Biblia Todo Logo
Bib sou entènèt

- Piblisite -




ଗାଲାତୀୟ 1:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ବା ଈଶ୍ବରଙ୍କର ପ୍ରିୟପାତ୍ର ହେବାକୁ ଯତ୍ନ କରୁଅଛି? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସ ହୁଅନ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ଵା ଈଶ୍ଵରଙ୍କର ପ୍ରିୟପାତ୍ର ହେବାକୁ ଯନି କରୁଅଛି? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସାାହୁଅନ୍ତି ନାହିଁ।

Gade chapit la Kopi

ଓଡିଆ ବାଇବେଲ

10 ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ବା ଈଶ୍ୱରଙ୍କର ପ୍ରିୟପାତ୍ର ହେବାକୁ ଯତ୍ନ କରୁଅଛି ? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି ? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସ ହୁଅନ୍ତି ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ଏହା ଶୁଣି ତୁମ୍ଭେମାନେ କ’ଣ ମନେ କରୁଛ ଯେ, ମୁଁ ମନୁଷ୍ୟମାନଙ୍କର ସମର୍ଥନ ଲାଭ କରିବା ପାଇଁ ଚେଷ୍ଟା କରୁଛି? ନା, କଦାପି ନୁହେଁ। ମୁଁ ଚାହେଁ କେବଳ ଈଶ୍ୱରଙ୍କ ସମର୍ଥନ। ମୁଁ କ’ଣ ଲୋକପ୍ରିୟ ହେବା ନିମନ୍ତେ ଇଚ୍ଛା କରୁଛି? ମୁଁ ଯଦି ଏ ପର୍ଯ୍ୟନ୍ତ ଲୋକପ୍ରିୟ ହେବାକୁ ଚେଷ୍ଟା କରୁଥାନ୍ତି, ତେବେ ମୁଁ ଆଜି ଖ୍ରୀଷ୍ଟଙ୍କର ସେବକ ହୋଇ ନ ଥାଆନ୍ତି।

Gade chapit la Kopi

ପବିତ୍ର ବାଇବଲ

10 ତୁମ୍ଭେମାନେ କ’ଣ ଭାବୁଛ ଯେ, ଲୋକେ ମୋତେ ଯେପରି ଗ୍ରହଣ ଓ ସମର୍ଥନ କରନ୍ତି ସେଥିପାଇଁ ମୁଁ ଚେଷ୍ଟା କରୁଛି? ନା! ଜଣେ ପରମେଶ୍ୱର ଅଛନ୍ତି, ମୁଁ କେବଳ ତାହାଙ୍କୁ ପ୍ରସନ୍ନ କରିବା ପାଇଁ ଚେଷ୍ଟା କରୁଛି। ମୁଁ ଯଦି ମଣିଷମାନଙ୍କୁ ପ୍ରସନ୍ନ କରିବା ପାଇଁ ଚେଷ୍ଟା କରୁଥା’ନ୍ତି, ତେବେ ଖ୍ରୀଷ୍ଟଙ୍କର ସେବକ ହୋଇ ନ ଥା’ନ୍ତି।

Gade chapit la Kopi




ଗାଲାତୀୟ 1:10
20 Referans Kwoze  

କିନ୍ତୁ ଆମ୍ଭମାନଙ୍କ ହସ୍ତରେ ସୁସମାଚାର ପ୍ରଚାରର ଭାର ସମର୍ପିତ ହେବା ନିମନ୍ତେ ଆମ୍ଭେମାନେ ଯେରୂପେ ଈଶ୍ବରଙ୍କ ଦ୍ୱାରା ଯୋଗ୍ୟ ଗଣିତ ହୋଇଅଛୁ, ସେହିରୂପେ ଆମ୍ଭେମାନେ ପ୍ରଚାର କରୁଅଛୁ; ଅତଏବ ଆମ୍ଭମାନଙ୍କ ହୃଦୟର ପରୀକ୍ଷକ ଯେ ଈଶ୍ବର, ବରଂ ଆମ୍ଭେମାନେ ମନୁଷ୍ୟକୁ ସନ୍ତୁଷ୍ଟ ନ କରି ଈଶ୍ବରଙ୍କୁ ସନ୍ତୁଷ୍ଟ କରିବା ଉଦ୍ଦେଶ୍ୟରେ ତାହା କରୁଅଛୁ।


କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ, ମନୁଷ୍ୟମାନଙ୍କର ଆଜ୍ଞା ଅପେକ୍ଷା ବରଂ ଈଶ୍ବରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ।


ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ ତାହା କର ନାହିଁ, କିନ୍ତୁ ଖ୍ରୀଷ୍ଟଙ୍କ ଦାସ ପରି ଅନ୍ତର ସହ ଈଶ୍ବରଙ୍କ ଇଚ୍ଛା ସାଧନ କର।


ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ବରଙ୍କର ଶତ୍ରୁତା, ଏହା କଅଣ ଜାଣ ନାହିଁ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଈଶ୍ବରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ।


ଆଉ, ସେମାନେ ହେରୋଦୀୟମାନଙ୍କ ସହିତ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିକଟକୁ କହି ପଠାଇଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଏବଂ ସତ୍ୟ ରୂପେ ଈଶ୍ବରଙ୍କ ମାର୍ଗ ଶିକ୍ଷା ଦିଅନ୍ତି ପୁଣି, କାହାରିକୁ ଭୟ କରନ୍ତି ନାହିଁ, କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ।


ହେ ଦାସମାନେ, ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ କର୍ମ ନ କରି ବରଂ ପ୍ରଭୁଙ୍କୁ ଭୟ କରି ହୃଦୟର ସରଳତାରେ ସବୁ ବିଷୟରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କ ଆଜ୍ଞାବହ ହୁଅ।


କିନ୍ତୁ ଅନ୍ତରରେ ଯେ ଯିହୁଦୀ, ସେ ଯିହୁଦୀ, ପୁଣି, ଆକ୍ଷରିକ ଭାବରେ ନୁହେଁ, ମାତ୍ର ଆତ୍ମିକ ଭାବରେ ହୃଦୟର ଯେ ସୁନ୍ନତ, ତାହା ପ୍ରକୃତ ସୁନ୍ନତ। ଏପରି ଲୋକ ମନୁଷ୍ୟମାନଙ୍କଠାରୁ ପ୍ରଶଂସା ପ୍ରାପ୍ତ ହୁଏ ନାହିଁ, କିନ୍ତୁ ଈଶ୍ବରଙ୍କଠାରୁ ପ୍ରାପ୍ତ ହୁଏ।


ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ପାପ କରେ ନାହିଁ, କାରଣ ଈଶ୍ବରଙ୍କ ବୀଜ ତାହାଠାରେ ରହେ, ଆଉ ସେ ଈଶ୍ବରଙ୍କଠାରୁ ଜାତ ହେବାରୁ ପାପ କରିପାରେ ନାହିଁ।


ଏପର୍ଯ୍ୟନ୍ତ ତୁମ୍ଭେମାନେ ଭାବୁଅଛ ଯେ, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ଦୋଷ କଟାଉଅଛୁ। ଈଶ୍ବରଙ୍କ ସାକ୍ଷାତରେ ଖ୍ରୀଷ୍ଟଙ୍କ ସେବକ ସ୍ୱରୂପେ ଆମ୍ଭେମାନେ କଥା କହୁଅଛୁ। କିନ୍ତୁ ହେ ପ୍ରିୟମାନେ, ସମସ୍ତ ବିଷୟ ତୁମ୍ଭମାନଙ୍କ ନିଷ୍ଠା ନିମନ୍ତେ କହୁଅଛୁ।


