Biblia Todo Logo
Bib sou entènèt

- Piblisite -




ଏଜ୍ରା 3:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହିଁରେ ଯୋଷାଦକର ପୁତ୍ର ଯେଶୂୟ ଓ ତାହାର ଯାଜକ-ଭ୍ରାତୃଗଣ ଓ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ତାହାର ଭ୍ରାତୃଗଣ ଉଠି ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ଉତ୍ସର୍ଗ କରିବା ପାଇଁ ଇସ୍ରାଏଲର ପରମେଶ୍ୱରଙ୍କ ଯଜ୍ଞବେଦି ନିର୍ମାଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତହିଁରେ ଯୋଷାଦକର ପୁତ୍ର ଯେଶୂୟ ଓ ତାହାର ଯାଜକ ଭ୍ରାତୃଗଣ ଓ ଶଲଟୀୟେଲର ପୁତ୍ର ଯିରୁବ୍ବାବିଲ ଓ ତାହାର ଭ୍ରାତୃଗଣ ଉଠି ପରମେଶ୍ଵରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ଉତ୍ସର୍ଗ କରିବା ପାଇଁ ଇସ୍ରାଏଲର ପରମେଶ୍ଵରଙ୍କ ଯଜ୍ଞବେଦି ନିର୍ମାଣ କଲେ।

Gade chapit la Kopi

ଓଡିଆ ବାଇବେଲ

2 ତହିଁରେ ଯୋଷାଦକର ପୁତ୍ର ଯେଶୂୟ ଓ ତାହାର ଯାଜକ ଭ୍ରାତୃଗଣ ଓ ଶଲ୍‍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ତାହାର ଭ୍ରାତୃଗଣ ଉଠି ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ଉତ୍ସର୍ଗ କରିବା ପାଇଁ ଇସ୍ରାଏଲର ପରମେଶ୍ୱରଙ୍କ ଯଜ୍ଞବେଦି ନିର୍ମାଣ କଲେ।

Gade chapit la Kopi

ପବିତ୍ର ବାଇବଲ

2 ଯୋଷାଦକର ପୁତ୍ର ଯେଶୂୟ ଓ ତାର ଯାଜକ ଭାତୃଗଣ, ଶ‌‌‌‌ଲ୍‌‌‌‌‌‌‌ଟୀୟେଲର ପୁତ୍ର ସରୁବ୍ବାବିଲ ଓ ତାର ଭାତୃଗଣ ମିଶି ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାର ଲିଖନ ଅନୁସାରେ ହୋମବଳି ଉତ୍ସର୍ଗ କରିବା ପାଇଁ ଇସ୍ରାଏଲର ପରମେଶ୍ୱରଙ୍କ ଯଜ୍ଞବେଦି ନିର୍ମାଣ କଲେ।

Gade chapit la Kopi




ଏଜ୍ରା 3:2
33 Referans Kwoze  

ଯୋଦା ଯୋହନଙ୍କ ପୁତ୍ର, ଯୋହନ ରେଷାଙ୍କ ପୁତ୍ର, ରେଷା ଜିରୁବାବିଲଙ୍କ ପୁତ୍ର, ଜିରୁବାବିଲ ଶଲ୍‍ଟୀୟେଲ୍‍ଙ୍କ ପୁତ୍ର, ଶଲ୍‍ଟୀୟେଲ୍ ନେରୀଙ୍କ ପୁତ୍ର,


ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା,


ଏମାନେ ଯିରୁବ୍ବାବିଲ୍‍, ଯେଶୂୟ, ନିହିମୀୟା, ସରାୟ, ରିୟେଲାୟ, ମର୍ଦ୍ଦଖୟ, ବିଲ୍‍ଶନ୍‍, ମିସ୍ପର, ବିଗ୍‍ବୟ, ରହୂମ୍‍ ଓ ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶୀୟ ପୁରୁଷମାନଙ୍କର ସଂଖ୍ୟା ଏହି, ଯଥା,


ବନ୍ଦୀ ଯିକନୀୟର ସନ୍ତାନଗଣ;


ହଁ, ସେମାନଙ୍କଠାରୁ ରୂପା ଓ ସୁନା ଗ୍ରହଣ କର ଓ ମୁକୁଟମାନ ନିର୍ମାଣ କରି ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ମସ୍ତକରେ ଦିଅ।


