Biblia Todo Logo
Bib sou entènèt

- Piblisite -




ଗାଲାତୀୟ 2:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କିନ୍ତୁ ଯେତେବେଳେ ମୁଁ ଦେଖିଲି ଯେ, ସେମାନେ ସୁସମାଚାରର ସତ୍ୟ ଅନୁଯାୟୀ ସରଳ ଭାବରେ ଆଚରଣ କରୁ ନାହାନ୍ତି, ସେତେବେଳେ ମୁଁ ସମସ୍ତଙ୍କ ସାକ୍ଷାତରେ କୈଫାଙ୍କୁ କହିଲି, ତୁମ୍ଭେ ଯିହୁଦୀ ହୋଇ ଯଦି ଯିହୁଦୀମାନଙ୍କ ପରି ବ୍ୟବହାର ନ କରି ଅଣଯିହୁଦୀମାନଙ୍କ ପରି ବ୍ୟବହାର କର, ତେବେ ତୁମ୍ଭେ କିପରି ଅଣଯିହୁଦୀମାନଙ୍କୁ ଯିହୁଦୀମାନଙ୍କ ପରି ବ୍ୟବହାର କରିବା ନିମନ୍ତେ ବାଧ୍ୟ କରୁଅଛ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 କିନ୍ତୁ ଯେତେବେଳେ ମୁଁ ଦେଖିଲି ଯେ, ସେମାନେ ସୁସମାଚାରର ସତ୍ୟ ଅନୁଯାୟୀ ସରଳ ଭାବରେ ଆଚରଣ କରୁ ନାହାନ୍ତି, ସେତେବେଳେ ମୁଁ ସମସ୍ତଙ୍କ ସାକ୍ଷାତରେ କେଫାଙ୍କୁ କହିଲି, ତୁମ୍ଭେ ଯିହୁଦୀ ହୋଇ ଯଦି ଯିହୁଦୀମାନଙ୍କ ପରି ବ୍ୟବହାର ନ କରି ବିଜାତିମାନଙ୍କ ପରି ବ୍ୟବହାର କର, ତେବେ ତୁମ୍ଭେ କିପରି ବିଜାତିମାନଙ୍କୁ ଯିହୁଦୀମାନଙ୍କ ପରି ବ୍ୟବହାର କରିବା ନିମନ୍ତେ ବାଧ୍ୟ କରୁଅଛ?

Gade chapit la Kopi

ଓଡିଆ ବାଇବେଲ

14 କିନ୍ତୁ ଯେତେବେଳେ ମୁଁ ଦେଖିଲି ଯେ, ସେମାନେ ସୁସମାଚାରର ସତ୍ୟ ଅନୁଯାୟୀ ସରଳ ଭାବରେ ଆଚରଣ କରୁ ନାହାଁନ୍ତି, ସେତେବେଳେ ମୁଁ ସମସ୍ତଙ୍କ ସାକ୍ଷାତରେ କୈଫାଙ୍କୁ କହିଲି, ତୁମ୍ଭେ ଯିହୂଦୀ ହୋଇ ଯଦି ଯିହୂଦୀମାନଙ୍କ ପରି ବ୍ୟବହାର ନ କରି ଅଣଯିହୂଦୀମାନଙ୍କ ପରି ବ୍ୟବହାର କର, ତେବେ ତୁମ୍ଭେ କିପରି ଅଣଯିହୂଦୀମାନଙ୍କୁ ଯିହୂଦୀମାନଙ୍କ ପରି ବ୍ୟବହାର କରିବା ନିମନ୍ତେ ବାଧ୍ୟ କରୁଅଛ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ମୁଁ ଯେତେବେଳେ ଦେଖିଲି ଯେ, ସୁସମାଚାରର ସତ୍ୟ ଅନୁଯାୟୀ ସେମାନେ ସରଳ ଆଚରଣ କରୁ ନାହାନ୍ତି, ମୁଁ ସେମାନଙ୍କ ସମ୍ମୁଖରେ ପିତରଙ୍କୁ କହିଥିଲି, “ଯଦି ତୁମେ ଇହୁଦୀ ହୋଇ ଅଣଇହୁଦୀମାନଙ୍କ ପରି ଜୀବନ ଯାପନ କରୁଛ, ତେବେ ଇହୁଦୀମାନଙ୍କ ପରି ଜୀବନ ଯାପନ କରିବାକୁ ତୁମେ ଅଣଇହୁଦୀମାନଙ୍କୁ କିପରି ବାଧ୍ୟ କରିପାରିବ?”

