Biblia Todo Logo
Bib sou entènèt

- Piblisite -




ଯିହିଜିକଲ 26:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ଆମ୍ଭେ ତୁମ୍ଭକୁ ଶୁଷ୍କ ଶୈଳ କରିବା; ତୁମ୍ଭେ ଜାଲ ପ୍ରସାରିବାର ସ୍ଥାନ ହେବ; ତୁମ୍ଭେ ଆଉ ନିର୍ମିତ ନୋହିବ କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ପୁଣି, ଆମ୍ଭେ ତୁମ୍ଭକୁ ଶୁଷ୍କ ଶୈଳ କରିବା; ତୁମ୍ଭେ ଜାଲ ପ୍ରସାରିବାର ସ୍ଥାନ ହେବ; ତୁମ୍ଭେ ଆଉ ନିର୍ମିତ ନୋହିବ; କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି।

Gade chapit la Kopi

ଓଡିଆ ବାଇବେଲ

14 ପୁଣି, ଆମ୍ଭେ ତୁମ୍ଭକୁ ଶୁଷ୍କ ଶୈଳ କରିବା; ତୁମ୍ଭେ ଜାଲ ପ୍ରସାରିବାର ସ୍ଥାନ ହେବ; ତୁମ୍ଭେ ଆଉ ନିର୍ମିତ ନୋହିବ କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ

14 ଏବଂ ମୁଁ ତୁମ୍ଭକୁ ଏକ ଶୁଷ୍କ ଶୈଳରେ ପରିଣତ କରିବି। ତୁମ୍ଭେ ସମୁଦ୍ର ତୀରସ୍ଥ ଏକ ଜାଲ ପ୍ରସାରିତ ହେବାର ସ୍ଥାନ ହେବ। ତୁମ୍ଭର ଆଉ ପୁନଃନିର୍ମାଣ ହେବ ନାହିଁ କାରଣ ମୁଁ ସଦାପ୍ରଭୁ ଏହା କହିଅଛି।” ସଦାପ୍ରଭୁ, ମୋର ପ୍ରଭୁ ଏହା କହନ୍ତି।

Gade chapit la Kopi




ଯିହିଜିକଲ 26:14
18 Referans Kwoze  

ଇଦୋମ କହୁଅଛି, “ଆମ୍ଭେମାନେ ନିପାତିତ ହୋଇଅଛୁ ନିଶ୍ଚୟ, ମାତ୍ର ଆମ୍ଭେମାନେ ଫେରି ଉଜାଡ଼ ସ୍ଥାନସବୁ ନିର୍ମାଣ କରିବା।” ଏଥିପାଇଁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସେମାନେ ନିର୍ମାଣ କରିବେ, ମାତ୍ର ଆମ୍ଭେ ଭାଙ୍ଗି ପକାଇବା ଆଉ, ଲୋକମାନେ ସେମାନଙ୍କୁ ଦୁଷ୍ଟତାର ଦେଶ ଓ ପରମେଶ୍ୱରଙ୍କର ନିତ୍ୟ କ୍ରୋଧର ପାତ୍ର ସ୍ୱରୂପ ଗୋଷ୍ଠୀ ବୋଲି ନାମ ଦେବେ।”


ଦେଖ, ସେ ଭାଙ୍ଗି ପକାନ୍ତି, ଆଉ ତାହା ପୁନଃନିର୍ମିତ ହୋଇ ନ ପାରେ; ସେ ମନୁଷ୍ୟକୁ ରୁଦ୍ଧ କଲେ, ଆଉ ମୁକୁଳା ହୋଇ ନ ପାରେ।


କାରଣ ସୈନ୍ୟାଧିପତି ସଦାପ୍ରଭୁ ମନ୍ତ୍ରଣା କରିଅଛନ୍ତି, ଆଉ ତାହା କିଏ ଅନ୍ୟଥା କରିବ? ଓ ତାହାଙ୍କର ହସ୍ତ ବିସ୍ତାରିତ ହୋଇଅଛି, ଆଉ କିଏ ତାହା ଫେରାଇବ?


ଆଉ ତୁମ୍ଭେ ତହିଁର ଲୁଟିତ ଦ୍ରବ୍ୟସବୁ ତହିଁର ଛକ ମଧ୍ୟରେ ସଂଗ୍ରହ କରି ସେହି ନଗର ଓ ସେହି ସମସ୍ତ ଦ୍ରବ୍ୟ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବ, ପୁଣି ତାହା ଅନନ୍ତକାଳୀନ ଢିପି ହେବ; ତାହା ପୁନର୍ବାର ନିର୍ମିତ ହେବ ନାହିଁ।


ପରମେଶ୍ୱର ମନୁଷ୍ୟ ନୁହନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ?


ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”


ପୁଣି, ଆମ୍ଭେ ସ୍ରୋତସମୂହ ଶୁଷ୍କ କରିବା ଓ ମନ୍ଦ ଲୋକମାନଙ୍କ ହସ୍ତରେ ଦେଶ ବିକ୍ରୟ କରିବା; ଆଉ, ଆମ୍ଭେ ବିଦେଶୀମାନଙ୍କ ହସ୍ତ ଦ୍ୱାରା ଦେଶ ଓ ତନ୍ମଧ୍ୟସ୍ଥ ଯାବତୀୟ ବିଷୟ ଧ୍ୱଂସ କରିବା; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।


ପୁଣି, ସେମାନେ ତୁମ୍ଭ ସମ୍ପତ୍ତିସବୁ ଲୁଟି ନେବେ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ହରଣ କରିବେ; ଆଉ, ସେମାନେ ତୁମ୍ଭର ପ୍ରାଚୀର ଭାଙ୍ଗି ପକାଇବେ ଓ ତୁମ୍ଭର ମନୋରମ ଗୃହସବୁ ଧ୍ୱଂସ କରିବେ; ଆଉ, ସେମାନେ ତୁମ୍ଭର ପ୍ରସ୍ତର, କାଷ୍ଠ ଓ ଧୂଳିସବୁ ଜଳରେ ନିକ୍ଷେପ କରିବେ।


ଯେଉଁ ଦିନ ଆମ୍ଭେ ତୁମ୍ଭଠାରୁ ନିକାଶ ନେବା, ସେହି ଦିନ ତୁମ୍ଭ ଅନ୍ତଃକରଣ କି ସହି ପାରିବ, ଅବା ତୁମ୍ଭର ହସ୍ତ କି ସବଳ ହୋଇ ପାରିବ? ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ଏହା ସିଦ୍ଧ କରିବା।


ତୁମ୍ଭେ ଅଗ୍ନି ପାଇଁ ଜାଳ ସ୍ୱରୂପ ହେବ; ତୁମ୍ଭର ରକ୍ତ ଦେଶ ମଧ୍ୟରେ ପତିତ ହେବ; ତୁମ୍ଭେ ଆଉ ସ୍ମୃତିପଥରେ ଆସିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।”


ଆଉ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୁର୍ଭିକ୍ଷ ଓ ହିଂସ୍ରକ ଜନ୍ତୁମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ନିଃସନ୍ତାନ କରିବେ; ମହାମାରୀ ଓ ରକ୍ତ ତୁମ୍ଭମାନଙ୍କର ମଧ୍ୟଦେଇ ଯିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ଆଣିବା; ଆମ୍ଭେ ସଦାପ୍ରଭୁ ଏହି କଥା କହିଅଛୁ।”


ଏହିରୂପେ ଯେତେବେଳେ ଆମ୍ଭେ କ୍ରୋଧରେ, କୋପରେ ଓ କୋପଯୁକ୍ତ ଭର୍ତ୍ସନାରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା, ସେତେବେଳେ ତୁମ୍ଭ ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ନିକଟରେ ତାହା ନିନ୍ଦାର, ଉପହାସର, ଶିକ୍ଷାର ଓ ଆଶ୍ଚର୍ଯ୍ୟର ବିଷୟ ହେବ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ;


ଏହି ପ୍ରକାରେ ଆମ୍ଭର କ୍ରୋଧ ସଫଳ ହେବ ଓ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସାଧି ଶାନ୍ତ ହେବା; ତହିଁରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସଫଳ କଲା ଉତ୍ତାରେ ଆମ୍ଭେ ସଦାପ୍ରଭୁ, ଆପଣା ଅନ୍ତର୍ଜ୍ୱାଳାରେ ଯେ ଏ କଥା କହିଅଛୁ, ଏହା ସେମାନେ ଜାଣିବେ।


ତୁମ୍ଭେ କି ଆମ୍ଭର ବିଚାର ବ୍ୟର୍ଥ କରିବ? ତୁମ୍ଭେ ଧାର୍ମିକ ଗଣିତ ହେବା ପାଇଁ କି ଆମ୍ଭକୁ ଦୋଷୀ କରିବ?


ପୁଣି, ସେ କହିଲେ, “ଆଗୋ ସୀଦୋନର ଉପଦ୍ରୁତେ, ଅନୂଢ଼େ କନ୍ୟେ, ତୁମ୍ଭେ ଆଉ ଉଲ୍ଲାସ କରିବ ନାହିଁ, ଉଠ, ପାର ହୋଇ କିତ୍ତୀମକୁ ଯାଅ; ସେଠାରେ ସୁଦ୍ଧା ତୁମ୍ଭେ କିଛି ବିଶ୍ରାମ ପାଇବ ନାହିଁ।”


ଆଉ, ତହିଁ ନିକଟରେ ମତ୍ସ୍ୟଧାରୀମାନେ ଠିଆ ହେବେ; ଐନଗଦୀଠାରୁ ଐନଇଗ୍ଳଇମ୍‍ ପର୍ଯ୍ୟନ୍ତ ଜାଲ ପ୍ରସାରିବାର ସ୍ଥାନ ହେବ ଓ ମତ୍ସ୍ୟସବୁ ସ୍ୱ ସ୍ୱ ଜାତି ଅନୁସାରେ ମହାସମୁଦ୍ରର ମତ୍ସ୍ୟନ୍ୟାୟ ସଂଖ୍ୟାରେ ଅତିଶୟ ହେବେ।


Swiv nou:

Piblisite


Piblisite