Biblia Todo Logo
Bib sou entènèt

- Piblisite -




ଯିହିଜିକଲ 27:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପାରସ୍ୟ, ଲୁଦ୍‍ ଓ ପୂଟ୍‍ ଦେଶୀୟମାନେ ତୁମ୍ଭ ସୈନ୍ୟସାମନ୍ତ ମଧ୍ୟରେ ତୁମ୍ଭର ଯୋଦ୍ଧା ଥିଲେ; ସେମାନେ ତୁମ୍ଭ ମଧ୍ୟରେ ଢାଲ ଓ ଟୋପର ଟଙ୍ଗାଇ ରଖିଲେ; ସେମାନେ ତୁମ୍ଭର ଶୋଭା ପ୍ରକାଶ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପାରସ୍ୟ, ଲୁଦ୍ ଓ ପୁଟ ଦେଶୀୟମାନେ ତୁମ୍ଭ ସୈନ୍ୟସାମ; ମଧ୍ୟରେ ତୁମ୍ଭର ଯୋଦ୍ଧା ଥିଲେ; ସେମାନେ ତୁମ୍ଭ ମଧ୍ୟରେ ଢାଲ ଓ ଟୋପର ଟଙ୍ଗାଇ ରଖିଲେ; ସେମାନେ ତୁମ୍ଭର ଶୋଭା ପ୍ରକାଶ କଲେ।

Gade chapit la Kopi

ଓଡିଆ ବାଇବେଲ

10 ପାରସ୍ୟ, ଲୁଦ୍‍ ଓ ପୂଟ୍‍ ଦେଶୀୟମାନେ ତୁମ୍ଭ ସୈନ୍ୟସାମନ୍ତ ମଧ୍ୟରେ ତୁମ୍ଭର ଯୋଦ୍ଧା ଥିଲେ; ସେମାନେ ତୁମ୍ଭ ମଧ୍ୟରେ ଢାଲ ଓ ଟୋପର ଟଙ୍ଗାଇ ରଖିଲେ; ସେମାନେ ତୁମ୍ଭର ଶୋଭା ପ୍ରକାଶ କଲେ।

Gade chapit la Kopi

ପବିତ୍ର ବାଇବଲ

10 “‘ପାରସ୍ୟ, ଲୁଦ ଓ ପୂଟ ଦେଶୀୟ ଲୋକମାନେ ତୁମ୍ଭ ସୈନ୍ୟବାହିନୀର ଯୋଦ୍ଧା ଥିଲେ। ସେମାନେ ତୁମ୍ଭ ମଧ୍ୟରେ ସେମାନଙ୍କର ଢାଲ ଓ ଟୋପର ଟଙ୍ଗାଇ ରଖିଲେ। ପୁଣି ସେମାନେ ତୁମ୍ଭ ନଗରୀର ସମ୍ମାନ ଓ ଗୌରବ ଆଣିଲେ।

Gade chapit la Kopi




ଯିହିଜିକଲ 27:10
15 Referans Kwoze  

ସେମାନଙ୍କ ସଙ୍ଗେ ପାରସ୍ୟ, କୂଶ ଓ ପୂଟ୍‍; ସେମାନେ ସମସ୍ତେ ଢାଲ ଓ ଟୋପରଧାରୀ;


କୂଶ ଓ ପୂଟ୍‍ ଓ ଲୁଦ୍‍, ଆଉ ମିଶ୍ରିତ ଲୋକ ସମସ୍ତେ, ପୁଣି, କୂବ୍‍ ଓ ମିତ୍ରଦେଶୀୟ ଲୋକ ସମସ୍ତେ ସେମାନଙ୍କ ସଙ୍ଗେ ଖଡ୍ଗରେ ପତିତ ହେବେ।


ହେ ଅଶ୍ୱଗଣ, ଉଠିଯାଅ; ହେ ରଥସକଳ, ଗର୍ଜ୍ଜନ କର; ଆଉ, ବୀରମାନେ ବାହାର ହେଉନ୍ତୁ; ଢାଲବାହକ କୂଶ ଓ ପୂଟ୍‍, ଆଉ ଧନୁର୍ଦ୍ଧାରୀ ଓ ଧନୁରେ ଗୁଣଦାୟୀ ଲୁଦୀୟମାନେ, ବାହାର ହେଉନ୍ତୁ।


ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ଆମ୍ଭେ ନାନା ଦେଶୀୟମାନଙ୍କ ନିକଟକୁ, ତର୍ଶୀଶ, ପୂଲ୍‍ ଓ ଲୁଦ୍‍, ଯେଉଁମାନେ ଧନୁର୍ଦ୍ଧାରୀ, ତୁବଲ୍‍ ଓ ଯବନ, ଇତ୍ୟାଦି ଯେଉଁ ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟ କେବେ ଶୁଣି ନାହାନ୍ତି, କିଅବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।


ତୁମ୍ଭର ଗଳଦେଶ ଅସ୍ତ୍ରାଗାର ନିମନ୍ତେ ନିର୍ମିତ ଦାଉଦଙ୍କ ଦୁର୍ଗ ତୁଲ୍ୟ, ସେହି ଦୁର୍ଗ ମଧ୍ୟରେ ଏକ ସହସ୍ର ଚର୍ମ, ବୀରଗଣର ସକଳ ଢାଲ ଟଙ୍ଗାଗଲା।


କୂଶ ଓ ମିସର ତାହାର ବଳ ସ୍ୱରୂପ ଥିଲେ ଓ ତାହା ଅସୀମ ଥିଲା; ପୂଟ୍‍ ଓ ଲୂବୀୟମାନେ ତାହାର ସହକାରୀ ଥିଲେ।


ପୀରସ୍‍, ଆପଣଙ୍କ ରାଜ୍ୟ ବିଭକ୍ତ ହୋଇଅଛି, ଆଉ ମାଦୀୟ ଓ ପାରସିକମାନଙ୍କୁ ଦତ୍ତ ହୋଇଅଛି।”


ଅର୍ବଦର ଲୋକମାନେ ତୁମ୍ଭ ସୈନ୍ୟସାମନ୍ତ ସଙ୍ଗରେ ତୁମ୍ଭ ପ୍ରାଚୀରର ଉପରେ ଚତୁର୍ଦ୍ଦିଗରେ ଥିଲେ ଓ ଗାମ୍ମାଦୀୟମାନେ ତୁମ୍ଭର ସବୁ ଗଡ଼ ଉପରେ ଥିଲେ; ସେମାନେ ତୁମ୍ଭ ପ୍ରାଚୀର ଉପରେ ଚତୁର୍ଦ୍ଦିଗରେ ଆପଣା ଆପଣା ଢାଲ ଟଙ୍ଗାଇଲେ; ସେମାନେ ତୁମ୍ଭର ସୌନ୍ଦର୍ଯ୍ୟ ସିଦ୍ଧ କରିଅଛନ୍ତି।


ଶେମର ସନ୍ତାନଗଣ; ଏଲମ୍‍, ଅଶୂର, ଅର୍ଫକ୍ଷଦ, ଲୁଦ୍‍, ଅରାମ, ଊଷ୍‍, ହୂଲ, ଗେଥର ଓ ମେଶକ୍‍।


ମିସର ଲୁଦୀୟ, ଅନାମୀୟ, ଲହାବୀୟ, ନପ୍ତୂହୀୟ,


ହାମର ସନ୍ତାନ କୂଶ, ମିସର, ପୂଟ୍‍ ଓ କିଣାନ ଥିଲେ।


ଶେମର ଏହିସବୁ ସନ୍ତାନ, ଏଲମ୍‍ ଓ ଅଶୂର ଓ ଅର୍ଫକ୍ଷଦ ଓ ଲୁଦ୍‍ ଓ ଅରାମ।


ପୁଣି, ଲୁଦୀୟ ଓ ଅନାମୀୟ ଓ ଲହାବୀୟ ଓ ନପ୍ତୂହୀୟ


କୂଶ, ମିସର, ପୂଟ୍‍ ଓ କିଣାନ, ଏମାନେ ହାମର ସନ୍ତାନ।


ପୁଣି, ସେମାନେ ତୁମ୍ଭ ବିଷୟରେ ବିଳାପ କରି ତୁମ୍ଭକୁ କହିବେ, ‘ହେ ସମୁଦ୍ର ବ୍ୟବସାୟୀମାନଙ୍କର ନିବାସଭୂମି ପ୍ରସିଦ୍ଧ ନଗରୀ, ତୁମ୍ଭେ କିପରି ବିନଷ୍ଟ ହୋଇଅଛ! ସେ ତ ସମୁଦ୍ରରେ ପରାକ୍ରାନ୍ତ ଥିଲା; ସେ ଓ ତାହାର ନିବାସୀଗଣ ସେଠାରେ ଗତାୟାତକାରୀ ସମସ୍ତଙ୍କ ପ୍ରତି ଭୟଜନକ ଥିଲେ।


Swiv nou:

Piblisite


Piblisite