Biblia Todo Logo
Bib sou entènèt

- Piblisite -




ଏଜ୍ରା 1:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ, ଯେକେହି ଯେକୌଣସି ସ୍ଥାନରେ ଅବଶିଷ୍ଟ ଥାଇ ପ୍ରବାସ କରୁଅଛି, ତାହାର ସେହି ସ୍ଥାନସ୍ଥ ଲୋକମାନେ ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହ ନିମନ୍ତେ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଛଡ଼ା ରୂପା ଓ ସୁନା, ନାନା ଦ୍ରବ୍ୟ ଓ ପଶୁ ଦେଇ ତାହାର ସାହାଯ୍ୟ କରନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆଉ, ଯେକେହି ଯେକୌଣସି ସ୍ଥାନରେ ଅବଶିଷ୍ଟ ଥାଇ ପ୍ରବାସ କରୁଅଛି, ତାହାର ସେହି ସ୍ଥାନସ୍ଥ ଲୋକମାନେ ପରମେଶ୍ଵରଙ୍କ ଯିରୂଶାଲମସ୍ଥ ଗୃହ ନିମନ୍ତେ ସ୍ଵେଚ୍ଛାଦତ୍ତ ନୈବେଦ୍ୟ ଛଡ଼ା ରୂପା ଓ ସୁନା, ନାନା ଦ୍ରବ୍ୟ ଓ ପଶୁ ଦେଇ ତାହାର ସାହାଯ୍ୟ କରନ୍ତୁ।

Gade chapit la Kopi

ଓଡିଆ ବାଇବେଲ

4 ଆଉ, ଯେକେହି ଯେକୌଣସି ସ୍ଥାନରେ ଅବଶିଷ୍ଟ ଥାଇ ପ୍ରବାସ କରୁଅଛି, ତାହାର ସେହି ସ୍ଥାନସ୍ଥ ଲୋକମାନେ ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହ ନିମନ୍ତେ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଛଡ଼ା ରୂପା ଓ ସୁନା, ନାନା ଦ୍ରବ୍ୟ ଓ ପଶୁ ଦେଇ ତାହାର ସାହାଯ୍ୟ କରନ୍ତୁ।”

Gade chapit la Kopi

ପବିତ୍ର ବାଇବଲ

4 ଆଉ ଯେକୌଣସି ଲୋକ ଅନ୍ୟଠାରେ ବାସ କରୁଛନ୍ତି, ସେହି ସ୍ଥାନର ଲୋକମାନେ ଯିରୁଶାଲମସ୍ଥ ପରମେଶ୍ୱରଙ୍କ ମନ୍ଦିର ନିମନ୍ତେ ସ୍ୱଇଚ୍ଛାରେ ଦତ୍ତ ନୈବେଦ୍ୟ ଛଡ଼ା ରୂପା, ସୁନା, ନାନାଦ୍ରବ୍ୟ ଓ ପଶୁ ଦିଅନ୍ତି।”

Gade chapit la Kopi




ଏଜ୍ରା 1:4
15 Referans Kwoze  

ଆହୁରି ମଧ୍ୟ ମୁଁ ଏହି ପବିତ୍ର ଗୃହ ନିମନ୍ତେ ଯାହାସବୁ ଆୟୋଜନ କରିଅଛି, ତାହା ଛଡ଼ା ଓ ତହିଁ ଉପରେ ମୋʼ ନିଜର ସୁନା ଓ ରୂପାର ଭଣ୍ଡାର ଅଛି, ଆଉ ମୁଁ ମୋʼ ପରମେଶ୍ୱରଙ୍କ ଗୃହ ପ୍ରତି ଆପଣା ମନ ଆସକ୍ତ କରିଥିବାରୁ ମୁଁ ତାହାସବୁ ଆପଣା ପରମେଶ୍ୱରଙ୍କ ଗୃହ ନିମନ୍ତେ ଦେଉଅଛି।


ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ।


ଅନେକ ବର୍ଷ ପରେ ମୁଁ ମୋହର ଜାତି ନିକଟକୁ ଦାନ କରିବା ନିମନ୍ତେ ଓ ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ଆସିଥିଲି।