ହେ ଯିହୋଶୂୟ ମହାଯାଜକ, ତୁମ୍ଭେ ଏବେ ଶୁଣ ଓ ତୁମ୍ଭ ସମ୍ମୁଖରେ ଉପବିଷ୍ଟ ତୁମ୍ଭର ସଙ୍ଗୀଗଣ ଶୁଣନ୍ତୁ! କାରଣ ସେମାନେ ଚିହ୍ନସ୍ୱରୂପ ଲୋକ ଅଟନ୍ତି; ଯେହେତୁ ଦେଖ, ଆମ୍ଭେ ଆପଣାର ଶାଖା ନାମକ ଦାସକୁ ଆଣିବା।


ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟ ମହାଯାଜକ ଦୂତ ସମ୍ମୁଖରେ ଠିଆ ହୋଇଥିବା, ଓ ତାଙ୍କୁ ନିନ୍ଦା କରିବା ପାଇଁ ତାଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବାର ଶୟତାନକୁ ସେ ମୋତେ ଦେଖାଇଲେ।


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ଶଲ୍ଟୀୟେଲର ପୁତ୍ର, ଆମ୍ଭର ଦାସ ଯିରୁବ୍ବାବିଲ୍‍, ସେଦିନ ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା ଓ ତୁମ୍ଭକୁ ମୁଦ୍ରାର୍ଥକ ଅଙ୍ଗୁରୀୟ ସ୍ୱରୂପ କରିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।”


“ଯିହୁଦାର ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍‍ଙ୍କୁ ଏହି କଥା କୁହ, ଆମ୍ଭେ ଆକାଶମଣ୍ଡଳ ଓ ପୃଥିବୀକୁ ହଲାଇବା;


ପୁଣି, ସଦାପ୍ରଭୁ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍‍ଙ୍କ ଆତ୍ମାକୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ଆତ୍ମାକୁ, ଆଉ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତଙ୍କର ଆତ୍ମାକୁ ଉତ୍ତେଜିତ କଲେ; ତହିଁରେ ସେମାନେ ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ଚତୁର୍ବିଂଶ ଦିନରେ ଆସି,


ସେତେବେଳେ ଶଲ୍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ୍‍ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକ ଓ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ରବରେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ଯେଉଁସବୁ ବାକ୍ୟ ପ୍ରେରଣ କରିଥିଲେ, ସେହି ସବୁରେ ମନୋଯୋଗ କଲେ; ଆଉ, ଲୋକମାନେ ସଦାପ୍ରଭୁଙ୍କ ଛାମୁରେ ଭୀତ ହେଲେ।


ମାତ୍ର ଯିହୁଦା ଗୋଷ୍ଠୀକୁ, ଆପଣାର ପ୍ରିୟ ସିୟୋନ ପର୍ବତକୁ ମନୋନୀତ କଲେ।


ଆଉ ଲେବୀୟମାନେ, ଯଥା, ଯେଶୂୟ, ବିନ୍ନୁୟି, କଦ୍‍ମୀୟେଲ, ଶେରେବୀୟ, ଯିହୁଦା ଓ ମତ୍ତନୀୟ, ଏହି ମତ୍ତନୀୟ ଓ ତାହାର ଭ୍ରାତୃଗଣ ଧନ୍ୟବାଦ-ସେବାର ଅଧ୍ୟକ୍ଷ ଥିଲେ।


ଯେଉଁ ଯାଜକମାନେ ଓ ଲେବୀୟମାନେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ଯେଶୂୟ ସଙ୍ଗେ ଆସିଥିଲେ, ସେମାନେ ଏହି, ଯଥା, ସରାୟ, ଯିରିମୀୟ, ଏଜ୍ରା;


ମାତ୍ର ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯିରୂଶାଲମକୁ ମନୋନୀତ କରିଅଛୁ ଓ ଆମ୍ଭ ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦଙ୍କୁ ମନୋନୀତ କରିଅଛୁ।’


ପଦାୟର ପୁତ୍ର ଯିରୁବ୍ବାବିଲ୍‍ ଓ ଶିମୀୟି; ପୁଣି, ସରୁ ଯିରୁବ୍ବାବିଲ୍‍ର ସନ୍ତାନ ମଶୁଲ୍ଲମ୍‍ ଓ ହନାନୀୟ ଓ ଶଲୋମୀତ୍‍ ସେମାନଙ୍କର ଭଗିନୀ ଥିଲା।


ଆଉ ତୁମ୍ଭେ ଶିଟୀମ୍‍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥର ବେଦି ନିର୍ମାଣ କରିବ, ସେହି ବେଦି ଚତୁଷ୍କୋଣ ହେବ; ତହିଁର ଉଚ୍ଚତା ତିନି ହସ୍ତ ହେବ।


ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହକୁ ସେମାନଙ୍କ ଆଗମନର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ଯୋଷାଦକର ପୁତ୍ର ଯେଶୂୟ ଓ ସେମାନଙ୍କର ଅବଶିଷ୍ଟ ଯାଜକ ଓ ଲେବୀୟ ଭ୍ରାତୃଗଣ ଓ ବନ୍ଦୀଦଶାରୁ ଯିରୂଶାଲମକୁ ଆଗତ ଲୋକ ସମସ୍ତେ ଆରମ୍ଭ କରି ସଦାପ୍ରଭୁଙ୍କ ଗୃହକାର୍ଯ୍ୟର ତତ୍ତ୍ୱାବଧାରଣ ନିମନ୍ତେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନଙ୍କୁ ନିଯୁକ୍ତ କଲେ।


ତହିଁରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ଯୋଷାଦକର ପୁତ୍ର ଯେଶୂୟ ଉଠି ଯିରୂଶାଲମରେ ପରମେଶ୍ୱରଙ୍କ ଗୃହ ନିର୍ମାଣ କରିବାକୁ ଲାଗିଲେ; ଆଉ, ପରମେଶ୍ୱରଙ୍କ ଭବିଷ୍ୟଦ୍‍ବକ୍ତାମାନେ ସେମାନଙ୍କ ସଙ୍ଗେ ଥାଇ ସେମାନଙ୍କର ସାହାଯ୍ୟ କଲେ।


ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା;” ଏଥିନିମନ୍ତେ ଅବ୍ରାମ ଆପଣା ନିକଟରେ ଦର୍ଶନଦାତା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କଲେ।


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ‘ତୁମ୍ଭେମାନେ ଆମ୍ଭର ତୁଷ୍ଟିଜନକ ଆଘ୍ରାଣାର୍ଥେ ଆମ୍ଭର ଉପହାର, ଅର୍ଥାତ୍‍, ଆମ୍ଭ ଉଦ୍ଦେଶ୍ୟରେ ଅଗ୍ନିକୃତ ନାନା ନୈବେଦ୍ୟାର୍ଥକ ଆମ୍ଭର ଯେଉଁ ଭକ୍ଷ୍ୟ, ତାହା ତହିଁର ନିରୂପିତ ସମୟରେ ଉତ୍ସର୍ଗ କରିବାକୁ ମନୋଯୋଗ କରିବ।’


ତହୁଁ ଗିଦିୟୋନ୍‍ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ, ତହିଁର ନାମ ଯିହୋବାଃ ଶାଲୋମ୍‍ ରଖିଲେ; ତାହା ଅବୀୟେଷ୍ରୀୟମାନଙ୍କ ଅଫ୍ରାରେ ଆଜି ପର୍ଯ୍ୟନ୍ତ ଅଛି।


ମାତ୍ର, ପରମେଶ୍ୱରଙ୍କ ଲୋକ ମୋଶାଙ୍କର ପୁତ୍ରମାନେ ଲେବୀ-ବଂଶ ମଧ୍ୟରେ ଉଲ୍ଲିଖିତ ହେଲେ।


ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ଯେଉଁମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନେ ଏହି, ଯଥା, ଯୋଷାଦକର ପୁତ୍ର ଯେଶୂୟର ସନ୍ତାନଗଣ ଓ ତାହାର ଭ୍ରାତୃଗଣ ମଧ୍ୟରୁ ମାସେୟ, ଇଲୀୟେଜର, ଯାରିବ ଓ ଗଦଲୀୟ।


ଆଉ, ଇମ୍ମେରର ସନ୍ତାନମାନଙ୍କ ମଧ୍ୟରୁ ହନାନି ଓ ସବଦୀୟ


ଓ ହାରୀମ୍‍‍ର ସନ୍ତାନମାନଙ୍କ ମଧ୍ୟରୁ ମାସେୟ, ଏଲୀୟ, ଶମୟୀୟ, ଯିହୀୟେଲ ଓ ଉଷୀୟ;


ଆଉ, ପଶ୍‍ହୂରର ସନ୍ତାନମାନଙ୍କ ମଧ୍ୟରୁ ଇଲୀୟୋଐନୟ, ମାସେୟ, ଇଶ୍ମାୟେଲ, ନଥନେଲ, ଯୋଷାବଦ୍‍ ଓ ଇଲୀୟାସା।


Swiv nou:

Piblisite


Piblisite