Biblia Todo Logo
Bib sou entènèt

- Piblisite -




ଏଜ୍ରା 1:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପାରସ୍ୟର ରାଜା କୋରସ୍‍ କୋଷାଧ୍ୟକ୍ଷ ମିତ୍ରଦାତର ହସ୍ତ ଦ୍ୱାରା ତାହାସବୁ ବାହାର କରି ଆଣି ଯିହୁଦାର ଅଧିପତି ଶେଶବସରକୁ ଗଣନା କରିଦେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପାରସ୍ୟର ରାଜା କୋରସ୍ କୋଷାଧ୍ୟକ୍ଷ ମିତ୍ରଦାତର ହସ୍ତ ଦ୍ଵାରା ତାହାସବୁ ବାହାର କରି ଆଣି ଯିହୁଦାର ଅଧିପତି ଶେଶବସରକୁ ଗଣନା କରି ଦେଲା।

Gade chapit la Kopi

ଓଡିଆ ବାଇବେଲ

8 ପାରସ୍ୟର ରାଜା କୋରସ୍‍ କୋଷାଧ୍ୟକ୍ଷ ମିତ୍ରଦାତର ହସ୍ତ ଦ୍ୱାରା ତାହାସବୁ ବାହାର କରି ଆଣି ଯିହୁଦାର ଅଧିପତି ଶେଶବସରକୁ ଗଣନା କରି ଦେଲା।

Gade chapit la Kopi

ପବିତ୍ର ବାଇବଲ

8 ପାରସ୍ୟର ରାଜା କୋରସ୍ କୋଷାଧ୍ୟକ୍ଷ ମିତ୍ରଦାତକୁ ସେମାନଙ୍କୁ ଦେଲେ ଏବଂ ସେ ସେମାନଙ୍କୁ ଯିହୁଦାର ରାଜପୁତ୍ର ଶେଶବସରଙ୍କର ଉପସ୍ଥିତିରେ ଗଣିଲେ।

Gade chapit la Kopi




ଏଜ୍ରା 1:8
10 Referans Kwoze  

ଆହୁରି, ନବୂଖଦ୍‍ନିତ୍ସର ପରମେଶ୍ୱରଙ୍କ ଗୃହର ଯେସକଳ ସ୍ୱର୍ଣ୍ଣମୟ ଓ ରୌପ୍ୟମୟ ପାତ୍ର ଯିରୂଶାଲମସ୍ଥ ମନ୍ଦିରରୁ ନେଇ ବାବିଲସ୍ଥ ମନ୍ଦିରକୁ ଆଣିଥିଲା, ତାହାସବୁ କୋରସ୍‍ ରାଜା ବାବିଲସ୍ଥ ମନ୍ଦିରରୁ ବାହାର କରିଦେଲେ, ପୁଣି ତାହାସବୁ ଶେଶବସର ନାମକ ତାଙ୍କ ନିଯୁକ୍ତ ଶାସନକର୍ତ୍ତା ହସ୍ତରେ ସମର୍ପିତ ହେଲା;


ପୁଣି, ସଦାପ୍ରଭୁ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍‍ଙ୍କ ଆତ୍ମାକୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ଆତ୍ମାକୁ, ଆଉ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତଙ୍କର ଆତ୍ମାକୁ ଉତ୍ତେଜିତ କଲେ; ତହିଁରେ ସେମାନେ ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ଚତୁର୍ବିଂଶ ଦିନରେ ଆସି,


ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା,


ତହିଁରେ ସେହି ଶେଶବସର ଆସି ଯିରୂଶାଲମରେ ପରମେଶ୍ୱରଙ୍କ ଗୃହର ଭିତ୍ତିମୂଳ ସ୍ଥାପନ କଲା; ଆଉ, ସେହି ସମୟଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ତାହା ନିର୍ମିତ ହେଉଅଛି, ତଥାପି ତାହା ସମ୍ପୂର୍ଣ୍ଣ ହୋଇ ନାହିଁ।


ସର୍ବସୁଦ୍ଧା ପାଞ୍ଚ ହଜାର ଚାରି ଶହ ସ୍ୱର୍ଣ୍ଣ ଓ ରୌପ୍ୟମୟ ପାତ୍ର ଥିଲା; ବନ୍ଦୀ ଲୋକମାନେ ବାବିଲରୁ ଯିରୂଶାଲମକୁ ଅଣାଯିବା ସମୟରେ ଶେଶବସର ଏହିସବୁ ଦ୍ରବ୍ୟ ଆଣିଲା।


ପୁଣି, ଆମ୍ଭେ ବାବିଲରେ ବେଲ୍ ଦେବତାକୁ ପ୍ରତିଫଳ ଦେବା ଓ ଯାହା ସେ ଗିଳିଅଛି, ଆମ୍ଭେ ତାହାର ମୁଖରୁ ତାହା ବାହାର କରିବା ଓ ଗୋଷ୍ଠୀୟମାନେ ଆଉ ତାହା ନିକଟକୁ ଧାବମାନ ହେବେ ନାହିଁ; ଆହୁରି ବାବିଲର ପ୍ରାଚୀର ପଡ଼ିଯିବ।


ଏମାନେ ଯିରୁବ୍ବାବିଲ୍‍, ଯେଶୂୟ, ନିହିମୀୟା, ସରାୟ, ରିୟେଲାୟ, ମର୍ଦ୍ଦଖୟ, ବିଲ୍‍ଶନ୍‍, ମିସ୍ପର, ବିଗ୍‍ବୟ, ରହୂମ୍‍ ଓ ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶୀୟ ପୁରୁଷମାନଙ୍କର ସଂଖ୍ୟା ଏହି, ଯଥା,


ତହିଁରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ଯୋଷାଦକର ପୁତ୍ର ଯେଶୂୟ ଉଠି ଯିରୂଶାଲମରେ ପରମେଶ୍ୱରଙ୍କ ଗୃହ ନିର୍ମାଣ କରିବାକୁ ଲାଗିଲେ; ଆଉ, ପରମେଶ୍ୱରଙ୍କ ଭବିଷ୍ୟଦ୍‍ବକ୍ତାମାନେ ସେମାନଙ୍କ ସଙ୍ଗେ ଥାଇ ସେମାନଙ୍କର ସାହାଯ୍ୟ କଲେ।


Swiv nou:

Piblisite


Piblisite