Biblia Todo Logo
Bib sou entènèt

- Piblisite -




ଯିହିଜିକଲ 22:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତୁମ୍ଭେ ଯେଉଁ ରକ୍ତପାତ କରିଅଛ, ତଦ୍ଦ୍ୱାରା ଦୋଷୀ ହୋଇଅଛ ଓ ତୁମ୍ଭେ ଯେଉଁ ପ୍ରତିମାଗଣ ନିର୍ମାଣ କରିଅଛ, ତଦ୍ଦ୍ୱାରା ଅଶୁଚି ହୋଇଅଛ; ଆଉ, ତୁମ୍ଭେ ଆପଣାର ଦିନ ନିକଟବର୍ତ୍ତୀ କରାଇଅଛ ଓ ମଧ୍ୟ ଆପଣା ଆୟୁର ଶେଷାଂଶରେ ଉପସ୍ଥିତ ହୋଇଅଛ; ଏଣୁ ଆମ୍ଭେ ତୁମ୍ଭକୁ ଗୋଷ୍ଠୀଗଣ ନିକଟରେ ନିନ୍ଦାର ପାତ୍ର ଓ ସବୁ ଦେଶ ନିକଟରେ ପରିହାସର ପାତ୍ର କରିଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତୁମ୍ଭେ ଯେଉଁ ରକ୍ତପାତ କରିଅଛ, ତଦ୍ଦ୍ଵାରା ଦୋଷୀ ହୋଇଅଛ ଓ ତୁମ୍ଭେ ଯେଉଁ ପ୍ରତିମାଗଣ ନିର୍ମାଣ କରିଅଛ, ତଦ୍ଦ୍ଵାରା ଅଶୁଚି ହୋଇଅଛ; ଆଉ, ତୁମ୍ଭେ ଆପଣାର ଦିନ ନିକଟବର୍ତ୍ତୀ କରାଇଅଛ ଓ ମଧ୍ୟ ଆପଣା ଆୟୁର ଶେଷାଂଶରେ ଉପସ୍ଥିତ ହୋଇଅଛ; ଏଣୁ ଆମ୍ଭେ ତୁମ୍ଭକୁ ଗୋଷ୍ଠୀଗଣ ନିକଟରେ ନିନ୍ଦାର ପାତ୍ର ଓ ସବୁ ଦେଶ ନିକଟରେ ପରିହାସର ପାତ୍ର କରିଅଛୁ।

Gade chapit la Kopi

ଓଡିଆ ବାଇବେଲ

4 ତୁମ୍ଭେ ଯେଉଁ ରକ୍ତପାତ କରିଅଛ, ତଦ୍ଦ୍ୱାରା ଦୋଷୀ ହୋଇଅଛ ଓ ତୁମ୍ଭେ ଯେଉଁ ପ୍ରତିମାଗଣ ନିର୍ମାଣ କରିଅଛ, ତଦ୍ଦ୍ୱାରା ଅଶୁଚି ହୋଇଅଛ; ଆଉ, ତୁମ୍ଭେ ଆପଣାର ଦିନ ନିକଟବର୍ତ୍ତୀ କରାଇଅଛ ଓ ମଧ୍ୟ ଆପଣା ଆୟୁର ଶେଷାଂଶରେ ଉପସ୍ଥିତ ହୋଇଅଛ; ଏଣୁ ଆମ୍ଭେ ତୁମ୍ଭକୁ ଗୋଷ୍ଠୀଗଣ ନିକଟରେ ନିନ୍ଦାର ପାତ୍ର ଓ ସବୁ ଦେଶ ନିକଟରେ ପରିହାସର ପାତ୍ର କରିଅଛୁ।