କିନ୍ତୁ ଯେଉଁମାନେ ସ୍ୱାର୍ଥପର, ପୁଣି, ସତ୍ୟର ଅନାଜ୍ଞାବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ।


ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ଦାସ ଓ ଆହୂତ ଜଣେ ପ୍ରେରିତ, ପୁଣି, ଈଶ୍ବର ଆପଣା ପୁତ୍ର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧରେ ନିଜର ଯେଉଁ ସୁସମାଚାର ଧର୍ମଶାସ୍ତ୍ରରେ ଆପଣା ଭାବବାଦୀମାନଙ୍କ ଦ୍ୱାରା ପୂର୍ବରେ ପ୍ରତିଜ୍ଞା କରିଥିଲେ, ସେହି ସୁସମାଚାର ନିମନ୍ତେ ପୃଥକୀକୃତ,


ଯେପରି ମୁଁ ମଧ୍ୟ ମୋହର ସ୍ୱାର୍ଥ ଚେଷ୍ଟା ନ କରି ଅନେକଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ମଙ୍ଗଳ ଚେଷ୍ଟା କରେ, ପୁଣି, ସବୁ ବିଷୟରେ ସମସ୍ତଙ୍କୁ ସନ୍ତୁଷ୍ଟ କରିବାକୁ ଯତ୍ନ କରେ।


ପୁଣି, ଏ କଥା ଯେବେ ଶାସନକର୍ତ୍ତାଙ୍କ କର୍ଣ୍ଣଗୋଚର ହୁଏ, ତାହାହେଲେ ଆମ୍ଭେମାନେ ତାହାଙ୍କୁ ବୁଝାଇ ତୁମ୍ଭମାନଙ୍କୁ ଚିନ୍ତାରୁ ମୁକ୍ତ କରିବା।


ସେହି ଦିନ ଶାଉଲଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ସଦାପ୍ରଭୁଙ୍କ ସମ୍ମୁଖରେ ଅଟକା ଯାଇଥିଲା; ତାହାର ନାମ ଇଦୋମୀୟ ଦୋୟେଗ୍‍, ସେ ଶାଉଲଙ୍କର ପଶୁପାଳକମାନଙ୍କ ମଧ୍ୟରେ ପ୍ରଧାନ ଥିଲା।


ସେତେବେଳେ ହେରୋଦ ସୋର ଓ ସୀଦୋନ ଲୋକଙ୍କ ଉପରେ ଭୟଙ୍କର ଅସନ୍ତୁଷ୍ଟ ଥିଲେ, ଆଉ ସେମାନେ ଏକମତ ହୋଇ ତାହାଙ୍କ ନିକଟକୁ ଆସିଲେ ଓ ରାଜାଙ୍କ ଶୟନାଗାରର ଅଧ୍ୟକ୍ଷ ବ୍ଲାସ୍ତଙ୍କୁ ଆପଣାମାନଙ୍କ ସପକ୍ଷ କରି ଶାନ୍ତି ପ୍ରାର୍ଥନା କରିବାକୁ ଲାଗିଲେ, କାରଣ ରାଜାଙ୍କ ଦେଶରୁ ସେମାନଙ୍କ ଦେଶକୁ ଖାଦ୍ୟସାମଗ୍ରୀ ଯାଉଥିଲା।


କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାର ନାହିଁ।


ପାଉଲ ଓ ତୀମଥି, ଖ୍ରୀଷ୍ଟ ଯୀଶୁଙ୍କର ଦୁଇ ଦାସ, ଫିଲିପ୍ପୀରେ ଥିବା ଖ୍ରୀଷ୍ଟ ଯୀଶୁଙ୍କ ଆଶ୍ରିତ ସମସ୍ତ ସାଧୁଙ୍କ ନିକଟକୁ ପୁଣି, ଅଧ୍ୟକ୍ଷ ଓ ସେବକମାନଙ୍କ ନିକଟକୁ ପତ୍ର;


Swiv nou:

Piblisite


Piblisite