Biblia Todo Logo
Bib sou entènèt

- Piblisite -




ଯିହିଜିକଲ 6:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ କରାଘାତ, ପଦାଘାତ କର ଓ ଇସ୍ରାଏଲ ବଂଶର ସକଳ ଘୃଣାଯୋଗ୍ୟ ଦୁଷ୍କ୍ରିୟା ସକାଶୁ କୁହ, ହାୟ ହାୟ! କାରଣ ସେମାନେ ଖଡ୍ଗରେ, ଦୁର୍ଭିକ୍ଷରେ ଓ ମହାମାରୀରେ ପତିତ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କରାଘାତ ଓ ପଦାଘାତ କର ଓ ଇସ୍ରାଏଲ-ବଂଶର ସକଳ ଘୃଣାଯୋଗ୍ୟ ଦୁଷ୍କ୍ରିୟା ସକାଶୁ କୁହ, ହାୟ ହାୟ ! କାରଣ ସେମାନେ ଖଡ଼୍‍ଗରେ, ଦୁର୍ଭିକ୍ଷରେ ଓ ମହାମାରୀରେ ପତିତ ହେବେ।

Gade chapit la Kopi

ଓଡିଆ ବାଇବେଲ

11 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କରାଘାତ,ପଦାଘାତ କର ଓ ଇସ୍ରାଏଲ ବଂଶର ସକଳ ଘୃଣାଯୋଗ୍ୟ ଦୁଷ୍କ୍ରିୟା ସକାଶୁ କୁହ, ହାୟ ହାୟ ! କାରଣ ସେମାନେ ଖଡ୍ଗରେ, ଦୁର୍ଭିକ୍ଷରେ ଓ ମହାମାରୀରେ ପତିତ ହେବେ।

Gade chapit la Kopi

ପବିତ୍ର ବାଇବଲ

11 ସଦାପ୍ରଭୁ ମୋର ପ୍ରଭୁ ମୋତେ କହିଲେ, “ତୁମ୍ଭେ ତାଳି ବଜାଅ ଓ ପଦାଘାତ କର ଓ କୁହ: ଧିକ୍! ସେମାନଙ୍କର ଘୃଣ୍ୟ ଓ ମନ୍ଦକାର୍ଯ୍ୟ ଯୋଗୁଁ ଇସ୍ରାଏଲର ଗୃହ ‌‌ଖ‌ଡ଼୍‌ଗର, ଦୁର୍ଭିକ୍ଷର ଓ ମହାମାରୀର ଶିକାର ହେବ।

Gade chapit la Kopi




ଯିହିଜିକଲ 6:11
23 Referans Kwoze  

ତୁମ୍ଭର ତୃତୀୟାଂଶ ମହାମାରୀରେ ମରିବେ, ଆଉ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭ ମଧ୍ୟରେ ସେମାନେ କ୍ଷୟ ପାଇବେ; ପୁଣି, ତୃତୀୟାଂଶ ଖଡ୍ଗ ଦ୍ୱାରା ତୁମ୍ଭ ଚତୁର୍ଦ୍ଦିଗରେ ପତିତ ହେବେ; ଆଉ ତୃତୀୟାଂଶକୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କର ପଶ୍ଚାତ ଖଡ୍ଗ ନିଷ୍କୋଷ କରିବା।


ହାୟ ହାୟ ସେ ଦିନ! କାରଣ ସଦାପ୍ରଭୁଙ୍କ ଦିନ ସନ୍ନିକଟ, ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ତୁଲ୍ୟ ତାହା ଉପସ୍ଥିତ ହେବ।


କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଇସ୍ରାଏଲ ଦେଶ ବିରୁଦ୍ଧରେ କରତାଳି ଦେଇଅଛ, ପଦାଘାତ କରିଅଛ, ପୁଣି, ଆପଣା ପ୍ରାଣର ସମ୍ପୂର୍ଣ୍ଣ ଘୃଣା ଭାବରେ ଆନନ୍ଦ କରିଅଛ।


କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ଉଚ୍ଛିନ୍ନ କରିବା ପାଇଁ ଯେତେବେଳେ ଯିରୂଶାଲମ ବିରୁଦ୍ଧରେ ଖଡ୍ଗ, ଦୁର୍ଭିକ୍ଷ, ହିଂସ୍ରକ ପଶୁ ଓ ମହାମାରୀ, ଆମ୍ଭର ଏହି ଚାରି ମହାଦଣ୍ଡ ପଠାଇବା, ସେତେବେଳେ ଆଉ କେତେ ଅଧିକ ନ ଘଟିବ?


