Biblia Todo Logo
Bib sou entènèt

- Piblisite -




ଯିହିଜିକଲ 7:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଯେହେତୁ ସେମାନେ ଜୀବିତ ଥିଲେ ହେଁ ବିକ୍ରୟକାରୀ ବିକ୍ରୀତ ଅଧିକାରକୁ ଫେରିଯିବ ନାହିଁ; କାରଣ ଏହି ଦର୍ଶନ ସେହି ସ୍ଥାନସ୍ଥ ସମୁଦାୟ ଲୋକସମୂହ ବିଷୟକ ଅଟେ, କେହି ଫେରିଯିବେ ନାହିଁ; ପୁଣି, ଆପଣା ଜୀବନର ଅଧର୍ମରେ କେହି ଆପଣାକୁ ସବଳ କରିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଯେହେତୁ ସେମାନେ ଜୀବିତ ଥିଲେ ହେଁ ବିକ୍ରୟକାରୀ ବିକ୍ରୀତ ଅଧିକାରକୁ ଫେରିଯିବ ନାହିଁ; କାରଣ ଏହି ଦର୍ଶନ ସେସ୍ଥାନସ୍ଥ ସମୁଦାୟ ଲୋକାରଣ୍ୟ ବିଷୟକ ଅଟେ, କେହି ଫେରିଯିବେ ନାହିଁ; ପୁଣି, ଆପଣା ଜୀବନର ଅଧର୍ମରେ କେହି ଆପଣାକୁ ସବଳ କରିବେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

13 ଯେହେତୁ ସେମାନେ ଜୀବିତ ଥିଲେ ହେଁ ବିକ୍ରୟକାରୀ ବିକ୍ରୀତ ଅଧିକାରକୁ ଫେରିଯିବ ନାହିଁ; କାରଣ ଏହି ଦର୍ଶନ ସେହି ସ୍ଥାନସ୍ଥ ସମୁଦାୟ ଲୋକସମୂହ ବିଷୟକ ଅଟେ, କେହି ଫେରିଯିବେ ନାହିଁ; ପୁଣି, ଆପଣା ଜୀବନର ଅଧର୍ମରେ କେହି ଆପଣାକୁ ସବଳ କରିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

13 ବିକ୍ରେତା ବିକ୍ରୟ କରିଥିବା ସମ୍ପତ୍ତିରୁ, ସେ ବଞ୍ଚିଥିବା ପର୍ଯ୍ୟନ୍ତ ସେମାନଙ୍କଠାରୁ ଫେରିପାଇବ ନାହିଁ। କାରଣ ଏହି ଦର୍ଶନ ସମସ୍ତ ଲୋକାରଣ୍ୟ ପାଇଁ ଉଦ୍ଧିଷ୍ଟ। ଏହା ବଦଳା ଯାଇପାରିବ ନାହିଁ। ସେମାନଙ୍କର ପାପ ସକାଶେ, କେହି ଆପଣା ଜୀବନକୁ ଧରି ରଖିବାକୁ ସକ୍ଷମ ହେବେ ନାହିଁ।

Gade chapit la Kopi




ଯିହିଜିକଲ 7:13
11 Referans Kwoze  

ଆମ୍ଭେ ଯେଉଁ ଧାର୍ମିକ ଲୋକକୁ ବିଷଣ୍ଣ କରି ନାହୁଁ, ତୁମ୍ଭେମାନେ ମିଥ୍ୟା କଥା ଦ୍ୱାରା ତାହାର ଅନ୍ତଃକରଣକୁ ଦୁଃଖାର୍ତ୍ତ କରିଅଛ, ପୁଣି, ଦୁଷ୍ଟ ଲୋକ ବଞ୍ଚିବା ନିମନ୍ତେ ଯେପରି ଆପଣା କୁପଥରୁ ଫେରିବ ନାହିଁ, ଏଥିପାଇଁ ତାହାର ହସ୍ତ ସବଳ କରିଅଛ;


ଶ୍ୱାସବାୟୁ ଅଟକାଇ ରଖିବା ପାଇଁ ଶ୍ୱାସବାୟୁ ଉପରେ କୌଣସି ମନୁଷ୍ୟର କ୍ଷମତା ନାହିଁ; କିଅବା ମରଣ ଦିନ ଉପରେ ତାହାର କିଛି କ୍ଷମତା ନାହିଁ; ପୁଣି, ସେହି ଯୁଦ୍ଧରୁ ଛାଡ଼ ନାହିଁ; ଅଥବା ଦୁଷ୍ଟତାରେ ଆସକ୍ତ ଲୋକକୁ ଦୁଷ୍ଟତା ଉଦ୍ଧାର କରିବ ନାହିଁ।


“ଦେଖ, ଏହି ଲୋକ ପରମେଶ୍ୱରଙ୍କୁ ଆପଣାର ବଳ ସ୍ୱରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା।”


କାରଣ ସେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛି ଓ ସର୍ବଶକ୍ତିମାନଙ୍କ ପ୍ରତିକୂଳରେ ଗର୍ବାଚରଣ କରୁଅଛି;


ମାତ୍ର ପ୍ରାଚୀରହୀନ ଗ୍ରାମର ମଧ୍ୟବର୍ତ୍ତୀ ଗୃହଗୁଡ଼ିକ ଦେଶର କ୍ଷେତ୍ର ମଧ୍ୟରେ ଗଣାଯିବ ତାହା ମୁକ୍ତ ହୋଇପାରେ, ପୁଣି ଯୋବେଲ ସମୟରେ ତାହା ମୁକ୍ତ ହେବ।


ମଧ୍ୟ ତୁମ୍ଭେମାନେ ରାଜା ନାମରେ ଯିହୁଦୀୟମାନଙ୍କ ନିକଟକୁ ଆପଣା ଆପଣା ଇଚ୍ଛାନୁସାରେ ପତ୍ର ଲେଖ ଓ ତାହା ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କର; କାରଣ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ ପତ୍ର କେହି ଅନ୍ୟଥା କରି ନ ପାରେ।”


ସେହି ଯୋବେଲ ବର୍ଷରେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ।


କାରଣ ଆମ୍ଭେ ସଦାପ୍ରଭୁ; ଆମ୍ଭେ କଥା କହିବା ଓ ଯେଉଁ କଥା ଆମ୍ଭେ କହିବା, ତାହା ସଫଳ ହେବ; ଆଉ, ବିଳମ୍ବ ହେବ ନାହିଁ; କାରଣ ହେ ବିଦ୍ରୋହୀ ବଂଶ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ବର୍ତ୍ତମାନ କାଳରେ କଥା କହିବା ଓ ତାହା ସଫଳ କରିବା।”


ଏହେତୁ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭ ବାକ୍ୟର କୌଣସି କଥା ଆଉ ବିଳମ୍ବ ନୋହିବ, ମାତ୍ର ଆମ୍ଭେ ଯେଉଁ ବାକ୍ୟ କହିବା, ତାହା ସଫଳ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”


Swiv nou:

Piblisite


Piblisite