Biblia Todo Logo
Bib sou entènèt

- Piblisite -




ଯିହିଜିକଲ 26:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତାହାର ଅଶ୍ୱଗଣର ବାହୁଲ୍ୟ ସକାଶୁ ସେମାନଙ୍କର ଧୂଳି ତୁମ୍ଭକୁ ଆଚ୍ଛାଦନ କରିବ; ଲୋକେ ଭଗ୍ନ ପ୍ରାଚୀର ବିଶିଷ୍ଟ ନଗରରେ ପ୍ରବେଶ କଲା ପରି, ଯେତେବେଳେ ସେ ତୁମ୍ଭ ନଗର-ଦ୍ୱାରରେ ପ୍ରବେଶ କରିବ, ସେତେବେଳେ ଅଶ୍ୱାରୋହୀଗଣର, ଶଗଡ଼ ଓ ରଥସମୂହର ଶବ୍ଦରେ ତୁମ୍ଭର ପ୍ରାଚୀରସବୁ କମ୍ପି ଉଠିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତାହାର ଅଶ୍ଵଗଣର ବାହୁଲ୍ୟ ହେତୁରୁ ସେମାନଙ୍କର ଧୂଳି ତୁମ୍ଭକୁ ଆଚ୍ଛାଦନ କରିବ; ଲୋକେ ଭଗ୍ନ-ପ୍ରାଚୀରବିଶିଷ୍ଟ ନଗରରେ ପ୍ରବେଶ କଲା ପରି, ଯେତେବେଳେ ସେ ତୁମ୍ଭ ନଗର-ଦ୍ଵାରରେ ପ୍ରବେଶ କରିବ, ସେତେବେଳେ ଅଶ୍ଵାରୋହୀଗଣର, ଶକଟର ଓ ରଥସମୂହର ଶଦ୍ଦରେ ତୁମ୍ଭର ପ୍ରାଚୀରସବୁ କମ୍ପି ଉଠିବ।

Gade chapit la Kopi

ଓଡିଆ ବାଇବେଲ

10 ତାହାର ଅଶ୍ୱଗଣର ବାହୁଲ୍ୟ ସକାଶୁ ସେମାନଙ୍କର ଧୂଳି ତୁମ୍ଭକୁ ଆଚ୍ଛାଦନ କରିବ; ଲୋକେ ଭଗ୍ନ ପ୍ରାଚୀର ବିଶିଷ୍ଟ ନଗରରେ ପ୍ରବେଶ କଲା ପରି, ଯେତେବେଳେ ସେ ତୁମ୍ଭ ନଗର-ଦ୍ୱାରରେ ପ୍ରବେଶ କରିବ, ସେତେବେଳେ ଅଶ୍ୱାରୋହୀଗଣର, ଶଗଡ଼ ଓ ରଥସମୂହର ଶବ୍ଦରେ ତୁମ୍ଭର ପ୍ରାଚୀରସବୁ କମ୍ପି ଉଠିବ।

Gade chapit la Kopi

ପବିତ୍ର ବାଇବଲ

10 ତାହାର ବିପୁଳ ପରିମାଣର ଅଶ୍ୱ ହେତୁ ଧୂଳିରେ ତୁମ୍ଭେ ଆଚ୍ଛାଦିତ ହେବ। ଯେତେବେଳେ ସେମାନେ ତୁମ୍ଭ ନଗର ଦ୍ୱାରରେ ପ୍ରବେଶ କରିବେ, ସେତେବେଳେ ଅଶ୍ୱାରୋହୀଗଣର ଶଗଡ଼ ଓ ରଥ ସମୂହର ଶବ୍ଦରେ ତୁମ୍ଭର ପ୍ରାଚୀର ସବୁ କମ୍ପି ଉଠିବ। ସେମାନେ ପ୍ରବେଶ କରିବେ, କାରଣ ତୁମ୍ଭର ପ୍ରାଚୀରସବୁ ଭଗ୍ନ ହେବ।

Gade chapit la Kopi




ଯିହିଜିକଲ 26:10
11 Referans Kwoze  

ତୁମ୍ଭ କର୍ଣ୍ଣଧାରଗଣର କ୍ରନ୍ଦନ ଶବ୍ଦରେ ଉପନଗରସମୂହ କମ୍ପିତ ହେବେ।


ପ୍ରଭୁ, ସଦାପ୍ରଭୁ ସୋରକୁ ଏହି କଥା କହନ୍ତି; ଯେତେବେଳେ ତୁମ୍ଭ ମଧ୍ୟରେ ଆହତ ଲୋକମାନେ କାତରୋକ୍ତି କରିବେ ଓ ସଂହାର ହେବ, ତୁମ୍ଭର ସେହି ପତନ ସମୟର ଶବ୍ଦରେ କିମ୍ବା ଦ୍ୱୀପସମୂହ କମ୍ପିବେ ନାହିଁ?