ପୁଣି, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ନଗରର ମଧ୍ୟଦେଇ, ଯିରୂଶାଲମର ମଧ୍ୟଦେଇ ଯାଅ ଓ ତହିଁ ମଧ୍ୟରେ କୃତ ସକଳ ଘୃଣାଯୋଗ୍ୟ କ୍ରିୟା ସକାଶୁ ଯେଉଁ ଲୋକମାନେ ଦୀର୍ଘ ନିଃଶ୍ୱାସ ଛାଡ଼ନ୍ତି ଓ କାତରୋକ୍ତି କରନ୍ତି, ସେମାନଙ୍କର କପାଳରେ ଚିହ୍ନ ଦିଅ।”


ପୁଣି, ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଲୁ, ତହିଁରୁ ସେମାନେ ଯେପର୍ଯ୍ୟନ୍ତ ଉଚ୍ଛିନ୍ନ ନ ହୁଅନ୍ତି, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ମଧ୍ୟକୁ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା।”


ସେମାନେ ତାହାର ଯନ୍ତ୍ରଣାରେ ଭୟ ହେତୁ ଦୂରରେ ଠିଆ ହୋଇ କହିବେ, “ହାୟ, ହାୟ, ମହାନଗରୀ, ପରାକ୍ରମୀ ନଗରୀ ବାବିଲ, ତୁ ସନ୍ତାପର ପାତ୍ରୀ। କାରଣ ଏକ ଘଡ଼ି ମଧ୍ୟରେ ତୋହର ଦଣ୍ଡ ଉପସ୍ଥିତ ହେଲା।”


ଏଥିପାଇଁ ପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର ସଦାପ୍ରଭୁ ଏହି କଥା କହନ୍ତି, “ଛକସ୍ଥାନ ସକଳରେ ହାହାକାର ଶବ୍ଦ ହେବ ଓ ରାଜଦାଣ୍ଡସକଳରେ ଲୋକମାନେ ହାୟ! ହାୟ! କହିବେ; ଆଉ, ସେମାନେ କୃଷକକୁ ଶୋକ କରିବାକୁ ଓ ବିଳାପ ନିପୁଣ ଲୋକମାନଙ୍କୁ ହାହାକାର କରିବାକୁ ଡାକିବେ।


ହାୟ ହାୟ! ସେ ଦିନ ମହତ, ତାହା ତୁଲ୍ୟ ଦିନ ଆଉ ନାହିଁ, ତାହା ଯାକୁବର ସଙ୍କଟ କାଳ; ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।


ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।


ମୁଁ ପର୍ବତମାନର ବିଷୟରେ ରୋଦନ ଓ ହାହାକାର ଓ ପ୍ରାନ୍ତରସ୍ଥ ଚରାସ୍ଥାନସକଳର ବିଷୟରେ ବିଳାପ କରିବି, କାରଣ ସେସବୁ ଦଗ୍ଧ ହୋଇଅଛି ଓ ତହିଁର ମଧ୍ୟଦେଇ କେହି ଗତାୟାତ କରେ ନାହିଁ; ଅଥବା ଲୋକମାନେ ପଶୁପଲର ରବ ଶୁଣି ପାରନ୍ତି ନାହିଁ; ଆକାଶସ୍ଥ ପକ୍ଷୀଗଣ ଓ ଭୂଚର ପଶୁଗଣ ଉଭୟ ପଳାୟନ କରିଅଛନ୍ତି, ସେମାନେ ଚାଲି ଯାଇଅଛନ୍ତି।


ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ୱରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରିପାରନ୍ତି!


“ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ।


ଏଥିରେ ବିଲୀୟମ୍‍ ବିରୁଦ୍ଧରେ ବାଲାକଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହୁଁ ସେ ଆପଣା ହାତରେ ହାତ ମାରିଲେ; ପୁଣି, ବାଲାକ ବିଲୀୟମ୍‍କୁ କହିଲେ, “ଆମ୍ଭେ ଆପଣା ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ତୁମ୍ଭକୁ ଡାକିଲୁ, ମାତ୍ର ଦେଖ, ତୁମ୍ଭେ ଏହି ତିନି ଥର ସେମାନଙ୍କୁ ସର୍ବୋତଭାବେ ଆଶୀର୍ବାଦ କଲ।


ଏହେତୁ ଏବେ ନିଶ୍ଚୟ ଜାଣ ଯେ, ଯେଉଁ ସ୍ଥାନରେ ପ୍ରବାସ କରିବା ନିମନ୍ତେ ତୁମ୍ଭେମାନେ ଯିବା ପାଇଁ ବାଞ୍ଛା କରୁଅଛ, ସେ ସ୍ଥାନରେ ତୁମ୍ଭେମାନେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ।”


ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ; ଆମ୍ଭେ ସେମାନଙ୍କ ପ୍ରତି ଏହି ଅମଙ୍ଗଳ ଘଟାଇବାର କଥା ବୃଥା କହି ନାହୁଁ।”


ସମୟ ଉପସ୍ଥିତ ହେଲା, ଦିନ ନିକଟବର୍ତ୍ତୀ ହେଉଅଛି; କ୍ରୟକାରୀ ଆନନ୍ଦ ନ କରୁ ଓ ବିକ୍ରୟକାରୀ ଶୋକ ନ କରୁ; କାରଣ ସେହି ସ୍ଥାନର ସମସ୍ତ ଲୋକସମୂହ ଉପରେ କୋପ ଉପସ୍ଥିତ।


ବାହାରେ ଖଡ୍ଗ, ଭିତରେ ମହାମାରୀ ଓ ଦୁର୍ଭିକ୍ଷ ଅଛି; ଯେଉଁ ଲୋକ କ୍ଷେତ୍ରରେ ଅଛି, ସେ ଖଡ୍ଗରେ ମରିବ ଓ ଯେ ନଗର ମଧ୍ୟରେ ଅଛି, ଦୁର୍ଭିକ୍ଷ ଓ ମହାମାରୀ ତାକୁ ଗ୍ରାସ କରିବ।


“ହେ ମନୁଷ୍ୟ-ସନ୍ତାନ, ବାବିଲ ରାଜାର ଖଡ୍ଗ ଆସିବା ପାଇଁ ତୁମ୍ଭେ ଆହୁରି ଦୁଇ ପଥ ନିରୂପଣ କର; ସେ ଦୁଇ ପଥ ଏକ ଦେଶରୁ ଆସିବ; ଆଉ, ତୁମ୍ଭେ ଏକ ସ୍ଥାନ ଚିହ୍ନିତ କର, ନଗରଗାମୀ ପଥ ମୁଣ୍ଡରେ ଚିହ୍ନିତ କର।


ଏହି ପ୍ରକାରେ ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଜୀବିତ ଥିବା ପ୍ରମାଣେ ଉତ୍ସନ୍ନ ସ୍ଥାନ ସକଳରେ ଥିବା ଲୋକମାନେ ନିଶ୍ଚୟ ଖଡ୍ଗ ଦ୍ୱାରା ପତିତ ହେବେ ଓ ଯେଉଁ ଜନ ପଡ଼ିଆରେ ଅଛି, ଆମ୍ଭେ ତାହାକୁ ଭକ୍ଷ୍ୟ ରୂପେ ପଶୁମାନଙ୍କୁ ଦେବା, ଆଉ ଯେଉଁମାନେ ଦୃଢ଼ ଦୁର୍ଗରେ ଓ ଗୁହାରେ ଥାʼନ୍ତି, ସେମାନେ ମହାମାରୀରେ ମରିବେ।


Swiv nou:

Piblisite


Piblisite