ୟ ବିଦ୍ରୋହୀ ହୁଅ ନାହିଁ; ଆପଣା ମୁଖ ଫିଟାଅ, ଆମ୍ଭେ ତୁମ୍ଭକୁ ଯାହା ଦେଉ, ତାହା ଭୋଜନ କର।

Gade chapit la Kopi

ଓଡିଆ ବାଇବେଲ

8 ମାତ୍ର ହେ ମନୁଷ୍ୟ ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା କହୁ, ତାହା ତୁମ୍ଭେ ଶୁଣ; ତୁମ୍ଭେ ସେହି ବିଦ୍ରୋହୀ-ବଂଶ ତୁଲ୍ୟ ବିଦ୍ରୋହୀ ହୁଅ ନାହିଁ; ଆପଣା ମୁଖ ଫିଟାଅ, ଆମ୍ଭେ ତୁମ୍ଭକୁ ଯାହା ଦେଉ, ତାହା ଭୋଜନ କର।”

Gade chapit la Kopi

ପବିତ୍ର ବାଇବଲ

8 “ହେ ମନୁଷ୍ୟ ପୁତ୍ର, ଆମ୍ଭେ ତୁମ୍ଭକୁ ଯାହା କହୁଅଛୁ ତାହା ଶୁଣ; ତୁମ୍ଭେ ଏହିସବୁ ବିଦ୍ରୋହୀମାନଙ୍କ ତୁଲ୍ୟ ବିଦ୍ରୋହୀ ହୁଅ ନାହିଁ; ନିଜର ମୁଖ ଖୋଲ, ଆମ୍ଭେ ତୁମ୍ଭକୁ ଯାହା ଦେଉଅଛୁ ତାହା ଭୋଜନ କର।”

Gade chapit la Kopi




ଯିହିଜିକଲ 2:8
19 Referans Kwoze  

ସେଥିରେ ମୁଁ ସେହି ଦୂତଙ୍କ ନିକଟକୁ ଯାଇ କ୍ଷୁଦ୍ର ପୁସ୍ତକଟି ମୋତେ ଦେବାକୁ ତାହାଙ୍କୁ କହିଲି। ସେ ମୋତେ କହିଲେ, ଏହା ନେଇ ଭୋଜନ କର; ଏହା ତୁମ୍ଭ ଉଦରକୁ ତିକ୍ତ କରିଦେବ, କିନ୍ତୁ ତୁମ୍ଭ ମୁଖକୁ ଏହା ମହୁ ପରି ମିଷ୍ଟ ଲାଗିବ।


ତୁମ୍ଭର ବାକ୍ୟ ପ୍ରାପ୍ତ ହେଲା, ପୁଣି ମୁଁ ତାହା ଭୋଜନ କଲି; ଆଉ, ତୁମ୍ଭର ବାକ୍ୟ ମୋର ଆନନ୍ଦ ଓ ଚିତ୍ତର ଆହ୍ଲାଦଜନକ ହେଲା; କାରଣ ହେ ସୈନ୍ୟାଧିପତି ସଦାପ୍ରଭୁ ପରମେଶ୍ୱର, ମୁଁ ତୁମ୍ଭ ନାମରେ ଖ୍ୟାତ ଅଟେ।


ପ୍ରଭୁ, ସଦାପ୍ରଭୁ ମୋହର କର୍ଣ୍ଣ ଫିଟାଇ ଅଛନ୍ତି, ପୁଣି ମୁଁ ବିରୁଦ୍ଧାଚାରୀ ହୋଇ ନାହିଁ, କିଅବା ପଛକୁ ଫେରି ନାହିଁ।


ପୁଣି, ଯେଉଁମାନଙ୍କର ଦାୟିତ୍ୱଭାର ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଛି, ସେମାନଙ୍କ ଉପରେ କର୍ତ୍ତାପଣ ନ କରି ପଲର ଆଦର୍ଶ ସ୍ୱରୂପ ହୋଇ ତାହା କର।


ଆହୁରି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା କହିବା, ଆମ୍ଭର ସେହି ସବୁ କଥା ତୁମ୍ଭେ ଆପଣା ଅନ୍ତଃକରଣରେ ଗ୍ରହଣ କର ଓ ଆପଣା କର୍ଣ୍ଣରେ ଶ୍ରବଣ କର।


“ଏହା ହାରୋଣର ମୃତ୍ୟୁର ସମୟ ଅଟେ; କାରଣ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ସେ ପ୍ରବେଶ କରିବ ନାହିଁ, ଯେହେତୁ ମିରୀବାଃ ଜଳ ନିକଟରେ ତୁମ୍ଭେମାନେ ଆମ୍ଭ ଆଜ୍ଞାର ବିରୁଦ୍ଧ କର୍ମ କରିଥିଲ।


ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ‘ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।’” ତହିଁରେ ହାରୋଣ ମୌନ ହେଲେ।


କାରଣ ସଦାପ୍ରଭୁ ପ୍ରବଳ ହସ୍ତରେ ଧରି ମୋତେ ଏହିପରି କହିଲେ ଓ ମୁଁ ଯେପରି ଏହି ଲୋକମାନଙ୍କ ପଥରେ ଗମନ ନ କରିବି, ଏଥିପାଇଁ ମୋତେ ଆଦେଶ ଦେଇ କହିଲେ,


ତହିଁରେ ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ପଟୁକା କିଣି ଆପଣା କଟିଦେଶରେ ବାନ୍ଧିଲି।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ବିଦ୍ରୋହୀ ଲୋକମାନଙ୍କ ମଧ୍ୟରେ ବାସ କରୁଅଛ, ସେମାନଙ୍କର ଦେଖିବା ପାଇଁ ଚକ୍ଷୁ ଅଛି, ମାତ୍ର ଦେଖନ୍ତି ନାହିଁ, ସେମାନଙ୍କର ଶୁଣିବା ପାଇଁ କର୍ଣ୍ଣ ଅଛି, ମାତ୍ର ଶୁଣନ୍ତି ନାହିଁ; କାରଣ ସେମାନେ ବିଦ୍ରୋହୀ ବଂଶ।


ଏହିରୂପେ ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଇସ୍ରାଏଲ ବଂଶର ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ତୁମ୍ଭେ ଆମ୍ଭ ମୁଖରୁ ବାକ୍ୟ ଶୁଣି ଆମ୍ଭ ପକ୍ଷରୁ ସେମାନଙ୍କୁ ସଚେତନ କର।


ଏଥିରେ ସେ ପୁରୁଷ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା ଦେଖାଇବା, ସେହି ସବୁ ତୁମ୍ଭେ ଆପଣା ଚକ୍ଷୁରେ ଦେଖ ଓ ଆପଣା କର୍ଣ୍ଣରେ ଶୁଣ ଓ ତହିଁରେ ମନୋନିବେଶ କର; କାରଣ ଆମ୍ଭେ ଯେପରି ସେହି ସବୁ ତୁମ୍ଭକୁ ଦେଖାଉ, ଏ ଅଭିପ୍ରାୟରେ ତୁମ୍ଭେ ଏଠାକୁ ଆନୀତ ହୋଇଅଛ; ତୁମ୍ଭେ ଯାହା ଯାହା ଦେଖିବ, ତାହାସବୁ ଇସ୍ରାଏଲ ବଂଶକୁ ଜ୍ଞାତ କରାଅ।”


ସେ ଅନ୍ଧକାର ପଠାଇ ଦେଶକୁ ଅନ୍ଧକାରମୟ କଲେ; ଆଉ, ସେମାନେ ତାହାଙ୍କ ବାକ୍ୟର ବିରୁଦ୍ଧାଚରଣ କଲେ।


ତହିଁରେ ମୁଁ ସେହି ଆଜ୍ଞା ପ୍ରମାଣେ କାର୍ଯ୍ୟ କଲି; ମୁଁ ପ୍ରସ୍ଥାନକାଳୀନ ସମ୍ବଳ ତୁଲ୍ୟ ଦିନ ବେଳେ ଆପଣା ସମ୍ବଳ ବାହାର କରି ଆଣିଲି ଓ ସନ୍ଧ୍ୟା ବେଳେ ନିଜ ହସ୍ତରେ କାନ୍ଥ ଖୋଳିଲି; ମୁଁ ଅନ୍ଧକାର ବେଳେ ତାହା ବାହାର କରି ସେମାନଙ୍କ ସାକ୍ଷାତରେ ଆପଣା କାନ୍ଧରେ ବୋହି ନେଲି।


ମାତ୍ର ଯୂନସ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ପଳାଇ ଯିବା ନିମନ୍ତେ ଉଠିଲେ ଓ ଯାଫୋ ନଗରକୁ ଯାଇ ତର୍ଶୀଶଗାମୀ ଏକ ଜାହାଜ ପାଇଲେ; ତହୁଁ ସେ ତହିଁର ଭଡ଼ା ଦେଇ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ସେମାନଙ୍କ ସଙ୍ଗେ ଯିବା ନିମନ୍ତେ ସେହି ଜାହାଜରେ ଚଢ଼ିଲେ।


Swiv nou:

Piblisite


Piblisite