Gade chapit la Kopi

ପବିତ୍ର ବାଇବଲ

4 “‘ତୁମ୍ଭର ରକ୍ତପାତ ଯୋଗୁଁ ତୁମ୍ଭେ ଦୋଷୀ ହୋଇଅଛ ଓ ପୁଣି ତୁମ୍ଭେ ଯେଉଁ ପ୍ରତିମାଗଣ ନିର୍ମାଣ କରିଅଛ, ତଦ୍ଦ୍ୱାରା ଅଶୁଚି ହୋଇଅଛ। ଏବଂ ତୁମ୍ଭେ ନିଜର ଅନ୍ତିମ ସମୟ ନିକଟବର୍ତ୍ତୀ କରାଇଅଛ। ଏବଂ ତୁମ୍ଭେ ନିଜର ଅନ୍ତିମ ସମୟ ନିକଟବର୍ତ୍ତୀ କରାଇଅଛ। ଏବଂ ନିଜ ଆୟୁର ଶେଷ ଭାଗରେ ପହଞ୍ଚିଛ। ତେଣୁ ମୁଁ ତୁମ୍ଭକୁ ଜାତିଗଣ ନିକଟରେ ଉପହାସର ପାତ୍ର ଓ ସବୁ ଦେଶ ନିକଟରେ ପରିହାସର ପାତ୍ର କରିଅଛି।

Gade chapit la Kopi




ଯିହିଜିକଲ 22:4
26 Referans Kwoze  

ଆହୁରି ମନଃଶି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କରି ଆପଣାର ସେହି ପାପ ଦ୍ୱାରା ଯିହୁଦାକୁ ପାପ କରାଇବା ଛଡ଼ା ସେ ବହୁତ ନିର୍ଦ୍ଦୋଷ ରକ୍ତପାତ କରି ଯିରୂଶାଲମକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ରକ୍ତରେ ପରିପୂର୍ଣ୍ଣ କଲେ।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ବିଚାର କରିବ? ତୁମ୍ଭେ କି ଏହି ରକ୍ତମୟୀ ନଗରୀର ବିଚାର କରିବ? ତେବେ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ତାହାକୁ ଜ୍ଞାତ କରାଅ।


ସେହି ସମୟରେ ତୁମ୍ଭର ଦୁଷ୍ଟତା ପ୍ରକାଶ ପାଇ ନ ଥିଲା, ପାଇଲା ଉତ୍ତାରେ ତୁମ୍ଭର ତୁଚ୍ଛକାରିଣୀ ଅରାମର କନ୍ୟାଗଣ ଓ ତାହାର ଚତୁର୍ଦ୍ଦିଗ ନିବାସିନୀ ସମସ୍ତେ, ପଲେଷ୍ଟୀୟମାନଙ୍କର କନ୍ୟାଗଣ ଚାରି ଦିଗରେ ତୁମ୍ଭର ଅପମାନ କଲେ।


କାରଣ ଅଣଯିହୁଦୀମାନଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ନିକଟରେ ପ୍ରଚାର କରିବାକୁ ସେମାନେ ସର୍ବଦା ଆମ୍ଭମାନଙ୍କୁ ବାଧା ଦିଅନ୍ତି, ପୁଣି, ସେମାନେ ପାପରେ ଆପଣା ଆପଣାକୁ ପରିପୂର୍ଣ୍ଣ କରୁଥାଆନ୍ତି; ସେମାନଙ୍କ ଉପରେ କ୍ରୋଧ ସମ୍ପୂର୍ଣ୍ଣ ରୂପେ ବର୍ତ୍ତିଲାଣି।


ହେ ପ୍ରଭୁ, ବିନୟ କରେ, ତୁମ୍ଭର ସମସ୍ତ ଧାର୍ମିକତାନୁସାରେ, ତୁମ୍ଭର ନଗର ଯିରୂଶାଲମ, ତୁମ୍ଭର ପବିତ୍ର ପର୍ବତ ପ୍ରତି ତୁମ୍ଭର କ୍ରୋଧ ଓ କୋପ ନିବୃତ୍ତ ହେଉ; କାରଣ ଆମ୍ଭମାନଙ୍କର ପାପ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣର ଅଧର୍ମ ସକାଶୁ ଯିରୂଶାଲମ ଓ ତୁମ୍ଭର ଲୋକମାନେ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଲୋକଙ୍କର ନିନ୍ଦାର ପାତ୍ର ହୋଇଅଛନ୍ତି।