Gade chapit la Kopi

ପବିତ୍ର ବାଇବଲ

14 ଏହି ଯିହୂଦୀମାନେ ଯାହା ଯାହା କଲେ, ମୁଁ ଦେଖିଲି। ସେମାନେ ସୁସମାଗ୍ଭର ସତ୍ୟର ପାଳନ କରୁ ନ ଥିଲେ। ତେଣୁ ସମସ୍ତ ଅନ୍ୟ ଯିହୂଦୀମାନେ ଶୁଣି ପାରିବା ଭଳି ମୁଁ ପିତରଙ୍କୁ କହିଲି: “ପିତର! ତୁମ୍ଭେ ଜଣେ ଯିହୂଦୀ! କିନ୍ତୁ ତୁମ୍ଭେ ଜଣେ ଯିହୂଦୀଙ୍କ ଭଳି ଜୀବନଯାପନ କରୁ ନାହଁ। ତୁମ୍ଭେ ଅଣଯିହୂଦୀଙ୍କ ଭଳି ଜୀବନଯାପନ କରୁଛ। ଅତଏବ, ତୁମ୍ଭେ ଅଣଯିହୂଦୀମାନଙ୍କୁ, ଯିହୂଦୀଲୋକଙ୍କ ଭଳି ଜୀବନଯାପନ କରିବା ପାଇଁ କିପରି ବାଧ୍ୟ କରୁଛ?”

Gade chapit la Kopi




ଗାଲାତୀୟ 2:14
30 Referans Kwoze  

କିନ୍ତୁ ସୁସମାଚାରର ସତ୍ୟ ଯେପରି ତୁମ୍ଭମାନଙ୍କ ନିକଟରେ ସ୍ଥାୟୀ ହୋଇ ରହେ, ଏଥିପାଇଁ ଆମ୍ଭେମାନେ ଦଣ୍ଡେମାତ୍ର ଅଧୀନତା ସ୍ୱୀକାର କରି ସେମାନଙ୍କର ବଶବର୍ତ୍ତୀ ହୋଇ ନ ଥିଲୁ।


ଆଉ ସେ ସେମାନଙ୍କୁ କହିଲେ, କୌଣସି ଅଣଯିହୁଦୀ ସାଙ୍ଗରେ ମିଶିବା କିମ୍ବା ତାହା ପାଖକୁ ଯିବା ଯିହୁଦୀ ଲୋକ ପକ୍ଷରେ କିପରି ବିଧିସଙ୍ଗତ ନୁହେଁ, ତାହା ଆପଣମାନେ ଜାଣନ୍ତି; ତଥାପି କୌଣସି ଲୋକକୁ ଅପବିତ୍ର କି ଅଶୁଚି ବୋଲି ନ କହିବାକୁ ଈଶ୍ବର ମୋତେ ଦେଖାଇଅଛନ୍ତି।


ଯେଉଁମାନେ ନିରନ୍ତର ପାପ କରିଥାଆନ୍ତି, ସେମାନଙ୍କୁ ସମସ୍ତଙ୍କ ସାକ୍ଷାତରେ ଅନୁଯୋଗ କର, ଯେପରି ଅନ୍ୟମାନେ ମଧ୍ୟ ଭୟଭୀତ ହେବେ।


ଯେଉଁମାନେ ବାହ୍ୟ କ୍ରିୟାକର୍ମ ଦ୍ୱାରା ସୁଖ୍ୟାତି ପାଇବାକୁ ଇଚ୍ଛା କରନ୍ତି, ସେମାନେ ତୁମ୍ଭମାନଙ୍କୁ ସୁନ୍ନତ ହେବା ପାଇଁ ବାଧ୍ୟ କରନ୍ତି; ଖ୍ରୀଷ୍ଟଙ୍କ କ୍ରୁଶ ହେତୁ ସେମାନେ ଯେପରି ତାଡ଼ନା ଭୋଗ ନ କରନ୍ତି, କେବଳ ସେଥିନିମନ୍ତେ ତାହା କରନ୍ତି।


