Biblia Todo Logo
Bib sou entènèt

- Piblisite -




ଏଜ୍ରା 7:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆଉ, ହେ ଏଜ୍ରା, ତୁମ୍ଭ ପରମେଶ୍ୱରଙ୍କ ବିଷୟକ ଯେଉଁ ଜ୍ଞାନ ତୁମ୍ଭ ହସ୍ତରେ ଅଛି, ତଦନୁସାରେ ନଦୀ ସେପାରିସ୍ଥ ସମସ୍ତ ଲୋକଙ୍କର ବିଚାରାର୍ଥେ ଯେଉଁମାନେ ତୁମ୍ଭ ପରମେଶ୍ୱରଙ୍କ ବ୍ୟବସ୍ଥା ଜାଣନ୍ତି, ଏପରି ଶାସନକର୍ତ୍ତା ଓ ବିଚାରକର୍ତ୍ତାମାନଙ୍କୁ ତୁମ୍ଭେ ନିଯୁକ୍ତ କର; ଆଉ, ଯେ ତାହା ନ ଜାଣେ, ତାହାକୁ ତୁମ୍ଭେମାନେ ଶିକ୍ଷା ଦିଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଆଉ, ହେ ଏଜ୍ରା, ତୁମ୍ଭ ପରମେଶ୍ଵରଙ୍କ ବିଷୟକ ଯେଉଁ ଜ୍ଞାନ ତୁମ୍ଭ ହସ୍ତରେ ଅଛି, ତଦନୁସାରେ ନଦୀ ସେପାରିସ୍ଥ ସମସ୍ତ ଲୋକଙ୍କର ବିଚାରାର୍ଥେ ଯେଉଁମାନେ ତୁମ୍ଭ ପରମେଶ୍ଵରଙ୍କ ବ୍ୟବସ୍ଥା ଜାଣନ୍ତି, ଏପରି ଶାସନକର୍ତ୍ତା ଓ ବିଚାରକର୍ତ୍ତାମାନଙ୍କୁ ତୁମ୍ଭେ ନିଯୁକ୍ତ କର; ଆଉ, ଯେ ତାହା ନ ଜାଣେ, ତାହାକୁ ତୁମ୍ଭେମାନେ ଶିକ୍ଷା ଦିଅ।

Gade chapit la Kopi

ଓଡିଆ ବାଇବେଲ

25 ଆଉ, ହେ ଏଜ୍ରା, ତୁମ୍ଭ ପରମେଶ୍ୱରଙ୍କ ବିଷୟକ ଯେଉଁ ଜ୍ଞାନ ତୁମ୍ଭ ହସ୍ତରେ ଅଛି, ତଦନୁସାରେ ନଦୀ ସେପାରିସ୍ଥ ସମସ୍ତ ଲୋକଙ୍କର ବିଚାରାର୍ଥେ ଯେଉଁମାନେ ତୁମ୍ଭ ପରମେଶ୍ୱରଙ୍କ ବ୍ୟବସ୍ଥା ଜାଣନ୍ତି, ଏପରି ଶାସନକର୍ତ୍ତା ଓ ବିଚାରକର୍ତ୍ତାମାନଙ୍କୁ ତୁମ୍ଭେ ନିଯୁକ୍ତ କର; ଆଉ, ଯେ ତାହା ନ ଜାଣେ, ତାହାକୁ ତୁମ୍ଭେମାନେ ଶିକ୍ଷା ଦିଅ।

Gade chapit la Kopi

ପବିତ୍ର ବାଇବଲ

25 ହେ ଏଜ୍ରା, ତୁମ୍ଭ ପରମେଶ୍ୱରଙ୍କ ବିଷୟକ ଯେଉଁଜ୍ଞାନ ତୁମ୍ଭ ହସ୍ତରେ ଅଛି, ତଦନୁସାରେ ନଦୀ ସେପାରିସ୍ଥ ସମସ୍ତ ଲୋକଙ୍କର ବିଗ୍ଭରାର୍ଥେ ଯେଉଁମାନେ ତୁମ୍ଭ ପରମେଶ୍ୱରଙ୍କ ବ୍ୟବସ୍ଥା ଜାଣନ୍ତି, ଏପରି ଶାସନକର୍ତ୍ତା ଓ ବିଗ୍ଭରକର୍ତ୍ତାମାନଙ୍କୁ ତୁମ୍ଭେ ନିଯୁକ୍ତି କର। ଆଉ ଯେ ତାହା ନ ଜାଣେ ତାହାକୁ ତୁମ୍ଭେ ଶିକ୍ଷା ଦିଅ।

