ଏଜ୍ରା 8:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ପୁଣି, ମୁଁ ସେମାନଙ୍କୁ କହିଲି, “ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟ ଓ ପାତ୍ରସକଳ ମଧ୍ୟ ପବିତ୍ର ଅଟେ; ଆଉ, ଏହି ରୂପା ଓ ସୁନା ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ଉପହାର ଅଟେ। Gade chapit laପବିତ୍ର ବାଇବଲ (Re-edited) - (BSI)28 ପୁଣି, ମୁଁ ସେମାନଙ୍କୁ କହିଲି, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଓ ପାତ୍ରସବୁ ପବିତ୍ର; ଆଉ, ଏହି ରୂପା ଓ ସୁନା ତୁମ୍ଭମାନଙ୍କ ପିତୃଗଣର ପରମେଶ୍ଵର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ଵେଚ୍ଛାଦତ୍ତ ଉପହାର ଅଟେ। Gade chapit laଓଡିଆ ବାଇବେଲ28 ପୁଣି, ମୁଁ ସେମାନଙ୍କୁ କହିଲି, “ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟ ଓ ପାତ୍ରସକଳ ମଧ୍ୟ ପବିତ୍ର ଅଟେ; ଆଉ, ଏହି ରୂପା ଓ ସୁନା ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ଉପହାର ଅଟେ। Gade chapit laପବିତ୍ର ବାଇବଲ28 ଏବଂ ମୁଁ ବାର ଜଣ ଯାଜକମାନଙ୍କୁ କହିଲି, “ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଓ ପାତ୍ର ସବୁ ପବିତ୍ର; ଆଉ ଏହି ରୂପା ଓ ସୁନା ତୁମ୍ଭମାନଙ୍କ ସଦାପ୍ରଭୁ ପୂର୍ବପୁରୁଷମାନଙ୍କର ପରମେଶ୍ୱର ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ଉପହାର ଅଟେ। Gade chapit la |
ପୁଣି, ସେମାନେ କାର୍ଯ୍ୟ ସମାପ୍ତ କରନ୍ତେ, ରାଜାଙ୍କର ଓ ଯିହୋୟାଦାର ସମ୍ମୁଖକୁ ଅବଶିଷ୍ଟ ମୁଦ୍ରା ଆଣିଲେ, ତଦ୍ଦ୍ୱାରା ସଦାପ୍ରଭୁଙ୍କ ଗୃହ ନିମନ୍ତେ ନାନା ପାତ୍ର, ଅର୍ଥାତ୍, ପରିଚର୍ଯ୍ୟାର୍ଥକ ଓ ବଳିଦାନାର୍ଥକ ପାତ୍ର, ପୁଣି ଚାମଚ ଓ ସ୍ୱର୍ଣ୍ଣମୟ ଓ ରୌପ୍ୟମୟ ପାତ୍ର ନିର୍ମାଣ କରାଗଲା। ଆଉ, ସେମାନେ ଯିହୋୟାଦାର ଜୀବନଯାଏ ସଦାପ୍ରଭୁଙ୍କ ଗୃହରେ ନିତ୍ୟ ହୋମବଳି ଉତ୍ସର୍ଗ କଲେ।