Biblia Todo Logo
Bib sou entènèt

- Piblisite -




ଯିହିଜିକଲ 27:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 “ସବୁ ପ୍ରକାର ଧନର ବାହୁଲ୍ୟ ସକାଶୁ ତର୍ଶୀଶ ତୁମ୍ଭର ବଣିକ ଥିଲା, ସେମାନେ ରୂପା, ଲୁହା, ଦସ୍ତା ଓ ସୀସା ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସବୁ ପ୍ରକାର ଧନର ବାହୁଲ୍ୟ ହେତୁରୁ ତର୍ଶୀଶ୍ ତୁମ୍ଭର ବଣିକ ଥିଲା, ସେମାନେ ରୂପା, ଲୁହା, ଦସ୍ତା ଓ ସୀସା ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।

Gade chapit la Kopi

ଓଡିଆ ବାଇବେଲ

12 ସବୁ ପ୍ରକାର ଧନର ବାହୁଲ୍ୟ ସକାଶୁ ତର୍ଶୀଶ୍‍ ତୁମ୍ଭର ବଣିକ ଥିଲା, ସେମାନେ ରୂପା, ଲୁହା, ଦସ୍ତା ଓ ସୀସା ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।

Gade chapit la Kopi

ପବିତ୍ର ବାଇବଲ

12 “‘ତର୍ଶୀଶ୍ ତୁମ୍ଭର ସବୁଠାରୁ ବଡ଼ ଗ୍ରାହକ ଥିଲା। ସେମାନେ ରୂପା, ଲୁହା, ଦସ୍ତା ଓ ସୀସା ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।

Gade chapit la Kopi




ଯିହିଜିକଲ 27:12
22 Referans Kwoze  

ଶିବା, ଦଦାନ ଓ ତର୍ଶୀଶର ବଣିକଗଣ, ଆଉ ସେଠାସ୍ଥିତ ସକଳ ଗ୍ରାମ ତୁମ୍ଭକୁ କହିବେ, ‘ତୁମ୍ଭେ କି ଲୁଟିବାକୁ ଆସିଅଛ? ତୁମ୍ଭେ କି ଦ୍ରବ୍ୟ ଅପହରଣ କରିବା ପାଇଁ ଆପଣାର ଜନସମାଜ ଏକତ୍ର କରିଅଛ? ରୂପା, ସୁନା ବୋହି ନେବାର, ପଶୁ ଓ ଦ୍ରବ୍ୟାଦି ପ୍ରଚୁର ଲୁଟି ନେଇଯିବାର କି ତୁମ୍ଭର ଅଭିପ୍ରାୟ?’


ଆଗୋ ତର୍ଶୀଶର କନ୍ୟେ, ତୁମ୍ଭେ ନୀଳ ନଦୀ ତୁଲ୍ୟ ଆପଣା ଦେଶ ମଧ୍ୟଦେଇ ଯାଅ, ତୁମ୍ଭର କଟିବନ୍ଧନ ଆଉ ନାହିଁ।


କାରଣ, ସମୁଦ୍ରରେ ହୂରମ୍‍ର ଜାହାଜ ସଙ୍ଗେ ରାଜାଙ୍କର ତର୍ଶୀଶଗାମୀ ଜାହାଜ ଥିଲା; ସେହି ତର୍ଶୀଶର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା, ହସ୍ତୀଦନ୍ତ, ବାନର ଓ ମୟୂର ନେଇ ଆସନ୍ତି।


ପୁଣି, ଇଲୀଶା ଓ ତର୍ଶୀଶ ଓ କିତ୍ତୀମ ଓ ଦୋଦାନୀମ, ଏମାନେ ଯବନର ସନ୍ତାନ।


ମାତ୍ର ଯୂନସ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ପଳାଇ ଯିବା ନିମନ୍ତେ ଉଠିଲେ ଓ ଯାଫୋ ନଗରକୁ ଯାଇ ତର୍ଶୀଶଗାମୀ ଏକ ଜାହାଜ ପାଇଲେ; ତହୁଁ ସେ ତହିଁର ଭଡ଼ା ଦେଇ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ସେମାନଙ୍କ ସଙ୍ଗେ ଯିବା ନିମନ୍ତେ ସେହି ଜାହାଜରେ ଚଢ଼ିଲେ।


