Biblia Todo Logo
Bib sou entènèt

- Piblisite -




ଏଜ୍ରା 6:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଥିରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କର ଓ ଇଦ୍ଦୋର ପୁତ୍ର ଯିଖରୀୟଙ୍କ ଭବିଷ୍ୟଦ୍‍ବାକ୍ୟ ସହକାରେ ଯିହୁଦୀୟ ପ୍ରାଚୀନବର୍ଗ ମନ୍ଦିରକୁ ନିର୍ମାଣ କଲେ ଓ କୃତକାର୍ଯ୍ୟ ହେଲେ। ଆଉ, ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ଓ ପାରସ୍ୟ ରାଜା କୋରସ୍‍ ଓ ଦାରୀୟାବସ ଓ ଅର୍ତ୍ତକ୍ଷସ୍ତର ଆଜ୍ଞାନୁସାରେ ନିର୍ମାଣ କରି ସମାପ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଏଥିରେ ହାଗୟ ଭବିଷ୍ୟଦ୍ବକ୍ତାର ଓ ଇଦ୍ଦୋର ପୁତ୍ର ଜିଖରୀୟର ଭବିଷ୍ୟଦ୍ବାକ୍ୟ ସହକାରେ ଯିହୁଦୀୟ ପ୍ରାଚୀନବର୍ଗ ନିର୍ମାଣ କଲେ ଓ କୃତକାର୍ଯ୍ୟ ହେଲେ। ଆଉ, ସେମାନେ ଇସ୍ରାଏଲର ପରମେଶ୍ଵରଙ୍କ ଆଜ୍ଞାନୁସାରେ ଓ ପାରସ୍ୟ-ରାଜ କୋରସ୍ ଓ ଦାରୀୟାବସ ଓ ଅର୍ତ୍ତକ୍ଷସ୍ତର ଆଜ୍ଞାନୁସାରେ ନିର୍ମାଣ କରି ସମାପ୍ତ କଲେ।

Gade chapit la Kopi

ଓଡିଆ ବାଇବେଲ

14 ଏଥିରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କର ଓ ଇଦ୍ଦୋର ପୁତ୍ର ଯିଖରୀୟଙ୍କ ଭବିଷ୍ୟଦ୍‍ବାକ୍ୟ ସହକାରେ ଯିହୁଦୀୟ ପ୍ରାଚୀନବର୍ଗ ମନ୍ଦିରକୁ ନିର୍ମାଣ କଲେ ଓ କୃତକାର୍ଯ୍ୟ ହେଲେ। ଆଉ, ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ଓ ପାରସ୍ୟ ରାଜା କୋରସ୍‍ ଓ ଦାରୀୟାବସ ଓ ଅର୍ତ୍ତକ୍ଷସ୍ତର ଆଜ୍ଞାନୁସାରେ ନିର୍ମାଣ କରି ସମାପ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ

14 ଏଥିରେ ହାଗୟ ଭବିଷ୍ୟ‌ଦ୍‌ବକ୍ତାର ଓ ଇଦ୍ଦୋର ପୁତ୍ର ଜିଖରିୟର ଭବିଷ୍ୟ‌ଦ୍‌ବାକ୍ୟ ସହକାରେ ଯିହୁଦୀୟ ପ୍ରାଚୀନବର୍ଗ ମନ୍ଦିର ନିର୍ମାଣ କଲେ ଓ କୃତକାର୍ଯ୍ୟ ହେଲେ। ଆଉ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞା ଅନୁସାରେ ଓ ପାରସ୍ୟ ରାଜା କୋରସ୍ ଓ ଦାରିୟାବସ ଓ ଅର୍ତ୍ତକ୍ଷସ୍ତର ଆଜ୍ଞା ଅନୁସାରେ ନିର୍ମାଣ କରି ସମାପ୍ତ କଲେ।

Gade chapit la Kopi




ଏଜ୍ରା 6:14
25 Referans Kwoze  

ଏହିସବୁ ଘଟଣା ଉତ୍ତାରେ ପାରସ୍ୟ ରାଜା ଅର୍ତ୍ତକ୍ଷସ୍ତର ଅଧିକାର ସମୟରେ ସରାୟର ପୁତ୍ର ଏଜ୍ରା ବାବିଲରୁ ଯାତ୍ରା କଲା; ଉକ୍ତ ସରାୟ ଅସରୀୟର ସନ୍ତାନ, ଅସରୀୟ ହିଲ୍‍କୀୟର ସନ୍ତାନ,


