Biblia Todo Logo
Bib sou entènèt

- Piblisite -




ଏଜ୍ରା 5:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମାତ୍ର ଆମ୍ଭମାନଙ୍କ ପୂର୍ବପୁରୁଷଗଣ ସ୍ୱର୍ଗର ପରମେଶ୍ୱରଙ୍କୁ କୋପାନ୍ୱିତ କଲା ଉତ୍ତାରେ ସେ ସେମାନଙ୍କୁ ବାବିଲର ରାଜା କଲ୍‍ଦୀୟ ନବୂଖଦ୍‍ନିତ୍ସର ହସ୍ତରେ ସମର୍ପଣ କରନ୍ତେ, ସେ ଏହି ଗୃହ ବିନାଶ କରି ଲୋକମାନଙ୍କୁ ବାବିଲକୁ ନେଇଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ମାତ୍ର ଆମ୍ଭମାନଙ୍କ ପୂର୍ବପୁରୁଷଗଣ ସ୍ଵର୍ଗର ପରମେଶ୍ଵରଙ୍କୁ କୋପାନ୍ଵିତ କଲା ଉତ୍ତାରେ ସେ ସେମାନଙ୍କୁ ବାବିଲର ରାଜା କଲଦୀୟ ନବୁଖଦ୍ନିତ୍ସର ହସ୍ତରେ ସମର୍ପଣ କରନ୍ତେ, ସେ ଏହି ଗୃହ ବିନାଶ କରି ଲୋକମାନଙ୍କୁ ବାବିଲକୁ ନେଇଗଲା।

Gade chapit la Kopi

ଓଡିଆ ବାଇବେଲ

12 ମାତ୍ର ଆମ୍ଭମାନଙ୍କ ପୂର୍ବପୁରୁଷଗଣ ସ୍ୱର୍ଗର ପରମେଶ୍ୱରଙ୍କୁ କୋପାନ୍ୱିତ କଲା ଉତ୍ତାରେ ସେ ସେମାନଙ୍କୁ ବାବିଲର ରାଜା କଲ୍‍ଦୀୟ ନବୂଖଦ୍‍ନିତ୍ସର ହସ୍ତରେ ସମର୍ପଣ କରନ୍ତେ, ସେ ଏହି ଗୃହ ବିନାଶ କରି ଲୋକମାନଙ୍କୁ ବାବିଲକୁ ନେଇଗଲା।

Gade chapit la Kopi

ପବିତ୍ର ବାଇବଲ

12 ମାତ୍ର ଆମ୍ଭର ପୂର୍ବପୁରୁଷଗଣ ସ୍ୱର୍ଗର ପରମେଶ୍ୱରଙ୍କୁ କ୍ରୋଧିତ କରିଥିଲେ। ତେଣୁ ସେ ସେମାନଙ୍କୁ ବାବିଲର ରାଜା କ‌‌‌‌ଲ୍‌‌‌‌‌‌‌ଦୀୟ ନବୂଖ‌ଦ୍‌ନିତ୍ସର ହସ୍ତରେ ସମର୍ପଣ କଲେ। ତେଣୁ ସେ ଏହି ମନ୍ଦିର ବିନାଶକରି, ଲୋକମାନଙ୍କୁ ବାବିଲକୁ ନେଇଗଲେ।

Gade chapit la Kopi




ଏଜ୍ରା 5:12
28 Referans Kwoze  

ଆମ୍ଭେମାନେ ପାପ ଓ କୁଟିଳାଚରଣ କରିଅଛୁ ଓ ଦୁଷ୍କର୍ମ କରି ବିଦ୍ରୋହୀ ହୋଇଅଛୁ, ଆଉ ତୁମ୍ଭର ବିଧି ଓ ଶାସନର ପଥ ତ୍ୟାଗ କରିଅଛୁ।


ଏଥିଉତ୍ତାରେ ସଦାପ୍ରଭୁ ତାଙ୍କ ବିରୁଦ୍ଧରେ କଲ୍‍ଦୀୟ ସୈନ୍ୟଦଳ ଓ ଅରାମୀୟ ସୈନ୍ୟଦଳ ଓ ମୋୟାବୀୟ ସୈନ୍ୟଦଳ ଓ ଅମ୍ମୋନ-ସନ୍ତାନମାନଙ୍କ ସୈନ୍ୟଦଳ ପ୍ରେରଣ କଲେ। ସଦାପ୍ରଭୁ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଯାହା କହିଥିଲେ, ଆପଣାର ସେହି ବାକ୍ୟାନୁସାରେ ଯିହୁଦାକୁ ବିନାଶ କରିବା ପାଇଁ ତହିଁ ବିରୁଦ୍ଧରେ ସେମାନଙ୍କୁ ପ୍ରେରଣ କଲେ।


ସଦାପ୍ରଭୁ କହନ୍ତି, ଆମ୍ଭେ କି ଏହିସବୁର ପ୍ରତିଫଳ ଦେବା ନାହିଁ? ଆମ୍ଭର ପ୍ରାଣ କି ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ?”


