Biblia Todo Logo
Bib sou entènèt

- Piblisite -




ଏଜ୍ରା 8:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କର ସାହାଯ୍ୟ କରଣାର୍ଥେ ରାଜାଙ୍କୁ ଏକ ଦଳ ସୈନ୍ୟ ଓ ଅଶ୍ୱାରୂଢ଼ ମାଗିବାକୁ ଆମ୍ଭର ଲଜ୍ଜାବୋଧ ହେଲା; “ଯେହେତୁ ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରନ୍ତି, ସେସମସ୍ତଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କ ପ୍ରତି ତାହାଙ୍କ ହସ୍ତର ସହାୟତା ଅଛି; ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତଙ୍କ ପ୍ରତିକୂଳରେ ତାହାଙ୍କର ପରାକ୍ରମ ଓ କୋପ ଅଛି।” ଏହି କଥା ଆମ୍ଭେମାନେ ରାଜାଙ୍କୁ କହିଥିଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କର ସାହାଯ୍ୟ-କରଣାର୍ଥେ ରାଜାଙ୍କୁ ଏକ ଦଳ ସୈନ୍ୟ ଓ ଅଶ୍ଵାରୂଢ଼ ମାଗିବାକୁ ଆମ୍ଭର ଲଜ୍ଜାବୋଧ ହେଲା; ଯେହେତୁ ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କର ଅନ୍ଵେଷଣ କରନ୍ତି, ସେସମସ୍ତଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କ ପ୍ରତି ତାହାଙ୍କ ହସ୍ତର ସହାୟତା ଅଛି; ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି , ସେସମସ୍ତଙ୍କ ପ୍ରତିକୂଳରେ ତାହାଙ୍କର ପରାକ୍ରମ ଓ କୋପ ଅଛି, ଏହି କଥା ଆମ୍ଭେମାନେ ରାଜାଙ୍କୁ କହିଥିଲୁ।

Gade chapit la Kopi

ଓଡିଆ ବାଇବେଲ

22 କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କର ସାହାଯ୍ୟ କରଣାର୍ଥେ ରାଜାଙ୍କୁ ଏକ ଦଳ ସୈନ୍ୟ ଓ ଅଶ୍ୱାରୂଢ଼ ମାଗିବାକୁ ଆମ୍ଭର ଲଜ୍ଜାବୋଧ ହେଲା; “ଯେହେତୁ ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରନ୍ତି, ସେସମସ୍ତଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କ ପ୍ରତି ତାହାଙ୍କ ହସ୍ତର ସହାୟତା ଅଛି; ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତଙ୍କ ପ୍ରତିକୂଳରେ ତାହାଙ୍କର ପରାକ୍ରମ ଓ କୋପ ଅଛି।” ଏହି କଥା ଆମ୍ଭେମାନେ ରାଜାଙ୍କୁ କହିଥିଲୁ।

Gade chapit la Kopi

ପବିତ୍ର ବାଇବଲ

22 କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ରାଜାଙ୍କୁ ଏକଦଳ ସୈନ୍ୟ ଓ ଅଶ୍ୱାରୋହୀ ମାଗିବାକୁ ମୁଁ ଲଜ୍ଜା ବୋଧ କଲି। ମୁଁ ରାଜାଙ୍କୁ ଏହି କଥା କହିଲି, ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କୁ ଭରସା କରନ୍ତି, “ସେମାନଙ୍କର ମଙ୍ଗଳ ପାଇଁ ସେମାନଙ୍କ ପ୍ରତି ତାଙ୍କର ସହାୟତା ଅଛି। ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି, ତାଙ୍କର ଶକ୍ତି ଓ କ୍ରୋଧ ସେମାନଙ୍କର ବିରୁଦ୍ଧରେ ଥାଏ।”

Gade chapit la Kopi




ଏଜ୍ରା 8:22
24 Referans Kwoze  

କାରଣ ଧାର୍ମିକମାନଙ୍କ ପ୍ରତି ପ୍ରଭୁଙ୍କ ଦୃଷ୍ଟି ଅଛି, ସେମାନଙ୍କ ବିନତି ପ୍ରତି ତାହାଙ୍କ କର୍ଣ୍ଣ ଉନ୍ମୁକ୍ତ ଅଟେ, କିନ୍ତୁ ପ୍ରଭୁଙ୍କର ମୁଖ ଦୁଷ୍କର୍ମକାରୀମାନଙ୍କ ପ୍ରତିକୂଳ।”


