Biblia Todo Logo
Bib sou entènèt

- Piblisite -




ଯିହିଜିକଲ 7:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ହେ ଦେଶ ନିବାସୀ ଲୋକ, ତୁମ୍ଭର ଶେଷ ବିଚାରାଜ୍ଞା ଉପସ୍ଥିତ, ସେହି ସମୟ ଉପସ୍ଥିତ, ସେହି ଦିନ ସନ୍ନିକଟ; ତାହା କୋଳାହଳର ଦିନ ଓ ପର୍ବତଗଣ ଉପରେ ଆନନ୍ଦ ଧ୍ୱନିର ଦିନ ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ହେ ଦେଶନିବାସୀ ଲୋକ, ତୁମ୍ଭର ଶେଷ ବିଚାରାଜ୍ଞା ଉପସ୍ଥିତ, ସେହି ସମୟ ଉପସ୍ଥିତ, ସେହି ଦିନ ସନ୍ନିକଟ; ତାହା କୋଳାହଳର ଦିନ ଓ ପର୍ବତଗଣ ଉପରେ ଆନନ୍ଦ ଧ୍ଵନିର ଦିନ ନୁହେଁ।

Gade chapit la Kopi

ଓଡିଆ ବାଇବେଲ

7 ହେ ଦେଶନିବାସୀ ଲୋକ, ତୁମ୍ଭର ଶେଷ ବିଚାରାଜ୍ଞା ଉପସ୍ଥିତ, ସେହି ସମୟ ଉପସ୍ଥିତ, ସେହି ଦିନ ସନ୍ନିକଟ; ତାହା କୋଳାହଳର ଦିନ ଓ ପର୍ବତଗଣ ଉପରେ ଆନନ୍ଦ ଧ୍ୱନିର ଦିନ ନୁହେଁ।

Gade chapit la Kopi

ପବିତ୍ର ବାଇବଲ

7 ହେ ଦେଶର ନିବାସୀଗଣ, ତୁମ୍ଭମାନଙ୍କର ଅନ୍ତିମ ଦଣ୍ଡ ଆସିଯାଇଛି। ସେହି ସମୟ ଆସୁଅଛି, ତୁମ୍ଭର ଶେଷ ବିଗ୍ଭର ଦିନ ଅତି ନିକଟ। ସେହି ଦିନଟି ସନ୍ଦେହର ଓ ବହୁତ ଦୁଃଖପ୍ରଦ ଅଟେ। ତାହା ପର୍ବତଗଣ ଉପରେ ଆନନ୍ଦ ଧ୍ୱନିର ଦିନ ନୁହେଁ।

Gade chapit la Kopi




ଯିହିଜିକଲ 7:7
16 Referans Kwoze  

ଏହେତୁ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭ ବାକ୍ୟର କୌଣସି କଥା ଆଉ ବିଳମ୍ବ ନୋହିବ, ମାତ୍ର ଆମ୍ଭେ ଯେଉଁ ବାକ୍ୟ କହିବା, ତାହା ସଫଳ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”


ସମୟ ଉପସ୍ଥିତ ହେଲା, ଦିନ ନିକଟବର୍ତ୍ତୀ ହେଉଅଛି; କ୍ରୟକାରୀ ଆନନ୍ଦ ନ କରୁ ଓ ବିକ୍ରୟକାରୀ ଶୋକ ନ କରୁ; କାରଣ ସେହି ସ୍ଥାନର ସମସ୍ତ ଲୋକସମୂହ ଉପରେ କୋପ ଉପସ୍ଥିତ।


କାରଣ ଦର୍ଶନ ଉପତ୍ୟକାରେ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରେରିତ ପରାଜୟର, ଦଳନର, ବ୍ୟାକୁଳତାର ପ୍ରାଚୀର ଭଗ୍ନ ହେବାର ଓ ପର୍ବତଗଣ ପ୍ରତି ଆର୍ତ୍ତନାଦ କରିବାର ଦିନ ଏହି।


ଆରଦିନ ପ୍ରଭାତ ହୁଅନ୍ତେ, ଦୂତମାନେ ଲୋଟକୁ ଚଞ୍ଚଳ କରାଇ କହିଲେ, “ଉଠ, ଆପଣାର ଭାର୍ଯ୍ୟା ଓ ଏହି ଯେଉଁ ଦୁଇ କନ୍ୟା ଏଠାରେ ଅଛନ୍ତି, ସେମାନଙ୍କୁ ଘେନିଯାଅ; ନୋହିଲେ ନଗରର ଦଣ୍ଡରେ ବିନଷ୍ଟ ହେବ।”


କାରଣ, ଈଶ୍ବରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ବରଙ୍କ ସୁସମାଚାରର ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କଅଣ ନ ହେବ!


