Biblia Todo Logo
Bib sou entènèt

- Piblisite -




ଯିହିଜିକଲ 45:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଆହୁରି, ଯେଉଁ ସମୟରେ ତୁମ୍ଭେମାନେ ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ, ସେହି ସମୟରେ ଦେଶର ଏକ ପବିତ୍ର ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ରୂପେ ଉତ୍ସର୍ଗ କରିବ; ତହିଁର ଦୀର୍ଘତା ପଚିଶ ହଜାର ଓ ପ୍ରସ୍ଥ ଦଶ ହଜାର ହାତ ହେବ; ତାହା ଚତୁର୍ଦ୍ଦିଗରେ ତହିଁର ସମସ୍ତ ସୀମା ମଧ୍ୟରେ ପବିତ୍ର ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଆହୁରି, ଯେଉଁ ସମୟରେ ତୁମ୍ଭେମାନେ ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ଵାରା ଦେଶ ବିଭାଗ କରିବ, ସେସମୟରେ ଦେଶର ଏକ ପବିତ୍ର ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ରୂପେ ଉତ୍ସର୍ଗ କରିବ; ତହିଁର ଦୀର୍ଘତା ପଚିଶ ହଜାର ଓ ପ୍ରସ୍ଥ ଦଶ ହଜାର ନଳ ହେବ; ତାହା ଚତୁର୍ଦ୍ଦିଗରେ ତହିଁର ସମସ୍ତ ସୀମା ମଧ୍ୟରେ ପବିତ୍ର ହେବ।

Gade chapit la Kopi

ଓଡିଆ ବାଇବେଲ

1 ଆହୁରି, ଯେଉଁ ସମୟରେ ତୁମ୍ଭେମାନେ ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ, ସେହି ସମୟରେ ଦେଶର ଏକ ପବିତ୍ର ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ରୂପେ ଉତ୍ସର୍ଗ କରିବ; ତହିଁର ଦୀର୍ଘତା ପଚିଶ ହଜାର ଓ ପ୍ରସ୍ଥ ଦଶ ହଜାର ହାତ ହେବ; ତାହା ଚତୁର୍ଦ୍ଦିଗରେ ତହିଁର ସମସ୍ତ ସୀମା ମଧ୍ୟରେ ପବିତ୍ର ହେବ।

Gade chapit la Kopi

ପବିତ୍ର ବାଇବଲ

1 “ଏବଂ ଯେଉଁ ସମୟରେ ତୁମ୍ଭେମାନେ ଉତ୍ତରାଧିକାରୀ ପାଇଁ ଗୁଲିବାଣ୍ଟ ଦ୍ୱାରା ଭୂମି ବିଭାଗ କରିବ, ତୁମ୍ଭେ ଏଥିରୁ ଏକ ପବିତ୍ର ଅଂଶପରି ସଦାପ୍ରଭୁଙ୍କ ପାଇଁ ଅଲଗା ରଖିବା ଉଚିତ୍। ତାହାର ଦୈର୍ଘ୍ୟ 25,000 ହାତ ଓ ପ୍ରସ୍ଥ 20,000 ହାତ ହେବ। ସେ ସମସ୍ତ ଭୂମି ପବିତ୍ର ହେବ।

Gade chapit la Kopi




ଯିହିଜିକଲ 45:1
15 Referans Kwoze  

ତୁମ୍ଭେମାନେ ଇସ୍ରାଏଲ ଗୋଷ୍ଠୀଗଣର ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ଗୁଲିବାଣ୍ଟ ଦ୍ୱାରା ବିଭାଗ କରିବ, ତାହା ଏହି ଓ ଏହିସବୁ ସେମାନଙ୍କର ଭିନ୍ନ ଭିନ୍ନ ଅଂଶ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ପୁନଶ୍ଚ, ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦେଇ କହିଲେ, “ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧ ବଂଶକୁ ଯେଉଁ ଦେଶ ଦେବା ପାଇଁ ଆଜ୍ଞା ଦେଇଅଛନ୍ତି ଓ ତୁମ୍ଭେମାନେ ଯାହା ଗୁଲିବାଣ୍ଟ ଦ୍ୱାରା ଅଧିକାର କରିବ, ସେହି ଦେଶ ଏହି।


ତୁମ୍ଭେ ଆପଣା ଧନରେ ଓ ସମସ୍ତ ଆୟର ପ୍ରଥମ ଫଳରେ ସଦାପ୍ରଭୁଙ୍କର ସମାଦର କର।


ଯେପରି ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ ତାହା ନଅ ବଂଶକୁ ଓ ଅର୍ଦ୍ଧ ବଂଶକୁ ଗୁଲିବାଣ୍ଟ ଦ୍ୱାରା ବିଭାଗ କରିଦେଲେ।


ଲିବାନୋନଠାରୁ ମିଷ୍ରଫୋତ୍‍-ମୟିମ୍‍ ପର୍ଯ୍ୟନ୍ତ ପର୍ବତ ନିବାସୀ ସମସ୍ତ ସୀଦୋନୀୟମାନଙ୍କ ଦେଶ; ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେବା; ତୁମ୍ଭେ ଆମ୍ଭ ଆଜ୍ଞାନୁସାରେ ତାହା ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ।


ଆଉ, ଭୂମି ସଦାକାଳ ନିମନ୍ତେ ବିକ୍ରୟ କରାଯିବ ନାହିଁ; କାରଣ ଭୂମି ଆମ୍ଭର; ତୁମ୍ଭେମାନେ ଆମ୍ଭ ସହିତ ବିଦେଶୀ ଓ ପ୍ରବାସୀ ଅଟ।


ଏନିମନ୍ତେ ଏବେ ଅଧିକାର ନିମିତ୍ତ ନଅ ବଂଶକୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଏହି ଦେଶ ବିଭାଗ କରିଦିଅ।”


କାରଣ ମୋଶା ଯର୍ଦ୍ଦନ-ପୂର୍ବପାରିରେ ଦୁଇ ବଂଶ ଓ ଅର୍ଦ୍ଧ ବଂଶକୁ ଅଧିକାର ଦେଇଥିଲେ; ମାତ୍ର ସେ ସେମାନଙ୍କ ମଧ୍ୟରେ ଲେବୀୟମାନଙ୍କୁ କୌଣସି ଅଧିକାର ଦେଲେ ନାହିଁ।


ସେ ପରିମାପକ ଦଣ୍ଡ ଦ୍ୱାର ପୂର୍ବ ପାର୍ଶ୍ୱ ମାପିଲେ, ପରିମାପକ ଦଣ୍ଡରେ ଚତୁର୍ଦ୍ଦିଗ ପାଞ୍ଚ ଶହ ଦଣ୍ଡ ହେଲା।


କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣ ଏହିସବୁ ଅଧିକାର ପାଇଲେ, ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣର ପିତୃବଂଶୀୟ ପ୍ରଧାନବର୍ଗ,


Swiv nou:

Piblisite


Piblisite