Biblia Todo Logo
Bib sou entènèt

- Piblisite -




ଯିହିଜିକଲ 6:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ପ୍ରତି ଆପଣା ମୁଖ କରି ସେମାନଙ୍କ ପ୍ରତି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପର୍ବତଗଣର ଆଡ଼େ ଆପଣା ମୁଖ କରି ସେମାନଙ୍କ ପ୍ରତି ଭବିଷ୍ୟଦ୍ବାକ୍ୟ ପ୍ରଚାର କର,

Gade chapit la Kopi

ଓଡିଆ ବାଇବେଲ

2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ପ୍ରତି ଆପଣା ମୁଖ କରି ସେମାନଙ୍କ ପ୍ରତି ଭବିଷ୍ୟଦ୍‍-ବାକ୍ୟ ପ୍ରଚାର କର,

Gade chapit la Kopi

ପବିତ୍ର ବାଇବଲ

2 ସେ କହିଲେ, “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଇସ୍ରାଏଲର ପର୍ବତଗଣ ଆଡ଼େ ବୁଲିପଡ଼ ଓ ସେମାନଙ୍କ ପ୍ରତି ଭବିଷ୍ୟ‌ଦ୍‌ବାଣୀ ପ୍ରଗ୍ଭର କର।

Gade chapit la Kopi




ଯିହିଜିକଲ 6:2
17 Referans Kwoze  

ଆଉ, ସେମାନେ ତାକୁ ଅଙ୍କୁଶ ଦ୍ୱାରା ପିଞ୍ଜରରେ ରଖି ବାବିଲ ରାଜା ନିକଟକୁ ନେଇଗଲେ; ଇସ୍ରାଏଲର ପର୍ବତସମୂହରେ ତାହାର ହୁଙ୍କାର ଶବ୍ଦ ଯେପରି ଆଉ ଶୁଣା ନ ଯାଏ, ଏଥିପାଇଁ ସେମାନେ ତାହାକୁ ଦୃଢ଼ ଗଡ଼ ମଧ୍ୟକୁ ନେଇଗଲେ।


ଆଉ, ସେହି ଦେଶରେ ଇସ୍ରାଏଲର ସକଳ ପର୍ବତ ଉପରେ ଆମ୍ଭେ ଏମାନଙ୍କୁ ଏକ ଗୋଷ୍ଠୀ କରିବା ଓ ଏକ ରାଜା ଯେ ସମସ୍ତଙ୍କର ରାଜା ହେବେ, ପୁଣି, ସେମାନେ ଆଉ ଦୁଇ ଗୋଷ୍ଠୀ ନୋହିବେ, କିଅବା ଆଉ କେବେ ଦୁଇ ରାଜ୍ୟରେ ବିଭକ୍ତ ହେବେ ନାହିଁ।


“ଆଉ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପର୍ବତଗଣକୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ହେ ଇସ୍ରାଏଲର ପର୍ବତଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।


ଆଉ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ବିରୁଦ୍ଧରେ ଯେଉଁ ସକଳ ନିନ୍ଦାର କଥା କହିଅଛ, ଅର୍ଥାତ୍‍, ‘ସେହି ସବୁ ଧ୍ୱଂସସ୍ଥାନ ଓ ସେହି ସବୁ ଗ୍ରାସାର୍ଥେ ଆମ୍ଭମାନଙ୍କୁ ଦତ୍ତ ହୋଇଅଛି ବୋଲି କହିଅଛ, ତାହା ଆମ୍ଭେ ସଦାପ୍ରଭୁ ଯେ ଶୁଣିଅଛୁ, ଏହା ତୁମ୍ଭେ ଜାଣିବ।’


ଆମ୍ଭେ ଉତ୍ତମ ଚରାଣୀ ସ୍ଥାନରେ ସେମାନଙ୍କୁ ଚରାଇବା, ପୁଣି ଇସ୍ରାଏଲର ଉଚ୍ଚସ୍ଥଳୀର ପର୍ବତଗଣର ଉପରେ ସେମାନଙ୍କର ଖୁଆଡ଼ ହେବ; ସେହି ସ୍ଥାନରେ ସେମାନେ ଉତ୍ତମ ଖୁଆଡ଼ ମଧ୍ୟରେ ଶୟନ କରିବେ ଓ ଇସ୍ରାଏଲର ପର୍ବତମାନର ଉପରେ ପୁଷ୍ଟିକର ଚରାଣୀ ସ୍ଥାନରେ ସେମାନେ ଚରିବେ।


