Biblia Todo Logo
Bib sou entènèt

- Piblisite -




ଯିହିଜିକଲ 4:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆହୁରି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଦେଖ, ଆମ୍ଭେ ଯିରୂଶାଲମରେ ଅନ୍ନରୂପ ଯଷ୍ଟି ଭାଙ୍ଗିବା, ତହିଁରେ ଲୋକମାନେ ସୀମିତ ପରିମାଣ ଅନ୍ନ ଯତ୍ନ ସହ ଭୋଜନ କରିବେ ଓ ସୀମିତ ପରିମାଣ ଜଳ ଭୟରେ ପାନ କରିବେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆହୁରି, ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ଦେଖ, ଆମ୍ଭେ ଯିରୂଶାଲମରେ ଅନ୍ନରୂପ ଯଷ୍ଟି ଭାଙ୍ଗିବା, ତହିଁରେ ଲୋକମାନେ ପରିମାଣ କରି ଭାବନାରେ ଅନ୍ନ ଭୋଜନ କରିବେ ଓ ସ୍ତମ୍ଭିତ ହୋଇ ପରିମାଣପୂର୍ବକ ଜଳ ପାନ କରିବେ;

Gade chapit la Kopi

ଓଡିଆ ବାଇବେଲ

16 ଆହୁରି, ସେ ମୋତେ କହିଲେ, “ହେ ମନୁଷ୍ୟ ସନ୍ତାନ, ଦେଖ, ଆମ୍ଭେ ଯିରୂଶାଲମରେ ଅନ୍ନରୂପ ଯଷ୍ଟି ଭାଙ୍ଗିବା, ତହିଁରେ ଲୋକମାନେ ସୀମିତ ପରିମାଣ ଅନ୍ନ ଯତ୍ନ ସହ ଭୋଜନ କରିବେ ଓ ସୀମିତ ପରିମାଣ ଜଳ ଭୟରେ ପାନ କରିବେ;

Gade chapit la Kopi

ପବିତ୍ର ବାଇବଲ

16 ତା'ପରେ ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ଆମ୍ଭେ ଯିରୁଶାଲମକୁ ଖାଦ୍ୟ ଯୋଗାଣ ବନ୍ଦ କରିବା। ସେମାନେ ଉତ୍କଣ୍ଠାରେ ସୀମିତ ପରିମାଣର ଅନ୍ନ ଭୋଜନ କରିବେ ଓ ମହାଭୟରେ ସୀମିତ ପରିମାଣରେ ଜଳପାନ କରିବେ।

Gade chapit la Kopi




ଯିହିଜିକଲ 4:16
18 Referans Kwoze  

ଆମ୍ଭେ ସେଠାସ୍ଥିତ ଲୋକମାନଙ୍କ ପ୍ରତି ବିନାଶାର୍ଥକ ଦୁର୍ଭିକ୍ଷରୂପ କ୍ରୂର ତୀରଗୁଡ଼ିକ ପଠାଇବା, ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତାହା ପଠାଇବା ଓ ଆମ୍ଭେ ତୁମ୍ଭମାନଙ୍କ ଉପରେ ଦୁର୍ଭିକ୍ଷ ବୃଦ୍ଧି କରିବା ଓ ତୁମ୍ଭମାନଙ୍କର ଅନ୍ନରୂପ ଯଷ୍ଟି ଭାଙ୍ଗି ପକାଇବା;


ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମ ଓ ଯିହୁଦାଠାରୁ ଯଷ୍ଟି ଓ ଯଷ୍ଟିକା, ଅର୍ଥାତ୍‍, ଅନ୍ନ ସ୍ୱରୂପ ସମସ୍ତ ଯଷ୍ଟି ଓ ଜଳ ସ୍ୱରୂପ ସମସ୍ତ ଯଷ୍ଟିକା ଦୂର କରୁଅଛନ୍ତି;


ଆମ୍ଭେ ତୁମ୍ଭମାନଙ୍କର ଅନ୍ନରୂପ ଯଷ୍ଟି ଭାଙ୍ଗିଲେ ଦଶ ଜଣ ସ୍ତ୍ରୀ ଗୋଟିଏ ଚୁଲ୍ଲୀରେ ତୁମ୍ଭମାନଙ୍କର ରୁଟି ରନ୍ଧନ କରିବେ ଓ ପୁନର୍ବାର ତୌଲି ତୁମ୍ଭମାନଙ୍କୁ ରୁଟି ଦେବେ, ଆଉ ତୁମ୍ଭେମାନେ ତାହା ଭୋଜନ କରିବ, ମାତ୍ର ତୃପ୍ତ ହେବ ନାହିଁ।