Gade chapit la Kopi




ଏଜ୍ରା 7:25
30 Referans Kwoze  

ଯେଣୁ ଏଜ୍ରା ସଦାପ୍ରଭୁଙ୍କ ବ୍ୟବସ୍ଥା ଅନୁସନ୍ଧାନ ଓ ପାଳନ କରିବାକୁ, ପୁଣି ଇସ୍ରାଏଲ ମଧ୍ୟରେ ବିଧି ଓ ଶାସନ ଶିକ୍ଷା ଦେବାକୁ ଆପଣା ମନ ନିବେଶ କରିଥିଲେ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ ବଂଶାନୁସାରେ ତୁମ୍ଭକୁ ଯେଉଁ ସମସ୍ତ ନଗର ଦେବେ, ତହିଁର ଦ୍ୱାର ମଧ୍ୟରେ ତୁମ୍ଭେ ଆପଣା ପାଇଁ ବିଚାରକର୍ତ୍ତା ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କରିବ; ପୁଣି ସେମାନେ ନ୍ୟାୟ-ବିଚାରରେ ଲୋକମାନଙ୍କର ବିଚାର କରିବେ।


କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ବର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ।


କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ୱେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବାର୍ତ୍ତାବାହକ।


ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ୱାସ୍ଥ୍ୟଜନକ; ସଦାପ୍ରଭୁଙ୍କ ପ୍ରମାଣ-ବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ


ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକଙ୍କୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଥିଲେ; ପୁଣି, ସେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ।


ସେଥିରେ ସେ ସେମାନଙ୍କୁ କହିଲେ, “ତେବେ ଯେଉଁ ଗୃହକର୍ତ୍ତା ଆପଣା ଭଣ୍ଡାରରୁ ନୂଆ ଓ ପୁରୁଣା ପଦାର୍ଥ ବାହାର କରେ, ସ୍ୱର୍ଗରାଜ୍ୟର ଶିଷ୍ୟ ହୋଇଥିବା ପ୍ରତ୍ୟେକ ଶାସ୍ତ୍ରୀ ତାହାରି ସଦୃଶ।”


ଯେହେତୁ ସେହି ଆଜ୍ଞା ପ୍ରଦୀପ ଓ ସେହି ଆଦେଶ ଆଲୁଅ; ଓ ଶିକ୍ଷାଜନକ ଅନୁଯୋଗ ଜୀବନର ପଥ;


ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।


ପୁଣି, ସେମାନେ ସ୍ୱ ସ୍ୱ ସ୍ଥାନରେ ଠିଆ ହୋଇ ଦିନର ଚତୁର୍ଥାଂଶ ପର୍ଯ୍ୟନ୍ତ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ ଓ ଅନ୍ୟ ଚତୁର୍ଥାଂଶ ପର୍ଯ୍ୟନ୍ତ ସେମାନେ ପାପ ସ୍ୱୀକାର କରି ସଦାପ୍ରଭୁ ପରମେଶ୍ୱରଙ୍କୁ ପ୍ରଣାମ କଲେ।


କାରଣ ତୁମ୍ଭ ହସ୍ତସ୍ଥିତ ତୁମ୍ଭ ପରମେଶ୍ୱରଙ୍କ ବ୍ୟବସ୍ଥା ପ୍ରମାଣେ ଯିହୁଦା ଓ ଯିରୂଶାଲମର ତତ୍ତ୍ୱାନୁସନ୍ଧାନ କରିବାକୁ,


“ଏହେତୁ ହେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ, ହେ ଶଥର-ବୋଷଣୟ, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ସଙ୍ଗୀ ନଦୀ ସେପାରିସ୍ଥ ଅଫର୍ସଖୀୟମାନେ, ସେଠାରୁ ଦୂରରେ ଥାଅ;


