Biblia Todo Logo
Bib sou entènèt

- Piblisite -




ଯିହିଜିକଲ 3:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ‘ତୁମ୍ଭେ ନିଶ୍ଚୟ ମରିବ,’ ଏହି କଥା ଯେତେବେଳେ ଆମ୍ଭେ ଦୁଷ୍ଟକୁ କହୁ; ସେତେବେଳେ ତୁମ୍ଭେ ଯଦି ତାହାକୁ ଚେତନା ନ ଦିଅ, କିଅବା ତାହାର ପ୍ରାଣ ରକ୍ଷା ନିମନ୍ତେ ଚେତନା ଦେବା ପାଇଁ ସେହି ଦୁଷ୍ଟ ଲୋକକୁ ତାହାର କୁପଥ ବିଷୟରେ କିଛି ନ କୁହ; ତେବେ ସେହି ଦୁଷ୍ଟ ଲୋକ ଆପଣା ଅଧର୍ମରେ ମରିବ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ତୁମ୍ଭେ ନିଶ୍ଚୟ ମରିବ, ଏହି କଥା ଯେତେବେଳେ ଆମ୍ଭେ ଦୁଷ୍ଟକୁ କହୁ; ସେତେବେଳେ ତୁମ୍ଭେ ଯେବେ ତାହାକୁ ଚେତନା ନ ଦିଅ, କିଅବା ତାହାର ପ୍ରାଣ ରକ୍ଷା ନିମନ୍ତେ ଚେତନା ଦେବା ପାଇଁ ସେହି ଦୁଷ୍ଟ ଲୋକକୁ ତାହାର କୁପଥ ବିଷୟରେ କିଛି ନ କୁହ; ତେବେ ସେହି ଦୁଷ୍ଟ ଲୋକ ଆପଣା ଅଧର୍ମରେ ମରିବ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା।

Gade chapit la Kopi

ଓଡିଆ ବାଇବେଲ

18 ତୁମ୍ଭେ ନିଶ୍ଚୟ ମରିବ, ଏହି କଥା ଯେତେବେଳେ ଆମ୍ଭେ ଦୁଷ୍ଟକୁ କହୁ; ସେତେବେଳେ ତୁମ୍ଭେ ଯଦି ତାହାକୁ ଚେତନା ନ ଦିଅ, କିଅବା ତାହାର ପ୍ରାଣ ରକ୍ଷା ନିମନ୍ତେ ଚେତନା ଦେବା ପାଇଁ ସେହି ଦୁଷ୍ଟ ଲୋକକୁ ତାହାର କୁପଥ ବିଷୟରେ କିଛି ନ କୁହ; ତେବେ ସେହି ଦୁଷ୍ଟ ଲୋକ ଆପଣା ଅଧର୍ମରେ ମରିବ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା।

Gade chapit la Kopi

ପବିତ୍ର ବାଇବଲ

18 ଯଦି ଆମ୍ଭେ ସେହି ଦୁଷ୍ଟ ଲୋକଟିକୁ କହୁ, ‘ତୁମ୍ଭେ ନିଶ୍ଚିତ ଭାବରେ ମରିବ।’ ଏବଂ ଯଦି ତୁମ୍ଭେ ସେହି ଦୁଷ୍ଟ ଲୋକର କୁକର୍ମରୁ ତା'ର ଜୀବନ ରକ୍ଷା କରିବା ପାଇଁ ସତର୍କ କରିବ ନାହିଁ, ସେପରି ଦୁଷ୍ଟ ଲୋକ ତା'ର ପାପ ପାଇଁ ମରିବ କିନ୍ତୁ ତା'ର ମୃତ୍ୟୁ ପାଇଁ ମୁଁ ତୁମ୍ଭକୁ ଦାୟୀ କରିବି।

Gade chapit la Kopi




ଯିହିଜିକଲ 3:18
31 Referans Kwoze  

ମାତ୍ର ସେ ପ୍ରହରୀ ଯଦି ଖଡ୍ଗ ଆସିବାର ଦେଖି ତୂରୀ ନ ବଜାଏ, ପୁଣି, ଲୋକମାନେ ସଚେତନ ନ ହୁଅନ୍ତି, ଆଉ ଖଡ୍ଗ ଆସି ସେମାନଙ୍କ ମଧ୍ୟରୁ କୌଣସି ଲୋକକୁ ସଂହାର କରେ; ତେବେ ସେ ନିଜ ଅଧର୍ମରେ ସଂହାରିତ ହେଲା, ମାତ୍ର ଆମ୍ଭେ ତାହାର ରକ୍ତର ପରିଶୋଧ ସେହି ପ୍ରହରୀର ହସ୍ତରୁ ନେବା।


