Biblia Todo Logo
Bib sou entènèt

- Piblisite -




ଏଜ୍ରା 4:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ରହୂମ୍‍ ମନ୍ତ୍ରୀ ଓ ଶିମ୍‍ଶୟ ଲେଖକ ଓ ସେମାନଙ୍କର ଅନ୍ୟ ସଙ୍ଗୀ ସମସ୍ତେ, ଅର୍ଥାତ୍‍, ଦୀନୀୟ ଓ ଅଫର୍ସ୍ତଖୀୟ, ଟର୍ପଲୀୟ, ଅଫର୍ସୀୟ, ଅର୍କବୀୟ, ବାବିଲୀୟ, ଶୂଶନୀୟ, ଦେହ୍ୱୀୟ, ଏଲମୀୟ ଲୋକମାନେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ରହୂମ୍ ମନ୍ତ୍ରୀ ଓ ଶିମ୍ଶୟ ଲେଖକ ଓ ସେମାନଙ୍କର ଅନ୍ୟ ସଙ୍ଗୀ ସମସ୍ତେ, ଅର୍ଥାତ୍, ଦୀନୀୟ ଓ ଅଫର୍ସ୍ତଖୀୟ, ଟର୍ପଲୀୟ, ଅଫର୍ସୀୟ, ଅର୍କବୀୟ, ବାବିଲୀୟ, ଶୂଶନୀୟ, ଦେହ୍ଵୀୟ, ଏଲମୀୟ ଲୋକମାନେ,

Gade chapit la Kopi

ଓଡିଆ ବାଇବେଲ

9 ରହୂମ ମନ୍ତ୍ରୀ ଓ ଶିମ୍‍ଶୟ ଲେଖକ ଓ ସେମାନଙ୍କର ଅନ୍ୟ ସଙ୍ଗୀ ସମସ୍ତେ, ଅର୍ଥାତ୍‍, ଦୀନୀୟ ଓ ଅଫର୍ସ୍ତଖୀୟ, ଟର୍ପଲୀୟ, ଅଫର୍ସୀୟ, ଅର୍କବୀୟ, ବାବିଲୀୟ, ଶୂଶନୀୟ, ଦେହ୍ୱୀୟ, ଏଲମୀୟ ଲୋକମାନେ,

Gade chapit la Kopi

ପବିତ୍ର ବାଇବଲ

9 ରହୂମ୍ ମନ୍ତ୍ରୀ ଓ ଶି‌‌‌‌‌‌ମ୍‌‌‌‌‌‌ଶୟ ଲେଖକ ଓ ସେମାନଙ୍କର ଅନ୍ୟ ସଙ୍ଗୀମାନେ ଯଥା: ବିଗ୍ଭରକଗଣ, ସେନାପତି, ପାର୍ସୀ ଅଧିକାରୀଗଣ, ଅର୍କବୀୟମାନେ, ବାବିଲୀୟଗଣ ଏବଂ ଶୂଶରୁ ଏଲମୀୟଗଣ।

Gade chapit la Kopi




ଏଜ୍ରା 4:9
16 Referans Kwoze  

“ଏହେତୁ ହେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ, ହେ ଶଥର-ବୋଷଣୟ, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ସଙ୍ଗୀ ନଦୀ ସେପାରିସ୍ଥ ଅଫର୍ସଖୀୟମାନେ, ସେଠାରୁ ଦୂରରେ ଥାଅ;


ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର-ବୋଷଣୟ ଓ ନଦୀ ସେପାରିସ୍ଥ ତାହାର ସଙ୍ଗୀ ଅଫର୍ସଖୀୟମାନଙ୍କର ଦାରୀୟାବସ ରାଜା ନିକଟକୁ ପ୍ରେରିତ ପତ୍ରର ପ୍ରତିଲିପି;


ଏଥିଉତ୍ତାରେ ଅଶୂରର ରାଜା, ବାବିଲ ଓ କୂଥା ଓ ଅବ୍ଦା ଓ ହମାତ ଓ ସଫର୍ବୟିମଠାରୁ ଲୋକ ଆଣି ଇସ୍ରାଏଲ-ସନ୍ତାନଗଣ ବଦଳେ ଶମରୀୟାର ନାନା ନଗରରେ ସେମାନଙ୍କୁ ସ୍ଥାପନ କଲା; ତହୁଁ ସେମାନେ ଶମରୀୟା ଅଧିକାର କରି ତହିଁର ନାନା ନଗରରେ ବାସ କଲେ।


ପାର୍ଥୀୟ, ମାଦୀୟ ଓ ଏଲାମୀୟ, ପୁଣି, ମେସୋପଟାମିଆ, ଯିହୂଦିୟା ପ୍ରଦେଶ, କାପ୍ପାଦକିଆ, ପନ୍ତ ଓ ଏସିଆ,


ପୁଣି, ମୁଁ ଦର୍ଶନକ୍ରମେ ଦେଖିଲି; ମୁଁ ଦେଖୁ ଦେଖୁ ଦେଖିଲି ଯେ, ମୁଁ ଏଲମ୍‍ ପ୍ରଦେଶସ୍ଥ ଶୂଶନ୍‍ ରାଜଗୃହରେ ଅଛି; ଆଉ, ସେହି ଦର୍ଶନରେ ମୁଁ ଦେଖିଲି ଯେ, ମୁଁ ଉଳୟ ନଦୀ ନିକଟରେ ଅଛି।


