Biblia Todo Logo
Bib sou entènèt

- Piblisite -




ଏଜ୍ରା 5:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆହୁରି, ନବୂଖଦ୍‍ନିତ୍ସର ପରମେଶ୍ୱରଙ୍କ ଗୃହର ଯେସକଳ ସ୍ୱର୍ଣ୍ଣମୟ ଓ ରୌପ୍ୟମୟ ପାତ୍ର ଯିରୂଶାଲମସ୍ଥ ମନ୍ଦିରରୁ ନେଇ ବାବିଲସ୍ଥ ମନ୍ଦିରକୁ ଆଣିଥିଲା, ତାହାସବୁ କୋରସ୍‍ ରାଜା ବାବିଲସ୍ଥ ମନ୍ଦିରରୁ ବାହାର କରିଦେଲେ, ପୁଣି ତାହାସବୁ ଶେଶବସର ନାମକ ତାଙ୍କ ନିଯୁକ୍ତ ଶାସନକର୍ତ୍ତା ହସ୍ତରେ ସମର୍ପିତ ହେଲା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆହୁରି, ନବୁଖଦ୍ନିତ୍ସର ପରମେଶ୍ଵରଙ୍କ ଗୃହର ଯେସକଳ ସ୍ଵର୍ଣ୍ଣମୟ ଓ ରୌପ୍ୟମୟ ପାତ୍ର ଯିରୂଶାଲମସ୍ଥ ମନ୍ଦିରରୁ ନେଇ ବାବିଲସ୍ଥ ମନ୍ଦିରକୁ ଆଣିଥିଲା, ତାହାସବୁ କୋରସ୍ ରାଜା ବାବିଲସ୍ଥ ମନ୍ଦିରରୁ ବାହାର କରି ଦେଲେ, ପୁଣି ତାହାସବୁ ଶେଶବସର ନାମକ ତାଙ୍କ ନିଯୁକ୍ତ ଶାସନକର୍ତ୍ତା ହସ୍ତରେ ସମର୍ପିତ ହେଲା;

Gade chapit la Kopi

ଓଡିଆ ବାଇବେଲ

14 ଆହୁରି, ନବୂଖଦ୍‍ନିତ୍ସର ପରମେଶ୍ୱରଙ୍କ ଗୃହର ଯେସକଳ ସ୍ୱର୍ଣ୍ଣମୟ ଓ ରୌପ୍ୟମୟ ପାତ୍ର ଯିରୂଶାଲମସ୍ଥ ମନ୍ଦିରରୁ ନେଇ ବାବିଲସ୍ଥ ମନ୍ଦିରକୁ ଆଣିଥିଲା, ତାହାସବୁ କୋରସ୍‍ ରାଜା ବାବିଲସ୍ଥ ମନ୍ଦିରରୁ ବାହାର କରି ଦେଲେ, ପୁଣି ତାହାସବୁ ଶେଶବସର ନାମକ ତାଙ୍କ ନିଯୁକ୍ତ ଶାସନକର୍ତ୍ତା ହସ୍ତରେ ସମର୍ପିତ ହେଲା;

Gade chapit la Kopi

ପବିତ୍ର ବାଇବଲ

14 ଆହୁରି ନବୂଖ‌ଦ୍‌ନିତ୍ସର ପରମେଶ୍ୱରଙ୍କ ମନ୍ଦିରର ଯେଉଁସବୁ ସ୍ୱର୍ଣ୍ଣ ଓ ରୌପ୍ୟ ପାତ୍ର ଯିରୁଶାଲମସ୍ଥ ମନ୍ଦିରରୁ ନେଇ ବାବିଲସ୍ଥ ମନ୍ଦିରକୁ ଆଣିଲା, ତାହା ସବୁ କରୋସ୍ ରାଜା ବାବିଲସ୍ଥ ମନ୍ଦିରରୁ ବାହାରକରି ଦେଲେ। ପୁଣି ସେସବୁ ଶେଶବସର ନାମକ ତାଙ୍କ ଦ୍ୱାରା ନିଯୁକ୍ତ ଶାସନକର୍ତ୍ତା ହସ୍ତରେ ସମର୍ପିତ କଲେ।

