Biblia Todo Logo
Bib sou entènèt

- Piblisite -




ଯିହିଜିକଲ 23:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ସେ ସେମାନଙ୍କୁ ଦେଖିବାମାତ୍ର ସେମାନଙ୍କ ପ୍ରତି ପ୍ରେମରେ ଆସକ୍ତା ହେଲା ଓ କଲ୍‍ଦୀୟ ଦେଶକୁ ସେମାନଙ୍କ ନିକଟକୁ ବାର୍ତ୍ତାବାହକ ପଠାଇଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି, ସେ ସେମାନଙ୍କୁ ଦେଖିବାମାତ୍ର ସେମାନଙ୍କ ପ୍ରତି ପ୍ରେମରେ ଆସକ୍ତା ହେଲା ଓ କଲ୍ଦୀୟ ଦେଶକୁ ସେମାନଙ୍କ ନିକଟକୁ ଦୂତ ପଠାଇଲା।

Gade chapit la Kopi

ଓଡିଆ ବାଇବେଲ

16 ପୁଣି, ସେ ସେମାନଙ୍କୁ ଦେଖିବା ମାତ୍ର ସେମାନଙ୍କ ପ୍ରତି ପ୍ରେମରେ ଆସକ୍ତା ହେଲା ଓ କଲ୍‍ଦୀୟ ଦେଶକୁ ସେମାନଙ୍କ ନିକଟକୁ ବାର୍ତ୍ତାବାହକ ପଠାଇଲା।

Gade chapit la Kopi

ପବିତ୍ର ବାଇବଲ

16 ପୁଣି ଅହଲୀବା ସେମାନଙ୍କ ପ୍ରତି ପ୍ରେମରେ ଆସକ୍ତା ହେଲା ଓ କ‌‌ଲ୍‌‌‌‌ଦୀୟ ଦେଶରୁ ସେମାନଙ୍କୁ ଡକାଇଲା।

Gade chapit la Kopi




ଯିହିଜିକଲ 23:16
17 Referans Kwoze  

ଆହୁରି, ତୁମ୍ଭେ କିଣାନ ଦେଶରେ କଲ୍‍ଦୀୟ ପର୍ଯ୍ୟନ୍ତ ଆପଣା ବ୍ୟଭିଚାର କ୍ରିୟା ବୃଦ୍ଧି କରିଅଛ; ପୁଣି, ତହିଁରେ ହେଁ ତୃପ୍ତା ହୋଇ ନାହଁ।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି କୌଣସି ସ୍ତ୍ରୀ ପ୍ରତି କାମ-ଭାବରେ ଦୃଷ୍ଟିପାତ କରେ, ସେ ତାହା ସଙ୍ଗରେ ମନେ ମନେ ବ୍ୟଭିଚାର କଲାଣି।


ସେମାନଙ୍କର ଚକ୍ଷୁ ବ୍ୟଭିଚାରିଣୀ ସ୍ତ୍ରୀରେ ପରିପୂର୍ଣ୍ଣ ହୋଇ ପାପରୁ କ୍ଷାନ୍ତ ହୁଏ ନାହିଁ, ସେମାନେ ଚଞ୍ଚଳମତି ଲୋକମାନଙ୍କୁ ପ୍ରଲୋଭିତ କରନ୍ତି, ସେମାନଙ୍କର ହୃଦୟ ଧନଲୋଭରେ ଅଭ୍ୟସ୍ତ, ସେମାନେ ଅଭିଶାପର ସନ୍ତାନ,


ଆହୁରି, ଆମ୍ଭର ସୁନା ଓ ଆମ୍ଭର ରୂପାରେ ନିର୍ମିତ ଯେସକଳ ସୁନ୍ଦର ଆଭରଣ ଆମ୍ଭେ ତୁମ୍ଭକୁ ଦେଇଥିଲୁ, ତୁମ୍ଭେ ତାହା ନେଇ ପୁରୁଷାକୃତି ପ୍ରତିମାଗଣ ନିର୍ମାଣ କରି ସେମାନଙ୍କ ସଙ୍ଗେ ବ୍ୟଭିଚାର କଲ;


