Biblia Todo Logo
Bib sou entènèt

- Piblisite -




ଏଜ୍ରା 3:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହକୁ ସେମାନଙ୍କ ଆଗମନର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ଯୋଷାଦକର ପୁତ୍ର ଯେଶୂୟ ଓ ସେମାନଙ୍କର ଅବଶିଷ୍ଟ ଯାଜକ ଓ ଲେବୀୟ ଭ୍ରାତୃଗଣ ଓ ବନ୍ଦୀଦଶାରୁ ଯିରୂଶାଲମକୁ ଆଗତ ଲୋକ ସମସ୍ତେ ଆରମ୍ଭ କରି ସଦାପ୍ରଭୁଙ୍କ ଗୃହକାର୍ଯ୍ୟର ତତ୍ତ୍ୱାବଧାରଣ ନିମନ୍ତେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନଙ୍କୁ ନିଯୁକ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପରମେଶ୍ଵରଙ୍କ ଯିରୂଶାଲମସ୍ଥିତ ଗୃହକୁ ସେମାନଙ୍କ ଆଗମନର ଦ୍ଵିତୀୟ ବର୍ଷର ଦ୍ଵିତୀୟ ମାସରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ ଓ ଯୋଷାଦକର ପୁତ୍ର ଯେଶୂୟ ଓ ସେମାନଙ୍କର ଅବଶିଷ୍ଟ ଯାଜକ ଓ ଲେବୀୟ ଭ୍ରାତୃଗଣ ଓ ବନ୍ଦୀଦଶାରୁ ଯିରୂଶାଲମକୁ ଆଗତ ଲୋକ ସମସ୍ତେ ଆରମ୍ଭ କରି ସଦାପ୍ରଭୁଙ୍କ ଗୃହକାର୍ଯ୍ୟର ତତ୍ତ୍ଵାବଧାରଣ ନିମନ୍ତେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନଙ୍କୁ ନିଯୁକ୍ତ କଲେ।

Gade chapit la Kopi

ଓଡିଆ ବାଇବେଲ

8 ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହକୁ ସେମାନଙ୍କ ଆଗମନର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସରେ ଶଲ୍‍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ଯୋଷାଦକର ପୁତ୍ର ଯେଶୂୟ ଓ ସେମାନଙ୍କର ଅବଶିଷ୍ଟ ଯାଜକ ଓ ଲେବୀୟ ଭ୍ରାତୃଗଣ ଓ ବନ୍ଦୀଦଶାରୁ ଯିରୂଶାଲମକୁ ଆଗତ ଲୋକ ସମସ୍ତେ ଆରମ୍ଭ କରି ସଦାପ୍ରଭୁଙ୍କ ଗୃହକାର୍ଯ୍ୟର ତତ୍ତ୍ୱାବଧାରଣ ନିମନ୍ତେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନଙ୍କୁ ନିଯୁକ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ

8 ଏହା ପରେ ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସରେ ପରମେଶ୍ୱରଙ୍କ ଯିରୁଶାଲମସ୍ଥିତ ମନ୍ଦିରରେ ଶ‌‌‌‌ଲ୍‌‌‌‌‌‌‌ଟୀୟେଲର ପୁତ୍ର ସରୁବ୍ବାବିଲ, ଯୋଷାଦକର ପୁତ୍ର ଯେଶୂୟ ଓ ସେମାନଙ୍କର ଅବଶିଷ୍ଟ ଯାଜକ ଓ ଲେବୀୟ ଭାତୃଗଣ, ବନ୍ଦୀ ଦଶାରୁ ଯିରୁଶାଲମକୁ ଆଗତ ଲୋକମାନେ ସଦାପ୍ରଭୁଙ୍କ ମନ୍ଦିର କାର୍ଯ୍ୟରେ ତତ୍ତ୍ୱାବଧାରଣ ନିମନ୍ତେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନଙ୍କୁ ନିଯୁକ୍ତ କଲେ।

Gade chapit la Kopi




ଏଜ୍ରା 3:8
14 Referans Kwoze  

ମାତ୍ର ଯିରୁବ୍ବାବିଲ୍‍ ଓ ଯେଶୂୟ ଓ ଇସ୍ରାଏଲର ଅନ୍ୟ ପିତୃବଂଶର ପ୍ରଧାନମାନେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବା ବିଷୟରେ ଆମ୍ଭମାନଙ୍କ ସଙ୍ଗେ ତୁମ୍ଭମାନଙ୍କର କୌଣସି ସମ୍ପର୍କ ନାହିଁ; ମାତ୍ର ଆମ୍ଭମାନଙ୍କ ପ୍ରତି ପାରସ୍ୟ ରାଜା କୋରସ୍‍ ରାଜାଙ୍କ ଆଜ୍ଞା ପ୍ରମାଣେ ଆମ୍ଭେମାନେ ଆପେ ଏକତ୍ରିତ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମାଣ କରିବା।”


