Biblia Todo Logo
Bib sou entènèt

- Piblisite -




ଯିହିଜିକଲ 3:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆମ୍ଭେ ଚକ୍‍ମକି ପ୍ରସ୍ତର ଅପେକ୍ଷା ଦୃଢ଼ ହୀରକ ତୁଲ୍ୟ ତୁମ୍ଭର କପାଳ କରିଅଛୁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ସେମାନଙ୍କୁ ଭୟ କର ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍‍ବିଗ୍ନ ହୁଅ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆମ୍ଭେ ଚକ୍ମକି ପ୍ରସ୍ତର ଅପେକ୍ଷା ଦୃଢ଼ ହୀରକ ତୁଲ୍ୟ ତୁମ୍ଭର କପାଳ କରିଅଛୁ; ସେମାନେ ବିଦ୍ରୋହୀ-ବଂଶ ହେଲେ ହେଁ ସେମାନଙ୍କୁ ଭୟ କର ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍ବିଗ୍ନ ହୁଅ ନାହିଁ।

Gade chapit la Kopi

ଓଡିଆ ବାଇବେଲ

9 ଆମ୍ଭେ ଚକ୍‍ମକି ପ୍ରସ୍ତର ଅପେକ୍ଷା ଦୃଢ଼ ହୀରକ ତୁଲ୍ୟ ତୁମ୍ଭର କପାଳ କରିଅଛୁ; ସେମାନେ ବିଦ୍ରୋହୀ-ବଂଶ ହେଲେ ହେଁ ସେମାନଙ୍କୁ ଭୟ କର ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍‍ବିଗ୍ନ ହୁଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ

9 ଯେପରି ଚକମକି ପଥର ଅପେକ୍ଷା ହୀରା କଠିନତର। ଆମ୍ଭେ ସେଗୁଡ଼ିକଠାରୁ ତୁମ୍ଭର ମୁଣ୍ଡକୁ ଶକ୍ତ କରିଅଛୁ। ତେଣୁ ଯଦିଓ ସେମାନେ ବିଦ୍ରୋହୀ, ତୁମ୍ଭେ ସେମାନଙ୍କୁ ଭୟ କର ନାହିଁ, ଏବଂ ସେମାନଙ୍କ ଗ୍ଭହାଣିରେ ଉ‌‌ଦ୍‌‌ବିଗ୍ନ ହୁଅ ନାହିଁ।”

Gade chapit la Kopi




ଯିହିଜିକଲ 3:9
15 Referans Kwoze  

ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍‍ବିଗ୍ନ ହୁଅ ନାହିଁ।


କାରଣ ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ଏଥିପାଇଁ ମୁଁ ବିବ୍ରତ ହୋଇ ନାହିଁ; ଏଥିପାଇଁ ମୁଁ ଚକ୍‍ମକି ପଥର ପରି ଆପଣା ମୁଖ ରଖିଅଛି, ଆଉ ମୁଁ ଯେ ଲଜ୍ଜିତ ନୋହିବି, ଏହା ଜାଣେ।


ହଁ, ସେମାନେ ଯେପରି ବ୍ୟବସ୍ଥା ଓ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଆତ୍ମା ଦ୍ୱାରା ପୂର୍ବକାଳର ଭବିଷ୍ୟଦ୍‍ବକ୍ତାଗଣର ହସ୍ତରେ ଯେଉଁ ଯେଉଁ ବାକ୍ୟ କହି ପଠାଇଲେ, ତାହା ଯେପରି ନ ଶୁଣିବେ, ଏଥିପାଇଁ ସେମାନେ ଆପଣା ଆପଣା ଅନ୍ତଃକରଣ ହୀରକ ପ୍ରସ୍ତର ତୁଲ୍ୟ କଠିନ କଲେ। ଏଥିସକାଶୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରୁ ମହାକୋପ ଉପସ୍ଥିତ ହେଲା।


ସେମାନଙ୍କ ସକାଶୁ ଭୀତ ହୁଅ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।”


ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।


ଏହା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଦୃଷ୍ଟିରେ ଉତ୍ତମ ଓ ସୁଗ୍ରାହ୍ୟ ଅଟେ;


ମାତ୍ର ଯାକୁବକୁ ତାହାର ଆଜ୍ଞାଲଙ୍ଘନ ଓ ଇସ୍ରାଏଲକୁ ତାହାର ପାପ ଜ୍ଞାତ କରାଇବା ନିମନ୍ତେ ଆମ୍ଭେ ପ୍ରକୃତରେ ସଦାପ୍ରଭୁଙ୍କ ଆତ୍ମା ଦ୍ୱାରା ଶକ୍ତିରେ, ନ୍ୟାୟ-ବିଚାରରେ ଓ ପରାକ୍ରମରେ ପରିପୂର୍ଣ୍ଣ ଅଛୁ।


ଯେଉଁମାନେ ମୋତେ ତାଡ଼ନା କରନ୍ତି, ସେମାନେ ଲଜ୍ଜିତ ହେଉନ୍ତୁ, ମାତ୍ର ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ସେମାନେ ନିରାଶ ହେଉନ୍ତୁ, ମାତ୍ର ମୋତେ ନିରାଶ ହେବାକୁ ଦିଅ ନାହିଁ; ସେମାନଙ୍କ ଉପରେ ଅମଙ୍ଗଳର ଦିନ ଆଣ ଓ ଦ୍ୱିଗୁଣ ବିନାଶରେ ସେମାନଙ୍କୁ ବିନାଶ କର।


ଏହେତୁ ତୁମ୍ଭେ ଆପଣା କଟି ବାନ୍ଧି ଉଠ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେମାନଙ୍କୁ କୁହ; ସେମାନଙ୍କ ସକାଶୁ ଉଦ୍‍ବିଗ୍ନ ହୁଅ ନାହିଁ; ହେଲେ, ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉଦ୍‍ବିଗ୍ନ କରିବା।


ହେ କୀଟ ସ୍ୱରୂପ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।


ଯେଉଁ କୃଷକ ପରିଶ୍ରମ କରେ, ସେ ପ୍ରଥମେ ଫଳର ଅଂଶ ପାଇବା ଉଚିତ।


ପୁଣି, ଆମ୍ଭେ ଏହି ଲୋକମାନଙ୍କ ନିକଟରେ ତୁମ୍ଭକୁ ପିତ୍ତଳର ଦୃଢ଼ ପ୍ରାଚୀର ସ୍ୱରୂପ କରିବା; ସେମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରିବେ, ମାତ୍ର ତୁମ୍ଭକୁ ପରାଜୟ କରି ପାରିବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ତ୍ରାଣ କରିବା ପାଇଁ ଓ ତୁମ୍ଭର ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।


ଦେଖ, ଆମ୍ଭେ ସେମାନଙ୍କ ମୁଖର ପ୍ରତିକୂଳରେ ତୁମ୍ଭର ମୁଖ ଓ ସେମାନଙ୍କ କପାଳର ପ୍ରତିକୂଳରେ ତୁମ୍ଭର କପାଳ ଦୃଢ଼ କରିଅଛୁ।


ଆହୁରି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା କହିବା, ଆମ୍ଭର ସେହି ସବୁ କଥା ତୁମ୍ଭେ ଆପଣା ଅନ୍ତଃକରଣରେ ଗ୍ରହଣ କର ଓ ଆପଣା କର୍ଣ୍ଣରେ ଶ୍ରବଣ କର।


ପୁଣି, ତୁମ୍ଭେ ବିଦ୍ରୋହୀମାନଙ୍କୁ, ଅର୍ଥାତ୍‍, ଇସ୍ରାଏଲ ବଂଶକୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ହେ ଇସ୍ରାଏଲ ବଂଶ, ତୁମ୍ଭମାନଙ୍କ କୃତ ଘୃଣାଯୋଗ୍ୟ କ୍ରିୟାସକଳ ତୁମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ହେଉ,


Swiv nou:

Piblisite


Piblisite