Biblia Todo Logo
Bib sou entènèt

- Piblisite -




ଏଜ୍ରା 7:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ, ବାବିଲର ସମୁଦାୟ ପ୍ରଦେଶରେ ତୁମ୍ଭେ ଯେସମସ୍ତ ରୂପା ଓ ସୁନା ପାଇବ, ପୁଣି ଲୋକମାନେ ଓ ଯାଜକମାନେ ସେମାନଙ୍କ ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହ ନିମନ୍ତେ ସ୍ଵେଚ୍ଛାପୂର୍ବକ ଯାହା ଦେବେ, ସେହି ସବୁ ସ୍ଵେଚ୍ଛାଦତ୍ତ ଉପହାର ନେବା ନିମନ୍ତେ ତୁମ୍ଭେ ରାଜା ଓ ତାଙ୍କ ସପ୍ତ ମନ୍ତ୍ରୀ ଦ୍ୱାରା ପ୍ରେରିତ ହେଉଅଛ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆଉ, ବାବିଲର ସମୁଦାୟ ପ୍ରଦେଶରେ ତୁମ୍ଭେ ଯେସମସ୍ତ ରୂପା ଓ ସୁନା ପାଇବ, ପୁଣି ଲୋକମାନେ ଓ ଯାଜକମାନେ ସେମାନଙ୍କ ପରମେଶ୍ଵରଙ୍କ ଯିରୂଶାଲମସ୍ଥିତ ଗୃହ ନିମନ୍ତେ ସ୍ଵେଚ୍ଛାପୂର୍ବକ ଯାହା ଦେବେ, ସେହିସବୁ ସ୍ଵେଚ୍ଛାଦତ୍ତ ଉପହାର ନେବା ନିମନ୍ତେ ତୁମ୍ଭେ ରାଜା ଓ ତାଙ୍କ ସପ୍ତ ମନ୍ତ୍ରୀ ଦ୍ଵାରା ପ୍ରେରିତ ହେଉଅଛ;

Gade chapit la Kopi

ଓଡିଆ ବାଇବେଲ

16 ଆଉ, ବାବିଲର ସମୁଦାୟ ପ୍ରଦେଶରେ ତୁମ୍ଭେ ଯେସମସ୍ତ ରୂପା ଓ ସୁନା ପାଇବ, ପୁଣି ଲୋକମାନେ ଓ ଯାଜକମାନେ ସେମାନଙ୍କ ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହ ନିମନ୍ତେ ସ୍ଵେଚ୍ଛାପୂର୍ବକ ଯାହା ଦେବେ, ସେହିସବୁ ସ୍ଵେଚ୍ଛାଦତ୍ତ ଉପହାର ନେବା ନିମନ୍ତେ ତୁମ୍ଭେ ରାଜା ଓ ତାଙ୍କ ସପ୍ତ ମନ୍ତ୍ରୀ ଦ୍ୱାରା ପ୍ରେରିତ ହେଉଅଛ;

Gade chapit la Kopi

ପବିତ୍ର ବାଇବଲ

16 ବାବିଲର ସମୁଦାୟ ପ୍ରଦେଶରେ ତୁମ୍ଭେ ସମସ୍ତ ସୁନା ଓ ରୂପା ପାଇବ। ପୁଣି ଲୋକମାନେ ଓ ଯାଜକମାନେ ସେମାନଙ୍କ ପରମେଶ୍ୱରଙ୍କ ଯିରୁଶାଲମସ୍ଥିତ ମନ୍ଦିର ପାଇଁ ସ୍ୱେଚ୍ଛାପୂର୍ବକ ଯାହା ଦେବେ ସେହିସବୁ ଉପହାର ନେବା ପାଇଁ ତୁମ୍ଭେ ରାଜା ଓ ତାଙ୍କର ସପ୍ତ ମନ୍ତ୍ରୀଙ୍କ ଦ୍ୱାରା ପ୍ରେରିତ ହେଉଅଛ।

Gade chapit la Kopi




ଏଜ୍ରା 7:16
13 Referans Kwoze  

ତେବେ ପିତୃବଂଶର ଅଧିପତିମାନେ ଓ ଇସ୍ରାଏଲୀୟ ଗୋଷ୍ଠୀସମୂହର ଅଧିପତିମାନେ, ଆଉ ସହସ୍ର ଓ ଶତପତିମାନେ, ପୁଣି, ରାଜକାର୍ଯ୍ୟ-ଶାସକମାନେ ସ୍ୱେଚ୍ଛାରେ ଦାନ କଲେ;


ପୁଣି, ସ୍ଵେଚ୍ଛାଦତ୍ତ ଦ୍ରବ୍ୟ ଛଡ଼ା ସେମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକ ସମସ୍ତେ ରୌପ୍ୟମୟ ପାତ୍ର, ସ୍ୱର୍ଣ୍ଣ, ନାନା ଦ୍ରବ୍ୟ ଓ ପଶୁ ଓ ବହୁମୂଲ୍ୟ ଦ୍ରବ୍ୟ ଦେଇ ସେମାନଙ୍କର ହସ୍ତ ସବଳ କଲେ।


ଆଉ, ଯେକେହି ଯେକୌଣସି ସ୍ଥାନରେ ଅବଶିଷ୍ଟ ଥାଇ ପ୍ରବାସ କରୁଅଛି, ତାହାର ସେହି ସ୍ଥାନସ୍ଥ ଲୋକମାନେ ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହ ନିମନ୍ତେ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଛଡ଼ା ରୂପା ଓ ସୁନା, ନାନା ଦ୍ରବ୍ୟ ଓ ପଶୁ ଦେଇ ତାହାର ସାହାଯ୍ୟ କରନ୍ତୁ।”


ତହିଁରେ ଲୋକମାନେ ସ୍ୱେଚ୍ଛାପୂର୍ବକ ଦାନ କରିବାରୁ ଆନନ୍ଦ କଲେ, କାରଣ, ସେମାନେ ସିଦ୍ଧଚିତ୍ତରେ ସ୍ୱେଚ୍ଛାପୂର୍ବକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କଲେ; ପୁଣି, ଦାଉଦ ରାଜା ମଧ୍ୟ ମହାନନ୍ଦରେ ଆନନ୍ଦ କଲେ।


ପ୍ରତ୍ୟେକ ଜଣ ଆପଣା ହୃଦୟରେ ଯେପରି ସଂକଳ୍ପ କରିଅଛି, ସେହିପରି କରୁ, କୁଣ୍ଠିତ ଭାବରେ ନୁହେଁ ଅବା ବାଧ୍ୟବାଧକତା ହେତୁରୁ ନୁହେଁ; କାରଣ ଈଶ୍ବର ହୃଷ୍ଟଚିତ୍ତଦାତାକୁ ଭଲ ପାଆନ୍ତି।


କାରଣ ଯଦି ଆଗ୍ରହଭାବ ଥାଏ, ତେବେ ତାହା ଜଣକର ଅଭାବାନୁସାରେ ସୁଗ୍ରାହ୍ୟ ନୁହେଁ, ବରଂ ତାହାର ଯାହା ଅଛି, ତଦନୁସାରେ ସୁଗ୍ରାହ୍ୟ ହୁଏ।


ଆହୁରି ହେ ମୋହର ପରମେଶ୍ୱର, ମୁଁ ଜାଣେ ଯେ, ତୁମ୍ଭେ ଅନ୍ତଃକରଣ ପରୀକ୍ଷା କରିଥାଅ ଓ ସରଳତାରେ ତୁମ୍ଭର ସନ୍ତୋଷ ଥାଏ। ମୁଁ ଆପଣା ଅନ୍ତଃକରଣର ସରଳତାରେ ସ୍ୱେଚ୍ଛାପୂର୍ବକ ଏହିସବୁ ପଦାର୍ଥ ଦାନ କରିଅଛି; ଆଉ ଏଠାରେ ଉପସ୍ଥିତ ତୁମ୍ଭ ଲୋକମାନଙ୍କୁ ସ୍ୱେଚ୍ଛାପୂର୍ବକ ତୁମ୍ଭ ଉଦ୍ଦେଶ୍ୟରେ ଦାନ କରିବାର ଦେଖି ମୁଁ ଆନନ୍ଦିତ ହେଲି।


ମାତ୍ର ମୁଁ ତୁମ୍ଭ ପାଇଁ ଏକ ବାସଗୃହ ଓ ତୁମ୍ଭର ସଦାକାଳ ବାସ ନିମନ୍ତେ ଏକ ସ୍ଥାନ ପ୍ରସ୍ତୁତ କରିଅଛି।”


‘ଆମ୍ଭେ ଆପଣା ଲୋକମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ଦିନଠାରୁ ଆମ୍ଭ ନାମ ସ୍ଥାପନାର୍ଥେ ଗୃହ ନିର୍ମାଣ କରିବା ପାଇଁ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ କୌଣସି ନଗର ମନୋନୀତ କରି ନାହୁଁ; କିଅବା ଆମ୍ଭ ଲୋକ ଇସ୍ରାଏଲର ଅଗ୍ରଣୀ ହେବା ପାଇଁ କୌଣସି ଲୋକ ମନୋନୀତ କରି ନାହୁଁ;


ମାତ୍ର ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯିରୂଶାଲମକୁ ମନୋନୀତ କରିଅଛୁ ଓ ଆମ୍ଭ ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦଙ୍କୁ ମନୋନୀତ କରିଅଛୁ।’


ଆଉ, ଲେବୀୟ ଯିମ୍ନାର ପୁତ୍ର କୋରି, ଯେ ପୂର୍ବଦିଗ ଦ୍ୱାରପାଳ ଥିଲା, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଓ ମହାପବିତ୍ର ବସ୍ତୁ ବିତରଣ କରିବା ପାଇଁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ଉପହାର ଉପରେ ନିଯୁକ୍ତ ହେଲା।


ଯିରୂଶାଲମବାସୀ ସଦାପ୍ରଭୁ ସିୟୋନଠାରୁ ଧନ୍ୟ ହେଉନ୍ତୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।


Swiv nou:

Piblisite


Piblisite