Gade chapit la Kopi




ଏଜ୍ରା 5:14
16 Referans Kwoze  

ଆହୁରି, ପରମେଶ୍ୱରଙ୍କ ଗୃହର ଯେସକଳ ସୁନା ଓ ରୂପାର ପାତ୍ର ନବୂଖଦ୍‍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ନେଇ ବାବିଲକୁ ଆଣିଥିଲା, ତାହାସବୁ ଫେରାଇ ଦିଆଯାଉ, ପୁଣି ପ୍ରତ୍ୟେକ ପାତ୍ର ପୁନର୍ବାର ଯିରୂଶାଲମସ୍ଥ ମନ୍ଦିରର ସ୍ୱ ସ୍ୱ ସ୍ଥାନକୁ ଅଣାଯାଉ, ଆଉ ତୁମ୍ଭେ ପରମେଶ୍ୱରଙ୍କ ଗୃହରେ ତାହାସବୁ ରଖ।”


ପ୍ରହରୀବର୍ଗର ସେନାପତି ତାଟିଆ, ଅଙ୍ଗାରଧାନୀ, କୁଣ୍ଡ, ହାଣ୍ଡି, ଦୀପବୃକ୍ଷ, ଚମସ ଓ ପାତ୍ରସବୁ, ଯାହା ସୁନାର ଥିଲା, ତାହା ସୁନା କରି ଓ ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା।


ତହିଁରେ ସେହି ଶେଶବସର ଆସି ଯିରୂଶାଲମରେ ପରମେଶ୍ୱରଙ୍କ ଗୃହର ଭିତ୍ତିମୂଳ ସ୍ଥାପନ କଲା; ଆଉ, ସେହି ସମୟଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ତାହା ନିର୍ମିତ ହେଉଅଛି, ତଥାପି ତାହା ସମ୍ପୂର୍ଣ୍ଣ ହୋଇ ନାହିଁ।


ସେହି ଶାସନକର୍ତ୍ତା ଏହି ଘଟଣା ଦେଖି ପ୍ରଭୁଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟ ହୋଇ ବିଶ୍ୱାସ କଲେ।


“ଯିହୁଦାର ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍‍ଙ୍କୁ ଏହି କଥା କୁହ, ଆମ୍ଭେ ଆକାଶମଣ୍ଡଳ ଓ ପୃଥିବୀକୁ ହଲାଇବା;


“ଏବେ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍‍ଙ୍କୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କୁ ଓ ଲୋକମାନଙ୍କର ଅବଶିଷ୍ଟାଂଶକୁ କୁହ,


ପୁଣି, ସଦାପ୍ରଭୁ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍‍ଙ୍କ ଆତ୍ମାକୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ଆତ୍ମାକୁ, ଆଉ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତଙ୍କର ଆତ୍ମାକୁ ଉତ୍ତେଜିତ କଲେ; ତହିଁରେ ସେମାନେ ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ଚତୁର୍ବିଂଶ ଦିନରେ ଆସି,


ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା,


ରାଜାର ଅନ୍ତଃକରଣ ସଦାପ୍ରଭୁଙ୍କ ହସ୍ତରେ ଜଳପ୍ରଣାଳୀ ତୁଲ୍ୟ ଥାଏ; ସେ ଯେଉଁଆଡ଼େ ଇଚ୍ଛା, ସେଆଡ଼େ ତାହା ଫେରାନ୍ତି।


ଯେଉଁ ସଦାପ୍ରଭୁ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହ ଶୋଭାନ୍ୱିତ କରିବାକୁ ରାଜାର ଅନ୍ତଃକରଣକୁ ଏରୂପ ଉଦ୍ଦୀପିତ କରିଅଛନ୍ତି,


ଆଉ, ପରମେଶ୍ୱରଙ୍କ ଗୃହର ବଡ଼ ସାନ ସମସ୍ତ ପାତ୍ର ଓ ସଦାପ୍ରଭୁଙ୍କ ଗୃହର ଧନ, ପୁଣି ରାଜାଙ୍କର ଓ ତାଙ୍କ ଅଧିପତିମାନଙ୍କ ଧନ, ଏହିସବୁ ବାବିଲକୁ ନେଇଗଲା।


ନବୂଖଦ୍‍ନିତ୍ସର ମଧ୍ୟ ସଦାପ୍ରଭୁଙ୍କ ଗୃହର କେତେକ ପାତ୍ର ବାବିଲକୁ ନେଇଯାଇ ବାବିଲସ୍ଥିତ ଆପଣା ମନ୍ଦିରରେ ରଖିଲା।


ଆଉ, ସେ ତାହାକୁ କହିଲେ, ଏହିସବୁ ପାତ୍ର ନେଇଯାଇ ଯିରୂଶାଲମସ୍ଥ ମନ୍ଦିରରେ ରଖ ଓ ପରମେଶ୍ୱରଙ୍କ ଗୃହ ସ୍ୱ ସ୍ଥାନରେ ନିର୍ମିତ ହେଉ।


Swiv nou:

Piblisite


Piblisite