ତାହାର ବଳବାନ ଅଶ୍ୱଗଣର ଖୁରା ଶବ୍ଦରେ, ରଥସମୂହର ବେଗ ଗମନରେ ଓ ଚକ୍ରର ଘର ଘର ଶବ୍ଦରେ ପିତୃଗଣ ଦୁର୍ବଳହସ୍ତ ହେବାରୁ ଆପଣା ସନ୍ତାନଗଣ ପ୍ରତି ଫେରି ଅନାଇବେ ନାହିଁ;


କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଉତ୍ତର ଦିଗରୁ ଅଶ୍ୱ, ରଥ, ଅଶ୍ୱାରୋହୀଗଣ, ସମାଜ ଓ ଅନେକ ଲୋକ ସହିତ ରାଜାଧିରାଜ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ସୋର ବିରୁଦ୍ଧରେ ଆଣିବା।


ଦେଖ, ସେ ମେଘମାଳା ତୁଲ୍ୟ ଆସୁଅଛି, ତାହାର ରଥସବୁ ଘୂର୍ଣ୍ଣିବାୟୁ ସ୍ୱରୂପ ହେବ; ତାହାର ଅଶ୍ୱଗଣ ଉତ୍କ୍ରୋଶ ପକ୍ଷୀ ଅପେକ୍ଷା ଦ୍ରୁତଗାମୀ। ହାୟ ହାୟ! ଆମ୍ଭେମାନେ ବିନଷ୍ଟ ହେଲୁ।


ଏରୂପେ ଲୋକମାନେ ଜୟଧ୍ୱନି କଲେ ଓ ଯାଜକମାନେ ତୂରୀ ବଜାଇଲେ; ପୁଣି ଲୋକମାନେ ତୂରୀଧ୍ୱନି ଶୁଣି ମହା ଜୟଧ୍ୱନିରେ ଜୟଧ୍ୱନି କରନ୍ତେ, ପ୍ରାଚୀର ପଡ଼ି ସମଭୂମି ହେଲା; ତେଣୁ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥ ଦେଇ ନଗରକୁ ଉଠିଗଲେ ଓ ନଗର ହସ୍ତଗତ କଲେ।


ଏଥିରେ ଯେତେବେଳେ ସେମାନେ ମହାଶବ୍ଦକାରୀ ଶିଙ୍ଗାରେ ଦୀର୍ଘଧ୍ୱନି କରିବେ ଓ ଯେତେବେଳେ ତୁମ୍ଭେମାନେ ସେହି ତୂରୀ ଶବ୍ଦ ଶୁଣିବ, ସେତେବେଳେ ସମସ୍ତ ଲୋକ ମହା ଜୟଧ୍ୱନିରେ ଜୟଧ୍ୱନି କରିବେ; ତହିଁରେ ନଗରର ପ୍ରାଚୀର ପଡ଼ି ସମଭୂମି ହେବ ଓ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥ ଦେଇ ଉଠିଯିବେ।”


ବାବିଲ ରାଜାର ଅଧିପତିସକଳ, ଅର୍ଥାତ୍‍, ନେର୍ଗଲ ଶରେତ୍ସର, ସମ୍‍ଗର-ନବୋ, ଶର୍ସଖୀମ୍‍, ରବ୍‍ସାରୀସ୍‍, ନେର୍ଗଲ ଶରେତ୍ସର, ରବମାଗ୍‍ ପ୍ରଭୃତି ବାବିଲ ରାଜାର ଅବଶିଷ୍ଟ ଅଧିପତି ସମସ୍ତେ ଭିତରେ ଆସି ମଧ୍ୟମ ଦ୍ୱାରରେ ବସିଲେ।


ପୁଣି, ସେମାନେ ଅସ୍ତ୍ରଶସ୍ତ୍ର, ରଥ, ଶକଟ ଓ ଗୋଷ୍ଠୀଗଣର ସମାଜ ନେଇ ତୁମ୍ଭ ବିରୁଦ୍ଧରେ ଆସିବେ; ସେମାନେ ସାନ ଓ ବଡ଼ ଢାଲ ଓ ଟୋପର ଧରି ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରେ ଆପଣାମାନଙ୍କୁ ସଜାଇବେ; ଆଉ, ଆମ୍ଭେ ସେମାନଙ୍କ ହସ୍ତରେ ବିଚାରର ଭାର ସମର୍ପଣ କରିବା ଓ ସେମାନେ ଆପଣାମାନଙ୍କର ବିଚାରାନୁସାରେ ତୁମ୍ଭର ବିଚାର କରିବେ।


ପୁଣି, ସେ ତୁମ୍ଭ ପ୍ରାଚୀରରେ ଦୁର୍ଗଭେଦକ ଯନ୍ତ୍ର ସ୍ଥାପନ କରିବ ଓ ତାହାର ଅସ୍ତ୍ରଶସ୍ତ୍ର ଦ୍ୱାରା ସେ ତୁମ୍ଭର ଗଡ଼ସବୁ ଭାଙ୍ଗି ପକାଇବ।


Swiv nou:

Piblisite


Piblisite