ତୁମ୍ଭର ଚକ୍ଷୁ ବିପରୀତ ବିଷୟ ଦେଖିବ, ତୁମ୍ଭ ହୃଦୟ କୁଟିଳ କଥା କହିବ।


ତୁମ୍ଭ ଅନ୍ତଃକରଣରେ ତାହାର ସୌନ୍ଦର୍ଯ୍ୟକୁ ଲୋଭ କର ନାହିଁ; ଅବା ତାହାର କଟାକ୍ଷରେ ତୁମ୍ଭକୁ ଧରିବାକୁ ତାକୁ ଦିଅ ନାହିଁ।


ଅସାର ଦର୍ଶନରୁ ମୋହର ଚକ୍ଷୁ ଫେରାଅ ଓ ତୁମ୍ଭ ପଥରେ ମୋତେ ସଚେତ କର।


ମୁଁ ଆପଣା ଚକ୍ଷୁ ସଙ୍ଗେ ନିୟମ କଲି; ତେବେ ମୁଁ ଯୁବତୀ ପ୍ରତି କିପରି ଅନାଇବି?


ଯିହୋୟାକୀମ୍‍ଙ୍କ ରାଜତ୍ୱ ସମୟରେ ବାବିଲର ରାଜା ନବୂଖଦ୍‍ନିତ୍ସର ଯିହୁଦା ଉପରେ ଆକ୍ରମଣ କଲେ, ପୁଣି ଯିହୋୟାକୀମ୍‍ ତିନି ବର୍ଷ ତାହାର ଦାସ ହେଲେ; ତହିଁ ଉତ୍ତାରେ ସେ ଫେରି ତାହାର ବିଦ୍ରୋହୀ ହେଲେ।


ଦିନେ ସନ୍ଧ୍ୟା ସମୟରେ ଦାଉଦ ଆପଣା ଶଯ୍ୟାରୁ ଉଠି ରାଜଗୃହର ଛାତ ଉପରେ ବୁଲୁଥିଲେ; ପୁଣି ସେହି ଛାତ ଉପରୁ ସେ ଏକ ସ୍ତ୍ରୀକୁ ସ୍ନାନ କରୁଥିବା ଦେଖିଲେ; ସେହି ସ୍ତ୍ରୀ ଦେଖିବାକୁ ଅତି ସୁନ୍ଦରୀ ଥିଲା।


ଆଉ ଉକ୍ତ ଘଟଣା ଉତ୍ତାରେ ତାଙ୍କର ପ୍ରଭୁର ଭାର୍ଯ୍ୟା ଯୋଷେଫଙ୍କ ଉପରେ ଦୃଷ୍ଟି ପକାଇବାକୁ ଲାଗିଲା; ତହୁଁ ତାଙ୍କୁ କହିଲା, “ତୁମ୍ଭେ ମୋʼ ସଙ୍ଗେ ଶୟନ କର।”


ସେତେବେଳେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ।


ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।


ପୁଣି, ତୁମ୍ଭେ ତୈଳ ଘେନି ମଲେକ୍ ଦେବତା ନିକଟକୁ ଯାଇଅଛ ଓ ଆପଣା ସୁଗନ୍ଧି ଦ୍ରବ୍ୟ ବୃଦ୍ଧି କରିଅଛ, ଆଉ ତୁମ୍ଭେ ଦୂର ଦେଶକୁ ଆପଣା ଦୂତଗଣ ପଠାଇଅଛ ଓ ପାତାଳ ପର୍ଯ୍ୟନ୍ତ ଆପଣାକୁ ଅଧମ କରିଅଛ।


ସେମାନଙ୍କ କଟିରେ ପଟୁକା ବନ୍ଧା, ମସ୍ତକରେ ରଙ୍ଗ ଚିତ୍ରିତ ଭୂଷଣ ଥିଲା, ସେମାନେ ସମସ୍ତେ ଦେଖିବାକୁ କଲ୍‍ଦୀୟ ଦେଶଜାତ ବାବିଲୀୟମାନଙ୍କ ରୂପବିଶିଷ୍ଟ ଅଧିପତିଗଣର ତୁଲ୍ୟ ଥିଲେ।


ଆଉ, ଗର୍ଦ୍ଦଭଗଣର ପରି ମାଂସବିଶିଷ୍ଟ ଓ ଅଶ୍ୱଗଣର ପରି ରେତଃବିଶିଷ୍ଟ, ସେମାନଙ୍କ ଉପପତିମାନଙ୍କଠାରେ ସେ ଆସକ୍ତା ହେଲା।


Swiv nou:

Piblisite


Piblisite