Biblia Todo Logo
Bib sou entènèt

- Piblisite -




ଯିହିଜିକଲ 44:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତେବେ ସେ ଉତ୍ତର ଦ୍ୱାର ପଥରେ ମୋତେ ଗୃହ ସମ୍ମୁଖକୁ ଆଣିଲେ; ତହିଁରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସଦାପ୍ରଭୁଙ୍କ ଗୃହ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ଥିଲା; ତହିଁରେ ମୁଁ ମୁହଁ ମାଡ଼ି ପଡ଼ିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତେବେ ସେ ଉତ୍ତର ଦ୍ଵାର ପଥରେ ମୋତେ ଗୃହ ସମ୍ମୁଖକୁ ଆଣିଲେ; ତହିଁରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସଦାପ୍ରଭୁଙ୍କ ଗୃହ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ଥିଲା; ତହିଁରେ ମୁଁ ମୁହଁ ମାଡ଼ି ପଡ଼ିଲି।

Gade chapit la Kopi

ଓଡିଆ ବାଇବେଲ

4 ତେବେ ସେ ଉତ୍ତର ଦ୍ୱାର ପଥରେ ମୋତେ ଗୃହ ସମ୍ମୁଖକୁ ଆଣିଲେ; ତହିଁରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସଦାପ୍ରଭୁଙ୍କ ଗୃହ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ଥିଲା; ତହିଁରେ ମୁଁ ମୁହଁ ମାଡ଼ି ପଡ଼ିଲି।

Gade chapit la Kopi

ପବିତ୍ର ବାଇବଲ

4 ତା'ପରେ ସେ ମୋତେ ଉତ୍ତର ଦ୍ୱାର ଦେଇ ସଦାପ୍ରଭୁଙ୍କ ମନ୍ଦିର ସମ୍ମୁଖକୁ ଆଣିଲେ। ତା'ପରେ ମୁଁ ଦୃଷ୍ଟିପାତ କରି ଦେଖିଲି ସଦାପ୍ରଭୁଙ୍କ ମନ୍ଦିର ସଦାପ୍ରଭୁଙ୍କ ମହିମାରେ ପରିପୂର୍ଣ୍ଣ ଥିଲା। ତେଣୁ ମୁଁ ଭୂମିକୁ ଛୁଇଁ ପ୍ରଣାମ କଲି।

Gade chapit la Kopi




ଯିହିଜିକଲ 44:4
18 Referans Kwoze  

ବୃଷ୍ଟି ଦିନରେ ମେଘରେ ଧନୁର ଯେପରି ଆଭା, ସେହିପରି ସେହି ଚତୁର୍ଦ୍ଦିଗସ୍ଥ ତେଜ ଥିଲା। ଏହା ସଦାପ୍ରଭୁଙ୍କ ପ୍ରତାପର ମୂର୍ତ୍ତିର ଆଭା। ପୁଣି, ମୁଁ ତାହା ଦେଖି ମୁହଁ ମାଡ଼ି ପଡ଼ିଲି, ତହିଁରେ ମୁଁ ବାକ୍ୟବାଦୀ ଏକ ବ୍ୟକ୍ତିଙ୍କର ରବ ଶୁଣିଲି।


ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି। ସେଥିରେ ସେ ମୋ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ,


ତହିଁରେ ମୁଁ ଉଠି ପଦାଭୂମିକୁ ବାହାରିଗଲି; ଆଉ ଦେଖ, କବାର ନଦୀ କୂଳରେ ମୁଁ ଯେଉଁ ମହିମା ଦେଖିଥିଲି, ତାହାର ତୁଲ୍ୟ ସଦାପ୍ରଭୁଙ୍କର ମହିମା ସେହି ସ୍ଥାନରେ ଉପସ୍ଥିତ ହେଲା; ତହୁଁ ମୁଁ ଉବୁଡ଼ ହେଲି।