“ହେ ମନୁଷ୍ୟ-ସନ୍ତାନ, କୌଣସି ଦେଶ ସତ୍ୟ-ଲଙ୍ଘନ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କଲେ, ଯେତେବେଳେ ଆମ୍ଭେ ତାହା ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରୁ, ତାହାର ଅନ୍ନରୂପ ଯଷ୍ଟି ଭାଙ୍ଗୁ ଓ ତହିଁ ମଧ୍ୟକୁ ଦୁର୍ଭିକ୍ଷ ପଠାଉ, ପୁଣି ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରୁ;


ଏଥିଉତ୍ତାରେ ସେ ଦେଶରେ ଦୁର୍ଭିକ୍ଷ ଆଜ୍ଞା କଲେ; ସେ ଭକ୍ଷ୍ୟରୂପ ସମଗ୍ର ଯଷ୍ଟି ଭଗ୍ନ କଲେ।


ପ୍ରାନ୍ତରରେ ଖଡ୍ଗ ଥିବାରୁ ଆମ୍ଭେମାନେ ଆପଣା ଆପଣା ପ୍ରାଣ ସଙ୍କଟରେ ଖାଦ୍ୟ ପାଉଅଛୁ।


ତାହାର ଲୋକସକଳ ଦୀର୍ଘ ନିଶ୍ୱାସ ଛାଡ଼ନ୍ତି, ସେମାନେ ଆହାର ଖୋଜୁଅଛନ୍ତି; ସେମାନେ ପ୍ରାଣ ଶୀତଳ କରିବା ପାଇଁ ଖାଦ୍ୟ ନିମନ୍ତେ ଆପଣା ଆପଣାର ମନୋହର ସାମଗ୍ରୀସବୁ ଦେଇଅଛନ୍ତି। ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, କାରଣ ମୁଁ ତୁଚ୍ଛନୀୟ ହୋଇଅଛି।


ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ।


ମେଷଶାବକ ଯେତେବେଳେ ତୃତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ତୃତୀୟ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ ଏବଂ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ କଳା ରଙ୍ଗର ଅଶ୍ୱ, ପୁଣି, ତାହାର ଆରୋହୀର ହସ୍ତରେ ଗୋଟିଏ ତରାଜୁ।


ଚତୁର୍ଥ ମାସରେ, ସେହି ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶୀୟ ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟ ମିଳିଲା ନାହିଁ।


ଆମ୍ଭେମାନେ ନିଜ ଜଳ ରୂପା ଦେଇ ପାନ କରିଅଛୁ; ଆମ୍ଭମାନଙ୍କର କାଷ୍ଠ ଆମ୍ଭମାନଙ୍କୁ ବିକାଯାଏ।


ତହିଁରେ ସେ ମୋତେ କହିଲେ, “ଦେଖ, ଆମ୍ଭେ ମନୁଷ୍ୟର ବିଷ୍ଠା ବଦଳେ ଗୋମୟ ତୁମ୍ଭକୁ ଦେଲୁ, ଆଉ ତୁମ୍ଭେ ତହିଁ ଉପରେ ଆପଣା ରୁଟି ପାକ କରିବ।”


ତହିଁ ସକାଶୁ ଦୁଇ, ତିନି ନଗରସ୍ଥ ଲୋକମାନେ ଜଳ ପାନ କରିବା ନିମନ୍ତେ ବୁଲି ବୁଲି ଅନ୍ୟ ଏକ ନଗରକୁ ଗଲେ, ମାତ୍ର ତୃପ୍ତ ହେଲେ ନାହିଁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।


ତହିଁରେ ଶମରୀୟାରେ ମହାଦୁର୍ଭିକ୍ଷ ହେଲା; ଆଉ ଦେଖ, ଏକ ଗର୍ଦ୍ଦଭର ମୁଣ୍ଡ ଅଶୀ ରୌପ୍ୟ ମୁଦ୍ରାରେ ଓ କପୋତ ମଳର ଏକ କାବ୍‍ର ଚତୁର୍ଥାଂଶ ପାଞ୍ଚ ରୌପ୍ୟ ମୁଦ୍ରାରେ ବିକ୍ରୟ ହେବା ପର୍ଯ୍ୟନ୍ତ ସେମାନେ ତାହା ଅବରୋଧ କଲେ।


ଚତୁର୍ଥ ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶର ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟଦ୍ରବ୍ୟ ମିଳିଲା ନାହିଁ।


Swiv nou:

Piblisite


Piblisite