ସେମାନଙ୍କ ମଧ୍ୟରୁ ଚବିଶ ହଜାର ଲୋକ ସଦାପ୍ରଭୁଙ୍କ ଗୃହର କାର୍ଯ୍ୟ ଚଳାଇବା ପାଇଁ ନିଯୁକ୍ତ ଥିଲେ; ଆଉ ଛଅ ହଜାର ଲୋକ କାର୍ଯ୍ୟଶାସକ ଓ ବିଚାରକର୍ତ୍ତା ଥିଲେ;


କେବଳ ସଦାପ୍ରଭୁ ତୁମ୍ଭକୁ ବୁଦ୍ଧି ଓ ବିବେଚନା ଦିଅନ୍ତୁ ଓ ଇସ୍ରାଏଲ ଉପରେ ତୁମ୍ଭକୁ ନିଯୁକ୍ତ କରନ୍ତୁ; ତାହାହେଲେ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବ୍ୟବସ୍ଥା ପାଳନ କରି ପାରିବ।


ଆଉ ସମଗ୍ର ଇସ୍ରାଏଲ ରାଜାଙ୍କର ଏହି ବିଚାରର ନିଷ୍ପତ୍ତି ବିଷୟ ଶୁଣି ରାଜାଙ୍କୁ ଭୟ କଲେ; କାରଣ, ସେମାନେ ଦେଖିଲେ ଯେ, ବିଚାର କରିବା ନିମନ୍ତେ ତାଙ୍କର ଅନ୍ତରରେ ପରମେଶ୍ୱର ଦତ୍ତ ଜ୍ଞାନ ଅଛି।


ତାହାଙ୍କୁ ଆମ୍ଭେମାନେ ପ୍ରଚାର କରୁଅଛୁ, ପୁଣି, ପ୍ରତ୍ୟେକ ଲୋକଙ୍କୁ ଚେତନା ଓ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଦେଉଅଛୁ, ଯେପରି ଆମ୍ଭେମାନେ ପ୍ରତ୍ୟେକ ଲୋକଙ୍କୁ ଖ୍ରୀଷ୍ଟଙ୍କ ସହଭାଗିତାରେ ସିଦ୍ଧ କରି ଉପସ୍ଥାପିତ କରିପାରୁ;


ତହିଁରେ ଫାରୋ ଆପଣା ଦାସମାନଙ୍କୁ କହିଲେ, “ଆମ୍ଭେମାନେ କି ଏହାଙ୍କ ପରି ପୁରୁଷ ଆଉ ପାଇ ପାରିବା? ଏହାଙ୍କଠାରେ ପରମେଶ୍ୱରଙ୍କ ଆତ୍ମା ଅଛନ୍ତି।”


ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ପରମେଶ୍ୱର ତୁମ୍ଭକୁ ଏସମସ୍ତ ଜଣାଇଛନ୍ତି, ଏଣୁ ତୁମ୍ଭ ପରି ବୁଦ୍ଧିମାନ ଓ ଜ୍ଞାନୀ କେହି ନାହିଁ;


ଏଥିରେ ଅଶୂରର ରାଜା ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ସେଠାରୁ ଯେଉଁ ଯାଜକମାନଙ୍କୁ ଆଣିଅଛ, ସେମାନଙ୍କ ମଧ୍ୟରୁ ଜଣକୁ ସେଠାକୁ ନେଇଯାଅ। ସେମାନେ ସେଠାକୁ ଯାଇ ବାସ କରନ୍ତୁ ଓ ସେହି ଯାଜକ ସେଦେଶୀୟ ଦେବତାର ରୀତି ଲୋକମାନଙ୍କୁ ଶିଖାଉ।”


ଉଠନ୍ତୁ, କାରଣ ଆପଣଙ୍କ ଉପରେ ଏହି କାର୍ଯ୍ୟର ଭାର ଅଛି ଓ ଆମ୍ଭେମାନେ ଆପଣଙ୍କର ସହକାରୀ ଅଛୁ; ସାହସିକ ହୋଇ ଏହି କାର୍ଯ୍ୟ କରନ୍ତୁ।”


Swiv nou:

Piblisite


Piblisite