Biblia Todo Logo
Bib sou entènèt

- Piblisite -




ଏଜ୍ରା 7:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଆଉ, ରାଜାର ଓ ତାହାର ମନ୍ତ୍ରୀଗଣର ଓ ରାଜାର ପରାକ୍ରାନ୍ତ ଅଧିପତି ସମସ୍ତଙ୍କ ସାକ୍ଷାତରେ ମୋʼ ପ୍ରତି ଦୟା ପ୍ରକାଶ କରିଅଛନ୍ତି, ସେ ଧନ୍ୟ ହେଉନ୍ତୁ। ଏହିରୂପେ ମୋʼ ପ୍ରତି ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ହସ୍ତର ସହାୟତା ପ୍ରମାଣେ ମୁଁ ସବଳ ହେଲି ଓ ମୋʼ ସଙ୍ଗେ ଯାତ୍ରା କରିବାକୁ ଇସ୍ରାଏଲ ମଧ୍ୟରୁ ପ୍ରଧାନ ଲୋକଙ୍କୁ ଏକତ୍ର କଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଆଉ, ରାଜାର ଓ ତାହାର ମନ୍ତ୍ରୀଗଣର ଓ ରାଜାର ପରାକ୍ରା; ଅଧିପତି ସମସ୍ତଙ୍କ ସାକ୍ଷାତରେ ମୋʼ ପ୍ରତି ଦୟା ପ୍ରକାଶ କରିଅଛନ୍ତି, ସେ ଧନ୍ୟ ହେଉନ୍ତୁ। ଏହିରୂପେ ମୋʼ ପ୍ରତି ସଦାପ୍ରଭୁ ମୋʼ ପରମେଶ୍ଵରଙ୍କ ହସ୍ତର ସହାୟତା ପ୍ରମାଣେ ମୁଁ ସବଳ ହେଲି ଓ ମୋʼ ସଙ୍ଗେ ଯାତ୍ରା କରିବାକୁ ଇସ୍ରାଏଲ ମଧ୍ୟରୁ ପ୍ରଧାନ ଲୋକଙ୍କୁ ଏକତ୍ର କଲି।

Gade chapit la Kopi

ଓଡିଆ ବାଇବେଲ

28 ଆଉ, ରାଜାର ଓ ତାହାର ମନ୍ତ୍ରୀଗଣର ଓ ରାଜାର ପରାକ୍ରାନ୍ତ ଅଧିପତି ସମସ୍ତଙ୍କ ସାକ୍ଷାତରେ ମୋ’ ପ୍ରତି ଦୟା ପ୍ରକାଶ କରିଅଛନ୍ତି, ସେ ଧନ୍ୟ ହେଉନ୍ତୁ। ଏହିରୂପେ ମୋ’ ପ୍ରତି ସଦାପ୍ରଭୁ ମୋ’ ପରମେଶ୍ୱରଙ୍କ ହସ୍ତର ସହାୟତା ପ୍ରମାଣେ ମୁଁ ସବଳ ହେଲି ଓ ମୋ’ ସଙ୍ଗେ ଯାତ୍ରା କରିବାକୁ ଇସ୍ରାଏଲ ମଧ୍ୟରୁ ପ୍ରଧାନ ଲୋକଙ୍କୁ ଏକତ୍ର କଲି।

Gade chapit la Kopi

ପବିତ୍ର ବାଇବଲ

28 ପୁଣି ସେ ରାଜାର ଓ ତାଙ୍କର ମନ୍ତ୍ରୀଗଣର ଓ ରାଜାଙ୍କର ପରାକ୍ରାନ୍ତ ଅଧିପତି ସମସ୍ତଙ୍କ ସାକ୍ଷାତରେ ମୋ’ ପ୍ରତି ଅଧିକ ଦୟା ପ୍ରକାଶ କରିଅଛନ୍ତି। ମୁଁ ଶକ୍ତିଶାଳୀ ହେଲି କାରଣ ସଦାପ୍ରଭୁ ପରମେଶ୍ୱରଙ୍କର ହସ୍ତ ମୋ’ ଉପରେ ଥିଲା। ଏହି ପ୍ରକାରେ ମୁଁ ଇସ୍ରାଏଲର ଲୋକମାନଙ୍କର ମୁଖ୍ୟମାନଙ୍କୁ ମୋ’ ସହିତ ଯିବା ପାଇଁ ଏକତ୍ରିତ କଲି।