ସେମାନଙ୍କ ମଧ୍ୟରୁ ଚବିଶ ହଜାର ଲୋକ ସଦାପ୍ରଭୁଙ୍କ ଗୃହର କାର୍ଯ୍ୟ ଚଳାଇବା ପାଇଁ ନିଯୁକ୍ତ ଥିଲେ; ଆଉ ଛଅ ହଜାର ଲୋକ କାର୍ଯ୍ୟଶାସକ ଓ ବିଚାରକର୍ତ୍ତା ଥିଲେ;


ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବାକୁ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।


ତହିଁରେ ଯୋଷାଦକର ପୁତ୍ର ଯେଶୂୟ ଓ ତାହାର ଯାଜକ-ଭ୍ରାତୃଗଣ ଓ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ତାହାର ଭ୍ରାତୃଗଣ ଉଠି ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ଉତ୍ସର୍ଗ କରିବା ପାଇଁ ଇସ୍ରାଏଲର ପରମେଶ୍ୱରଙ୍କ ଯଜ୍ଞବେଦି ନିର୍ମାଣ କଲେ।


ତହିଁରେ ସେହି ଶେଶବସର ଆସି ଯିରୂଶାଲମରେ ପରମେଶ୍ୱରଙ୍କ ଗୃହର ଭିତ୍ତିମୂଳ ସ୍ଥାପନ କଲା; ଆଉ, ସେହି ସମୟଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ତାହା ନିର୍ମିତ ହେଉଅଛି, ତଥାପି ତାହା ସମ୍ପୂର୍ଣ୍ଣ ହୋଇ ନାହିଁ।


“ଯିରୁବ୍ବାବିଲ୍‍ଙ୍କ ହସ୍ତ ଏହି ଗୃହର ଭିତ୍ତିମୂଳ ସ୍ଥାପନ କରିଅଛି; ତାଙ୍କ ହସ୍ତ ମଧ୍ୟ ତାହା ସମାପ୍ତ କରିବ; ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।


ପୁଣି, ତାଙ୍କୁ କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଶାଖା ନାମରେ ବିଖ୍ୟାତ ପୁରୁଷଙ୍କୁ ଦେଖ ସେ ଆପଣା ସ୍ଥାନରୁ ବଢ଼ି ଉଠିବେ ଓ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ!


ବନ୍ଦୀ ଯିକନୀୟର ସନ୍ତାନଗଣ;


ଏମାନେ ଯିରୁବ୍ବାବିଲ୍‍, ଯେଶୂୟ, ନିହିମୀୟା, ସରାୟ, ରିୟେଲାୟ, ମର୍ଦ୍ଦଖୟ, ବିଲ୍‍ଶନ୍‍, ମିସ୍ପର, ବିଗ୍‍ବୟ, ରହୂମ୍‍ ଓ ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶୀୟ ପୁରୁଷମାନଙ୍କର ସଂଖ୍ୟା ଏହି, ଯଥା,


ତହୁଁ ଯିରୂଶାଲମରେ ପରମେଶ୍ୱରଙ୍କ ଗୃହର କାର୍ଯ୍ୟ ବନ୍ଦ ହେଲା। ପୁଣି, ପାରସ୍ୟ ରାଜା ଦାରୀୟାବସଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷ ପର୍ଯ୍ୟନ୍ତ ତାହା ବନ୍ଦ ହୋଇ ରହିଲା।


ତହିଁରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ଯୋଷାଦକର ପୁତ୍ର ଯେଶୂୟ ଉଠି ଯିରୂଶାଲମରେ ପରମେଶ୍ୱରଙ୍କ ଗୃହ ନିର୍ମାଣ କରିବାକୁ ଲାଗିଲେ; ଆଉ, ପରମେଶ୍ୱରଙ୍କ ଭବିଷ୍ୟଦ୍‍ବକ୍ତାମାନେ ସେମାନଙ୍କ ସଙ୍ଗେ ଥାଇ ସେମାନଙ୍କର ସାହାଯ୍ୟ କଲେ।


ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ଯେଉଁମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନେ ଏହି, ଯଥା, ଯୋଷାଦକର ପୁତ୍ର ଯେଶୂୟର ସନ୍ତାନଗଣ ଓ ତାହାର ଭ୍ରାତୃଗଣ ମଧ୍ୟରୁ ମାସେୟ, ଇଲୀୟେଜର, ଯାରିବ ଓ ଗଦଲୀୟ।


ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା,


Swiv nou:

Piblisite


Piblisite