Biblia Todo Logo
Bib sou entènèt

- Piblisite -




ଏଜ୍ରା 4:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ଆପଣଙ୍କ ନିକଟରୁ ଆଗତ ଯିହୁଦୀୟ ଲୋକମାନେ ଯିରୂଶାଲମକୁ ଆମ୍ଭମାନଙ୍କ ନିକଟକୁ ଆସିଅଛନ୍ତି; ସେମାନେ ସେହି ବିଦ୍ରୋହୀ ଦୁଷ୍ଟ ନଗର ନିର୍ମାଣ କରୁଅଛନ୍ତି ଓ ପ୍ରାଚୀର ସମାପ୍ତ କରି ଭିତ୍ତିମୂଳର ଜୀର୍ଣ୍ଣସଂସ୍କାର କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ଆପଣଙ୍କ ନିକଟରୁ ଆଗତ ଯିହୁଦୀୟ ଲୋକମାନେ ଯିରୂଶାଲମକୁ ଆମ୍ଭମାନଙ୍କ କତିକି ଆସିଅଛନ୍ତି; ସେମାନେ ସେହି ବିଦ୍ରୋହୀ ଦୁଷ୍ଟ ନଗର ନିର୍ମାଣ କରୁଅଛନ୍ତି ଓ ପ୍ରାଚୀର ସମାପ୍ତ କରି ଭିତ୍ତିମୂଳର ଜୀର୍ଣ୍ଣସଂସ୍କାର କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

12 ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ‘ଆପଣଙ୍କ ନିକଟରୁ ଆଗତ ଯିହୁଦୀୟ ଲୋକମାନେ ଯିରୂଶାଲମକୁ ଆମ୍ଭମାନଙ୍କ ନିକଟକୁ ଆସିଅଛନ୍ତି; ସେମାନେ ସେହି ବିଦ୍ରୋହୀ ଦୁଷ୍ଟ ନଗର ନିର୍ମାଣ କରୁଅଛନ୍ତି ଓ ପ୍ରାଚୀର ସମାପ୍ତ କରି ଭିତ୍ତିମୂଳର ଜୀର୍ଣ୍ଣସଂସ୍କାର କରିଅଛନ୍ତି।’

Gade chapit la Kopi

ପବିତ୍ର ବାଇବଲ

12 ଆମ୍ଭେମାନେ ରାଜାଙ୍କୁ କହିବାକୁ ଗ୍ଭହୁଁ ଯେ, ଯେଉଁ ଯିହୁଦୀୟ ଲୋକମାନଙ୍କୁ ଆପଣ ପଠାଇ ଥିଲେ ସେମାନେ ଯିରୁଶାଲମକୁ ଆମ୍ଭମାନଙ୍କ ପାଖକୁ ଆସିଛନ୍ତି। ସେମାନେ ସେହି ବିଦ୍ରୋହୀ ଏବଂ ଦୁଷ୍ଟନଗର ନିର୍ମାଣ କରୁଛନ୍ତି। ସେମାନେ ପ୍ରାଚୀର ପୁନଃନିର୍ମାଣ ସମାପ୍ତ କରି ଭିତ୍ତିମୂଳର ମରାମତି କରିଛନ୍ତି।

Gade chapit la Kopi




ଏଜ୍ରା 4:12
22 Referans Kwoze  

ତେବେ ଆମ୍ଭେମାନେ ସେହି ପ୍ରାଚୀନବର୍ଗଙ୍କୁ ପଚାରି ଏହିପରି କହିଲୁ, ‘ଏହି ଗୃହ ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା?’


ସେହି ସମୟରେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର-ବୋଷଣୟ ଓ ସେମାନଙ୍କ ସଙ୍ଗୀମାନେ ଆସି ସେମାନଙ୍କୁ ପଚାରିଲେ, “ଏହି ଗୃହ ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା?”