ମାତ୍ର ବାବିଲର ରାଜା କୋରସ୍‍ଙ୍କ ରାଜତ୍ଵର ପ୍ରଥମ ବର୍ଷରେ ପରମେଶ୍ୱରଙ୍କ ଏହି ଗୃହ ନିର୍ମାଣ କରିବା ପାଇଁ କୋରସ୍‍ ରାଜା ଆଜ୍ଞା କଲେ।


ତହୁଁ ଯିରୂଶାଲମରେ ପରମେଶ୍ୱରଙ୍କ ଗୃହର କାର୍ଯ୍ୟ ବନ୍ଦ ହେଲା। ପୁଣି, ପାରସ୍ୟ ରାଜା ଦାରୀୟାବସଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷ ପର୍ଯ୍ୟନ୍ତ ତାହା ବନ୍ଦ ହୋଇ ରହିଲା।


“ଯିରୁବ୍ବାବିଲ୍‍ଙ୍କ ହସ୍ତ ଏହି ଗୃହର ଭିତ୍ତିମୂଳ ସ୍ଥାପନ କରିଅଛି; ତାଙ୍କ ହସ୍ତ ମଧ୍ୟ ତାହା ସମାପ୍ତ କରିବ; ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।


ତୁମ୍ଭେମାନେ ପର୍ବତକୁ ଯାଇ କାଷ୍ଠ ଆଣ ଓ ଏହି ଗୃହ ନିର୍ମାଣ କର; ତହିଁରେ ଆମ୍ଭେ ତହିଁ ପ୍ରତି ପ୍ରସନ୍ନ ହେବା ଓ ଆମ୍ଭେ ଗୌରବାନ୍ୱିତ ହେବା, ଏହା ସଦାପ୍ରଭୁ କହନ୍ତି।


ଆମ୍ଭେ କୋରସ୍‍ ବିଷୟରେ କହୁ, ‘ସେ ଆମ୍ଭ ପଲର ପାଳକ ଓ ଆମ୍ଭର ଇଷ୍ଟ ସାଧନ କରିବ;’ ସେ ଯିରୂଶାଲମ ବିଷୟରେ କହିବ, ‘ତାହା ପୁନଃନିର୍ମିତ ହେବ’ ଓ ମନ୍ଦିରକୁ କହିବ, ‘ତୁମ୍ଭର ଭିତ୍ତିମୂଳ ସ୍ଥାପିତ ହେବ।’”


ମାତ୍ର ଯିରୁବ୍ବାବିଲ୍‍ ଓ ଯେଶୂୟ ଓ ଇସ୍ରାଏଲର ଅନ୍ୟ ପିତୃବଂଶର ପ୍ରଧାନମାନେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବା ବିଷୟରେ ଆମ୍ଭମାନଙ୍କ ସଙ୍ଗେ ତୁମ୍ଭମାନଙ୍କର କୌଣସି ସମ୍ପର୍କ ନାହିଁ; ମାତ୍ର ଆମ୍ଭମାନଙ୍କ ପ୍ରତି ପାରସ୍ୟ ରାଜା କୋରସ୍‍ ରାଜାଙ୍କ ଆଜ୍ଞା ପ୍ରମାଣେ ଆମ୍ଭେମାନେ ଆପେ ଏକତ୍ରିତ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମାଣ କରିବା।”


ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହକୁ ସେମାନଙ୍କ ଆଗମନର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ଯୋଷାଦକର ପୁତ୍ର ଯେଶୂୟ ଓ ସେମାନଙ୍କର ଅବଶିଷ୍ଟ ଯାଜକ ଓ ଲେବୀୟ ଭ୍ରାତୃଗଣ ଓ ବନ୍ଦୀଦଶାରୁ ଯିରୂଶାଲମକୁ ଆଗତ ଲୋକ ସମସ୍ତେ ଆରମ୍ଭ କରି ସଦାପ୍ରଭୁଙ୍କ ଗୃହକାର୍ଯ୍ୟର ତତ୍ତ୍ୱାବଧାରଣ ନିମନ୍ତେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନଙ୍କୁ ନିଯୁକ୍ତ କଲେ।


ଏଥିଉତ୍ତାରେ ହାଗୟ ଭବିଷ୍ୟଦ୍‍ବକ୍ତା ଓ ଇଦ୍ଦୋର ପୁତ୍ର ଯିଖରୀୟ, ଏହି ଭବିଷ୍ୟଦ୍‍ବକ୍ତାମାନେ ଯିହୁଦା ଓ ଯିରୂଶାଲମସ୍ଥିତ ଯିହୁଦୀୟମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ; ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ସେମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।


ତହିଁରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ଯୋଷାଦକର ପୁତ୍ର ଯେଶୂୟ ଉଠି ଯିରୂଶାଲମରେ ପରମେଶ୍ୱରଙ୍କ ଗୃହ ନିର୍ମାଣ କରିବାକୁ ଲାଗିଲେ; ଆଉ, ପରମେଶ୍ୱରଙ୍କ ଭବିଷ୍ୟଦ୍‍ବକ୍ତାମାନେ ସେମାନଙ୍କ ସଙ୍ଗେ ଥାଇ ସେମାନଙ୍କର ସାହାଯ୍ୟ କଲେ।


ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା,


ଦାରୀୟାବସର ରାଜତ୍ଵର ଦ୍ୱିତୀୟ ବର୍ଷର ଅଷ୍ଟମ ମାସରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,


ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦୟା ସହିତ ଯିରୂଶାଲମ ପ୍ରତି ଫେରିବୁ; ତହିଁ ମଧ୍ୟରେ ଆମ୍ଭ ଗୃହ ନିର୍ମିତ ହେବ ଓ ଯିରୂଶାଲମ ସୂତା ଦ୍ୱାରା ମପା ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହ, ଅର୍ଥାତ୍‍, ମନ୍ଦିରର ନିର୍ମାଣ ନିମନ୍ତେ ଯେଉଁ ଦିନ ତହିଁର ଭିତ୍ତିମୂଳ ସ୍ଥାପିତ ହୋଇଥିଲା, ସେହି ସମୟରେ ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଥିଲେ, ସେମାନଙ୍କ ମୁଖରୁ ଏହି ସକଳ କଥା ବର୍ତ୍ତମାନ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କର ହସ୍ତ ସବଳ ହେଉ।


“କୋରସ୍‍ ରାଜାଙ୍କ ରାଜତ୍ଵର ପ୍ରଥମ ବର୍ଷରେ କୋରସ୍‍ ରାଜା ଯିରୂଶାଲମସ୍ଥିତ ପରମେଶ୍ୱରଙ୍କ ଗୃହ ବିଷୟରେ ଏହି ଆଜ୍ଞା କଲେ, ଲୋକମାନଙ୍କ ବଳିଦାନ ସ୍ଥାନ ସେହି ଗୃହ ନିର୍ମିତ ହେଉ ଓ ତହିଁର ଭିତ୍ତିମୂଳ ଦୃଢ଼ ରୂପେ ସ୍ଥାପିତ ହେଉ; ତହିଁର ଉଚ୍ଚତା ଷାଠିଏ ହାତ ଓ ତହିଁର ପ୍ରସ୍ଥ ଷାଠିଏ ହାତ ହେଉ;


ଆହୁରି, ପରମେଶ୍ୱରଙ୍କର ଏହି ଗୃହ ନିର୍ମାଣ କରିବା ନିମନ୍ତେ ତୁମ୍ଭମାନଙ୍କର ଏହି ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ଆଜ୍ଞା କରୁଅଛୁ; ସେମାନଙ୍କର ବାଧା ଯେପରି ନ ଜନ୍ମେ, ଏଥିପାଇଁ ସେହି ଲୋକମାନଙ୍କୁ ରାଜସମ୍ପତ୍ତିରୁ, ଅର୍ଥାତ୍‍, ନଦୀ ସେପାରିସ୍ଥ ରାଜ-କରରୁ ଅତି ଯତ୍ନପୂର୍ବକ ବ୍ୟୟ ଦିଆଯାଉ।


କାରଣ ଆମ୍ଭେମାନେ ବନ୍ଦୀ ଲୋକ ଅଟୁ। ତଥାପି ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ପରିତ୍ୟାଗ କରି ନାହାନ୍ତି, ମାତ୍ର ଆମ୍ଭମାନଙ୍କୁ ଆଶ୍ୱାସ ଦେବା ପାଇଁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସ୍ଥାପନ କରିବା ପାଇଁ ଓ ତହିଁର ଭଗ୍ନ ସ୍ଥାନ ପୁନଃନିର୍ମାଣ କରିବା ପାଇଁ, ପୁଣି ଯିହୁଦା ଓ ଯିରୂଶାଲମରେ ଆମ୍ଭମାନଙ୍କୁ ଏକ ପ୍ରାଚୀର ଦେବା ପାଇଁ ସେ ପାରସ୍ୟ ରାଜାଗଣ ଦୃଷ୍ଟିରେ ଆମ୍ଭମାନଙ୍କ ପ୍ରତି ଦୟା ପ୍ରକାଶ କରିଅଛନ୍ତି।


ତହୁଁ ବାବନ ଦିନ ମଧ୍ୟରେ ଇଲୂଲ ମାସର ପଚିଶତମ ଦିନରେ ପ୍ରାଚୀର ସମାପ୍ତ ହେଲା।


Swiv nou:

Piblisite


Piblisite