ସେହି ସ୍ଥାନରେ ଏଲମ୍‍ ଓ ତାହାର କବରର ଚତୁର୍ଦ୍ଦିଗରେ ତାହାର ସମସ୍ତ ଲୋକସମୂହ ଅଛି; ଯେଉଁମାନେ ଜୀବିତମାନଙ୍କ ଦେଶରେ ଭୟ ଜନ୍ମାଇଲେ, ସେମାନେ ସମସ୍ତେ ହତ, ଖଡ୍ଗ ଦ୍ୱାରା ପତିତ ହୋଇ ଅସୁନ୍ନତ ଅବସ୍ଥାରେ ଅଧୋଭୁବନକୁ ଓହ୍ଲାଇ ଯାଇଅଛନ୍ତି ଓ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କ ଅପମାନ ଭୋଗ କରିଅଛନ୍ତି।


ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଆରମ୍ଭ ସମୟରେ ଏଲମ୍‍ ବିଷୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,


ଆଉ, ସିମ୍ରିର ସମସ୍ତ ରାଜାଙ୍କୁ, ଏଲମ୍‍ର ସମସ୍ତ ରାଜାଙ୍କୁ ଓ ମାଦୀୟମାନଙ୍କର ସମସ୍ତ ରାଜାଙ୍କୁ;


ଏକ ଦୁଃଖଦାୟକ ଦର୍ଶନ ଆମ୍ଭ ପ୍ରତି ପ୍ରକାଶିତ ହୋଇଅଛି; ବିଶ୍ୱାସଘାତକ ବିଶ୍ୱାସଘାତକତା କରୁଅଛି ଓ ଲୁଟିତକାରୀ ଲୁଟୁଅଛି। ହେ ଏଲମ୍‍, ଉପରକୁ ଯାଅ; ହେ ମାଦୀୟେ, ଅବରୋଧ କର; ମୁଁ ତହିଁର ହାହାକାର ଧ୍ୱନିସବୁ ନିବୃତ୍ତ କରିଅଛି।


ଆଉ, ମହାରାଜା ଆପଣା ରାଜ୍ୟର ସମସ୍ତ ପ୍ରଦେଶରେ କର୍ମଚାରୀଗଣ ନିଯୁକ୍ତ କରନ୍ତୁ; ସେମାନେ ସେହି ସବୁ ସୁନ୍ଦରୀ ଯୁବତୀ କନ୍ୟାଗଣକୁ ଶୂଶନ୍‍ ରାଜଧାନୀରେ ଏକତ୍ର କରି ଅନ୍ତଃପୁରରେ ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟର ହସ୍ତରେ ସମର୍ପଣ କରନ୍ତୁ; ପୁଣି, ସେମାନଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେମାନଙ୍କୁ ଦତ୍ତ ହେଉ,


ଏହି ଅକ୍ଷଶ୍ୱେରଶ ରାଜା ଶୂଶନ୍‍ ରାଜଧାନୀରେ ଆପଣା ରାଜସିଂହାସନରେ ଉପବିଷ୍ଟ ହେଲା ଉତ୍ତାରେ,


ଶେମର ଏହିସବୁ ସନ୍ତାନ, ଏଲମ୍‍ ଓ ଅଶୂର ଓ ଅର୍ଫକ୍ଷଦ ଓ ଲୁଦ୍‍ ଓ ଅରାମ।


ରହୂମ୍‍ ମନ୍ତ୍ରୀ ଓ ଶିମ୍‍ଶୟ ଲେଖକ ଅର୍ତ୍ତକ୍ଷସ୍ତ ରାଜା ନିକଟକୁ ଯିରୂଶାଲମ ବିରୁଦ୍ଧରେ ଏହି ପ୍ରକାର ପତ୍ର ଲେଖିଲେ;


ଆଉ, ସେ ଆପଣା ଭ୍ରାତୃଗଣ ଓ ଶମରୀୟା ସୈନ୍ୟଦଳ ସାକ୍ଷାତରେ ଏହି କଥା କହିଲା, “ଏହି ଦୁର୍ବଳ ଯିହୁଦୀୟମାନେ କଅଣ କରୁଅଛନ୍ତି? ସେମାନେ କʼଣ ଗଡ଼ବନ୍ଦି କରି ରହିବେ? ସେମାନେ କʼଣ ବଳିଦାନ କରିବେ? ସେମାନେ କʼଣ ଦିନକରେ ସମାପ୍ତ କରିବେ? ସେମାନେ କʼଣ କାନ୍ଥଡ଼ାର ଢିପିରୁ ଦଗ୍ଧ ପ୍ରସ୍ତର କାଢ଼ି ସଜୀବ କରିବେ?”


ସେହି ସମୟରେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର-ବୋଷଣୟ ଓ ସେମାନଙ୍କ ସଙ୍ଗୀମାନେ ଆସି ସେମାନଙ୍କୁ ପଚାରିଲେ, “ଏହି ଗୃହ ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା?”


Swiv nou:

Piblisite


Piblisite