ପୁଣି, ସେ ବାହାର ପ୍ରାଙ୍ଗଣର ଉତ୍ତରାଭିମୁଖ ଦ୍ୱାରର ଦୀର୍ଘତା ଓ ପ୍ରସ୍ଥ ମାପିଲେ।


ପୁଣି, ଆମ୍ଭେ ସକଳ ଗୋଷ୍ଠୀଙ୍କୁ ହଲାଇବା, ଆଉ ସମସ୍ତ ଗୋଷ୍ଠୀର ବାଞ୍ଛନୀୟ ବିଷୟସକଳ ଆସିବ, ପୁଣି ଆମ୍ଭେ ଏହି ଗୃହକୁ ଐଶ୍ୱର୍ଯ୍ୟରେ ପରିପୂର୍ଣ୍ଣ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ପୁଣି, ଦ୍ୱାରର ପାର୍ଶ୍ୱରେ ବାହାରେ ଓ ଉତ୍ତର ଦ୍ୱାର ଉପରକୁ ଯିବାର ପ୍ରବେଶ ସ୍ଥାନ ନିକଟରେ ଏପାଖରେ ଦୁଇ ମେଜ ଥିଲା ଓ ଦ୍ୱାର ବାରଣ୍ଡାର ସେପାଖରେ ଦୁଇ ମେଜ ଥିଲା;


“ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍‍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ପୁଣି, ସଦାପ୍ରଭୁଙ୍କର ପ୍ରତାପ କିରୂବର ଉପରରୁ ଉଠି ଗୃହର ଏରୁଣ୍ଡିର ଉପରେ ଠିଆ ହେଲା; ତହିଁରେ ଗୃହ ମେଘରେ ପରିପୂର୍ଣ୍ଣ ହେଲା ଓ ପ୍ରାଙ୍ଗଣ ସଦାପ୍ରଭୁଙ୍କ ପ୍ରତାପର ତେଜରେ ପରିପୂର୍ଣ୍ଣ ହେଲା।


ଓ ଆପଣା ଚତୁର୍ଦ୍ଦିଗସ୍ଥ ସମସ୍ତଙ୍କ ଉପରେ ଭୟଯୋଗ୍ୟ, ସେହି ସଦାପ୍ରଭୁଙ୍କ ତୁଲ୍ୟ ବିକ୍ରମୀ-ସନ୍ତାନଗଣ ମଧ୍ୟରେ କିଏ ଅଛି?


ତହିଁରେ ଅବ୍ରାମ ମୁହଁ ମାଡ଼ି ପଡ଼ନ୍ତେ, ପରମେଶ୍ୱର ତାଙ୍କ ସହିତ ଆଳାପ କରି କହିଲେ,


ତହିଁରେ ସେ ସଦାପ୍ରଭୁଙ୍କ ଗୃହର ଉତ୍ତର ଦିଗସ୍ଥ ଦ୍ୱାରର ପ୍ରବେଶ ସ୍ଥାନ ନିକଟକୁ ମୋତେ ଆଣିଲେ; ଆଉ ଦେଖ, ସ୍ତ୍ରୀମାନେ ସେଠାରେ ବସି ତମ୍ମୁଷର (ଦେବତା) ପାଇଁ କ୍ରନ୍ଦନ କରୁଅଛନ୍ତି।


ତହୁଁ ସେ ମୋତେ ଉତ୍ତର ଦ୍ୱାରକୁ ଆଣିଲେ ଓ ସେ ପୂର୍ବୋକ୍ତ ପରିମାଣାନୁସାରେ ତାହା ମାପିଲେ;


ତହିଁରେ ମୁଁ ଯେଉଁ ସ୍ଥାନରେ ଠିଆ ହୋଇଥିଲି, ସେହି ସ୍ଥାନର ନିକଟକୁ ସେ ଆସିଲେ; ପୁଣି, ସେ ଆସନ୍ତେ, ମୁଁ ଭୀତ ହେଲି ଓ ମୁହଁ ମାଡ଼ି ପଡ଼ିଲି; ମାତ୍ର ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ବୁଝ; କାରଣ ଏହି ଦର୍ଶନ ଶେଷ କାଳ ବିଷୟକ।”


Swiv nou:

Piblisite


Piblisite