Biblia Todo Logo
Bib sou entènèt

- Piblisite -




ଯିହିଜିକଲ 7:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସମୟ ଉପସ୍ଥିତ ହେଲା, ଦିନ ନିକଟବର୍ତ୍ତୀ ହେଉଅଛି; କ୍ରୟକାରୀ ଆନନ୍ଦ ନ କରୁ ଓ ବିକ୍ରୟକାରୀ ଶୋକ ନ କରୁ; କାରଣ ସେହି ସ୍ଥାନର ସମସ୍ତ ଲୋକସମୂହ ଉପରେ କୋପ ଉପସ୍ଥିତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସମୟ ଉପସ୍ଥିତ ହେଲା, ଦିନ ନିକଟବର୍ତ୍ତୀ ହେଉଅଛି; କ୍ରୟକାରୀ ଆନନ୍ଦ ନ କରୁ ଓ ବିକ୍ରୟକାରୀ ଶୋକ ନ କରୁ; କାରଣ ସେସ୍ଥାନର ସମସ୍ତ ଲୋକାରଣ୍ୟ ଉପରେ କୋପ ଉପସ୍ଥିତ।

Gade chapit la Kopi

ଓଡିଆ ବାଇବେଲ

12 ସମୟ ଉପସ୍ଥିତ ହେଲା, ଦିନ ନିକଟବର୍ତ୍ତୀ ହେଉଅଛି; କ୍ରୟକାରୀ ଆନନ୍ଦ ନ କରୁ ଓ ବିକ୍ରୟକାରୀ ଶୋକ ନ କରୁ; କାରଣ ସେହି ସ୍ଥାନର ସମସ୍ତ ଲୋକସମୂହ ଉପରେ କୋପ ଉପସ୍ଥିତ।

Gade chapit la Kopi

ପବିତ୍ର ବାଇବଲ

12 “ସମୟ ଆସିଅଛି, ସେହି ଦିନ ନିକଟବର୍ତ୍ତୀ ହେଉଅଛି। କର୍ତ୍ତା ଆନନ୍ଦ ନ କରୁ ଓ ବିକ୍ରେତା ଶୋକ ନ କରୁ। କାରଣ ଭୟଙ୍କର ଦଣ୍ଡ ଜନଗହଳି ମଧ୍ୟରେ ଥିବା ପ୍ରତ୍ୟେକଙ୍କ ଉପରେ ଆସିଯାଇଛି।

Gade chapit la Kopi




ଯିହିଜିକଲ 7:12
17 Referans Kwoze  

ଦେଖ, ସେହି ଦିନ, ଦେଖ, ତାହା ଆସୁଅଛି; ତୁମ୍ଭର ଶେଷ ବିଚାରାଜ୍ଞା ନିର୍ଗତ ହେଲା; ଯଷ୍ଟି ପୁଷ୍ପିତ ହୋଇଅଛି, ଅହଙ୍କାର ଅଙ୍କୁରିତ ହୋଇଅଛି।


କିଣିବା ଲୋକ କହେ, “ଭଲ ନୁହେଁ, ଭଲ ନୁହେଁ,” ମାତ୍ର ଆପଣା ବାଟରେ ଗଲା ବେଳେ ଦର୍ପ କରେ।


ସଦାପ୍ରଭୁଙ୍କର ମହାଦିନ ନିକଟବର୍ତ୍ତୀ, ତାହା ଅର୍ଥାତ୍‍, ସଦାପ୍ରଭୁଙ୍କର ଦିନର ଶବ୍ଦ ନିକଟବର୍ତ୍ତୀ ଓ ଅତି ଶୀଘ୍ର ଆସୁଅଛି; ବୀରପୁରୁଷ ସେହି ସ୍ଥାନରେ ଅତିଶୟ ରୋଦନ କରୁଅଛି।


ପ୍ରହରୀ କହିଲା, “ପ୍ରଭାତ ଆସୁଅଛି ଓ ରାତ୍ରି ହିଁ ଆସୁଅଛି; ତୁମ୍ଭେମାନେ ଯଦି ପଚାରିବ, ପଚାର; ତୁମ୍ଭେମାନେ ଫେର, ଆସ।”


ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଏହି ସ୍ଥାନ ଉପରେ ମନୁଷ୍ୟ ଓ ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ, ଏହିସବୁର ଉପରେ ଆମ୍ଭର କ୍ରୋଧ ଓ କୋପ ଢଳାଯିବ; ତାହା ଦଗ୍ଧ କରିବ ଓ ନିର୍ବାଣ ହେବ ନାହିଁ।”


ଏହେତୁ ସେମାନଙ୍କୁ କୁହ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ଏହି ପ୍ରବାଦ ଲୋପ କରିବା ଓ ଇସ୍ରାଏଲ ମଧ୍ୟରେ ଲୋକମାନେ ପ୍ରବାଦ ରୂପେ ଆଉ ତାହା ବ୍ୟବହାର କରିବେ ନାହିଁ;’ ମାତ୍ର ସେମାନଙ୍କୁ କୁହ, ସମୟ ଓ ପ୍ରତ୍ୟେକ ଦର୍ଶନର ସଫଳତା ସନ୍ନିକଟ।


କାରଣ ସେହି ଦିନ ନିକଟବର୍ତ୍ତୀ, ହଁ, ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ, ସେହି ଦିନ ମେଘାଚ୍ଛନ୍ନ ଦିନ; ତାହା ଅନ୍ୟଦେଶୀୟମାନଙ୍କର କାଳ ହେବ।


ହାୟ ହାୟ ସେ ଦିନ! କାରଣ ସଦାପ୍ରଭୁଙ୍କ ଦିନ ସନ୍ନିକଟ, ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ତୁଲ୍ୟ ତାହା ଉପସ୍ଥିତ ହେବ।


Swiv nou:

Piblisite


Piblisite