Biblia Todo Logo
Bib sou entènèt

- Piblisite -




ଯିହିଜିକଲ 34:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତୁମ୍ଭେମାନେ ଅସୁସ୍ଥମାନଙ୍କୁ ସବଳ କରି ନାହଁ ଓ ପୀଡ଼ିତମାନଙ୍କର ଚିକିତ୍ସା କରି ନାହଁ ଓ ଭଗ୍ନାଙ୍ଗର କ୍ଷତ ବାନ୍ଧି ନାହଁ ଓ ଯେ ତାଡ଼ିତ ହେଲା, ତାହାକୁ ଫେରାଇ ଆଣି ନାହଁ, କିଅବା ଯେ ହଜିଗଲା, ତୁମ୍ଭେମାନେ ତାକୁ ଖୋଜି ନାହଁ; ମାତ୍ର ତୁମ୍ଭେମାନେ ବଳରେ ଓ କଠୋରତାରେ ସେମାନଙ୍କ ଉପରେ ଶାସନ କରିଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତୁମ୍ଭେମାନେ ଅସୁସ୍ଥମାନଙ୍କୁ ସବଳ କରି ନାହଁ ଓ ପୀଡ଼ିତମାନଙ୍କର ଚିକିତ୍ସା କରି ନାହଁ ଓ ଭଗ୍ନାଙ୍ଗର କ୍ଷତ ବାନ୍ଧି ନାହଁ ଓ ଯେ ତାଡ଼ିତ ହେଲା, ତାହାକୁ ଫେରାଇ ଆଣି ନାହଁ, କିଅବା ଯେ ହଜିଗଲା, ତୁମ୍ଭେମାନେ ତାକୁ ଖୋଜି ନାହଁନ୍ତ ମାତ୍ର ତୁମ୍ଭେମାନେ ବଳରେ ଓ କଠୋରତାରେ ସେମାନଙ୍କ ଉପରେ ଶାସନ କରିଅଛ।

Gade chapit la Kopi

ଓଡିଆ ବାଇବେଲ

4 ତୁମ୍ଭେମାନେ ଅସୁସ୍ଥମାନଙ୍କୁ ସବଳ କରି ନାହଁ ଓ ପୀଡ଼ିତମାନଙ୍କର ଚିକିତ୍ସା କରି ନାହଁ ଓ ଭଗ୍ନାଙ୍ଗର କ୍ଷତ ବାନ୍ଧି ନାହଁ ଓ ଯେ ତାଡ଼ିତ ହେଲା, ତାହାକୁ ଫେରାଇ ଆଣି ନାହଁ, କିଅବା ଯେ ହଜିଗଲା, ତୁମ୍ଭେମାନେ ତାକୁ ଖୋଜି ନାହଁ; ମାତ୍ର ତୁମ୍ଭେମାନେ ବଳରେ ଓ କଠୋରତାରେ ସେମାନଙ୍କ ଉପରେ ଶାସନ କରିଅଛ।

Gade chapit la Kopi

ପବିତ୍ର ବାଇବଲ

4 ଏବଂ ତୁମ୍ଭେମାନେ ଦୁର୍ବଳମାନଙ୍କୁ ସବଳ କରି ନାହଁ ଓ ପୀଡ଼ିତମାନଙ୍କର ଚିକିତ୍ସା କରି ନାହିଁ, ଆହତ ମେଷମାନଙ୍କର କ୍ଷତସ୍ଥାନରେ ପଟି ବାନ୍ଧି ନାହଁ। ବିତାଡ଼ିତ ମେଷମାନଙ୍କୁ ଫେରାଇ ଆଣି ନାହଁ କିମ୍ବା ଯେ ହଜିଗଲା ତାକୁ ଖୋଜିଲ ନାହିଁ। କିନ୍ତୁ ତୁମ୍ଭେମାନେ ବଳରେ ଓ ନିଷ୍ଠୁର ଭାବରେ ସେମାନଙ୍କୁ ଶାସନ କରିଅଛ।

Gade chapit la Kopi




ଯିହିଜିକଲ 34:4
24 Referans Kwoze  

ଆଉ ଲୋକସମୂହକୁ ଦେଖି ସେମାନଙ୍କ ପ୍ରତି ସେ ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଦୁର୍ଦ୍ଦଶାଗ୍ରସ୍ତ ଓ ଛିନ୍ନଭିନ୍ନ ଥିଲେ।


ଯେ ହଜିଥିଲା, ଆମ୍ଭେ ତାହାର ଅନ୍ଵେଷଣ କରିବା ଓ ଯେ ତାଡ଼ିତ ହୋଇଥିଲା, ତାହାକୁ ପୁନର୍ବାର ଆଣିବା, ପୁଣି, ଭଗ୍ନାଙ୍ଗର କ୍ଷତ ବାନ୍ଧିବା ଓ ପୀଡ଼ିତକୁ ସବଳ କରିବା, ଆଉ ହୃଷ୍ଟପୁଷ୍ଟ ଓ ବଳବାନକୁ ସଂହାର କରିବା; ଆମ୍ଭେ ନ୍ୟାୟମତେ ସେମାନଙ୍କୁ ପାଳନ କରିବା।


ବରଂ ଇସ୍ରାଏଲ ବଂଶର ହଜିଯାଇଥିବା ମେଷମାନଙ୍କ ପାଖକୁ ଯାଅ।


ଅତଏବ, ତୁମ୍ଭେମାନେ ଦୁର୍ବଳ ହସ୍ତ ଓ ଅବଶ ଜାନୁ ସବଳ କର,


ତୁମ୍ଭମାନଙ୍କ ବିଶ୍ୱାସ ଉପରେ ଯେ ଆମ୍ଭମାନଙ୍କର ପ୍ରଭୁତ୍ୱ ଅଛି, ତାହା ନୁହେଁ, ବରଂ ତୁମ୍ଭମାନଙ୍କର ଆନନ୍ଦ ନିମନ୍ତେ ତୁମ୍ଭମାନଙ୍କର ସହକର୍ମୀ ଅଟୁ ଯେଣୁ ବିଶ୍ୱାସରେ ତୁମ୍ଭେମାନେ ସ୍ଥିର ହୋଇ ରହିଅଛ।


ଗିଲୀୟଦରେ କʼଣ ଔଷଧ ନାହିଁ? ସେଠାରେ କʼଣ ବୈଦ୍ୟ ନାହାନ୍ତି? ତେବେ ମୋʼ ଲୋକମାନଙ୍କ କନ୍ୟା କାହିଁକି ପୁନଃ ସ୍ୱାସ୍ଥ୍ୟଲାଭ କରୁ ନାହିଁ?


ଆପଣା ସହଦାସମାନଙ୍କୁ ପ୍ରହାର କରିବାକୁ ଲାଗେ, ଆଉ ମଦୁଆମାନଙ୍କ ସହିତ ଭୋଜନପାନ କରେ,


କିନ୍ତୁ କୃଷକମାନେ ତାହାଙ୍କ ଦାସମାନଙ୍କୁ ଧରି ଜଣକୁ ପ୍ରହାର କଲେ, ଅନ୍ୟ ଜଣକୁ ବଧ କଲେ, ପୁଣି, ଆଉ ଜଣକୁ ପଥର ଫୋପାଡ଼ି ମାରିପକାଇଲେ।


“ଯେଉଁ ଲୋକ ଅଧର୍ମରେ ଆପଣା ଗୃହ ଓ ଅନ୍ୟାୟରେ ଆପଣା କୋଠରିମାନ ନିର୍ମାଣ କରେ; ଯେ ବିନା ବେତନରେ ଆପଣା ପ୍ରତିବାସୀକୁ ସେବା କରାଏ ଓ ତାହାର ବେତନ ତାହାକୁ ନ ଦିଏ;


ତାହାର ପ୍ରହରୀଗଣ ଅନ୍ଧ, ସେମାନେ ସମସ୍ତେ ଜ୍ଞାନହୀନ; ସେସମସ୍ତେ ଘୁଙ୍ଗା କୁକ୍କୁର, ସେମାନେ ଭୁକି ପାରନ୍ତି ନାହିଁ; ସେମାନେ ସ୍ୱପ୍ନଦର୍ଶୀ, ନିଦ୍ରାଳୁ, ଢୁଳାଇବାକୁ ଭଲ ପାʼନ୍ତି।


ତୁମ୍ଭେ ତାହା ଉପରେ କଠିନ କର୍ତ୍ତୃତ୍ୱ କରିବ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କରିବ।


ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି।


ସେ ସେହି ଦିନ ଆପଣା ରବ ଉଠାଇ କହିବ “ମୁଁ ଚିକିତ୍ସକ ହେବି ନାହିଁ; କାରଣ ମୋʼ ଗୃହରେ ଖାଦ୍ୟ କିମ୍ବା ବସ୍ତ୍ର ନାହିଁ; ତୁମ୍ଭେମାନେ ମୋତେ ଲୋକମାନଙ୍କର ଶାସନକର୍ତ୍ତା କର ନାହିଁ।”


ପୁଣି, ସେ ସିଂହମାନଙ୍କ ମଧ୍ୟରେ ଗତାୟାତ କରି ଯୁବା ସିଂହ ହୋଇ ଉଠିଲା; ଆହୁରି ସେ ମୃଗୟା କରିବାକୁ ଶିଖିଲା, ସେ ମନୁଷ୍ୟମାନଙ୍କୁ ଗ୍ରାସ କଲା।


ଆଉ, ସେ ସେମାନଙ୍କର ଅଟ୍ଟାଳିକାସବୁ ଜାଣିଲା ଓ ସେମାନଙ୍କର ନଗରସବୁ ଉଜାଡ଼ କଲା; ଆଉ, ତାହାର ଗର୍ଜ୍ଜନର ଶବ୍ଦ ସକାଶୁ ଦେଶ ଓ ତହିଁର ପୂର୍ଣ୍ଣତାସକଳ ଶୂନ୍ୟ ହେଲା।


ଆଉ, ସେମାନେ ତାକୁ ଅଙ୍କୁଶ ଦ୍ୱାରା ପିଞ୍ଜରରେ ରଖି ବାବିଲ ରାଜା ନିକଟକୁ ନେଇଗଲେ; ଇସ୍ରାଏଲର ପର୍ବତସମୂହରେ ତାହାର ହୁଙ୍କାର ଶବ୍ଦ ଯେପରି ଆଉ ଶୁଣା ନ ଯାଏ, ଏଥିପାଇଁ ସେମାନେ ତାହାକୁ ଦୃଢ଼ ଗଡ଼ ମଧ୍ୟକୁ ନେଇଗଲେ।


Swiv nou:

Piblisite


Piblisite