Biblia Todo Logo
Bib sou entènèt

- Piblisite -




ଏଜ୍ରା 3:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ, ନିର୍ମାଣକାରୀମାନେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାଇବା ବେଳେ ସେମାନେ ଇସ୍ରାଏଲର ରାଜା ଦାଉଦଙ୍କ ନିରୂପଣାନୁସାରେ ସଦାପ୍ରଭୁଙ୍କର ପ୍ରଶଂସା କରିବା ନିମନ୍ତେ ନିଜ ନିଜ ବସ୍ତ୍ର ପରିହିତ ଯାଜକମାନଙ୍କୁ ତୂରୀ ସହିତ ଓ ଆସଫର ସନ୍ତାନ ଲେବୀୟଗଣଙ୍କୁ କରତାଳ ସହିତ ସ୍ଥାପନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆଉ, ଗାନ୍ଥକମାନେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାଇବା ବେଳେ ସେମାନେ ଇସ୍ରାଏଲର ରାଜା ଦାଉଦଙ୍କ ନିରୂପଣାନୁସାରେ ସଦାପ୍ରଭୁଙ୍କର ପ୍ରଶଂସା କରିବା ନିମନ୍ତେ ନିଜ ନିଜ ବସ୍ତ୍ରପରିହିତ ଯାଜକମାନଙ୍କୁ ତୂରୀ ସହିତ ଓ ଆସଫର ସନ୍ତାନ ଲେବୀୟଗଣକୁ କରତାଳ ସହିତ ସ୍ଥାପନ କଲେ।

Gade chapit la Kopi

ଓଡିଆ ବାଇବେଲ

10 ଆଉ, ନିର୍ମାଣକାରୀମାନେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାଇବା ବେଳେ ସେମାନେ ଇସ୍ରାଏଲର ରାଜା ଦାଉଦଙ୍କ ନିରୂପଣାନୁସାରେ ସଦାପ୍ରଭୁଙ୍କର ପ୍ରଶଂସା କରିବା ନିମନ୍ତେ ନିଜ ନିଜ ବସ୍ତ୍ରପରିହିତ ଯାଜକମାନଙ୍କୁ ତୂରୀ ସହିତ ଓ ଆସଫର ସନ୍ତାନ ଲେବୀୟଗଣଙ୍କୁ କରତାଳ ସହିତ ସ୍ଥାପନ କଲେ।

Gade chapit la Kopi

ପବିତ୍ର ବାଇବଲ

10 ଗାନ୍ଥକମାନେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାଇବା ବେଳେ ସେମାନେ ଇସ୍ରାଏଲର ରାଜା ଦାଉଦଙ୍କ ନିର୍ଣ୍ଣୟ ଅନୁସାରେ ସଦାପ୍ରଭୁଙ୍କର ପ୍ରଶଂସା କରିବା ନିମନ୍ତେ ନିଜ ନିଜ ବସ୍ତ୍ର ପରିହିତ ଯାଜକମାନଙ୍କୁ ତୂରୀ ସହିତ ଓ ଆସଫର ସନ୍ତାନ ଲେବୀୟଗଣଙ୍କୁ କରତାଳ ସହିତ ସ୍ଥାପନ କଲେ।

Gade chapit la Kopi




ଏଜ୍ରା 3:10
26 Referans Kwoze  

କାରଣ କ୍ଷୁଦ୍ର କ୍ଷୁଦ୍ର ବିଷୟର ଦିନକୁ କିଏ ତୁଚ୍ଛଜ୍ଞାନ କରିଅଛି? ଯେଣୁ ସେମାନେ, ଅର୍ଥାତ୍‍, ସମୁଦାୟ ପୃଥିବୀର ଏଣେତେଣେ ପର୍ଯ୍ୟଟନକାରୀ ସଦାପ୍ରଭୁଙ୍କର ଏହି ସପ୍ତ ଚକ୍ଷୁ ଯିରୁବ୍ବାବିଲ୍‍ଙ୍କ ହସ୍ତରେ ଓଳମ ଦେଖି ଆନନ୍ଦ କରିବେ।”


ପୁଣି, ଦାଉଦଙ୍କର ଓ ଆସଫର ଓ ହେମନର ଓ ରାଜଦର୍ଶକ ଯିଦୂଥୂନ୍‍‍ର ଆଜ୍ଞାନୁସାରେ, ଆସଫ-ସନ୍ତାନ ଗାୟକମାନେ ଆପଣା ଆପଣା ସ୍ଥାନରେ ଥିଲେ ଓ ପ୍ରତ୍ୟେକ ଦ୍ୱାରରେ ଦ୍ୱାରପାଳମାନେ ଥିଲେ; ଆପଣା ଆପଣା ସେବାକାର୍ଯ୍ୟରୁ ସେମାନଙ୍କର ଯିବାର ଆବଶ୍ୟକ ହେଲା ନାହିଁ, କାରଣ ସେମାନଙ୍କ ଲେବୀୟ ଭାଇମାନେ ସେମାନଙ୍କ ପାଇଁ ପ୍ରସ୍ତୁତ କଲେ।


