Biblia Todo Logo
Bib sou entènèt

- Piblisite -




ଏଜ୍ରା 4:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ବନ୍ଦୀତ୍ୱର ସନ୍ତାନଗଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ମନ୍ଦିର ନିର୍ମାଣ କରୁଅଛନ୍ତି ବୋଲି ଯିହୁଦାର ଓ ବିନ୍ୟାମୀନ୍‍ର ବିପକ୍ଷମାନେ ଶୁଣିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ବନ୍ଦୀତ୍ଵର ସନ୍ତାନଗଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଏକ ମନ୍ଦିର ନିର୍ମାଣ କରୁଅଛନ୍ତି ବୋଲି ଯିହୁଦାର ଓ ବିନ୍ୟାମୀନର ବିପକ୍ଷମାନେ ଶୁଣିଲେ।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ବନ୍ଦୀତ୍ୱର ସନ୍ତାନଗଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ମନ୍ଦିର ନିର୍ମାଣ କରୁଅଛନ୍ତି ବୋଲି ଯିହୁଦାର ଓ ବିନ୍ୟାମୀନ୍‍ର ବିପକ୍ଷମାନେ ଶୁଣିଲେ।

Gade chapit la Kopi

ପବିତ୍ର ବାଇବଲ

1-2 ବହୁତ ଲୋକ ସେହି ଅଞ୍ଚଳରେ ବାସ କରୁଥିଲେ ଯେଉଁମାନେ କି ଯିହୁଦା ଓ ବିନ୍ୟାମୀନମାନଙ୍କୁ ବିରୋଧ କରୁଥିଲେ। ସେମାନେ ଶୁଣିବାକୁ ପାଇଲେ ଯେ ନିର୍ବାସିତ ସନ୍ତାନଗଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ମନ୍ଦିର ନିର୍ମାଣ କରୁଛନ୍ତି। ତେଣୁ ସେହି ଶତ୍ରୁମାନେ ସରୁବ୍ବାବିଲ ଓ ପିତୃବଂଶ ପ୍ରଧାନବର୍ଗମାନଙ୍କ ନିକଟକୁ ଆସିଲେ ଏବଂ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କୁ ତୁମ୍ଭମାନଙ୍କ ସହିତ ନିର୍ମାଣ କରିବାକୁ ଦିଅ। କାରଣ ଆମ୍ଭେମାନେ ତୁମ୍ଭ ପରି ଅଟୁ। ଆମ୍ଭେମାନେ ତୁମ୍ଭମାନଙ୍କର ପରମେଶ୍ୱରଙ୍କୁ ପ୍ରାର୍ଥନା କରୁ। ଏବଂ ସେହି ସମୟରୁ ଅଶୂରୀୟ ରାଜା ଏସର-ହଦ୍ଦୋନ୍, ଯେ ଆମ୍ଭମାନଙ୍କୁ ଏଠାକୁ ଆଣିଛନ୍ତି, ଆମ୍ଭେମାନେ ତାଙ୍କୁ ବଳିଦାନ କରୁଅଛୁ।”

Gade chapit la Kopi




ଏଜ୍ରା 4:1
14 Referans Kwoze  

ସର୍ବସୁଦ୍ଧା ପାଞ୍ଚ ହଜାର ଚାରି ଶହ ସ୍ୱର୍ଣ୍ଣ ଓ ରୌପ୍ୟମୟ ପାତ୍ର ଥିଲା; ବନ୍ଦୀ ଲୋକମାନେ ବାବିଲରୁ ଯିରୂଶାଲମକୁ ଅଣାଯିବା ସମୟରେ ଶେଶବସର ଏହିସବୁ ଦ୍ରବ୍ୟ ଆଣିଲା।


କାରଣ ଫଳପ୍ରଦ କାର୍ଯ୍ୟ ନିମନ୍ତେ ମୋʼ ପାଇଁ ପ୍ରଶସ୍ତ ଦ୍ୱାର ଉନ୍ମୁକ୍ତ ରହିଅଛି, ବିପକ୍ଷମାନେ ମଧ୍ୟ ଅନେକ ଅଛନ୍ତି।