କାରଣ ସଦାପ୍ରଭୁଙ୍କ ପ୍ରତି ଯେଉଁମାନଙ୍କର ଅନ୍ତଃକରଣ ସିଦ୍ଧ ଥାଏ, ସେମାନଙ୍କ ସପକ୍ଷରେ ଆପଣାକୁ ବଳବାନ ଦେଖାଇବା ପାଇଁ ତାହାଙ୍କର ଚକ୍ଷୁ ପୃଥିବୀର ସର୍ବତ୍ର ଏଣେତେଣେ ଦୌଡ଼ଇ। ଏ ବିଷୟରେ ତୁମ୍ଭେ ଅଜ୍ଞାନର କାର୍ଯ୍ୟ କରିଅଛ; ଏଣୁ ଏହି ସମୟଠାରୁ ତୁମ୍ଭ ପ୍ରତି ଯୁଦ୍ଧ ଘଟିବ।”


ଯେଉଁମାନେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରନ୍ତି, ଯେଉଁ ପ୍ରାଣ ତାହାଙ୍କର ଅନ୍ୱେଷଣ କରେ, ତାହା ପ୍ରତି ସେ ମଙ୍ଗଳମୟ ଅଟନ୍ତି।


ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ୍, ତୁମ୍ଭେମାନେ ମୋʼ କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବାଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।


ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି; ପୁଣି, ତାହାଙ୍କର ଶରଣାଗତ କେହି ଦୋଷୀକୃତ ହେବେ ନାହିଁ।


ଯେଉଁମାନେ ଈଶ୍ବରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ବର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।


ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।


ପୁଣି, “ଆମ୍ଭର ଧାର୍ମିକ ବ୍ୟକ୍ତି ବିଶ୍ୱାସ ଦ୍ୱାରା ବଞ୍ଚିବ, କିନ୍ତୁ ଯଦି କେହି ପଶ୍ଚାତ୍‍ପଦ ହୁଏ, ତାହାହେଲେ ଆମ୍ଭର ଆତ୍ମା ତାହାଠାରେ ସନ୍ତୁଷ୍ଟ ନୁହେଁ।”


ଏହି ଏଜ୍ରା ବାବିଲରୁ ପ୍ରସ୍ଥାନ କଲେ; ସେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ପ୍ରଦତ୍ତ ମୋଶାଙ୍କ ବ୍ୟବସ୍ଥାରେ ନିପୁଣ ଅଧ୍ୟାପକ ଥିଲେ; ପୁଣି, ତାଙ୍କ ପ୍ରତି ତାଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ହସ୍ତର ସହାୟତା ପ୍ରମାଣେ ରାଜା ତାହାର ସମସ୍ତ ପ୍ରାର୍ଥିତ ବିଷୟ ତାହାଙ୍କୁ ପ୍ରଦାନ କଲେ।


ଆଉ, ରାଜାର ଓ ତାହାର ମନ୍ତ୍ରୀଗଣର ଓ ରାଜାର ପରାକ୍ରାନ୍ତ ଅଧିପତି ସମସ୍ତଙ୍କ ସାକ୍ଷାତରେ ମୋʼ ପ୍ରତି ଦୟା ପ୍ରକାଶ କରିଅଛନ୍ତି, ସେ ଧନ୍ୟ ହେଉନ୍ତୁ। ଏହିରୂପେ ମୋʼ ପ୍ରତି ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ହସ୍ତର ସହାୟତା ପ୍ରମାଣେ ମୁଁ ସବଳ ହେଲି ଓ ମୋʼ ସଙ୍ଗେ ଯାତ୍ରା କରିବାକୁ ଇସ୍ରାଏଲ ମଧ୍ୟରୁ ପ୍ରଧାନ ଲୋକଙ୍କୁ ଏକତ୍ର କଲି।


ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଅଛନ୍ତି, ତାହା ଯେବେ ତୁମ୍ଭେମାନେ ଲଙ୍ଘନ କରିବ ଓ ଯାଇ ଅନ୍ୟ ଦେବତାମାନଙ୍କର ସେବା କରିବ, ପୁଣି ସେମାନଙ୍କୁ ପ୍ରଣାମ କରିବ, ତେବେ ତୁମ୍ଭମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ଯେଉଁ ଉତ୍ତମ ଦେଶ ତୁମ୍ଭମାନଙ୍କୁ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ବିନଷ୍ଟ ହେବ।”