ଆଉ ଚାରି ହଜାର ଲୋକ ଦ୍ୱାରପାଳ ଥିଲେ; ଆଉ ପ୍ରଶଂସାର୍ଥେ ମୁଁ ଯେଉଁ ବାଦ୍ୟଯନ୍ତ୍ରସବୁ ନିର୍ମାଣ କଲି ବୋଲି ଦାଉଦ କହିଲେ, ତଦ୍ଦ୍ୱାରା ଚାରି ହଜାର ଲୋକ ସଦାପ୍ରଭୁଙ୍କର ପ୍ରଶଂସା କଲେ।


ଆଉ, ହେମନ, ଯିଦୂଥୂନ୍‍ ତୂରୀ, କରତାଳ ଓ ପରମେଶ୍ୱରଙ୍କ ଗୀତାର୍ଥକ ବାଦ୍ୟଯନ୍ତ୍ର ବଜାଇବା ପାଇଁ ଉଚ୍ଚଧ୍ୱନିକାରୀମାନଙ୍କ ସଙ୍ଗରେ ରହିଲେ; ଆଉ ଯିଦୂଥୂନ୍‍‍ର ପୁତ୍ରମାନେ ଦ୍ୱାରପାଳ ହେଲେ।


ଏଥିଉତ୍ତାରେ ଦାଉଦ ପ୍ରତିଦିନର ପ୍ରୟୋଜନାନୁସାରେ ସିନ୍ଦୁକ ସମ୍ମୁଖରେ ନିତ୍ୟ ପରିଚର୍ଯ୍ୟା କରିବା ନିମନ୍ତେ ଆସଫକୁ ଓ ତାହାର ଭ୍ରାତୃଗଣକୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ରଖିଲେ


ଆଉ ଦାଉଦ, ସିନ୍ଦୁକ-ବାହକ ଲେବୀୟମାନେ, ଗାୟକମାନେ, ଗାୟକମାନଙ୍କ ସହିତ ଗୀତ-ଶିକ୍ଷକ କନନୀୟ, ସମସ୍ତେ ଶୁଭ୍ର କ୍ଷୌମବସ୍ତ୍ରର ଚୋଗା ପିନ୍ଧିଥିଲେ; ଆଉ ଦାଉଦଙ୍କର ଦେହରେ ଶୁଭ୍ର କ୍ଷୌମବସ୍ତ୍ରର ଏଫୋଦ ଥିଲା।


ପୁଣି, ଶବନୀୟ, ଯୋଶାଫଟ୍‍, ନଥନେଲ, ଅମାସୟ, ଜିଖରୀୟ, ବନାୟ ଓ ଇଲୀୟେଜର ଯାଜକମାନେ ପରମେଶ୍ୱରଙ୍କ ସିନ୍ଦୁକ ସମ୍ମୁଖରେ ତୂରୀ ବଜାଇଲେ; ଆଉ ଓବେଦ୍‍-ଇଦୋମ ଓ ଯିହୀୟ ସିନ୍ଦୁକର ଦ୍ୱାରରକ୍ଷକ ହେଲେ।


ଏଣୁ ରାଜା ଦୋୟେଗ୍‍କୁ କହିଲେ, “ତୁମ୍ଭେ ଫେରି ଏହି ଯାଜକମାନଙ୍କୁ ଆକ୍ରମଣ କର।” ତହିଁରେ ଇଦୋମୀୟ ଦୋୟେଗ୍‍ ଫେରି ଯାଜକମାନଙ୍କୁ ଆକ୍ରମଣ କଲା ଓ ସେହି ଦିନ ସେ ଶୁକ୍ଳ ଏଫୋଦ-ପରିଧାନକାରୀ ପଞ୍ଚାଅଶୀ ଜଣଙ୍କୁ ବଧ କଲା।


ତହିଁରେ ସେହି ଶେଶବସର ଆସି ଯିରୂଶାଲମରେ ପରମେଶ୍ୱରଙ୍କ ଗୃହର ଭିତ୍ତିମୂଳ ସ୍ଥାପନ କଲା; ଆଉ, ସେହି ସମୟଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ତାହା ନିର୍ମିତ ହେଉଅଛି, ତଥାପି ତାହା ସମ୍ପୂର୍ଣ୍ଣ ହୋଇ ନାହିଁ।