ପୁଣି, ଆମ୍ଭେ ଦେଶକୁ ଧ୍ୱଂସିତ ଓ ବିସ୍ମୟର ସ୍ଥାନ କରିବା, ତହିଁରେ ତାହାର ପରାକ୍ରମର ଗର୍ବ ଲୁପ୍ତ ହେବ; ପୁଣି, ଇସ୍ରାଏଲର ପର୍ବତଗଣ ଧ୍ୱଂସିତ ହେବ, ତହିଁରେ କେହି ତହିଁ ମଧ୍ୟଦେଇ ଗମନ କରିବେ ନାହିଁ।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଅମ୍ମୋନ-ସନ୍ତାନଗଣର ପ୍ରତି ଆପଣା ମୁଖ ରଖି ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର;


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମ ପ୍ରତି ଆପଣା ମୁଖ ରଖ, ପବିତ୍ର ସ୍ଥାନ ସମୂହର ପ୍ରତି ଆପଣା ବାକ୍ୟ ବର୍ଷଣ କର ଓ ଇସ୍ରାଏଲ ଦେଶ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର,


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦକ୍ଷିଣ ଦିଗ ପ୍ରତି ଆପଣା ମୁଖ ରଖ ଓ ଦକ୍ଷିଣ ଦିଗ ପ୍ରତି ଆପଣା ବାକ୍ୟ ବର୍ଷଣ କର, ଆଉ ଦକ୍ଷିଣ ପ୍ରାନ୍ତରସ୍ଥ ଅରଣ୍ୟ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର;


ଆଉ ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ଲୋକଙ୍କର ଯେଉଁ କନ୍ୟାଗଣ ଆପଣା ଆପଣା ହୃଦୟରୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖ ଓ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ,


ଆଉ, ତୁମ୍ଭେ ଆପଣା ବାହୁ ଅନାବୃତ କରି ଯିରୂଶାଲମର ସୈନ୍ୟ ବେଷ୍ଟନ ପ୍ରତି ମୁଖ ରଖିବ ଓ ତହିଁ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବ।


ଆଉ ସେହି ସମୟରେ ଯିହୋଶୂୟ ଆସି ପର୍ବତମୟ ଦେଶରୁ, ହିବ୍ରୋଣରୁ, ଦବୀରରୁ, ଅନାବରୁ ଓ ଯିହୁଦାର ସମସ୍ତ ପର୍ବତମୟ ଦେଶରୁ ଓ ଇସ୍ରାଏଲର ସମସ୍ତ ପର୍ବତମୟ ଦେଶରୁ ଅନାକୀୟମାନଙ୍କୁ ଉଚ୍ଛିନ୍ନ କଲେ; ଯିହୋଶୂୟ ସେମାନଙ୍କ ନଗର ସମେତ ସେମାନଙ୍କୁ ବର୍ଜିତ ରୂପେ ବିନାଶ କଲେ।


ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୀଦୋନ ପ୍ରତି ଆପଣା ମୁଖ ରଖି ତାହା ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର;


ଆଉ, ‘ତୁମ୍ଭେ କାହିଁକି ଦୀର୍ଘ ନିଃଶ୍ୱାସ ଛାଡ଼ୁଅଛ?’ ଏ କଥା ଯଦି ସେମାନେ ତୁମ୍ଭକୁ ପଚାରିବେ, ତେବେ ତୁମ୍ଭେ କହିବ, ‘ସମ୍ବାଦ ସକାଶେ, କାରଣ ତାହା ଆସୁଅଛି; ତହିଁରେ ପ୍ରତ୍ୟେକ ହୃଦୟ ତରଳି ଯିବ ଓ ସକଳ ହସ୍ତ ଦୁର୍ବଳ ହେବ, ପ୍ରତ୍ୟେକ ମନ କ୍ଳାନ୍ତ ହେବ ଓ ସମସ୍ତ ଆଣ୍ଠୁ ଜଳ ପରି ହେବ; ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ,’” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite