Biblia Todo Logo
Bib sou entènèt

- Piblisite -




ଯିହିଜିକଲ 24:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେହି ରକ୍ତପୂର୍ଣ୍ଣା ନଗରୀ ସନ୍ତାପର ପାତ୍ର! ଆମ୍ଭେ ମଧ୍ୟ ରାଶି ବଡ଼ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ସେହି ରକ୍ତପୂର୍ଣ୍ଣା ନଗରୀ ସନ୍ତାପର ପାତ୍ର ! ଆମ୍ଭେ ମଧ୍ୟ ରାଶି ବଡ଼ କରିବା।

Gade chapit la Kopi

ଓଡିଆ ବାଇବେଲ

9 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେହି ରକ୍ତପୂର୍ଣ୍ଣା ନଗରୀ ସନ୍ତାପର ପାତ୍ର ! ଆମ୍ଭେ ମଧ୍ୟ ରାଶି ବଡ଼ କରିବା।

Gade chapit la Kopi

ପବିତ୍ର ବାଇବଲ

9 “‘ଏଣୁ ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହିଛନ୍ତି, ସେହି ରକ୍ତପୂର୍ଣ୍ଣ ନଗରୀ ସହିତ ଏହା ଖରାପ ହେବାକୁ ଯାଉଛି। ମୁଁ ନିଆଁ ପାଇଁ ପ୍ରଚୁର କାଠ ସଜାଇବି।

Gade chapit la Kopi




ଯିହିଜିକଲ 24:9
20 Referans Kwoze  

ଯେଉଁ ଜନ ରକ୍ତପାତ ଦ୍ୱାରା ନଗର ନିର୍ମାଣ କରେ ଓ ଅଧର୍ମ ଦ୍ୱାରା ନଗର ସ୍ଥାପନ କରେ, ସେ ସନ୍ତାପର ପାତ୍ର!


ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ସେହି ରକ୍ତପୂର୍ଣ୍ଣା ନଗରୀ, ସେହି ହଣ୍ଡା, ଯହିଁର କଳଙ୍କ ତହିଁ ମଧ୍ୟରେ ଅଛି ଓ ଯହିଁର କଳଙ୍କ ତହିଁ ମଧ୍ୟରୁ ବାହାର ହୋଇ ନାହିଁ, ସେ ସନ୍ତାପର ପାତ୍ର! ତୁମ୍ଭେ ଖଣ୍ଡ ଖଣ୍ଡ କରି ତାହା ବାହାର କର; ତହିଁ ବିଷୟରେ ଗୁଲିବାଣ୍ଟ କରାଯାଇ ନାହିଁ।


କାରଣ ତୋଫତ୍‍ (ଅଗ୍ନିକୁଣ୍ଡ) ପୂର୍ବକାଳରୁ ନିର୍ମିତ ହୋଇଅଛି ଓ ତାହା ରାଜାର ନିମନ୍ତେ ପ୍ରସ୍ତୁତ ହୋଇଅଛି; ସେ ତାହାକୁ ଗଭୀର ଓ ପ୍ରଶସ୍ତ କରିଅଛନ୍ତି, ତହିଁର ସ୍ତୂପ ଅଗ୍ନି ଓ ପ୍ରଚୁର କାଷ୍ଠମୟ; ପୁଣି, ସଦାପ୍ରଭୁଙ୍କ ଫୁତ୍କାର ଗନ୍ଧକ ସ୍ରୋତନ୍ୟାୟ ତାହା ପ୍ରଜ୍ୱଳିତ କରେ।


କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟ-କଳଙ୍କିତ, ନରଘାତକ, ବ୍ୟଭିଚାରୀ, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।


ସେଥିରେ ସେହି ମହାନଗରୀ ତିନି ଭାଗରେ ବିଭକ୍ତ ହେଲା ଓ ଅଣଯିହୁଦୀମାନଙ୍କର ନଗରସମୂହ ଭୂମିସାତ୍‍ ହେଲା; ଆଉ ମହାନଗରୀ ବାବିଲକୁ ଈଶ୍ବର ଆପଣା ପ୍ରଚଣ୍ଡ କ୍ରୋଧରୂପ ସୁରା ପାତ୍ରରୁ ପାନ କରାଇବା ନିମନ୍ତେ ସ୍ମରଣରେ ଆଣିଲେ।


