Biblia Todo Logo
Bib sou entènèt

- Piblisite -




ଯିହିଜିକଲ 24:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 “ହେ ମନୁଷ୍ୟ-ସନ୍ତାନ, ଦେଖ, ଆମ୍ଭେ ତୁମ୍ଭ ନୟନର ପ୍ରୀତିପାତ୍ରକୁ ଏକ ଆଘାତରେ ହରଣ କରିବା; ତଥାପି ତୁମ୍ଭେ ବିଳାପ କି କ୍ରନ୍ଦନ କରିବ ନାହିଁ, କିଅବା ତୁମ୍ଭର ଚକ୍ଷୁରୁ ଲୋତକ ଧାର ବହିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ହେ ମନୁଷ୍ୟ-ସନ୍ତାନ, ଦେଖ, ଆମ୍ଭେ ତୁମ୍ଭ ନୟନର ପ୍ରୀତିପାତ୍ରକୁ ଏକ ଆଘାତରେ ହରଣ କରିବା; ତଥାପି ତୁମ୍ଭେ ବିଳାପ କି କ୍ରନ୍ଦନ କରିବ ନାହିଁ, କିଅବା ତୁମ୍ଭର ଚକ୍ଷୁରୁ ଲୋତକ ଧାର ବହିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

16 “ହେ ମନୁଷ୍ୟ-ସନ୍ତାନ, ଦେଖ, ଆମ୍ଭେ ତୁମ୍ଭ ନୟନର ପ୍ରୀତିପାତ୍ରକୁ ଏକ ଆଘାତରେ ହରଣ କରିବା; ତଥାପି ତୁମ୍ଭେ ବିଳାପ କି କ୍ରନ୍ଦନ କରିବ ନାହିଁ, କିଅବା ତୁମ୍ଭର ଚକ୍ଷୁରୁ ଲୋତକ ଧାର ବହିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

16 “ହେ ମନୁଷ୍ୟ ପୁତ୍ର, ତୁମ୍ଭର ପ୍ରିୟତମା ପତ୍ନୀକୁ ହଠାତ୍ ନେଇଯିବି। ସେ ମରିଯିବ କିନ୍ତୁ ତୁମ୍ଭେ ତା’ ପାଇଁ ଶୋକ କରିବ ନାହିଁ କିମ୍ବା କ୍ରନ୍ଦନ କରିବ ନାହିଁ। ତୁମ୍ଭ ଚକ୍ଷୁରୁ ଲୁହ ନ ପଡ଼ୁ।

Gade chapit la Kopi




ଯିହିଜିକଲ 24:16
17 Referans Kwoze  

ତୁମ୍ଭେମାନେ ମୃତ ଲୋକ ସକାଶେ ରୋଦନ କର ନାହିଁ, କିଅବା ତାହା ସକାଶେ ବିଳାପ କର ନାହିଁ; ମାତ୍ର ପ୍ରସ୍ଥାନ କରିବା ଲୋକ ନିମନ୍ତେ ଅତିଶୟ କ୍ରନ୍ଦନ କର; କାରଣ ସେ ଆଉ ଫେରି ଆସିବ ନାହିଁ, କିଅବା ଆପଣା ଜନ୍ମ ଦେଶ ଆଉ ଦେଖିବ ନାହିଁ।


ମାତ୍ର ଯଦି ତୁମ୍ଭେମାନେ ଏ କଥା ଶୁଣିବ ନାହିଁ, ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବୁହାଇବ।


ହେ ଭାଇମାନେ, ଭରସାହୀନ ଅନ୍ୟ ସମସ୍ତଙ୍କ ପରି ତୁମ୍ଭେମାନେ ଯେପରି ଶୋକାକୁଳ ନ ହୁଅ, ଏଥିନିମନ୍ତେ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କ ବିଷୟରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କ ଇଚ୍ଛା ନୁହେଁ।


ତହିଁରେ ମୁଁ ପ୍ରାତଃକାଳରେ ଲୋକମାନଙ୍କ ସଙ୍ଗେ କଥା କହିଲି; ପୁଣି, ସନ୍ଧ୍ୟା ବେଳେ ମୋର ଭାର୍ଯ୍ୟା ମଲା, ତହିଁରେ ପ୍ରାତଃକାଳରେ ମୁଁ ଆଜ୍ଞାନୁସାରେ କର୍ମ କଲି।


ମୁଁ ଆପଣା ପ୍ରିୟତମଙ୍କର ଓ ତାଙ୍କର ବାସନା ମୋʼ ପ୍ରତି ଅଛି।


ଲୋକମାନଙ୍କର ହୃଦୟ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲା; ହେ ସିୟୋନ କନ୍ୟାର ପ୍ରାଚୀର, ଦିବାରାତ୍ର ଅଶ୍ରୁଧାରା ସ୍ରୋତ ପରି ବୁହାଅ; ତୁମ୍ଭେ ଆପଣାକୁ କିଛି ବିଶ୍ରାମ ଦିଅ ନାହିଁ; ତୁମ୍ଭ ଚକ୍ଷୁର ତାରା ଶାନ୍ତ ନ ହେଉ।


କାରଣ ସଦାପ୍ରଭୁ ଏହି କଥା କହନ୍ତି, ଶୋକ ଗୃହରେ ପ୍ରବେଶ କର ନାହିଁ, କିଅବା ସେମାନଙ୍କ ପାଇଁ ବିଳାପ ଅଥବା କ୍ରନ୍ଦନ କରିବା ପାଇଁ ଯାଅ ନାହିଁ; କାରଣ ସଦାପ୍ରଭୁ କହନ୍ତି ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭର ଶାନ୍ତି ଓ ସ୍ନେହପୂର୍ଣ୍ଣ କରୁଣା ଓ ଦୟା ହରଣ କରିଅଛୁ।


ଆମ୍ଭମାନଙ୍କର ଚକ୍ଷୁ ଯେପରି ଲୋତକରେ ଭାସିଯିବ ଓ ଆମ୍ଭମାନଙ୍କ ଚକ୍ଷୁପତାରୁ ଜଳଧାରା ନିର୍ଗତ ହେବ, ଏଥିପାଇଁ ସେମାନେ ଶୀଘ୍ର ଆସି ଆମ୍ଭମାନଙ୍କ ନିମନ୍ତେ ହାହାକାର କରନ୍ତୁ।


ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ୱରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରିପାରନ୍ତି!


ସେ ପ୍ରେମିକା ହରିଣୀ ଓ ରୂପବତୀ ବାଉଟୀ ପରି, ତାହାର ବକ୍ଷ ସର୍ବଦା ତୁମ୍ଭକୁ ତୁଷ୍ଟ କରୁ; ଆଉ, ତାହାର ପ୍ରେମରେ ତୁମ୍ଭେ ସର୍ବଦା ଆସକ୍ତ ହୁଅ।


କୋପ ଅଛି, ଯେପରି ତୁମ୍ଭେ ଆପଣା ପ୍ରଚୁରତା ଦ୍ୱାରା ଭ୍ରାନ୍ତ ନ ହୁଅ; କିଅବା ପ୍ରାୟଶ୍ଚିତ୍ତର ମହତ୍ତ୍ୱ ତୁମ୍ଭକୁ ନ ଭୁଲାଏ, ଏଥିପାଇଁ ସାବଧାନ।


ଏଥିପାଇଁ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; “ଲୋକମାନେ, ହାୟ, ଆମ୍ଭର ଭାଇ! ଅବା ହାୟ, ଭଉଣୀ! କହି ତାହା ପାଇଁ ବିଳାପ କରିବେ ନାହିଁ; ‘ହାୟ, ପ୍ରଭୁ!’ ଅବା ‘ହାୟ, ତାଙ୍କର ମହିମା!’ ଏହା କହି ଲୋକେ ତାହା ପାଇଁ ବିଳାପ କରିବେ ନାହିଁ।


ମୋହର ଅଭିଯୋଗ ଅପେକ୍ଷା ମୋହର ପୀଡ଼ା ଭାରୀ।


ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,


ସେ ଆପଣା ଲୋକମାନଙ୍କ ମଧ୍ୟରେ ସ୍ୱାମୀ ହେବାରୁ ଆପଣାକୁ ଅପବିତ୍ର କରିବା ପାଇଁ ଅଶୁଚି ହେବ ନାହିଁ।


Swiv nou:

Piblisite


Piblisite