ଉଚ୍ଚ କରତାଳରେ ତାହାଙ୍କର ପ୍ରଶଂସା କର; ଉଚ୍ଚ କରତାଳ ଧ୍ୱନିରେ ତାହାଙ୍କର ପ୍ରଶଂସା କର;


ଏବେ ଆମ୍ଭେ ତୁମ୍ଭମାନଙ୍କୁ ବିନତି କରୁ, ଆଜି ଦିନର ପୂର୍ବ, ଅର୍ଥାତ୍‍, ସଦାପ୍ରଭୁଙ୍କ ମନ୍ଦିରରେ ପ୍ରସ୍ତର ଉପରେ ପ୍ରସ୍ତର ସ୍ଥାପିତ ହେବା ପୂର୍ବ ଦିନସକଳ ବିବେଚନା କର;


ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏହା ଯିରୁବ୍ବାବିଲ୍‍ଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ୱାରା ନୁହେଁ, କିଅବା ବଳ ଦ୍ୱାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ୱାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ହେ ବୃହତ ପର୍ବତ, ତୁମ୍ଭେ କିଏ ଯିରୁବ୍ବାବିଲ୍‍ଙ୍କ ସମ୍ମୁଖରେ ତୁମ୍ଭେ ସମଭୂମି ହେବ ଆଉ, ତହିଁ ପ୍ରତି ଅନୁଗ୍ରହ, ଅନୁଗ୍ରହ, ଏହି ଜୟଧ୍ୱନି କରି ସେ ମସ୍ତକ ସ୍ୱରୂପ ପ୍ରସ୍ତର ବାହାର କରି ଆଣିବ?”


ପୁଣି, ତାଙ୍କୁ କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଶାଖା ନାମରେ ବିଖ୍ୟାତ ପୁରୁଷଙ୍କୁ ଦେଖ ସେ ଆପଣା ସ୍ଥାନରୁ ବଢ଼ି ଉଠିବେ ଓ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ!


ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହର ଯାଜକମାନଙ୍କୁ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଏହି କଥା ପଚାରିଲେ, ସେମାନେ କହିଲେ, “ମୁଁ ଏତେ ବର୍ଷ ଯାଏ ଯେପରି କରି ଆସିଅଛି, ସେପରି ମୁଁ କି ପଞ୍ଚମ ମାସରେ ଆପଣାକୁ ଉପବାସ କରି ବିଳାପ କରିବି?”


ଅଷ୍ଟାଦଶ ପାଇଁ ହନାନି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;


ମଧ୍ୟ ଲେବୀୟ ଗାୟକ ସମସ୍ତେ, ଅର୍ଥାତ୍‍, ଆସଫ, ହେମନ, ଯିଦୂଥୂନ୍‍ ଓ ସେମାନଙ୍କ ପୁତ୍ର ଓ ଭାଇଗଣ କ୍ଷୌମବସ୍ତ୍ର ପିନ୍ଧି କରତାଳ ଓ ନେବଲ ଓ ବୀଣା ଧରି ଯଜ୍ଞବେଦିର ପୂର୍ବ ଦିଗରେ ଠିଆ ହୋଇଥିଲେ ଓ ସେମାନଙ୍କ ସଙ୍ଗେ ତୂରୀବାଦକ ଏକ ଶହ କୋଡ଼ିଏ ଜଣ ଯାଜକ ଥିଲେ; ତହୁଁ ଯାଜକମାନେ ପବିତ୍ର ସ୍ଥାନରୁ ବାହାର ହୋଇ ଆସନ୍ତେ,


ଏଥିଉତ୍ତାରେ ସେମାନେ ଆପଣାମାନଙ୍କ ପାଇଁ ଓ ଯାଜକମାନଙ୍କ ପାଇଁ ପ୍ରସ୍ତୁତ କଲେ; କାରଣ ହାରୋଣ ସନ୍ତାନ-ଯାଜକମାନେ ହୋମବଳି ଓ ମେଦ ଉତ୍ସର୍ଗ କରିବାରେ ରାତ୍ରି ପର୍ଯ୍ୟନ୍ତ ବ୍ୟସ୍ତ ଥିଲେ; ଏହେତୁ ଲେବୀୟମାନେ ଆପଣାମାନଙ୍କ ପାଇଁ ଓ ହାରୋଣ-ସନ୍ତାନ ଯାଜକମାନଙ୍କ ପାଇଁ ପ୍ରସ୍ତୁତ କଲେ।


ଗାୟକମାନଙ୍କ ସଂଖ୍ୟା; ଆସଫର ସନ୍ତାନ ଏକ ଶହ ଅଠାଇଶ ଜଣ।


Swiv nou:

Piblisite


Piblisite