ପୁନର୍ବାର କୌଣସି ଧାର୍ମିକ ଲୋକ ଯଦି ଆପଣା ଧର୍ମରୁ ଫେରି ଅଧର୍ମ କରେ ଓ ଆମ୍ଭେ ତାହା ସମ୍ମୁଖରେ ବାଧା ରଖୁ, ତେବେ ସେ ମରିବ; ତୁମ୍ଭେ ତାହାକୁ ଚେତନା ନ ଦେବା ସକାଶୁ ସେ ଆପଣା ପାପରେ ମରିବ ଓ ତାହାର ଧର୍ମକର୍ମସବୁ ସ୍ମରଣ କରାଯିବ ନାହିଁ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା।


ପୁଣି, ଅନ୍ୟାନ୍ୟ ଅନେକ କଥା ଦ୍ୱାରା ସେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ସେମାନଙ୍କୁ ଉପଦେଶ ଦେଇ କହିଲେ, “ଏହି କୁଟିଳ ବଂଶଠାରୁ ଆପଣମାନେ ରକ୍ଷା ପ୍ରାପ୍ତ ହେଉନ୍ତୁ।”


ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ-ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପରି ବିନଷ୍ଟ ହେବ।”


ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ, ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ।


ସେଥିରେ ସେ ପୁନର୍ବାର ସେମାନଙ୍କୁ କହିଲେ, “ମୁଁ ଯାଉଅଛି, ଆଉ ତୁମ୍ଭେମାନେ ମୋତେ ଖୋଜିବ ଓ ଆପଣା ଆପଣା ପାପରେ ମରିବ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ।”


ଯେଉଁ ପ୍ରାଣୀ ପାପ କରେ, ସେହି ମରିବ; ପୁତ୍ର ପିତାର ଅଧର୍ମର ଭାର ବହିବ ନାହିଁ କିଅବା ପିତା ପୁତ୍ରର ଅଧର୍ମର ଭାର ବହିବ ନାହିଁ; ଧାର୍ମିକର ଧାର୍ମିକତା ତାହାରି ଉପରେ ବର୍ତ୍ତିବ ଓ ଦୁଷ୍ଟର ଦୁଷ୍ଟତା ତାହାରି ଉପରେ ବର୍ତ୍ତିବ।


ତେଣୁ ତୁମ୍ଭେମାନେ ଆପଣା ଆପଣା ପାପରେ ମରିବ, “ମୁଁ ତୁମ୍ଭମାନଙ୍କୁ ଏହା କହିଲି; କାରଣ ମୁଁ ଯେ ସେହି ବ୍ୟକ୍ତି, ଏହା ତୁମ୍ଭେମାନେ ବିଶ୍ୱାସ ନ କଲେ ଆପଣା ଆପଣା ପାପରେ ମରିବ।”


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ପାଳକମାନଙ୍କର ପ୍ରତିକୂଳ ଅଟୁ; ଆମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭ ମେଷଗଣକୁ ଆଦାୟ କରିବା, ଆଉ ସେମାନଙ୍କୁ ମେଷପାଳନ କର୍ମରୁ ଚ୍ୟୁତ କରିବା ଓ ସେହି ପାଳକମାନେ ଆଉ ଆପଣାମାନଙ୍କୁ ପାଳନ କରିବେ ନାହିଁ; ପୁଣି, ସେମାନଙ୍କ ମୁଖରୁ ଆମ୍ଭେ ଆମ୍ଭର ମେଷଗଣକୁ ଉଦ୍ଧାର କରିବା, ତହିଁରେ ସେମାନେ ସେମାନଙ୍କ ପାଇଁ ଭକ୍ଷ୍ୟ ହେବେ ନାହିଁ।


ଦେଖ, ଯାବତୀୟ ପ୍ରାଣ ଆମ୍ଭର; ପିତାର ପ୍ରାଣ ଯେପରି, ପୁତ୍ରର ପ୍ରାଣ ହିଁ ସେହିପରି ଆମ୍ଭର; ଯେଉଁ ପ୍ରାଣୀ ପାପ କରେ, ସେହି ମରିବ।


ଦୁଷ୍ଟ ଲୋକ ଆପଣା ମନ୍ଦକର୍ମରେ ବିନାଶ ହୁଏ, ମାତ୍ର ମରଣକାଳରେ ଧାର୍ମିକର ଆଶ୍ରୟ ଥାଏ।


ହଠାତ୍‍ କାହାରି ଉପରେ ହସ୍ତାର୍ପଣ କର ନାହିଁ, କିମ୍ବା ଅନ୍ୟମାନଙ୍କ ପାପର ସହଭାଗୀ ହୁଅ ନାହିଁ; ଆପଣାକୁ ପବିତ୍ର କରି ରଖ।


ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇପାରେ, ଏଥିନିମନ୍ତେ ମନ-ପରିବର୍ତ୍ତନ କରି ଫେରି ଆସନ୍ତୁ,


ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ-ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହି ପ୍ରକାରେ ବିନଷ୍ଟ ହେବ।


