Biblia Todo Logo
Bib sou entènèt

- Piblisite -




ଯିହିଜିକଲ 3:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲେ; ତହୁଁ ମୁଁ ଦୁଃଖିତ ଓ ପରମେଶ୍ୱରଙ୍କ ଆତ୍ମାରେ ତାପିତ ହୋଇ ଗମନ କଲି, ପୁଣି, ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ପ୍ରବଳ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତହିଁରେ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲେ; ତହୁଁ ମୁଁ ଦୁଃଖିତ ଓ ଆତ୍ମାରେ ତାପିତ ହୋଇ ଗମନ କଲି, ପୁଣି ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ପ୍ରବଳ ଥିଲା।

Gade chapit la Kopi

ଓଡିଆ ବାଇବେଲ

14 ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲେ; ତହୁଁ ମୁଁ ଦୁଃଖିତ ଓ ପରମେଶ୍ୱରଙ୍କ ଆତ୍ମାରେ ତାପିତ ହୋଇ ଗମନ କଲି, ପୁଣି, ସଦାପ୍ରଭୁଙ୍କର ହସ୍ତ ମୋ’ ଉପରେ ପ୍ରବଳ ଥିଲା।

Gade chapit la Kopi

ପବିତ୍ର ବାଇବଲ

14 ତା'ପରେ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲା। ମୁଁ ଦୁଃଖିତ ହୃଦୟରେ କ୍ରୋଧିତ ହୋଇ ଗମନ କଲି ଏବଂ ସଦାପ୍ରଭୁଙ୍କର ହସ୍ତ ମୋତେ ଧରିଥିଲା।

Gade chapit la Kopi




ଯିହିଜିକଲ 3:14
22 Referans Kwoze  

ସଦାପ୍ରଭୁଙ୍କ ହସ୍ତ ମୋʼ ଉପରେ ଅଧିଷ୍ଠିତ ହେଲା ଓ ସେ ତାହାଙ୍କ ଆତ୍ମାରେ ମୋତେ ବାହାରକୁ ନେଇଯାଇ ଉପତ୍ୟକାର ମଧ୍ୟସ୍ଥଳୀରେ ବସାଇଲେ; ଆଉ, ତାହା ଅସ୍ଥିରେ ପରିପୂର୍ଣ୍ଣ ଥିଲା।


ତଥାପି ଏବେ ମୋʼ ନିକଟକୁ ଏକ ବାଦ୍ୟକର ଆଣ।” ତହୁଁ ବାଦ୍ୟକର ଆସି ବାଦ୍ୟ ବଜାନ୍ତେ, ସଦାପ୍ରଭୁଙ୍କ ହସ୍ତ ଇଲୀଶାୟଙ୍କ ଉପରେ ଅବସ୍ଥାନ କଲା।


ପୁଣି, ସେ ଏକ ହସ୍ତର ଆକୃତି ବିସ୍ତାର କରି ମୋʼ ମସ୍ତକର କେଶ ଧରିଲେ; ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ପୃଥିବୀ ଓ ଆକାଶର ମଧ୍ୟବର୍ତ୍ତୀ ସ୍ଥାନକୁ ଉଠାଇଲେ ଓ ଈଶ୍ୱରୀୟ ଦର୍ଶନକ୍ରମେ ଯିରୂଶାଲମକୁ, ଭିତର ପ୍ରାଙ୍ଗଣର ଉତ୍ତରାଭିମୁଖ ପ୍ରବେଶ ସ୍ଥାନର ଦ୍ୱାର ନିକଟକୁ ମୋତେ ଆଣିଲେ; ସେହି ସ୍ଥାନରେ ଅନ୍ତର୍ଜ୍ୱାଳାଜନକ ଅନ୍ତର୍ଜ୍ୱାଳା ପ୍ରତିମା ସ୍ଥାପିତ ଥିଲା।


କଲ୍‍ଦୀୟମାନଙ୍କ ଦେଶରେ କବାର ନଦୀ କୂଳରେ ବୂଷିର ପୁତ୍ର ଯିହିଜିକଲ ଯାଜକଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା; ପୁଣି, ସେଠାରେ ସଦାପ୍ରଭୁଙ୍କର ହସ୍ତ ତାଙ୍କ ଉପରେ ଥିଲା।