Gade chapit la Kopi




ଏଜ୍ରା 7:28
15 Referans Kwoze  

କାରଣ ଆମ୍ଭେମାନେ ବନ୍ଦୀ ଲୋକ ଅଟୁ। ତଥାପି ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ପରିତ୍ୟାଗ କରି ନାହାନ୍ତି, ମାତ୍ର ଆମ୍ଭମାନଙ୍କୁ ଆଶ୍ୱାସ ଦେବା ପାଇଁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସ୍ଥାପନ କରିବା ପାଇଁ ଓ ତହିଁର ଭଗ୍ନ ସ୍ଥାନ ପୁନଃନିର୍ମାଣ କରିବା ପାଇଁ, ପୁଣି ଯିହୁଦା ଓ ଯିରୂଶାଲମରେ ଆମ୍ଭମାନଙ୍କୁ ଏକ ପ୍ରାଚୀର ଦେବା ପାଇଁ ସେ ପାରସ୍ୟ ରାଜାଗଣ ଦୃଷ୍ଟିରେ ଆମ୍ଭମାନଙ୍କ ପ୍ରତି ଦୟା ପ୍ରକାଶ କରିଅଛନ୍ତି।


ଆଉ, ମନ୍ଦିର-ସମ୍ପର୍କୀୟ ଦୁର୍ଗଦ୍ୱାର ଓ ନଗର-ପ୍ରାଚୀର ଓ ମୋହର ପ୍ରବେଶ ଗୃହ ନିମନ୍ତେ କଡ଼ି କରିବା ପାଇଁ ମୋତେ କାଷ୍ଠ ଦେବାକୁ ମହାରାଜଙ୍କ ବନରକ୍ଷକ ଆସଫ ନିକଟକୁ ଏକ ପତ୍ର ଦିଆଯାଉ।” ତହିଁରେ ମୋʼ ପ୍ରତି ମୋର ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ରାଜା ତାହା ମୋତେ ଦେଲେ।


ତହୁଁ ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେମାନେ ଇସ୍ରାଏଲର ପୌତ୍ର, ଲେବୀର ପୁତ୍ର ମହଲିର ସନ୍ତାନଗଣ ମଧ୍ୟରୁ ଏକ ଜଣ ପ୍ରବୀଣ ଲୋକକୁ; ପୁଣି, ଶେରେବୀୟ ଓ ତାହାର ପୁତ୍ର ଓ ଭ୍ରାତୃଗଣ ସମେତ ଅଠର ଜଣକୁ;


ମାତ୍ର ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ସେମାନଙ୍କ ପରମେଶ୍ୱରଙ୍କ ଦୃଷ୍ଟି ଥିବାରୁ ଦାରୀୟାବସ ନିକଟରେ ଏହି କଥା ଉପସ୍ଥିତ ନ ହେବା ଓ ପତ୍ର ଦ୍ୱାରା ସେହି ବିଷୟର ଉତ୍ତର ପୁନର୍ବାର ନ ଆସିବା ପର୍ଯ୍ୟନ୍ତ ଶତ୍ରୁମାନେ ସେମାନଙ୍କୁ ନିବୃତ୍ତ କଲେ ନାହିଁ।


ସେ କହିଲେ, “ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ ନାମରେ ବିଖ୍ୟାତ ହେବ; କାରଣ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।”


ପୁଣି, ରାଜାର ଓ ଅଧ୍ୟକ୍ଷମାନଙ୍କର ଆଜ୍ଞାନୁସାରେ ସେ ନୀନିବୀର ସର୍ବତ୍ର ଏହି କଥା ଘୋଷଣା ଓ ପ୍ରଚାର କରାଇଲା, ଯଥା, “ମନୁଷ୍ୟ କି ପଶୁ କିଅବା ଗୋମେଷାଦି ପଲ କେହି କିଛି ଆସ୍ୱାଦନ ନ କରୁ; ସେମାନେ ଭୋଜନ କି ଜଳ ପାନ ନ କରନ୍ତୁ;


ହେ ପ୍ରଭୋ, ବିନୟ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ଭୟ କରିବାକୁ ଆନନ୍ଦ କରନ୍ତି, ଏପରି ତୁମ୍ଭ ଦାସର ପ୍ରାର୍ଥନା ଓ ତୁମ୍ଭ ଦାସମାନଙ୍କ ପ୍ରାର୍ଥନା ପ୍ରତି ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ହେଉ; ଆଉ, ପ୍ରାର୍ଥନା କରୁଅଛି, ଆଜି ଆପଣା ଦାସର କାର୍ଯ୍ୟ ସିଦ୍ଧ କର, ପୁଣି ଏହି ବ୍ୟକ୍ତିର ଦୃଷ୍ଟିରେ ତାହାକୁ ଦୟାପ୍ରାପ୍ତ ହେବାକୁ ଦିଅ।” ଏସମୟରେ ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।


କାରଣ ତୁମ୍ଭ ହସ୍ତସ୍ଥିତ ତୁମ୍ଭ ପରମେଶ୍ୱରଙ୍କ ବ୍ୟବସ୍ଥା ପ୍ରମାଣେ ଯିହୁଦା ଓ ଯିରୂଶାଲମର ତତ୍ତ୍ୱାନୁସନ୍ଧାନ କରିବାକୁ,


କାରଣ, ସେ ପ୍ରଥମ ମାସର ପ୍ରଥମ ଦିନ ବାବିଲରୁ ଯାତ୍ରା ଆରମ୍ଭ କଲେ, ପୁଣି ତାଙ୍କ ପ୍ରତି ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେ ପଞ୍ଚମ ମାସର ପ୍ରଥମ ଦିନରେ ଯିରୂଶାଲମରେ ଉପସ୍ଥିତ ହେଲେ।


ଏହି ଏଜ୍ରା ବାବିଲରୁ ପ୍ରସ୍ଥାନ କଲେ; ସେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ପ୍ରଦତ୍ତ ମୋଶାଙ୍କ ବ୍ୟବସ୍ଥାରେ ନିପୁଣ ଅଧ୍ୟାପକ ଥିଲେ; ପୁଣି, ତାଙ୍କ ପ୍ରତି ତାଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ହସ୍ତର ସହାୟତା ପ୍ରମାଣେ ରାଜା ତାହାର ସମସ୍ତ ପ୍ରାର୍ଥିତ ବିଷୟ ତାହାଙ୍କୁ ପ୍ରଦାନ କଲେ।


ସର୍ବଶକ୍ତିମାନ ପରମେଶ୍ୱର ତୁମ୍ଭମାନଙ୍କୁ ସେହି ବ୍ୟକ୍ତି ନିକଟରେ ଏପରି ଅନୁଗ୍ରହପାତ୍ର କରନ୍ତୁ, ଯେପରି ସେ ତୁମ୍ଭମାନଙ୍କ ଅନ୍ୟ ଭାଇଙ୍କୁ ଓ ବିନ୍ୟାମୀନ୍‍କୁ ଛାଡ଼ିଦେବ। ମାତ୍ର ଯଦି ମୋତେ ପୁତ୍ରହୀନ ହେବାକୁ ହୁଏ, ତେବେ ପୁତ୍ରହୀନ ହେବି।”


ଅର୍ତ୍ତକ୍ଷସ୍ତ ରାଜାର ଅଧିକାର ସମୟରେ ଆପଣା ଆପଣା ପିତୃବଂଶର ଯେଉଁ ପ୍ରଧାନବର୍ଗ ଆମ୍ଭ ସଙ୍ଗେ ବାବିଲରୁ ଯାତ୍ରା କଲେ, ସେମାନଙ୍କର ବଂଶାବଳୀ ଏହି, ଯଥା,


ତାହା ପ୍ରତି କୃପା ପ୍ରକାଶ କରିବାକୁ କେହି ନ ଥାଉ, କିଅବା ତାହାର ପିତୃହୀନ ସନ୍ତାନଗଣକୁ କେହି ଦୟା କରିବାକୁ ନ ରହୁ।


ପୁଣି, ମୁଁ ଏମାନଙ୍କୁ ଅହବାଗାମିନୀ ନଦୀ ନିକଟରେ ଏକତ୍ର କଲି; ଆଉ, ସେଠାରେ ଆମ୍ଭେମାନେ ଛାଉଣି କରି ତିନି ଦିନ ରହିଲୁ; ଏଥିରେ ମୁଁ ଲୋକମାନଙ୍କୁ ଓ ଯାଜକମାନଙ୍କୁ ନିରୀକ୍ଷଣ କରି ଲେବୀର ସନ୍ତାନଗଣ ମଧ୍ୟରୁ କାହାକୁ ପାଇଲି ନାହିଁ।


Swiv nou:

Piblisite


Piblisite