ମଧ୍ୟ ଯେଉଁ ନବୂଖଦ୍‍ନିତ୍ସର ରାଜା ତାଙ୍କୁ ପରମେଶ୍ୱରଙ୍କ ନାମରେ ଶପଥ କରାଇଥିଲା, ସେ ତାହାର ବିଦ୍ରୋହୀ ହେଲେ; ଆଉ ସେ ଆପଣା ଗ୍ରୀବା ଶକ୍ତ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ଫେରିବାକୁ ଆପଣା ହୃଦୟ କଠିନ କଲେ।


ଯାହା ଉତ୍ତମ ତାହା ଧରି ରଖ; ସମସ୍ତ ପ୍ରକାର ମନ୍ଦତା ଠାରୁ ପୃଥକ୍ ହୋଇଥାଅ।


କାରଣ ଆମ୍ଭେମାନେ ଏହି ଲୋକକୁ ମହାମାରୀ ସ୍ୱରୂପ, ଜଗତର ସର୍ବତ୍ର ସମସ୍ତ ଯିହୁଦୀମାନଙ୍କ ମଧ୍ୟରେ ବିଦ୍ରୋହର ପରିଚାଳକ ଓ ନାଜରିତୀୟ ଦଳର ଜଣେ ପ୍ରଧାନ ନେତା ବୋଲି ଜାଣିଅଛୁ;


“ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।


ଏଥିପାଇଁ ତୁମ୍ଭେ ଜ୍ଞାତ ହୁଅ ଓ ବୁଝ ଯେ, ଯିରୂଶାଲମକୁ ପୁନଃସ୍ଥାପନ ଓ ନିର୍ମାଣ କରିବାର ଆଜ୍ଞା ପ୍ରକାଶ ହେବା ସମୟଠାରୁ ଅଧିପତି, ଅଭିଷିକ୍ତ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସାତ ସପ୍ତାହ ହେବ; ପୁଣି, ସଙ୍କଟ କାଳରେ ହିଁ ତାହା ଛକ ଓ ପରିଖା ସହିତ ତିନି କୋଡ଼ି ଦୁଇ ସପ୍ତାହ ପୁନଃନିର୍ମିତ ହେବ।


କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦାରେ ଏପରି ଘଟଣା ଘଟିଲା। ଆଉ, ସିଦିକୀୟ ବାବିଲ ରାଜାର ବିଦ୍ରୋହୀ ହେଲା।


ସେତେବେଳେ ସେମାନେ ମୋତେ କହିଲେ, “ବନ୍ଦୀତ୍ୱରୁ ରକ୍ଷାପ୍ରାପ୍ତ ସେହି ପ୍ରଦେଶର ଅବଶିଷ୍ଟ ଲୋକେ ମହାଦୁଃଖ ଓ ଅପମାନରେ ଅଛନ୍ତି; କାରଣ ଯିରୂଶାଲମର ପ୍ରାଚୀର ଭଗ୍ନ ହୋଇ ରହିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି।”


ପୁଣି, ଆମ୍ଭ ଆଜ୍ଞାରେ ଅନୁସନ୍ଧାନ କରାଯାଆନ୍ତେ, ଦେଖାଯାଇଅଛି ଯେ, ପୂର୍ବକାଳରେ ଏହି ନଗର ରାଜାଗଣ ବିରୁଦ୍ଧରେ ଦ୍ରୋହ କରିଅଛି ଓ ତହିଁ ମଧ୍ୟରେ ରାଜଦ୍ରୋହ ଓ ଗଣ୍ଡଗୋଳ କରାଯାଇଅଛି।


ଆପଣଙ୍କ ପୂର୍ବପୁରୁଷଗଣର ଇତିହାସ-ପୁସ୍ତକ ଅନୁସନ୍ଧାନ କରାଯାଉ; ତେବେ ସେହି ଇତିହାସ ପୁସ୍ତକରେ ଆପଣ ଦେଖିବେ ଓ ଜାଣିବେ ଯେ, ଏହି ନଗର ବିଦ୍ରୋହୀ ନଗର, ଆଉ ରାଜାଗଣ ଓ ପ୍ରଦେଶସମୂହ ପ୍ରତି ଅନିଷ୍ଟକର, ପୁଣି ସେମାନେ ପୂର୍ବକାଳରେ ତହିଁ ମଧ୍ୟରେ ଗଣ୍ଡଗୋଳ ଘଟାଇଅଛନ୍ତି। ତହିଁ ସକାଶୁ ଏହି ନଗର ବିନଷ୍ଟ ହୋଇଅଛି।