ସର୍ବପ୍ରକାର ଧନର ବାହୁଲ୍ୟ କ୍ରମେ, ତୁମ୍ଭର ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ସକାଶୁ ଦମ୍ମେଶକ ତୁମ୍ଭର ବଣିକ ଥିଲା, ସେମାନେ ହିଲ୍‍ବୋନର ଦ୍ରାକ୍ଷାରସ ଓ ଶୁଭ୍ର ମେଷଲୋମ ଦେଲେ।


ତୁମ୍ଭ ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ହେତୁ ଅରାମ ତୁମ୍ଭର ବଣିକ ଥିଲା; ସେମାନେ ତାମ୍ରମଣି, ଧୂମ୍ରବର୍ଣ୍ଣ ଓ ବୁଟାଦାର ବସ୍ତ୍ର, କ୍ଷୌମବସ୍ତ୍ର ଆଉ ପ୍ରବାଳ ଓ ପଦ୍ମରାଗ ମଣି ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।


ତର୍ଶୀଶରୁ ପିଟା ରୂପାପାତ୍ର ଓ ଉଫସରୁ ସୁନା ଅଣାଯାଏ, ତାହା କାରିଗରର କର୍ମ ଓ ସ୍ୱର୍ଣ୍ଣକାରର ହସ୍ତନିର୍ମିତ; ସେମାନଙ୍କର ବସ୍ତ୍ର ନୀଳ ଓ ଧୂମ୍ରବର୍ଣ୍ଣ, ସେସବୁ ନିପୁଣ ଶିଳ୍ପକରମାନଙ୍କର କୃତ କର୍ମ।


ନିଶ୍ଚୟ ଦ୍ୱୀପସମୂହ ଆମ୍ଭର ଅପେକ୍ଷା କରିବେ, ପୁଣି ତର୍ଶୀଶର ଜାହାଜସକଳ ଅଗ୍ରଗାମୀ ହୋଇ ଆପଣା ଆପଣା ସଙ୍ଗରେ ସେମାନଙ୍କର ରୌପ୍ୟ ଓ ସୁବର୍ଣ୍ଣ ନେଇ, ତୁମ୍ଭ ସନ୍ତାନଗଣକୁ ଦୂରରୁ ଆଣି, ତୁମ୍ଭ ପରମେଶ୍ୱର ସଦାପ୍ରଭୁଙ୍କ ନାମ ନିମନ୍ତେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ନିମନ୍ତେ ଆସିବେ, କାରଣ ସେ ତୁମ୍ଭକୁ ଶୋଭିତ କରିଅଛନ୍ତି।


ହେ ତର୍ଶୀଶର ଜାହାଜସମୂହ, ହାହାକାର କର, କାରଣ ତୁମ୍ଭମାନଙ୍କର ଦୃଢ଼ ଦୁର୍ଗ ଉଚ୍ଛିନ୍ନ ହେଲା।


ତୁମ୍ଭେମାନେ ପାର ହୋଇ ତର୍ଶୀଶ‌କୁ ଯାଅ; ହେ ଦ୍ୱୀପନିବାସୀମାନେ, ହାହାକାର କର।


ତର୍ଶୀଶର ସକଳ ଜାହାଜର ପ୍ରତିକୂଳ ଓ ମନୋହର ସକଳ ଶିଳ୍ପକର୍ମର ପ୍ରତିକୂଳ ହେବ।


ତର୍ଶୀଶର ଓ ଦ୍ୱୀପସମୂହର ରାଜାଗଣ ଦର୍ଶନୀ ଆଣିବେ; ଶିବାର ଓ ସବାର ରାଜାଗଣ ଭେଟି ଦାନ କରିବେ।


ଯିହୋଶାଫଟ୍‍ ସୁନା ପାଇଁ ଓଫୀରକୁ ଯିବା ସକାଶେ ତର୍ଶୀଶର ଜାହାଜମାନ ନିର୍ମାଣ କଲେ; ମାତ୍ର ତାହାସବୁ ଗଲା ନାହିଁ; କାରଣ ଇତ୍‍ସିୟୋନ-ଗେବରରେ ଜାହାଜମାନ ଭାଙ୍ଗିଗଲା।