ଯେଣୁ ସେମାନେ ସାଧୁମାନଙ୍କର ଓ ଭାବବାଦୀମାନଙ୍କର ରକ୍ତପାତ କରିଥିଲେ, ଆଉ ତୁମ୍ଭେ ସେମାନଙ୍କୁ ପାନ କରିବା ନିମନ୍ତେ ରକ୍ତ ଦେଇଅଛ, ସେମାନେ ସେଥିର ଯୋଗ୍ୟ।”


ନଗରର ବାହାରେ ସେହି ଦ୍ରାକ୍ଷାକୁଣ୍ଡ ଦଳିତ ହେଲା, ଆଉ ସେଥିରୁ ରକ୍ତ ବାହାର ହୋଇ ଅଶ୍ୱମାନଙ୍କ ଲଗାମ ପର୍ଯ୍ୟନ୍ତ ଉଠି ଏକ ଶହ କୋଶ ପର୍ଯ୍ୟନ୍ତ ବ୍ୟାପ୍ତ ହେଲା।


ସେହିପରି ସଦୋମ ଓ ଗମୋରା ପୁଣି, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ୱାଭାବିକ କାମୁକତାରେ ଆସକ୍ତ ହେବାରୁ ଅନନ୍ତ ଅଗ୍ନିରୂପ ଦଣ୍ଡ ଭୋଗ କରି ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛନ୍ତି।


ଯେଉଁମାନେ ଈଶ୍ବରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,


ସେହି ରକ୍ତପାତୀ ନଗର ସନ୍ତାପର ପାତ୍ର! ତାହା ମିଥ୍ୟା ଓ ଦୌରାତ୍ମ୍ୟରେ ପରିପୂର୍ଣ୍ଣ, ସେ ଲୁଣ୍ଠନ କରିବା ଛାଡେ ନାହିଁ।


ଏହେତୁ ଆମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦେଇଅଛୁ; ଆମ୍ଭେ ଆପଣା କୋପାଗ୍ନିରେ ସେମାନଙ୍କୁ ସଂହାର କରିଅଛୁ; ସେମାନଙ୍କ ନିଜ କାର୍ଯ୍ୟର ଫଳ ସେମାନଙ୍କର ମସ୍ତକରେ ବର୍ତ୍ତାଇଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”


ପୁଣି, ତ୍ରାସପ୍ରଯୁକ୍ତ ତାହାର ଶୈଳ ଅନ୍ତର୍ହିତ ହେବ ଓ ତାହାର ଅଧିପତିମାନେ ଧ୍ୱଜା ଦେଖି ଉଦ୍‍ବିଗ୍ନ ହେବେ,” ସିୟୋନରେ ଯାହାଙ୍କର ଅଗ୍ନି ଓ ଯିରୂଶାଲମରେ ଯାହାଙ୍କର ଅଗ୍ନିକୁଣ୍ଡ ଅଛି, ସେହି ସଦାପ୍ରଭୁ ଏହି କଥା କହନ୍ତି।


କାଠ ଗଦା କର, ଅଗ୍ନି ଜ୍ୱଳାଅ, ମାଂସ ଉତ୍ତମ ରୂପେ ସିଦ୍ଧ କର, ଝୋଳ ବହଳ କର ଓ ଅସ୍ଥିସବୁ ଦଗ୍ଧ ହେଉ।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମ ପ୍ରତି ଆପଣା ମୁଖ ରଖ, ପବିତ୍ର ସ୍ଥାନ ସମୂହର ପ୍ରତି ଆପଣା ବାକ୍ୟ ବର୍ଷଣ କର ଓ ଇସ୍ରାଏଲ ଦେଶ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର,


ଆଉ, ଇସ୍ରାଏଲ ଦେଶକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ଆପଣା ଖଡ୍ଗ କୋଷରୁ ବାହାର କରି ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ବଧ କରିବା।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ବିଚାର କରିବ? ତୁମ୍ଭେ କି ଏହି ରକ୍ତମୟୀ ନଗରୀର ବିଚାର କରିବ? ତେବେ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ତାହାକୁ ଜ୍ଞାତ କରାଅ।


ପଲ ମଧ୍ୟରୁ ଉତ୍ତମ ପଶୁ ନିଅ ଓ ହଣ୍ଡା ତଳେ ଅସ୍ଥିସବୁ ସଜାଅ; ତାହା ଉତ୍ତମ ରୂପେ ସିଦ୍ଧ କର ଓ ଅସ୍ଥିସବୁ ତହିଁ ମଧ୍ୟରେ ପାକ ହେଉ।


Swiv nou:

Piblisite


Piblisite