ଯିହିଜିକଲ 8:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିଉତ୍ତାରେ ସେ ମୋତେ ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ମଧ୍ୟକୁ ଆଣିଲେ, ଆଉ ଦେଖ, ସଦାପ୍ରଭୁଙ୍କ ମନ୍ଦିରର ଦ୍ୱାର ନିକଟରେ, ବାରଣ୍ଡା ଓ ଯଜ୍ଞବେଦିର ମଧ୍ୟସ୍ଥାନରେ ଊଣାଧିକ ପଚିଶ ଜଣ ପୁରୁଷ ସଦାପ୍ରଭୁଙ୍କ ମନ୍ଦିର ପ୍ରତି ପିଠି କରି ଓ ପୂର୍ବଦିଗ ପ୍ରତି ମୁଖ କରିଅଛନ୍ତି; ଆଉ, ସେମାନେ ପୂର୍ବଦିଗ ପ୍ରତି ସୂର୍ଯ୍ୟକୁ ପ୍ରଣାମ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଅନନ୍ତର ସେ ମୋତେ ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ମଧ୍ୟକୁ ଆଣିଲେ, ଆଉ ଦେଖ, ସଦାପ୍ରଭୁଙ୍କ ମନ୍ଦିରର ଦ୍ଵାର ନିକଟରେ, ବରଣ୍ତା ଓ ଯଜ୍ଞବେଦିର ମଧ୍ୟ-ସ୍ଥାନରେ ଊଣାଧିକ ପଚିଶ ଜଣ ପୁରୁଷ ସଦାପ୍ରଭୁଙ୍କ ମନ୍ଦିର ଆଡ଼େ ପିଠି କରି ଓ ପୂର୍ବଦିଗ ଆଡ଼େ ମୁଖ କରିଅଛନ୍ତି; ଆଉ, ସେମାନେ ପୂର୍ବଦିଗ ଆଡ଼େ ସୂର୍ଯ୍ୟକୁ ପ୍ରଣାମ କଲେ। Gade chapit laଓଡିଆ ବାଇବେଲ16 ଏଥିଉତ୍ତାରେ ସେ ମୋତେ ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ମଧ୍ୟକୁ ଆଣିଲେ, ଆଉ ଦେଖ, ସଦାପ୍ରଭୁଙ୍କ ମନ୍ଦିରର ଦ୍ୱାର ନିକଟରେ, ବାରଣ୍ଡା ଓ ଯଜ୍ଞବେଦିର ମଧ୍ୟସ୍ଥାନରେ ଊଣାଧିକ ପଚିଶ ଜଣ ପୁରୁଷ ସଦାପ୍ରଭୁଙ୍କ ମନ୍ଦିର ପ୍ରତି ପିଠି କରି ଓ ପୂର୍ବଦିଗ ପ୍ରତି ମୁଖ କରିଅଛନ୍ତି; ଆଉ, ସେମାନେ ପୂର୍ବଦିଗ ପ୍ରତି ସୂର୍ଯ୍ୟକୁ ପ୍ରଣାମ କଲେ। Gade chapit laପବିତ୍ର ବାଇବଲ16 ତା'ପରେ ସେ ମୋତେ ସଦାପ୍ରଭୁଙ୍କ ମନ୍ଦିରର ଭିତର ପ୍ରାଙ୍ଗଣ ମଧ୍ୟକୁ ଆଣିଲେ। ସେଠାରେ ମୁଁ ଦେଖିଲି, ସଦାପ୍ରଭୁଙ୍କ ମନ୍ଦିରର ଦ୍ୱାର ନିକଟରେ, ବାରଣ୍ଡା ଓ ଯଜ୍ଞବେଦିର ମଧ୍ୟସ୍ଥାନରେ ପଚିଶ୍ ଜଣ ପୁରୁଷ ସଦାପ୍ରଭୁଙ୍କ ମନ୍ଦିର ଆଡ଼େ ପିଠି କରି ଓ ପୂର୍ବ ଦିଗଆଡ଼େ ମଥାନତ କରି ସେମାନେ ସୂର୍ଯ୍ୟକୁ ପୂଜା କରୁଥିଲେ। Gade chapit la |
ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, “ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ‘ସେମାନଙ୍କର ପରମେଶ୍ୱର କାହାନ୍ତି,’ ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ?”
ମାତ୍ର ଆମ୍ଭମାନଙ୍କ ମୁଖରୁ ଯେ ପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜାଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବୁ ଓ ପେୟ-ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ।
ସେମାନେ ଆମ୍ଭର ଦ୍ୱାର-ପ୍ରବେଶ ସ୍ଥାନ ନିକଟରେ ଆପଣାମାନଙ୍କର ଦ୍ୱାର-ପ୍ରବେଶ ସ୍ଥାନ ଓ ଆମ୍ଭ ଦ୍ୱାରବନ୍ଧ ନିକଟରେ ଆପଣାମାନଙ୍କର ଦ୍ୱାରବନ୍ଧ ରଖିବାରୁ ଆମ୍ଭର ଓ ସେମାନଙ୍କ ମଧ୍ୟରେ କେବଳ ଏକ କାନ୍ଥ ଥିଲା, ପୁଣି, ଆପଣାମାନଙ୍କର କୃତ ଘୃଣାଯୋଗ୍ୟ କ୍ରିୟା ଦ୍ୱାରା ଆମ୍ଭର ପବିତ୍ର ନାମ ସେମାନେ ଅପବିତ୍ର କରିଅଛନ୍ତି; ଏନିମନ୍ତେ ଆମ୍ଭେ ଆପଣାର କ୍ରୋଧରେ ସେମାନଙ୍କୁ ଗ୍ରାସ କରିଅଛୁ।
ଆଉ, ସେମାନେ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶମଣ୍ଡଳସ୍ଥ ସୈନ୍ୟଗଣକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ହେବ ନାହିଁ; ସେସବୁ ଭୂମିରେ ଖତ ତୁଲ୍ୟ ହେବ।