ଯଥା, ସୁବର୍ଣ୍ଣ, ରୌପ୍ୟ, ମଣି, ମୁକ୍ତା, ସୂକ୍ଷ୍ମ ବସ୍ତ୍ର, କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର, ପଟୁବସ୍ତ୍ର, ଲୋହିତବର୍ଣ୍ଣ ବସ୍ତ୍ର, ସମସ୍ତ ପ୍ରକାର ଚନ୍ଦନକାଷ୍ଠ, ହସ୍ତୀଦନ୍ତର ସର୍ବ ପ୍ରକାର ବସ୍ତୁ, ଅତି ବହୁମୂଲ୍ୟ କାଠ, ପିତ୍ତଳ, ଲୌହ ଓ ମର୍ମର ପ୍ରସ୍ତର ନିର୍ମିତ ସମସ୍ତ ପ୍ରକାର ବସ୍ତୁ,


ଅର୍ବଦର ଲୋକମାନେ ତୁମ୍ଭ ସୈନ୍ୟସାମନ୍ତ ସଙ୍ଗରେ ତୁମ୍ଭ ପ୍ରାଚୀରର ଉପରେ ଚତୁର୍ଦ୍ଦିଗରେ ଥିଲେ ଓ ଗାମ୍ମାଦୀୟମାନେ ତୁମ୍ଭର ସବୁ ଗଡ଼ ଉପରେ ଥିଲେ; ସେମାନେ ତୁମ୍ଭ ପ୍ରାଚୀର ଉପରେ ଚତୁର୍ଦ୍ଦିଗରେ ଆପଣା ଆପଣା ଢାଲ ଟଙ୍ଗାଇଲେ; ସେମାନେ ତୁମ୍ଭର ସୌନ୍ଦର୍ଯ୍ୟ ସିଦ୍ଧ କରିଅଛନ୍ତି।


ଯବନ, ତୁବଲ୍‍ ଓ ମେଶକ୍‍ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମନୁଷ୍ୟ ଓ ପିତ୍ତଳର ପାତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।


ଯେତେବେଳେ ତୁମ୍ଭର ବାଣିଜ୍ୟ ଦ୍ରବ୍ୟସବୁ ସମୁଦ୍ରମାନଙ୍କ ମଧ୍ୟରୁ ବାହାରିଗଲା, ସେତେବେଳେ ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ପରିପୂର୍ଣ୍ଣ କଲ; ତୁମ୍ଭେ ଆପଣା ଧନ ଓ ବାଣିଜ୍ୟ ଦ୍ରବ୍ୟର ବାହୁଲ୍ୟରେ ପୃଥିବୀର ରାଜାଗଣକୁ ଧନୀ କଲ।


ତୁମ୍ଭେ ଆପଣାର ମହା ଜ୍ଞାନ ଦ୍ୱାରା ଓ ବାଣିଜ୍ୟ ଦ୍ୱାରା ଆପଣାର ଧନ ବଢ଼ାଇଅଛ, ଆଉ ତୁମ୍ଭର ଧନ ସକାଶୁ ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି।


ତୁମ୍ଭ ବାଣିଜ୍ୟର ବାହୁଲ୍ୟରେ ସେମାନେ ତୁମ୍ଭ ଆଭ୍ୟନ୍ତର ଦୌରାତ୍ମ୍ୟରେ ପରିପୂର୍ଣ୍ଣ କଲେ, ଆଉ ତୁମ୍ଭେ ପାପ କରିଅଛ; ଏଥିପାଇଁ ଆମ୍ଭେ ଅଶୁଚି ବସ୍ତୁ ତୁଲ୍ୟ ତୁମ୍ଭକୁ ପରମେଶ୍ୱରଙ୍କ ପର୍ବତରୁ ପକାଇ ଦେଇଅଛୁ; ଆଉ ହେ ଆଚ୍ଛାଦନକାରୀ କିରୂବ, ଅଗ୍ନିମୟ ପ୍ରସ୍ତରସକଳର ମଧ୍ୟରୁ ଆମ୍ଭେ ତୁମ୍ଭକୁ ବିନାଶ କରିଅଛୁ।


କାରଣ ହୂରମ୍‍ର ଦାସମାନଙ୍କ ସଙ୍ଗେ ରାଜାଙ୍କର ତର୍ଶୀଶଗାମୀ ଜାହାଜମାନ ଥିଲେ; ସେହି ତର୍ଶୀଶର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା ଓ ହସ୍ତୀଦନ୍ତ, ପୁଣି ବାନର ଓ ମୟୂର ନେଇ ଆସନ୍ତି।


Swiv nou:

Piblisite


Piblisite