ଯିହୋୟାକୀମ୍‍ଙ୍କ ରାଜତ୍ୱ ସମୟରେ ବାବିଲର ରାଜା ନବୂଖଦ୍‍ନିତ୍ସର ଯିହୁଦା ଉପରେ ଆକ୍ରମଣ କଲେ, ପୁଣି ଯିହୋୟାକୀମ୍‍ ତିନି ବର୍ଷ ତାହାର ଦାସ ହେଲେ; ତହିଁ ଉତ୍ତାରେ ସେ ଫେରି ତାହାର ବିଦ୍ରୋହୀ ହେଲେ।


ଯୁଦ୍ଧ କରିବା ପାଇଁ ମନ୍ତ୍ରଣା ଓ ବଳ ଅଛି ବୋଲି ତୁମ୍ଭେ କହୁଅଛ, ମାତ୍ର ତାହା କେବଳ ବୃଥା କଥା। ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ?


ସେମାନେ ଅର୍ତ୍ତକ୍ଷସ୍ତ ରାଜା ନିକଟକୁ ଯେଉଁ ପତ୍ର ପଠାଇଥିଲେ, ତହିଁର ପ୍ରତିଲିପି ଏହି; “(ଫରାତ୍‍) ନଦୀ ସେପାରିସ୍ଥ ଲୋକ, ଆପଣଙ୍କ ଦାସମାନଙ୍କଠାରୁ,


ଏଥିଉତ୍ତାରେ ହାମନ୍‍ ଅକ୍ଷଶ୍ୱେରଶ ରାଜାଙ୍କୁ କହିଲେ, “ଆପଣଙ୍କ ରାଜ୍ୟର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧ୍ୟରେ ଛିନ୍ନଭିନ୍ନ ଓ ପୃଥକୀକୃତ ଏକ ଦେଶୀୟ ଲୋକ ଅଛନ୍ତି; ଅନ୍ୟ ସକଳ ଲୋକଙ୍କର ବ୍ୟବସ୍ଥାଠାରୁ ସେମାନଙ୍କ ବ୍ୟବସ୍ଥା ଭିନ୍ନ, ମଧ୍ୟ ସେମାନେ ମହାରାଜାଙ୍କ ବ୍ୟବସ୍ଥା ମାନନ୍ତି ନାହିଁ; ଏଣୁ ସେମାନଙ୍କ ବ୍ୟବହାର ସହ୍ୟ କରିବା ମହାରାଜାଙ୍କର ଉଚିତ ନୁହେଁ।


ଏଥିପାଇଁ ସେହି ସମୟରେ କେତେକ କଲ୍‍ଦୀୟ ଲୋକ ନିକଟକୁ ଆସି ଯିହୁଦୀୟ ଲୋକମାନଙ୍କ ବିରୁଦ୍ଧରେ ଅପବାଦ ଆଣିଲେ।


ତହିଁରେ ଏହା ଲେଖାଥିଲା, “ଗୋଷ୍ଠୀୟମାନଙ୍କ ମଧ୍ୟରେ ଏହି ଜନରବ ହୋଇଅଛି, ମଧ୍ୟ ଗେଶମ୍‍ ଏହା କହୁଅଛି ଯେ, ତୁମ୍ଭେ ଓ ଯିହୁଦୀୟମାନେ ରାଜଦ୍ରୋହ କରିବାକୁ ବିଚାର କରୁଅଛ; ତହିଁ ନିମନ୍ତେ ତୁମ୍ଭେ ପ୍ରାଚୀର ନିର୍ମାଣ କରୁଅଛ; ଏହି ଜନରବ ଅନୁସାରେ ତୁମ୍ଭେ ସେମାନଙ୍କର ରାଜା ହେବାକୁ ଇଚ୍ଛା କରୁଅଛ।


Swiv nou:

Piblisite


Piblisite