ଆଉ ସେମାନେ ଇଲୀଶାୟଙ୍କୁ କହିଲେ, “ଏବେ ଦେଖନ୍ତୁ, ଆପଣଙ୍କ ଦାସମାନଙ୍କ ସଙ୍ଗେ ପଚାଶ ବଳବାନ ଲୋକ ଅଛନ୍ତି; ଆମ୍ଭେମାନେ ବିନୟ କରୁଅଛୁ, ସେମାନେ ଯାଇ ଆପଣଙ୍କ ପ୍ରଭୁଙ୍କୁ ଖୋଜନ୍ତୁ; ହୋଇପାରେ, ସଦାପ୍ରଭୁଙ୍କ ଆତ୍ମା ତାଙ୍କୁ ଊର୍ଦ୍ଧ୍ୱକୁ ନେଇ କୌଣସି ପର୍ବତ ଅବା ଉପତ୍ୟକାରେ ପକାଇ ଦେଇଥିବେ।” ଏଥିରେ ଇଲୀଶାୟ କହିଲେ, “ତୁମ୍ଭେମାନେ ପଠାଅ ନାହିଁ।”


ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇଲେ, ତହିଁରେ ମୁଁ ଆପଣା ପଶ୍ଚାତରେ, “ଧନ୍ୟ ସଦାପ୍ରଭୁଙ୍କର ମହିମା,” ଏହି କଥା ମହା ଖରତର ଶବ୍ଦର ନ୍ୟାୟ ତାହାଙ୍କ ସ୍ଥାନରୁ ଶୁଣିଲି।


ସେଥିରେ ଶମିରୋଣୀୟା ସ୍ତ୍ରୀ ତାହାଙ୍କୁ କହିଲା, ଆପଣ ଜଣେ ଯିହୁଦୀ ହୋଇ କିପରି ଶମିରୋଣୀୟା ସ୍ତ୍ରୀ ଯେ ମୁଁ, ମୋʼ ହାତରୁ ପିଇବାକୁ ମାଗୁଅଛନ୍ତି? କାରଣ ଶମିରୋଣୀୟମାନଙ୍କ ସହିତ ଯିହୁଦୀମାନଙ୍କର ବ୍ୟବହାର ନାହିଁ।


ସେତେବେଳେ ସେ ଯିହୂଦିୟା ପ୍ରଦେଶ ପରିତ୍ୟାଗ କରି ପୁନର୍ବାର ଗାଲିଲୀକୁ ପ୍ରସ୍ଥାନ କଲେ।


ଯୀଶୁ ଯେ ଯୋହନଙ୍କ ଅପେକ୍ଷା ଅଧିକ ଶିଷ୍ୟ କରୁଅଛନ୍ତି ଓ ବାପ୍ତିସ୍ମ ଦେଉଅଛନ୍ତି


ଏଥିଉତ୍ତାରେ ଷଷ୍ଠ ବର୍ଷର ଷଷ୍ଠ ମାସର ପଞ୍ଚମ ଦିନରେ ମୁଁ ଆପଣା ଗୃହରେ ବସିଥିଲି ଓ ଯିହୁଦାର ପ୍ରାଚୀନମାନେ ମୋʼ ସମ୍ମୁଖରେ ବସିଥିଲେ, ଏପରି ସମୟରେ ପ୍ରଭୁ, ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠିତ ହେଲା।


ଏହେତୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି; ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇଅଛି; “ସଡ଼କରେ ବାଳକମାନଙ୍କ ଉପରେ ଓ ଯୁବାମାନଙ୍କ ସଭାରେ ତାହା ଏକାବେଳେ ଢାଳି ପକାଅ; କାରଣ ସ୍ୱାମୀ ଓ ଭାର୍ଯ୍ୟା ବୃଦ୍ଧ ଜରାଗ୍ରସ୍ତ ସମସ୍ତେ ଧରାଯିବେ।


ଏଥିରେ ସଦାପ୍ରଭୁଙ୍କ ହସ୍ତ ଏଲୀୟଙ୍କ ଉପରେ ଅବସ୍ଥାନ କରନ୍ତେ, ସେ ଆପଣା କଟି ବାନ୍ଧି ଯିଷ୍ରିୟେଲର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଆହାବଙ୍କର ଆଗେ ଆଗେ ଦୌଡ଼ି ଗଲେ।