ଏହେତୁ ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କୋପ ପ୍ରଜ୍ୱଳିତ ହେଲା, ପୁଣି, ସେ ଆପଣା ଅଧିକାରକୁ ଘୃଣା କଲେ।


ଏଥିଉତ୍ତାରେ ସିଦିକୀୟଙ୍କ ରାଜତ୍ଵର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ ବାବିଲ ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।


ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ଇସ୍ରାଏଲ-ସନ୍ତାନଗଣ ତାହା କଲେ; ତହୁଁ ସଦାପ୍ରଭୁ ସେମାନଙ୍କୁ ସାତ ବର୍ଷ ପର୍ଯ୍ୟନ୍ତ ମିଦୀୟନୀୟମାନଙ୍କ ହସ୍ତରେ ସମର୍ପଣ କଲେ।


ତହିଁରେ ସଦାପ୍ରଭୁ ହାସୋରରେ ରାଜତ୍ୱକାରୀ କିଣାନୀୟ ରାଜା ଯାବୀନ୍‍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍‍-ନିବାସୀ ସୀଷରା ତାହାର ସେନାପତି ଥିଲା।


ତହିଁରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ସେମାନଙ୍କୁ ଲୁଟକାରୀମାନଙ୍କ ହସ୍ତରେ ସମର୍ପିଲେ, ତେଣୁ ସେମାନେ ସେମାନଙ୍କୁ ଲୁଟିଲେ; ଆହୁରି ସେ ସେମାନଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରେ ବିକ୍ରୟ କଲେ, ତହିଁରେ ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଆଉ ଠିଆ ହୋଇ ପାରିଲେ ନାହିଁ।


ଯେବେ ସେମାନଙ୍କର ଶୈଳ ସେମାନଙ୍କୁ ବିକ୍ରୟ କରିଦେଇ ନ ଥାʼନ୍ତେ ଓ ଯେବେ ସଦାପ୍ରଭୁ ସେମାନଙ୍କୁ ସମର୍ପଣ କରିଦେଇ ନ ଥାʼନ୍ତେ, ତେବେ ସହସ୍ର ଜଣଙ୍କୁ ଏକ ଜଣ କିପରି ତଡ଼ି ଦିଅନ୍ତା, ପୁଣି ଦଶ ସହସ୍ର ଜଣଙ୍କୁ ଦୁଇ ଜଣ କିପରି ବିମୁଖ କରନ୍ତେ?


ସେସମୟରେ ସେମାନଙ୍କ ପ୍ରତିକୂଳରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ, ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା, ତହିଁରେ ସେମାନେ ଗ୍ରାସିତ ହେବେ ଓ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ; ତହୁଁ ସେହି ସମୟରେ ସେମାନେ କହିବେ, ‘ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ମଧ୍ୟରେ ନ ଥିବାରୁ କି ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କୁ ଘଟୁ ନାହିଁ?’


ପଞ୍ଚମ ମାସରେ, ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍‍ନିତ୍ସର ରାଜାଙ୍କ ରାଜତ୍ଵର ଊଣେଇଶ ବର୍ଷରେ, ବାବିଲ ରାଜାର ସମ୍ମୁଖରେ ଦଣ୍ଡାୟମାନ ନବୂଷରଦନ୍‍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା।


ପୁଣି, ସେ ଖଡ୍ଗରୁ ବଞ୍ଚିବା ଲୋକମାନଙ୍କୁ ବାବିଲକୁ ନେଇଗଲା; ତହିଁରେ ପାରସିକ ରାଜ୍ୟ ସ୍ଥାପନ ପର୍ଯ୍ୟନ୍ତ ସେମାନେ ତାହାର ଓ ତାହାର ସନ୍ତାନଗଣର ଦାସ ହୋଇ ରହିଲେ;


ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ।


ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ମହସେୟର ପୌତ୍ର ନେରୀୟର ପୁତ୍ର ସରାୟ ଯେଉଁ ସମୟରେ ରାଜା ସଙ୍ଗେ ବାବିଲକୁ ଗଲା, ସେ ସମୟରେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ସରାୟକୁ ଯାହା ଆଜ୍ଞା କରିଥିଲେ, ତହିଁର ବୃତ୍ତାନ୍ତ। ଏହି ସରାୟ ରାଜଗୃହର ପ୍ରଧାନ ଅଧ୍ୟକ୍ଷ ଥିଲା।


Swiv nou:

Piblisite


Piblisite