ଏଥିପାଇଁ ତୁମ୍ଭେ ଜ୍ଞାତ ହୁଅ ଓ ବୁଝ ଯେ, ଯିରୂଶାଲମକୁ ପୁନଃସ୍ଥାପନ ଓ ନିର୍ମାଣ କରିବାର ଆଜ୍ଞା ପ୍ରକାଶ ହେବା ସମୟଠାରୁ ଅଧିପତି, ଅଭିଷିକ୍ତ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସାତ ସପ୍ତାହ ହେବ; ପୁଣି, ସଙ୍କଟ କାଳରେ ହିଁ ତାହା ଛକ ଓ ପରିଖା ସହିତ ତିନି କୋଡ଼ି ଦୁଇ ସପ୍ତାହ ପୁନଃନିର୍ମିତ ହେବ।


ତହୁଁ ଦାନିୟେଲଙ୍କୁ ରାଜାର ଛାମୁକୁ ଅଣାଗଲା ରାଜା ଦାନିୟେଲଙ୍କୁ କହିଲା, “ମୋର ପିତା ମହାରାଜା ଯିହୁଦା ଦେଶରୁ ଯେଉଁମାନଙ୍କୁ ଆଣିଥିଲେ, ସେହି ନିର୍ବାସିତ ଯିହୁଦୀ ଲୋକମାନଙ୍କ ମଧ୍ୟରେ ଯେଉଁ ଦାନିୟେଲ ଥିଲେ, ସେ କି ତୁମ୍ଭେ?


ମାତ୍ର ବନ୍ଦୀତ୍ୱର ସନ୍ତାନମାନେ ସେହିପରି କର୍ମ କଲେ। ପୁଣି, ଏଜ୍ରା ଯାଜକ ଓ ଆପଣା ଆପଣା ପିତୃବଂଶାନୁସାରେ ଓ ନାମାନୁସାରେ ନିର୍ଦ୍ଦିଷ୍ଟ ପିତୃବଂଶ-ପ୍ରଧାନ କେତେକ ଲୋକ ପୃଥକ କରାଗଲେ; ଆଉ, ସେମାନେ ଦଶମ ମାସର ପ୍ରଥମ ଦିନ ସେହି ବିଷୟ ଅନୁସନ୍ଧାନ କରିବାକୁ ବସିଲେ।


ଏଥିଉତ୍ତାରେ ଲୋକମାନେ ଯିହୁଦା ଓ ଯିରୂଶାଲମର ସର୍ବତ୍ର ବନ୍ଦୀତ୍ୱର ସନ୍ତାନ ସମସ୍ତଙ୍କ ନିକଟରେ ଘୋଷଣା କରି କହିଲେ ଯେ, ସେମାନେ ଯିରୂଶାଲମରେ ଏକତ୍ରିତ ହେବେ;


କାରଣ, ସେ ପ୍ରଥମ ମାସର ପ୍ରଥମ ଦିନ ବାବିଲରୁ ଯାତ୍ରା ଆରମ୍ଭ କଲେ, ପୁଣି ତାଙ୍କ ପ୍ରତି ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେ ପଞ୍ଚମ ମାସର ପ୍ରଥମ ଦିନରେ ଯିରୂଶାଲମରେ ଉପସ୍ଥିତ ହେଲେ।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ, ଯାଜକମାନେ ଓ ଲେବୀୟମାନେ ଓ ବନ୍ଦୀତ୍ୱର ଅବଶିଷ୍ଟ ସନ୍ତାନଗଣ ଆନନ୍ଦରେ ପରମେଶ୍ୱରଙ୍କ ଏହି ଗୃହର ପ୍ରତିଷ୍ଠା-ଉତ୍ସବ ପାଳନ କଲେ।


ତହିଁରେ ଲୋକମାନେ ଆନନ୍ଦ ଧ୍ୱନିର ଓ ଜନତାର କ୍ରନ୍ଦନ ଶବ୍ଦର ପ୍ରଭେଦ କରି ପାରିଲେ ନାହିଁ; ଯେଣୁ ଲୋକମାନେ ଉଚ୍ଚସ୍ୱରରେ ମହାଧ୍ୱନି କଲେ, ଆଉ ତହିଁର ଶବ୍ଦ ଅତି ଦୂରକୁ ଶୁଣାଗଲା।


Swiv nou:

Piblisite


Piblisite