Biblia Todo Logo
Bib sou entènèt

- Piblisite -




ଏଜ୍ରା 1:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସର୍ବସୁଦ୍ଧା ପାଞ୍ଚ ହଜାର ଚାରି ଶହ ସ୍ୱର୍ଣ୍ଣ ଓ ରୌପ୍ୟମୟ ପାତ୍ର ଥିଲା; ବନ୍ଦୀ ଲୋକମାନେ ବାବିଲରୁ ଯିରୂଶାଲମକୁ ଅଣାଯିବା ସମୟରେ ଶେଶବସର ଏହିସବୁ ଦ୍ରବ୍ୟ ଆଣିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସର୍ବସୁଦ୍ଧା ପାଞ୍ଚ ହଜାର ଚାରି ଶହ ସ୍ଵର୍ଣ୍ଣ ଓ ରୌପ୍ୟମୟ ପାତ୍ର ଥିଲା; ବନ୍ଦୀ ଲୋକମାନେ ବାବିଲ୍ରୁ ଯିରୂଶାଲମକୁ ଅଣାଯିବା ସମୟରେ ଶେଶବସର ଏହିସବୁ ଦ୍ରବ୍ୟ ଆଣିଲା।

Gade chapit la Kopi

ଓଡିଆ ବାଇବେଲ

11 ସର୍ବସୁଦ୍ଧା ପାଞ୍ଚ ହଜାର ଚାରି ଶହ ସ୍ୱର୍ଣ୍ଣ ଓ ରୌପ୍ୟମୟ ପାତ୍ର ଥିଲା; ବନ୍ଦୀ ଲୋକମାନେ ବାବିଲରୁ ଯିରୂଶାଲମକୁ ଅଣାଯିବା ସମୟରେ ଶେଶବସର ଏହିସବୁ ଦ୍ରବ୍ୟ ଆଣିଲା।

Gade chapit la Kopi

ପବିତ୍ର ବାଇବଲ

11 ଏହି ସମସ୍ତ ମିଶି 5,400 ସ୍ୱର୍ଣ୍ଣ ଓ ରୌପ୍ୟମୟ ପାତ୍ର ଥିଲା। ବନ୍ଦୀଲୋକମାନଙ୍କୁ ବାବିଲରୁ ଯିରୁଶାଲମକୁ ଅଣାଯିବା ସମୟରେ ଶେଶବସର ଏହିସବୁ ଦ୍ରବ୍ୟ ଆଣିଥିଲା।

Gade chapit la Kopi




ଏଜ୍ରା 1:11
11 Referans Kwoze  

ଆଉ, ଯଦି ଗୌରବ ନିମନ୍ତେ ତାହାଙ୍କ ଦ୍ୱାରା ପୂର୍ବରୁ ପ୍ରସ୍ତୁତ ହୋଇଥିବା ଦୟାର ପାତ୍ର ଯେ ଆମ୍ଭେମାନେ, ଆମ୍ଭମାନଙ୍କ ନିକଟରେ ଆପଣା ଗୌରବରୂପ ଧନ ପ୍ରକାଶ କରିବା ନିମନ୍ତେ ତାହା କରିଅଛନ୍ତି; ତାହାହେଲେ ତୁମ୍ଭେ କଅଣ କହିବ?


ତିରିଶ ସ୍ୱର୍ଣ୍ଣମୟ ପାନପାତ୍ର, ଚାରି ଶହ ଦଶ ରୌପ୍ୟମୟ ମଧ୍ୟମ ପାନପାତ୍ର, ପୁଣି ଏକ ସହସ୍ର ଅନ୍ୟାନ୍ୟ ପାତ୍ର,


ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ; ବାବିଲର ରାଜା ନବୂଖଦ୍‍ନିତ୍ସର ଏମାନଙ୍କୁ ବାବିଲକୁ ନେଇ ଯାଇଥିଲେ।


ଏଥିଉତ୍ତାରେ ବନ୍ଦୀତ୍ୱର ସନ୍ତାନଗଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ମନ୍ଦିର ନିର୍ମାଣ କରୁଅଛନ୍ତି ବୋଲି ଯିହୁଦାର ଓ ବିନ୍ୟାମୀନ୍‍ର ବିପକ୍ଷମାନେ ଶୁଣିଲେ।


ଏଥିଉତ୍ତାରେ ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ବନ୍ଦୀତ୍ୱର ସନ୍ତାନଗଣ ନିସ୍ତାର ପର୍ବ ପାଳନ କଲେ।


ହେ ସଦାପ୍ରଭୋ, ତୁମ୍ଭେ ନିଜ ଦେଶ ପ୍ରତି ପ୍ରସନ୍ନ ହୋଇଅଛ; ତୁମ୍ଭେ ଯାକୁବର ବନ୍ଦୀଦଶା ଫେରାଇଅଛ।


ଆଉ ପ୍ରହରୀବର୍ଗର ସେନାପତି ଅଙ୍ଗାରଧାନୀ ଓ କୁଣ୍ଡସବୁ, ଯାହା ସୁନାର ଥିଲା, ତାହା ସୁନା କରି, ପୁଣି ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା।


ସଦାପ୍ରଭୁ ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ ଆମ୍ଭେମାନେ ସ୍ୱପ୍ନଦର୍ଶକମାନଙ୍କ ପରି ଥିଲୁ।


ହଁ, ସଦାପ୍ରଭୁଙ୍କ ଗୃହରେ, ଯିହୁଦାର ରାଜଗୃହରେ ଓ ଯିରୂଶାଲମରେ ଅବଶିଷ୍ଟ ଥିବା ସେହି ସକଳ ପାତ୍ର ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;


Swiv nou:

Piblisite


Piblisite