ସେ ସତ୍ ଲୋକଙ୍କ ନିମନ୍ତେ ତତ୍ତ୍ୱଜ୍ଞାନ ସଞ୍ଚୟ କରନ୍ତି, ସେ ସରଳାଚାରୀମାନଙ୍କର ଢାଲ ସ୍ୱରୂପ ଅଟନ୍ତି।


କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।


ପୁଣି, ଆପଣା ଆପଣା ପାଦ ନିମନ୍ତେ ସଳଖ ପଥ ପ୍ରସ୍ତୁତ କର ଯେପରି ଯାହା ଖଞ୍ଜ, ତାହା ଅଧିକ ବିକୃତ ନ ହୋଇ ବରଂ ସୁସ୍ଥ ହୁଏ।


ଏହି ସମସ୍ତ ଖାଦ୍ୟ, ପେୟ ଓ ବିବିଧପ୍ରକାର ଶୁଚିକ୍ରିୟା ସଂଶୋଧନର ସମୟ ପର୍ଯ୍ୟନ୍ତ ପାଳନୀୟ ଶାରୀରିକ ବିଧିବିଧାନମାତ୍ର।


ଆଉ, ଯେତେବେଳେ ସେମାନେ ମୋତେ ପ୍ରଦତ୍ତ ଅନୁଗ୍ରହ ବିଷୟ ବୁଝିଲେ, ସେତେବେଳେ ସ୍ତମ୍ଭ ସ୍ୱରୂପେ ଖ୍ୟାତ ଯାକୁବ, ପିତର ଓ ଯୋହନ ମୋତେ ଓ ବର୍ଣ୍ଣବ୍ବାଙ୍କୁ ସହଭାଗିତାର ଦକ୍ଷିଣ ହସ୍ତ ପ୍ରଦାନ କଲେ, ଯେପରି ଆମ୍ଭେମାନେ ଅଣଯିହୁଦୀମାନଙ୍କ ମଧ୍ୟରେ କାର୍ଯ୍ୟ କରୁ ଓ ସେମାନେ ସୁନ୍ନତିମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି;


ବରଂ ଅନ୍ୟ ପକ୍ଷରେ ଯେତେବେଳେ ସେମାନେ ଦେଖିଲେ ଯେ, ପିତରଙ୍କୁ ଯେପରି ସୁନ୍ନତିପ୍ରାପ୍ତ ଯିହୁଦୀମାନଙ୍କ ମଧ୍ୟରେ, ମୋତେ ସେହିପରି ଅସୁନ୍ନତିପ୍ରାପ୍ତ ଅଣଯିହୁଦୀମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରିବାର ଭାର ଅର୍ପିତ ହୋଇଅଛି,


ମୁଁ ଜାଣେ ଓ ପ୍ରଭୁ ଯୀଶୁଙ୍କଠାରେ ନିଶ୍ଚୟ ଜ୍ଞାନ କରେ ଯେ, କୌଣସି ବିଷୟ ନିଜେ ଅଶୁଚି ନୁହେଁ, କିନ୍ତୁ ଯେଉଁ ଜଣ କୌଣସି ପଦାର୍ଥକୁ ଅଶୁଚି ବୋଲି ଜ୍ଞାନ କରେ, କେବଳ ତାହାରି ପ୍ରତି ତାହା ଅଶୁଚି।


ଆମ୍ଭେମାନେ ଶୁଣିଅଛୁ ଯେ, ଆମ୍ଭେମାନେ ଯେଉଁ ଲୋକମାନଙ୍କୁ କୌଣସି ଆଜ୍ଞା ଦେଇ ନାହୁଁ, ଆମ୍ଭମାନଙ୍କ ମଧ୍ୟରୁ ଏପ୍ରକାର କେତେକ ଲୋକ କଥା ଦ୍ୱାରା ଆପଣମାନଙ୍କର ମନକୁ ଅସ୍ଥିର କରି ଆପଣମାନଙ୍କୁ ବିଚଳିତ କରିଅଛନ୍ତି;


ସରଳାଚାରୀ ନିର୍ଭୟରେ ଚାଲେ, ମାତ୍ର ବକ୍ରଗାମୀ ଜଣା ପଡ଼ିବ।


ଧାର୍ମିକ ଲୋକ ମୋତେ ପ୍ରହାର କରୁ, ତାହା ମୋʼ ପ୍ରତି ଦୟା ହେବ ଓ ସେ ମୋତେ ଅନୁଯୋଗ କରୁ, ତାହା ମସ୍ତକରେ ତୈଳ ସ୍ୱରୂପ ହେବ; ମୋʼ ମସ୍ତକ ତାହା ଅଗ୍ରାହ୍ୟ ନ କରୁ; ସେମାନଙ୍କର ନାନା ଦୁଷ୍ଟତା ସମୟରେ ମୋହର ପ୍ରାର୍ଥନା ଚଳୁଥିବ।


ପ୍ରକୃତରେ କି ତୁମ୍ଭେମାନେ ନୀରବ ହୋଇ ଧର୍ମନୀତି କହୁଅଛ? ହେ ମନୁଷ୍ୟ-ସନ୍ତାନଗଣ, ତୁମ୍ଭେମାନେ କି ନ୍ୟାୟରେ ବିଚାର କରୁଅଛ?


ଯେଉଁ ଜନ ସରଳାଚରଣ, ଧର୍ମକର୍ମ କରେ ଓ ଆପଣା ଅନ୍ତଃକରଣରେ ସତ୍ୟ କହେ।


ତୁମ୍ଭେ ମନେ ମନେ ଆପଣା ଭାଇକୁ ଘୃଣା କରିବ ନାହିଁ; ତୁମ୍ଭେ ନିତାନ୍ତ ଆପଣା ପ୍ରତିବାସୀକୁ ଅନୁଯୋଗ କରିବ, ତହିଁରେ ତୁମ୍ଭେ ତାହାର ଅପରାଧ ବୋହିବ ନାହିଁ।


ମାତ୍ର ମୋହର ସଙ୍ଗୀ ତୀତସ, ଯେ ଗ୍ରୀକ୍‍ ଲୋକ ଥିଲେ, ସେ ସୁଦ୍ଧା ସୁନ୍ନତ ହେବା ନିମନ୍ତେ ବାଧ୍ୟ କରାଯାଇ ନ ଥିଲେ;


ଏଥିମଧ୍ୟରେ କେତେକ ଲୋକ ଯିହୂଦିୟା ପ୍ରଦେଶରୁ ଆସି ଭାଇମାନଙ୍କୁ ଏହି ଶିକ୍ଷା ଦେବାକୁ ଲାଗିଲେ, ମୋଶାଙ୍କ ବିଧି ଅନୁସାରେ ତୁମ୍ଭମାନଙ୍କର ସୁନ୍ନତ ନ ହେଲେ ପରିତ୍ରାଣ ପାଇ ପାରିବ ନାହିଁ।


କିନ୍ତୁ ଫାରୂଶୀ-ଦଳର କେତେକ ଜଣ ଯେଉଁମାନେ ବିଶ୍ୱାସ କରୁଥିଲେ ଉଠି କହିଲେ, ଅଣଯିହୁଦୀ ଶିଷ୍ୟମାନଙ୍କୁ ସୁନ୍ନତ କରିବା ଓ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ସେମାନଙ୍କୁ ଆଜ୍ଞା ଦେବା ଆବଶ୍ୟକ।


ଖ୍ରୀଷ୍ଟଙ୍କ ଅନୁଗ୍ରହରେ ଯେ ତୁମ୍ଭମାନଙ୍କୁ ଆହ୍ୱାନ କଲେ, ତାହାଙ୍କଠାରୁ ତୁମ୍ଭେମାନେ ଯେ ଏତେ ଶୀଘ୍ର ବିମୁଖ ହୋଇ ଅନ୍ୟ ସୁସମାଚାର ପ୍ରତି ଅନୁରକ୍ତ ହେଉଅଛ, ଏଥିରେ ମୁଁ ଚମତ୍କୃତ ହେଉଅଛି;


ତାହା ପରେ ତିନି ବର୍ଷ ଉତ୍ତାରେ ମୁଁ ପିତରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଯିରୂଶାଲମ ସହରକୁ ଗଲି ଓ ତାହାଙ୍କ ସହିତ ପନ୍ଦର ଦିନ ରହିଲି।


ସେହି ଭରସା ବିଷୟରେ ତୁମ୍ଭେମାନେ ସୁସମାଚାରର ସତ୍ୟ ବାକ୍ୟ ଦ୍ୱାରା ପୂର୍ବେ ଶୁଣିଅଛ।


Swiv nou:

Piblisite


Piblisite