କାରଣ ଦେଖ, ଯେ ପର୍ବତଗଣ ନିର୍ମାଣ କରନ୍ତି, ବାୟୁକୁ ସୃଷ୍ଟି କରନ୍ତି ଓ ମନୁଷ୍ୟ ପ୍ରତି ତାହାର ଚିନ୍ତା ପ୍ରକାଶ କରନ୍ତି, ଯେ ଅରୁଣକୁ ଅନ୍ଧକାରମୟ କରନ୍ତି ଓ ପୃଥିବୀର ଉଚ୍ଚସ୍ଥଳୀସକଳର ଉପରେ ଗମନାଗମନ କରନ୍ତି। ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ତାହାଙ୍କର ନାମ।


ହେ ସଦାପ୍ରଭୁ, ତୁମ୍ଭେ ମୋତେ ଭୁଲାଇଅଛ, ଆଉ ମୁଁ ଭ୍ରାନ୍ତ ହୋଇଅଛି; ତୁମ୍ଭେ ମୋʼ ଅପେକ୍ଷା ବଳବାନ, ତୁମ୍ଭେ ଜୟ କରିଅଛ; ମୁଁ ସାରାଦିନ ଉପହାସର ପାତ୍ର ହୋଇଅଛି, ସମସ୍ତେ ମୋତେ ପରିହାସ କରନ୍ତି।


ଦେଖ, ସନ୍ଧ୍ୟାକାଳେ ତ୍ରାସ ଓ ପ୍ରଭାତର ପୂର୍ବେ ସେମାନେ ନାହାନ୍ତି। ଆମ୍ଭମାନଙ୍କ ଲୁଟିତକାରୀମାନଙ୍କର ଅଂଶ ଓ ଆମ୍ଭମାନଙ୍କ ଅପହରଣକାରୀମାନଙ୍କ ବାଣ୍ଟ ଏହି।


ପୁଣି, କେନ୍ଦୁଆମାନେ ସେମାନଙ୍କ ଅଟ୍ଟାଳିକାରେ ଓ ଶୃଗାଳମାନେ ସେମାନଙ୍କ ମନୋରମ ପ୍ରାସାଦରେ ବୋବାଇବେ; ତାହାର କାଳ ନିକଟବର୍ତ୍ତୀ ଓ ତାହାର ଦିନସବୁ ଦୀର୍ଘ ହେବ ନାହିଁ।


ତେବେ ସଦାପ୍ରଭୁ ଆକାଶରୁ ସଦାପ୍ରଭୁଙ୍କ ନିକଟରୁ ସଦୋମ ଓ ହମୋରା ଉପରେ ଗନ୍ଧକ ଓ ଅଗ୍ନି ବୃଷ୍ଟି କରି


ତାହାର ବୃଷସବୁକୁ ବଧ କର; ସେସବୁ ବଧ ସ୍ଥାନକୁ ଯାଉନ୍ତୁ; ସେମାନେ ସନ୍ତାପର ପାତ୍ର! କାରଣ ସେମାନଙ୍କର ଦିନ, ସେମାନଙ୍କ ପ୍ରତିଫଳର ସମୟ ଉପସ୍ଥିତ ହେଲା।


ପୁଣି, ଆନନ୍ଦ ଓ ଉଲ୍ଲାସ ଉର୍ବରା କ୍ଷେତ୍ରରୁ ଦୂରୀକୃତ ହୋଇଅଛି; ଆଉ, ଦ୍ରାକ୍ଷାକ୍ଷେତ୍ରରେ ଗାନ ଅବା ଆନନ୍ଦଧ୍ୱନି ହେବ ନାହିଁ; କେହି ପଦ ଦ୍ୱାରା ଚାପି ଦ୍ରାକ୍ଷାକୁଣ୍ଡରେ ଦ୍ରାକ୍ଷାରସ ବାହାର କରିବ ନାହିଁ; ଆମ୍ଭେ ଦ୍ରାକ୍ଷା ସଂଗ୍ରହର ଆନନ୍ଦଧ୍ୱନି ନିବୃତ୍ତ କରିଅଛୁ।


କାରଣ ସେହି ଦିନ ନିକଟବର୍ତ୍ତୀ, ହଁ, ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ, ସେହି ଦିନ ମେଘାଚ୍ଛନ୍ନ ଦିନ; ତାହା ଅନ୍ୟଦେଶୀୟମାନଙ୍କର କାଳ ହେବ।


ହାୟ ହାୟ ସେ ଦିନ! କାରଣ ସଦାପ୍ରଭୁଙ୍କ ଦିନ ସନ୍ନିକଟ, ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ତୁଲ୍ୟ ତାହା ଉପସ୍ଥିତ ହେବ।


Swiv nou:

Piblisite


Piblisite