ଘୃଣାଯୋଗ୍ୟ କ୍ରିୟା କରିଅଛି, ସୁଧ ପାଇଁ ଋଣ ଦେଇଅଛି ଓ ବୃଦ୍ଧି ଗ୍ରହଣ କରିଅଛି, ସେ କି ବଞ୍ଚିବ? ସେ ବଞ୍ଚିବ ନାହିଁ, ସେ ଏହିସବୁ ଘୃଣାଯୋଗ୍ୟ କ୍ରିୟା କରିଅଛି; ସେ ନିଶ୍ଚୟ ମରିବ, ତାହାର ରକ୍ତ ତାହାର ଉପରେ ବର୍ତ୍ତିବ।


ଦୁଷ୍ଟ ଲୋକର ସନ୍ତାପ ହେବ! ତାହାର ଅମଙ୍ଗଳ ଘଟିବ; କାରଣ ତାହାର ହସ୍ତକୃତ କର୍ମର ପ୍ରତିଫଳ ତାହାକୁ ଦିଆଯିବ।


ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।’” ଏଉତ୍ତାରେ ଏଲୀୟ ପ୍ରସ୍ଥାନ କଲେ।


ମାତ୍ର, ସଦସତ୍‍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ, ଯେହେତୁ ଯେଉଁ ଦିନ ତାହା ଖାଇବ, ସେହି ଦିନ ନିତାନ୍ତ ମରିବ।”


ତେବେ ଯେଉଁମାନେ ଧାର୍ମିକ ଲୋକକୁ ତାହାର ନିଜ ଗୃହ ଭିତରେ, ତାହାର ଶଯ୍ୟା ଉପରେ ମାରି ପକାଇଅଛନ୍ତି, ଏପରି ଦୁଷ୍ଟ ଲୋକଙ୍କୁ କି ତତୋଧିକ ନ କରିବି, ଏବେ ମୁଁ କି ତୁମ୍ଭମାନଙ୍କ ହସ୍ତରୁ ତାହାର ରକ୍ତର ପରିଶୋଧ ନ ନେବି ଓ ପୃଥିବୀରୁ ତୁମ୍ଭମାନଙ୍କୁ ଉଚ୍ଛିନ୍ନ ନ କରିବି?”


କାରଣ ସଦାପ୍ରଭୁ ସେମାନଙ୍କ ବିଷୟରେ କହିଥିଲେ ଯେ, “ସେମାନେ ଅବଶ୍ୟ ଏହି ପ୍ରାନ୍ତରରେ ମରିବେ; ଏହେତୁ ସେମାନଙ୍କ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ବ୍ୟତୀତ ଏକ ଜଣ ହିଁ ଅବଶିଷ୍ଟ ରହିଲା ନାହିଁ।”


ସେତେବେଳେ ରୁବେନ୍‍ ସେମାନଙ୍କୁ କହିଲା, “ତୁମ୍ଭେମାନେ ‘ସେହି ବାଳକ ବିଷୟରେ ପାପ କର ନାହିଁ,’ ଏହି କଥା କି ମୁଁ ତୁମ୍ଭମାନଙ୍କୁ କହି ନାହିଁ? ତଥାପି ତୁମ୍ଭେମାନେ ଶୁଣିଲ ନାହିଁ; ଏନିମନ୍ତେ ଦେଖ, ଏବେ ତାହାର ରକ୍ତର ପରିଶୋଧ ନିଆଯାଉଅଛି।”


ଏହେତୁ ଏବେ ସେମାନଙ୍କ ରବରେ କର୍ଣ୍ଣପାତ କର; ତଥାପି ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ସ୍ପଷ୍ଟ ସାକ୍ଷ୍ୟ ଦିଅ ଓ ସେମାନଙ୍କ ଉପରେ ଯେ ରାଜତ୍ୱ କରିବେ, ସେହି ରାଜାର ବିଧି ସେମାନଙ୍କୁ ଜଣାଅ।”


ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଲୋକଙ୍କ ସନ୍ତାନଗଣକୁ କୁହ, ଧାର୍ମିକର ଧାର୍ମିକତା ତାହାର ଆଜ୍ଞାଲଙ୍ଘନ କରିବା ଦିନ ତାହାକୁ ରକ୍ଷା କରିବ ନାହିଁ ଓ ଯେଉଁ ଦିନ ଦୁଷ୍ଟ ଲୋକ ଆପଣା ଦୁଷ୍ଟତାରୁ ଫେରେ, ସେହି ଦିନ ସେ ଆପଣା ଦୁଷ୍ଟତା ଦ୍ୱାରା ପତିତ ହେବ ନାହିଁ; କିଅବା ଧାର୍ମିକ ଲୋକ ଯେଉଁ ଦିନ ପାପ କରେ, ସେହି ଦିନ ସେ ଆପଣା ଧାର୍ମିକତା ଦ୍ୱାରା ବଞ୍ଚି ପାରିବ ନାହିଁ।


Swiv nou:

Piblisite


Piblisite