Biblia Todo Logo
Bib sou entènèt

- Piblisite -




ଏଜ୍ରା 6:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆଉ, ବନ୍ଦୀତ୍ୱର ପୁନରାଗତ ଇସ୍ରାଏଲ-ସନ୍ତାନଗଣ ଓ ଯେଉଁମାନେ ସେମାନଙ୍କର ପକ୍ଷ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କର ଅନ୍ୱେଷଣ କରିବା ପାଇଁ ଦେଶ ନିବାସୀ ଅନ୍ୟଦେଶୀୟମାନଙ୍କର ଅଶୁଚିତାରୁ ଆପଣାମାନଙ୍କୁ ପୃଥକ କରିଥିଲେ, ସେସମସ୍ତେ ଭୋଜନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଆଉ, ବନ୍ଦୀତ୍ଵର ପୁନରାଗତ ଇସ୍ରାଏଲ-ସନ୍ତାନଗଣ ଓ ଯେଉଁମାନେ ସେମାନଙ୍କର ପକ୍ଷ ହୋଇ ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଦେଶ ନିବାସୀ ଅନ୍ୟ ଦେଶୀୟମାନଙ୍କର ଅଶୁଚିତାରୁ ଆପଣାମାନଙ୍କୁ ପୃଥକ୍ କରିଥିଲେ, ସେସମସ୍ତେ ଭୋଜନ କଲେ।

Gade chapit la Kopi

ଓଡିଆ ବାଇବେଲ

21 ଆଉ, ବନ୍ଦୀତ୍ୱର ପୁନରାଗତ ଇସ୍ରାଏଲ ସନ୍ତାନଗଣ ଓ ଯେଉଁମାନେ ସେମାନଙ୍କର ପକ୍ଷ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କର ଅନ୍ୱେଷଣ କରିବା ପାଇଁ ଦେଶ ନିବାସୀ ଅନ୍ୟ ଦେଶୀୟମାନଙ୍କର ଅଶୁଚିତାରୁ ଆପଣାମାନଙ୍କୁ ପୃଥକ୍‍ କରିଥିଲେ, ସେସମସ୍ତେ ଭୋଜନ କଲେ।

Gade chapit la Kopi

ପବିତ୍ର ବାଇବଲ

21 ବଳିତ୍ୱରୁ ପୁନରାଗତ ଇସ୍ରାଏଲ ସନ୍ତାନଗଣ ଓ ଯେଉଁମାନେ ସେମାନଙ୍କର ପକ୍ଷ ହୋଇ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଦେଶନିବାସୀ ଅନ୍ୟ ଦେଶୀୟମାନଙ୍କର ଅଶୁଚିତାରୁ ଆପଣାମାନଙ୍କୁ ପୃଥକ କରିଥିଲେ। ସେମାନେ ସମସ୍ତେ ନିସ୍ତାରପର୍ବରେ ଭୋଜନ କଲେ।

Gade chapit la Kopi




ଏଜ୍ରା 6:21
13 Referans Kwoze  

ତୁମ୍ଭେ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଆଜ୍ଞା କରି କହିଥିଲ, ‘ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କ ଅଶୁଚିତା ଦ୍ୱାରା ଅଶୁଚି ଦେଶ ଅଟେ, ସେମାନଙ୍କର ଘୃଣାଯୋଗ୍ୟ କର୍ମ ଦେଶକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସେମାନଙ୍କ ଅଶୁଚିତାରେ ପରିପୂର୍ଣ୍ଣ କରିଅଛି।


ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞାପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି, ଈଶ୍ବରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ।


ତୁମ୍ଭେମାନେ ପ୍ରସ୍ଥାନ କର, ପ୍ରସ୍ଥାନ କର, ସେହି ସ୍ଥାନରୁ ବାହାରି ଯାଅ, କୌଣସି ଅଶୁଚି ବସ୍ତୁ ଛୁଅଁ ନାହିଁ; ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ; ହେ ସଦାପ୍ରଭୁଙ୍କର ପାତ୍ରବାହକଗଣ, ତୁମ୍ଭେମାନେ ଶୁଚି ହୁଅ।


ଆଉ, ଇସ୍ରାଏଲ ବଂଶ ବିଦେଶୀୟ ସମସ୍ତଙ୍କଠାରୁ ଆପଣାମାନଙ୍କୁ ପୃଥକ କଲେ, ପୁଣି ଠିଆ ହୋଇ ଆପଣା ଆପଣା ପାପ ଓ ଆପଣା ଆପଣା ପୂର୍ବପୁରୁଷଗଣଙ୍କ ଅପରାଧ ସ୍ୱୀକାର କଲେ।


ଏହିସବୁ କର୍ମ ସମାପ୍ତ ହେଲା ଉତ୍ତାରେ ଅଧିପତିମାନେ ଆମ୍ଭ ନିକଟକୁ ଆସି କହିଲେ, “ଇସ୍ରାଏଲ ଲୋକମାନେ ଓ ଯାଜକମାନେ ଓ ଲେବୀୟମାନେ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ନ କରି ସେମାନଙ୍କର, ଅର୍ଥାତ୍‍, କିଣାନୀୟ, ହିତ୍ତୀୟ, ପରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସରୀୟ ଓ ଇମୋରୀୟମାନଙ୍କର ଘୃଣାଯୋଗ୍ୟ କର୍ମାନୁସାରେ କରୁଅଛନ୍ତି।


ଏଣୁ ପ୍ରଭୁ ଏହା କହନ୍ତି, “ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା”


ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା।


ତୁମ୍ଭର ପ୍ରମାଣ-ବାକ୍ୟ ଅତି ନିଶ୍ଚିତ; ହେ ସଦାପ୍ରଭୋ, ପବିତ୍ରତା ସର୍ବଦା ତୁମ୍ଭ ଗୃହର ଶୋଭା।


ପୁଣି, ଲୋକମାନଙ୍କର ଅବଶିଷ୍ଟାଂଶ, ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ, ଗାୟକମାନେ, ନଥୀନୀୟମାନେ ଓ ଯେସମସ୍ତ ଲୋକ ନାନା ଦେଶସ୍ଥ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ କରି ପରମେଶ୍ୱରଙ୍କ ବ୍ୟବସ୍ଥାର ପକ୍ଷ ହୋଇଥିଲେ, ସେମାନେ, ସେମାନଙ୍କର ଭାର୍ଯ୍ୟାଗଣ, ସେମାନଙ୍କର ପୁତ୍ରଗଣ ଓ ସେମାନଙ୍କର କନ୍ୟାଗଣ, ପ୍ରତ୍ୟେକ ଜ୍ଞାନବାନ ଓ ବୁଦ୍ଧିମାନ ଲୋକ;


“ଯେକେହି ପରମେଶ୍ୱରଙ୍କର, ସଦାପ୍ରଭୁ ଆପଣା ପୈତୃକ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଅନ୍ତଃକରଣ ନିବିଷ୍ଟ କରେ, ସେ ଧର୍ମଧାମର ଶୌଚବିଧି ଅନୁସାରେ ଶୁଚି ନୋହିଲେ ହେଁ ମଙ୍ଗଳମୟ ସଦାପ୍ରଭୁ ତାହାକୁ କ୍ଷମା କରନ୍ତୁ।”


Swiv nou:

Piblisite


Piblisite