Biblia Todo Logo
Bib sou entènèt

- Piblisite -




ଯିହିଜିକଲ 48:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ଯିହୁଦାର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଦତ୍ତ ଉପହାର ଭୂମି ରହିବ, ତାହା ପ୍ରସ୍ଥରେ ପଚିଶ ହଜାର ଦଣ୍ଡ ଓ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ ଦୀର୍ଘତାରେ ଅନ୍ୟାନ୍ୟ ଅଂଶର ସମାନ ହେବ; ପୁଣି, ତହିଁର ମଧ୍ୟସ୍ଥାନରେ ଧର୍ମଧାମ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି, ଯିହୁଦାର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଦତ୍ତ ଉପହାର ଭୂମି ରହିବ, ତାହା ପ୍ରସ୍ଥରେ ପଚିଶ ହଜାର ନଳ ଓ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ ଦୀର୍ଘତାରେ ଅନ୍ୟାନ୍ୟ ଅଂଶର ସମାନ ହେବ; ପୁଣି, ତହିଁର ମଧ୍ୟସ୍ଥାନରେ ଧର୍ମଧାମ ହେବ।

Gade chapit la Kopi

ଓଡିଆ ବାଇବେଲ

8 ପୁଣି, ଯିହୁଦାର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଦତ୍ତ ଉପହାର ଭୂମି ରହିବ, ତାହା ପ୍ରସ୍ଥରେ ପଚିଶ ହଜାର ଦଣ୍ଡ ଓ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ ଦୀର୍ଘତାରେ ଅନ୍ୟାନ୍ୟ ଅଂଶର ସମାନ ହେବ; ପୁଣି, ତହିଁର ମଧ୍ୟସ୍ଥାନରେ ଧର୍ମଧାମ ହେବ।

Gade chapit la Kopi

ପବିତ୍ର ବାଇବଲ

8 “ପୁଣି ଦେଶ ତୁମ୍ଭେ ଉପହାର ରୂପେ ଦେଇଛ ତାହା ଯିହୁଦାର ଉତ୍ତର ସୀମାରେ ରହିବ। ପୁଣି ଯିହୁଦାର ସୀମା ନିକଟରେ ପୂର୍ବରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଦତ୍ତ ଉପହାର ଭୂମି ରହିବ। ତାହାର ଲମ୍ବ 25,000 ହାତ ଓ ପୂର୍ବରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ ଅନ୍ୟାନ୍ୟ ଅଂଶର ସମାନ ହେବ। ଆଉ ଏହାର ମଧ୍ୟବର୍ତ୍ତୀ ସ୍ଥାନରେ ମନ୍ଦିର ହେବ।

Gade chapit la Kopi




ଯିହିଜିକଲ 48:8
13 Referans Kwoze  

ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।”


କୌଣସି ଅଭିଶପ୍ତ ବିଷୟ ଆଉ ରହିବ ନାହିଁ। ଈଶ୍ବର ଓ ମେଷଶାବକଙ୍କ ସିଂହାସନ ନଗରୀ ମଧ୍ୟରେ ରହିବ, ଆଉ ତାହାଙ୍କ ଦାସମାନେ ତାହାଙ୍କର ଉପାସନା କରିବେ।


ମୁଁ ସେହି ନଗରୀରେ କୌଣସି ମନ୍ଦିର ଦେଖିଲି ନାହିଁ, କାରଣ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର ଓ ମେଷଶାବକ ସେଥିର ମନ୍ଦିର ସ୍ୱରୂପ ଅଟନ୍ତି।


ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଈଶ୍ବରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ,


କାରଣ ଖ୍ରୀଷ୍ଟଙ୍କଠାରେ ସମ୍ପୂର୍ଣ୍ଣ ଈଶ୍ବରତ୍ତ୍ୱ ଦେହବନ୍ତ ହୋଇ ବାସ କରେ,


ପ୍ରତିମା ସହିତ ଈଶ୍ବରଙ୍କ ମନ୍ଦିରର କି ସମ୍ବନ୍ଧ? କାରଣ ଆମ୍ଭେମାନେ ଜୀବିତ ଈଶ୍ବରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ବର କହିଅଛନ୍ତି, “ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ବର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ।”


ଚତୁର୍ଦ୍ଦିଗ ଅଠର ହଜାର ଦଣ୍ଡ ପରିମିତ ହେବ, ଆଉ ‘ସଦାପ୍ରଭୁ ତହିଁ ବିଦ୍ୟମାନ,’ ସେହି ଦିନଠାରୁ ନଗରର ଏହି ନାମ ହେବ।”


ପୁଣି, ପବିତ୍ର ଉପହାର ଭୂମିର ଓ ନଗର ଅଧିକାରର ଏପାଖରେ ଓ ସେପାଖରେ ଅବଶିଷ୍ଟ ଭୂମି ଅଧିପତିଙ୍କର ହେବ; ଅର୍ଥାତ୍‍, ଅନ୍ୟାନ୍ୟ ଅଂଶର ଅନୁସାରେ ପୂର୍ବ ସୀମା ଆଡ଼େ ପଚିଶ ହଜାର ନଳ ପରିମିତ ଉପହାର ଭୂମିର ସମ୍ମୁଖସ୍ଥ ଭୂମି ଓ ପଶ୍ଚିମ ଦିଗରେ ପଶ୍ଚିମ ଆଡ଼େ ପଚିଶ ହଜାର ନଳ ପରିମିତ ଭୂମିର ସମ୍ମୁଖସ୍ଥ ଭୂମି ଅଧିପତିଙ୍କର ହେବ; ଆଉ, ପବିତ୍ର ଉପହାର ଭୂମି ଓ ଗୃହର ପବିତ୍ର ସ୍ଥାନ ତହିଁର ମଧ୍ୟସ୍ଥିତ ହେବ।


ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଭୂମି ନିବେଦନ କରିବ, ତାହା ଦୀର୍ଘରେ ପଚିଶ ହଜାର ଓ ପ୍ରସ୍ଥରେ ଦଶ ହଜାର ନଳ ହେବ।


Swiv nou:

Piblisite


Piblisite