ପୁଣି ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଅମ୍ମୋନ-ସନ୍ତାନଗଣ ବିଷୟରେ ଓ ସେମାନଙ୍କ ଅପମାନ ବିଷୟରେ ଏହି କଥା କହନ୍ତି; ତୁମ୍ଭେ କୁହ, ଅନ୍ତିମ ଅଧର୍ମ ସମୟରେ ଯେଉଁମାନଙ୍କର ଦିନ ଉପସ୍ଥିତ ହୋଇଅଛି, ଏପରି ଆହତ ଦୁଷ୍ଟ ଲୋକମାନଙ୍କର ଗ୍ରୀବା ଉପରେ ତୁମ୍ଭକୁ ଥୋଇବା ନିମନ୍ତେ ଲୋକମାନେ ତୁମ୍ଭ ପାଇଁ ଅସାର ଦର୍ଶନ ପାଇଲେ ହେଁ ଓ ତୁମ୍ଭ ନିକଟରେ ମିଥ୍ୟା ମନ୍ତ୍ର ପାଠ କଲେ ହେଁ,


ତୁମ୍ଭେମାନେ ଏହି ଯେ ମିସର ଦେଶରେ ପ୍ରବାସ କରିବା ପାଇଁ ଆସିଅଛ, ଏହି ସ୍ଥାନରେ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ କାହିଁକି ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରୁଅଛ? ତୁମ୍ଭେମାନେ ଉଚ୍ଛିନ୍ନ ହେବ ଓ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ଅଭିଶାପ ଓ ନିନ୍ଦାର ପାତ୍ର ହେବ।


ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ିଦେବା, ସେହି ସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ, ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା।


ଏଥିରେ ସେମାନଙ୍କର ଦେଶକୁ ବିସ୍ମୟର ଓ ନିତ୍ୟ ଶୀସ୍‍ ଶବ୍ଦର ପାତ୍ର କରନ୍ତି; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମୟାପନ୍ନ ହୋଇ ଆପଣା ମସ୍ତକ ହଲାଇବ।


ଆମ୍ଭେମାନେ ପ୍ରତିବାସୀଗଣ ନିକଟରେ ନିନ୍ଦାର ବିଷୟ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କ ନିକଟରେ ଟାହୁଲି ଓ ପରିହାସର ପାତ୍ର ହୋଇଅଛୁ।


ତେବେ ଆମ୍ଭେ ସେମାନଙ୍କୁ ଦତ୍ତ ଆମ୍ଭ ଦେଶରୁ ସମୂଳେ ଉତ୍ପାଟନ କରିବା; ପୁଣି ଆମ୍ଭ ନାମ ନିମନ୍ତେ ଏହି ଯେଉଁ ଗୃହକୁ ଆମ୍ଭେ ପବିତ୍ର କରିଅଛୁ, ତାହା ଆମ୍ଭ ଦୃଷ୍ଟିରୁ ଦୂର କରିବା ଓ ସକଳ ଗୋଷ୍ଠୀ ମଧ୍ୟରେ ଗଳ୍ପ ଓ ଉପହାସର ବିଷୟ କରିବା।


ତେବେ ଆମ୍ଭେ ଇସ୍ରାଏଲକୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନଙ୍କୁ ଉଚ୍ଛିନ୍ନ କରିବା; ପୁଣି, ଆପଣା ନାମ ନିମନ୍ତେ ଏହି ଯେଉଁ ଗୃହ ପବିତ୍ର କଲୁ, ତାହା ଆପଣା ଦୃଷ୍ଟିରୁ ଦୂର କରିବା ଓ ଇସ୍ରାଏଲ ସମୁଦାୟ ଗୋଷ୍ଠୀ ମଧ୍ୟରେ ଗଳ୍ପର ଓ ଉପହାସର ଏକ ବିଷୟ ହେବ;


ସେତେବେଳେ ସବୁ ଗୋଷ୍ଠୀୟ ଲୋକମାନେ କହିବେ, “ସଦାପ୍ରଭୁ ଏ ଦେଶ ପ୍ରତି କାହିଁକି ଏପରି କରିଅଛନ୍ତି? ଏରୂପ ମହାକ୍ରୋଧ ପ୍ରଜ୍ୱଳିତ ହେବାର କାରଣ କଅଣ?”


