Biblia Todo Logo
Bib sou entènèt

- Piblisite -




ଯିହିଜିକଲ 24:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପୁନର୍ବାର ନବମ ବର୍ଷର ଦଶମ ମାସରେ, ମାସର ଦଶମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ପୁନର୍ବାର ନବମ ବର୍ଷର ଦଶମ ମାସରେ, ମାସର ଦଶମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,

Gade chapit la Kopi

ଓଡିଆ ବାଇବେଲ

1 ପୁନର୍ବାର ନବମ ବର୍ଷର ଦଶମ ମାସରେ, ମାସର ଦଶମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,

Gade chapit la Kopi

ପବିତ୍ର ବାଇବଲ

1 ଅନନ୍ତର ନବମ ବର୍ଷର ଦଶମ ମାସର ଦଶମ ଦିନରେ ମୋର ପ୍ରଭୁ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ,

Gade chapit la Kopi




ଯିହିଜିକଲ 24:1
17 Referans Kwoze  

ଏଥିଉତ୍ତାରେ ସପ୍ତମ ବର୍ଷର ପଞ୍ଚମ ମାସରେ, ମାସର ଦଶମ ଦିନରେ, ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ସଦାପ୍ରଭୁଙ୍କ ନିକଟରେ ପଚାରିବା ପାଇଁ ଆସି ମୋʼ ସମ୍ମୁଖରେ ବସିଲେ।


ଏଥିଉତ୍ତାରେ ଷଷ୍ଠ ବର୍ଷର ଷଷ୍ଠ ମାସର ପଞ୍ଚମ ଦିନରେ ମୁଁ ଆପଣା ଗୃହରେ ବସିଥିଲି ଓ ଯିହୁଦାର ପ୍ରାଚୀନମାନେ ମୋʼ ସମ୍ମୁଖରେ ବସିଥିଲେ, ଏପରି ସମୟରେ ପ୍ରଭୁ, ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠିତ ହେଲା।


ଆମ୍ଭମାନଙ୍କ ନିର୍ବାସନର ପଚିଶ ବର୍ଷରେ, ବର୍ଷର ଆରମ୍ଭରେ ମାସର ଦଶମ ଦିନରେ, ଅର୍ଥାତ୍‍, ନଗର ନିପାତିତ ହେଲା ଉତ୍ତାରେ ଚତୁର୍ଦ୍ଦଶ ବର୍ଷର ଉକ୍ତ ଦିବସରେ ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠିତ ଥିଲା ଓ ସେ ମୋତେ ସେହି ସ୍ଥାନରେ ଉପସ୍ଥିତ କରାଇଲେ।


ଏଥିଉତ୍ତାରେ ଆମ୍ଭମାନଙ୍କ ନିର୍ବାସନର ଦ୍ୱାଦଶ ବର୍ଷର ଦଶମ ମାସର ପଞ୍ଚମ ଦିନରେ ଯିରୂଶାଲମରୁ ପଳାତକ ଏକ ଜଣ ମୋʼ ନିକଟକୁ ଆସି କହିଲା, “ନଗର ପରାଜିତ ହୋଇଅଛି।”


ଦ୍ୱାଦଶ ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,


ଏଥିଉତ୍ତାରେ ଦ୍ୱାଦଶ ବର୍ଷର ଦ୍ୱାଦଶ ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,


ଏଥିଉତ୍ତାରେ ଏକାଦଶ ବର୍ଷର ତୃତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;


ଏଥିଉତ୍ତାରେ ସତାଇଶ ବର୍ଷର ପ୍ରଥମ ମାସରେ, ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,


ଦଶମ ବର୍ଷର ଦଶମ ମାସ, ମାସର ଦ୍ୱାଦଶ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,


ଏଥିଉତ୍ତାରେ ଏକାଦଶ ବର୍ଷର ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,


ରାଜା ଯିହୋୟାଖୀନ୍‍ର ବନ୍ଦୀ ହେବାର ପଞ୍ଚମ ବର୍ଷର, ସେହି ମାସର ପଞ୍ଚମ ଦିନରେ,


ତହିଁରେ ଯିହୁଦାର ରାଜା ଯିହୋୟାଖୀନ୍‍ ଓ ତାଙ୍କର ମାତା ଓ ତାଙ୍କର ଦାସମାନେ ଓ ତାଙ୍କର ଅଧିପତିମାନେ ଓ ତାଙ୍କର ନପୁଂସକମାନେ ବାବିଲ ରାଜା ନିକଟକୁ ବାହାରିଗଲେ; ପୁଣି ବାବିଲ ରାଜା ଆପଣା ରାଜତ୍ଵର ଅଷ୍ଟମ ବର୍ଷରେ ତାଙ୍କୁ ଧରିଲା।


ଏଥିଉତ୍ତାରେ ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ନବମ ବର୍ଷର ଦଶମ ମାସରେ ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମର ବିରୁଦ୍ଧରେ ଆସି ତାହା ଅବରୋଧ କଲେ;


ଏଥିଉତ୍ତାରେ ତାହାଙ୍କ ରାଜତ୍ଵର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ, ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।


ପୁଣି, ଲୋକମାନେ ତୁମ୍ଭମାନଙ୍କ ଲମ୍ପଟାଚରଣର ପ୍ରତିଫଳ ତୁମ୍ଭମାନଙ୍କ ଉପରେ ବର୍ତ୍ତାଇବେ ଓ ତୁମ୍ଭେମାନେ ଆପଣାମାନଙ୍କର ପ୍ରତିମାଗଣ ସମ୍ବନ୍ଧୀୟ ପାପସକଳର ଭାର ବୋହିବ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦିନର ନାମ, ଅର୍ଥାତ୍‍, ଆଜି ଦିନର ନାମ ଲେଖି ରଖ; ଆଜି ଦିନରେ ବାବିଲର ରାଜା ଯିରୂଶାଲମ ନିକଟବର୍ତ୍ତୀ ହେଲା।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଚତୁର୍ଥ ମାସର ଉପବାସ ଓ ପଞ୍ଚମ ମାସର ଉପବାସ ଓ ସପ୍ତମ ମାସର ଉପବାସ ଓ ଦଶମ ମାସର ଉପବାସ ଯିହୁଦା ବଂଶ ପ୍ରତି ଆନନ୍ଦ ଓ ଆହ୍ଲାଦଜନକ ଓ ଆମୋଦଜନକ ଉତ୍ସବ ହେବ; ଏଥିପାଇଁ ତୁମ୍ଭେମାନେ ସତ୍ୟ ଓ ଶାନ୍ତି ଭଲ ପାଅ।


Swiv nou:

Piblisite


Piblisite