ସେମାନେ ଜଳ ମଧ୍ୟରୁ ଉଠି ଆସନ୍ତେ ପ୍ରଭୁଙ୍କର ଆତ୍ମା ଫିଲିପ୍ପଙ୍କୁ ଘେନିଗଲେ, ପୁଣି, ନପୁଂସକ ତାହାଙ୍କୁ ଆଉ ଦେଖିଲେ ନାହିଁ; ତଥାପି ସେ ଆନନ୍ଦ କରୁ କରୁ ଆପଣା ପଥରେ ଚାଲିଗଲେ।


ମାତ୍ର ମୁଁ ଆପଣଙ୍କ ନିକଟରୁ ଗଲା କ୍ଷଣେ ଯେବେ ସଦାପ୍ରଭୁଙ୍କ ଆତ୍ମା ମୋହର ଅଜ୍ଞାତ କୌଣସି ସ୍ଥାନକୁ ଆପଣଙ୍କୁ ନେଇଯିବେ, ତେବେ ମୁଁ ଯାଇ ଆହାବଙ୍କୁ ସମ୍ବାଦ ଦେଲେ, ସେ ଆପଣଙ୍କୁ ପାଇ ନ ପାରି ମୋତେ ବଧ କରିବେ; ମାତ୍ର ଆପଣଙ୍କ ଦାସ ମୁଁ ବାଲ୍ୟକାଳାବଧି ସଦାପ୍ରଭୁଙ୍କୁ ଭୟ କରୁଅଛି।


କାରଣ ସଦାପ୍ରଭୁ ପ୍ରବଳ ହସ୍ତରେ ଧରି ମୋତେ ଏହିପରି କହିଲେ ଓ ମୁଁ ଯେପରି ଏହି ଲୋକମାନଙ୍କ ପଥରେ ଗମନ ନ କରିବି, ଏଥିପାଇଁ ମୋତେ ଆଦେଶ ଦେଇ କହିଲେ,


ଏଥିଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉଠାଇ ସଦାପ୍ରଭୁଙ୍କ ଗୃହର ପୂର୍ବାଭିମୁଖ ପୂର୍ବ-ଦ୍ୱାର ନିକଟକୁ ଆଣିଲେ; ଆଉ ଦେଖ, ସେହି ଦ୍ୱାର ନିକଟରେ ପଚିଶ ଜଣ ପୁରୁଷ ଥିଲେ; ପୁଣି, ସେମାନଙ୍କ ମଧ୍ୟରେ ମୁଁ ଲୋକମାନଙ୍କର ଅଧିପତି ଅସୂରର ପୁତ୍ର ଯାସନୀୟ ଓ ବନାୟର ପୁତ୍ର ପ୍ଲଟୀୟକୁ ଦେଖିଲି।


ଆମ୍ଭମାନଙ୍କ ନିର୍ବାସନର ପଚିଶ ବର୍ଷରେ, ବର୍ଷର ଆରମ୍ଭରେ ମାସର ଦଶମ ଦିନରେ, ଅର୍ଥାତ୍‍, ନଗର ନିପାତିତ ହେଲା ଉତ୍ତାରେ ଚତୁର୍ଦ୍ଦଶ ବର୍ଷର ଉକ୍ତ ଦିବସରେ ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠିତ ଥିଲା ଓ ସେ ମୋତେ ସେହି ସ୍ଥାନରେ ଉପସ୍ଥିତ କରାଇଲେ।


ଏଥିଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉଠାଇ ଭିତର ପ୍ରାଙ୍ଗଣକୁ ଆଣିଲେ; ଆଉ ଦେଖ, ସଦାପ୍ରଭୁଙ୍କ ପ୍ରତାପ ଗୃହକୁ ପରିପୂର୍ଣ୍ଣ କଲା।


ସେଥିରେ ମୁଁ ଦୂତଙ୍କ ହସ୍ତରୁ ସେହି କ୍ଷୁଦ୍ର ପୁସ୍ତକଟି ନେଇ ତାହା ଭୋଜନ କଲି; ତାହା ମୋ ମୁଖକୁ ମହୁ ପରି ମିଠା ଲାଗିଲା, କିନ୍ତୁ ତାହା ଭକ୍ଷଣ କଲା ପରେ ମୋହର ଉଦର ତିକ୍ତ ହୋଇଗଲା।


Swiv nou:

Piblisite


Piblisite