Biblia Todo Logo
Bib sou entènèt

- Piblisite -




ଯିହିଜିକଲ 24:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କାଠ ଗଦା କର, ଅଗ୍ନି ଜ୍ୱଳାଅ, ମାଂସ ଉତ୍ତମ ରୂପେ ସିଦ୍ଧ କର, ଝୋଳ ବହଳ କର ଓ ଅସ୍ଥିସବୁ ଦଗ୍ଧ ହେଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 କାଠ ଗଦା କର, ଅଗ୍ନି ଜ୍ଵଳାଅ, ମାଂସ ଉତ୍ତମ ରୂପେ ସିଦ୍ଧ କର, ଝୋଳ ବହଳ କର ଓ ଅସ୍ଥିସବୁ ଦଗ୍ଧ ହେଉ।

Gade chapit la Kopi

ଓଡିଆ ବାଇବେଲ

10 କାଠ ଗଦା କର, ଅଗ୍ନି ଜ୍ୱଳାଅ, ମାଂସ ଉତ୍ତମ ରୂପେ ସିଦ୍ଧ କର, ଝୋଳ ବହଳ କର ଓ ଅସ୍ଥିସବୁ ଦଗ୍ଧ ହେଉ।

Gade chapit la Kopi

ପବିତ୍ର ବାଇବଲ

10 ପାତ୍ର ତଳେ ପ୍ରଚୁର କାଠ ଗଦା କରି ଅଗ୍ନି ସଂଯୋଗ କର। ମାଂସ ଉତ୍ତମ ରୂପେ ସିଦ୍ଧ କର ଓ ମସଲା ମିଶାଅ। ଅସ୍ଥିସବୁ ଦ‌ଗ୍‌ଧ କର। ଯେପର୍ଯ୍ୟନ୍ତ ସେମାନେ ପୋଡ଼ିଯାଇ ନାହାନ୍ତି।

Gade chapit la Kopi




ଯିହିଜିକଲ 24:10
7 Referans Kwoze  

ତୁମ୍ଭର ଶତ୍ରୁ ସକଳ ତୁମ୍ଭ ବିରୁଦ୍ଧରେ ଆପଣା ଆପଣା ମୁଖ ମେଲାଇ ପରିହାସ କରନ୍ତି; ସେମାନେ ଶୀସ୍‍ ଦିଅନ୍ତି ଓ ଦନ୍ତ କଡ଼ମଡ଼ କରନ୍ତି; ସେମାନେ କହନ୍ତି, ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ; ଆମ୍ଭେମାନେ ଯେଉଁ ଦିନର ଅପେକ୍ଷା କଲୁ, ଏ ଅବଶ୍ୟ ସେହି ଦିନ; ଆମ୍ଭେମାନେ ତାହା ପାଇଅଛୁ, ଆମ୍ଭେମାନେ ତାହା ଦେଖିଅଛୁ।


ତାହାର ସକଳ ମନୋହର ବିଷୟ ଉପରେ ବିପକ୍ଷ ଆପଣା ହସ୍ତ ପ୍ରସାରିଅଛି; ହଁ, ଯେଉଁ ଅନ୍ୟ ଦେଶୀୟମାନଙ୍କୁ ତୁମ୍ଭ ସମାଜରେ ପ୍ରବେଶ କରିବା ପାଇଁ ତୁମ୍ଭେ ନିଷେଧ କରିଅଛ, ସେମାନଙ୍କୁ ସେ ତାହାର ପବିତ୍ର ସ୍ଥାନରେ ପ୍ରବେଶ କରିବାର ଦେଖିଅଛି।


ଆହୁରି, ଆମ୍ଭେ ଏହି ନଗରର ସକଳ ସମ୍ପତ୍ତି ଓ ତହିଁର ଅର୍ଜିତ ସକଳ ଧନ ଓ ତହିଁର ସକଳ ବହୁମୂଲ୍ୟ ପଦାର୍ଥ ଦେବା, ହଁ, ଆମ୍ଭେ ଯିହୁଦାର ରାଜାଗଣର ସକଳ ଧନଭଣ୍ଡାର ସେମାନଙ୍କ ଶତ୍ରୁଗଣର ହସ୍ତଗତ କରିବା, ସେମାନେ ସେସବୁ ଲୁଟି କରି ନେବେ ଓ ବାବିଲକୁ ଘେନିଯିବେ।


ହେ ଆମ୍ଭର କ୍ଷେତ୍ରସ୍ଥ ପର୍ବତ, ତୁମ୍ଭର ସମୁଦାୟ ଅଞ୍ଚଳରେ କୃତ ପାପ ସକାଶେ ଆମ୍ଭେ ତୁମ୍ଭର ସମ୍ପତ୍ତି ଓ ସବୁ ଧନଭଣ୍ଡାର ଓ ଉଚ୍ଚସ୍ଥଳୀସକଳ ଲୁଟିତ ହେବା ପାଇଁ ଦେବା।


ଏକ ଦିନ ଯାକୁବ ଡାଲି ରାନ୍ଧୁଥିଲା, ସେହି ସମୟରେ ଏଷୌ କ୍ଳାନ୍ତ ହୋଇ କ୍ଷେତ୍ରରୁ ଆସିଲା;


ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେହି ରକ୍ତପୂର୍ଣ୍ଣା ନଗରୀ ସନ୍ତାପର ପାତ୍ର! ଆମ୍ଭେ ମଧ୍ୟ ରାଶି ବଡ଼ କରିବା।


ତହିଁରେ ହଣ୍ଡା ତପ୍ତ ହେବା ପାଇଁ, ତହିଁର ପିତଳ ଦଗ୍ଧ ହେବା ପାଇଁ ଓ ତହିଁର ମଇଳା ତହିଁ ମଧ୍ୟରେ ତରଳି ଯିବା ପାଇଁ ଓ କଳଙ୍କ କ୍ଷୟ ପାଇବା ପାଇଁ ତାହା ଖାଲି କର, ତାହା ଜ୍ୱଳନ୍ତା ଅଙ୍ଗାର ଉପରେ ରଖ।


Swiv nou:

Piblisite


Piblisite