ଆହୁରି ହେ ମୋହର ପରମେଶ୍ୱର, ମୁଁ ଜାଣେ ଯେ, ତୁମ୍ଭେ ଅନ୍ତଃକରଣ ପରୀକ୍ଷା କରିଥାଅ ଓ ସରଳତାରେ ତୁମ୍ଭର ସନ୍ତୋଷ ଥାଏ। ମୁଁ ଆପଣା ଅନ୍ତଃକରଣର ସରଳତାରେ ସ୍ୱେଚ୍ଛାପୂର୍ବକ ଏହିସବୁ ପଦାର୍ଥ ଦାନ କରିଅଛି; ଆଉ ଏଠାରେ ଉପସ୍ଥିତ ତୁମ୍ଭ ଲୋକମାନଙ୍କୁ ସ୍ୱେଚ୍ଛାପୂର୍ବକ ତୁମ୍ଭ ଉଦ୍ଦେଶ୍ୟରେ ଦାନ କରିବାର ଦେଖି ମୁଁ ଆନନ୍ଦିତ ହେଲି।


ତହିଁରେ ଲୋକମାନେ ସ୍ୱେଚ୍ଛାପୂର୍ବକ ଦାନ କରିବାରୁ ଆନନ୍ଦ କଲେ, କାରଣ, ସେମାନେ ସିଦ୍ଧଚିତ୍ତରେ ସ୍ୱେଚ୍ଛାପୂର୍ବକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କଲେ; ପୁଣି, ଦାଉଦ ରାଜା ମଧ୍ୟ ମହାନନ୍ଦରେ ଆନନ୍ଦ କଲେ।


ଇସ୍ରାଏଲ-ସନ୍ତାନଗଣ ସ୍ୱେଚ୍ଛାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଆଣିଲେ; ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯାହା ଯାହା କରିବାକୁ ଆଜ୍ଞା ଦେଇଥିଲେ, ତହିଁର କୌଣସି ପ୍ରକାର କର୍ମ କରିବା ପାଇଁ ଯେଉଁ ଯେଉଁ ପୁରୁଷ ଓ ସ୍ତ୍ରୀମାନଙ୍କର ମନ ସେମାନଙ୍କୁ ଇଚ୍ଛୁକ କଲା, ସେମାନେ ପ୍ରତ୍ୟେକେ ଉପହାର ଆଣିଲେ।


ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯିହୁଦା ଦେଶସ୍ଥିତ ଯିରୂଶାଲମକୁ ଯାତ୍ରା କରି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହ ନିର୍ମାଣ କରୁ; ସେ ପରମେଶ୍ୱର ଅଟନ୍ତି।


ସେତେବେଳେ ଯିହୁଦାର ଓ ବିନ୍ୟାମୀନ୍‍ର ପିତୃବଂଶୀୟ ପ୍ରଧାନମାନେ, ଆଉ ଯାଜକମାନେ ଓ ଲେବୀୟମାନେ, ଅର୍ଥାତ୍‍, ସଦାପ୍ରଭୁଙ୍କ ଯିରୂଶାଲମସ୍ଥ ଗୃହ ନିର୍ମାଣାର୍ଥେ ଯାତ୍ରା କରିବା ପାଇଁ ପରମେଶ୍ୱର ଯେଉଁ ସମସ୍ତଙ୍କ ମନକୁ ଉଦ୍ଦୀପିତ କଲେ, ସେମାନେ ଉଠିଲେ।


ଆଉ, ଲେବୀୟ ଯିମ୍ନାର ପୁତ୍ର କୋରି, ଯେ ପୂର୍ବଦିଗ ଦ୍ୱାରପାଳ ଥିଲା, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଓ ମହାପବିତ୍ର ବସ୍ତୁ ବିତରଣ କରିବା ପାଇଁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ଉପହାର ଉପରେ ନିଯୁକ୍ତ ହେଲା।


ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଧର୍ମମୟ ଅଟ; କାରଣ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ରକ୍ଷା ପାଇ ଅବଶିଷ୍ଟ ଅଛୁ; ଦେଖ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ନିଜ ଦୋଷରେ ଦୋଷୀ ହୋଇଅଛୁ; କାରଣ ତହିଁ ସକାଶୁ କେହି ତୁମ୍ଭ ଛାମୁରେ ଠିଆ ହୋଇପାରେ ନାହିଁ।”


ଅବଶିଷ୍ଟାଂଶ, ଅର୍ଥାତ୍‍, ଯାକୁବର ଅବଶିଷ୍ଟାଂଶ, ପରାକ୍ରାନ୍ତ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବେ।


Swiv nou:

Piblisite


Piblisite