କାରଣ, ସେ ପ୍ରଥମ ମାସର ପ୍ରଥମ ଦିନ ବାବିଲରୁ ଯାତ୍ରା ଆରମ୍ଭ କଲେ, ପୁଣି ତାଙ୍କ ପ୍ରତି ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେ ପଞ୍ଚମ ମାସର ପ୍ରଥମ ଦିନରେ ଯିରୂଶାଲମରେ ଉପସ୍ଥିତ ହେଲେ।


ଯେଣୁ ଯଦି କୌଣସି ବିଷୟରେ ତୀତସଙ୍କ ନିକଟରେ ତୁମ୍ଭମାନଙ୍କ ସମ୍ବନ୍ଧରେ ମୁଁ ଦର୍ପ କରିଅଛି, ତେବେ ଲଜ୍ଜିତ ହୋଇ ନାହିଁ, ବରଂ ଯେପରି ଆମ୍ଭେମାନେ ସମସ୍ତ ବିଷୟରେ ତୁମ୍ଭମାନଙ୍କୁ ସତ୍ୟ କହିଥିଲୁ, ସେହିପରି ତୀତସଙ୍କ ସମ୍ମୁଖରେ ଆମ୍ଭମାନଙ୍କ ଦର୍ପ ମଧ୍ୟ ସତ୍ୟ ବୋଲି ଜଣାଯାଇଅଛି।


କିନ୍ତୁ ମୁଁ ଏହିସବୁ ବିଷୟ କିଛି ବ୍ୟବହାର କରି ନାହିଁ, ଆଉ ମୋʼ ପ୍ରତି ଯେ ଏହିପରି କରାଯିବ, ଏଥିପାଇଁ ମୁଁ ଏହିସବୁ ଲେଖୁ ନାହିଁ; କାରଣ କେହି ମୋହର ଏହି ଦର୍ପ ବ୍ୟର୍ଥ କରିବା ଅପେକ୍ଷା ବରଂ ମୋହର ମରିବା ଭଲ।


ତୁମ୍ଭ କ୍ରୋଧର ପ୍ରବଳତା ଓ ତୁମ୍ଭ ପ୍ରତି ଉପଯୁକ୍ତ ଭୟ ପ୍ରମାଣେ ତୁମ୍ଭର କୋପ କିଏ ବୁଝେ?


“ସଦାପ୍ରଭୁଙ୍କ ସମଗ୍ର ମଣ୍ଡଳୀ ଏରୂପ କହନ୍ତି, ‘ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେବା ନିମନ୍ତେ ଆପଣାମାନଙ୍କ ପାଇଁ ଏକ ଯଜ୍ଞବେଦି ନିର୍ମାଣ କରି ତୁମ୍ଭେମାନେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହୋଇ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ଏହି ଯେ ସତ୍ୟ-ଲଙ୍ଘନ କରିଅଛ, ଏ କʼଣ?


ଏଥିଉତ୍ତାରେ ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରିବା ନିମନ୍ତେ ପ୍ରଥମ ମାସର ଦ୍ୱାଦଶ ଦିନ ଅହବା ନଦୀ ନିକଟରୁ ପ୍ରସ୍ଥାନ କଲୁ; ଆମ୍ଭମାନଙ୍କ ପରମେଶ୍ୱରଙ୍କ ହସ୍ତ ଆମ୍ଭମାନଙ୍କର ସହାୟ ହେଲା, ଆଉ ପଥ ମଧ୍ୟରେ ସେ ଶତ୍ରୁ ଓ ଛକି ବସିବା ଲୋକ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କଲେ।


ଏହାପରେ ମୁଁ ନଦୀ ସେପାରିର ଦେଶାଧ୍ୟକ୍ଷମାନଙ୍କ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ରାଜାଙ୍କ ପତ୍ର ଦେଲି। ଆହୁରି, ରାଜା ମୋʼ ସଙ୍ଗେ ସେନାପତି ଓ ଅଶ୍ୱାରୋହୀମାନଙ୍କୁ ପଠାଇଥିଲେ।


ସେମାନେ ନତ ହୋଇ ପତିତ ହୋଇଅଛନ୍ତି; ମାତ୍ର ଆମ୍ଭେମାନେ ଉଠି ସଳଖ ଠିଆ ହେଉଅଛୁ।


Swiv nou:

Piblisite


Piblisite