ପୁଣି, ସଦାପ୍ରଭୁ ତୁମ୍ଭକୁ ଯେଉଁସବୁ ଗୋଷ୍ଠୀୟ ଲୋକଙ୍କ ମଧ୍ୟକୁ ନେଇଯିବେ, ସେମାନଙ୍କ ନିକଟରେ ତୁମ୍ଭେ ଆଶଙ୍କାର, ଗଳ୍ପର ଓ ଉପହାସର ବିଷୟ ହେବ।


ଏବେ ଦେଖ, ପାପିଷ୍ଠ ଲୋକମାନଙ୍କର ବଂଶ, ତୁମ୍ଭେମାନେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆହୁରି ବଢ଼ାଇବାର ନିମନ୍ତେ ଆପଣା ଆପଣା ପିତୃଗଣର ସ୍ଥାନରେ ଉଠିଅଛ।


ପୁଣି ଆମ୍ଭେ ଦେଶକୁ ଶୂନ୍ୟସ୍ଥାନ କରିବା ଓ ତନ୍ନିବାସୀ ତୁମ୍ଭମାନଙ୍କ ଶତ୍ରୁଗଣ ତହିଁରେ ଆଶ୍ଚର୍ଯ୍ୟ ଜ୍ଞାନ କରିବେ।


ପୁଣି, ସେ ସେମାନଙ୍କର, ଅର୍ଥାତ୍‍, ଅଶୂରର ମନୋନୀତ ସକଳ ଲୋକଙ୍କ ସଙ୍ଗରେ ବ୍ୟଭିଚାର କଲା ଓ ସେ ଯେକୌଣସି ଲୋକ ପ୍ରତି ପ୍ରେମରେ ଆସକ୍ତ ଥିଲା, ତାହାର ପ୍ରତିମାଗଣ ଦ୍ୱାରା ଆପଣାକୁ ଭ୍ରଷ୍ଟା କଲା।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆପଣା ଭଗିନୀର ପାତ୍ରରେ ପାନ କରିବ, ତାହା ଗଭୀର ଓ ବଡ଼; ତୁମ୍ଭେ ହାସ୍ୟ ଓ ଉପହାସର ବିଷୟ ହେବ; ସେହି ପାତ୍ର ବହୁତ ଧାରଣ କରେ।


କାରଣ ତାହାର ରକ୍ତ ତାହା ମଧ୍ୟରେ ଅଛି; ସେ ଶୁଷ୍କ ଶୈଳ ଉପରେ ତାହା ରଖିଲା; ସେ ଧୂଳିରେ ତାହା ଆଚ୍ଛାଦିତ କରିବା ପାଇଁ ଭୂମିରେ ତାହା ଢାଳିଲା ନାହିଁ;


ସେ ରକ୍ତ ପ୍ରତିଶୋଧ ନେବା ନିମନ୍ତେ ଯେପରି କୋପକୁ ଉପସ୍ଥିତ କରାଇବ, ଏଥିପାଇଁ ଆଚ୍ଛାଦିତ ନୋହିବା ନିମନ୍ତେ ଆମ୍ଭେ ଶୁଷ୍କ ଶୈଳ ଉପରେ ତାହା ରଖିଅଛୁ।


ଅଥବା ଆମ୍ଭେ ତୁମ୍ଭକୁ ଅନ୍ୟଦେଶୀୟମାନଙ୍କର ଅପମାନ ବାକ୍ୟ ଆଉ ଶୁଣାଇବା ନାହିଁ ଓ ତୁମ୍ଭେ ଗୋଷ୍ଠୀୟମାନଙ୍କର ନିନ୍ଦାବାକ୍ୟର ଭାର ଆଉ ବହିବ ନାହିଁ ଓ ନିଜ ଦେଶୀୟମାନଙ୍କର ବିଘ୍ନ ଆଉ ଜନ୍ମାଇବ ନାହିଁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite