ଗାଲାତୀୟ 3:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖାଅଛି, “ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ।” Gade chapit laପବିତ୍ର ବାଇବଲ (Re-edited) - (BSI)10 କାରଣ ଯେତେ ଲୋକ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖା ଅଛି, “ଯେକେହି ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶାପଗ୍ରସ୍ତ।” Gade chapit laଓଡିଆ ବାଇବେଲ10 କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖା ଅଛି, "ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ ।'' Gade chapit laପବିତ୍ର ବାଇବଲ (CL) NT (BSI)10 ଯେଉଁମାନେ ବ୍ୟବସ୍ଥା ପାଳନ ଉପରେ ନିର୍ଭର କରନ୍ତି, ସେମାନେ ଅଭିଶାପର ଆଶଙ୍କା ମଧ୍ୟରେ ଜୀବନ ଯାପନ କରନ୍ତି। କାରଣ ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି, “ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଯାହା ସବୁ ଲେଖା ଯାଇଛି, ଯଦି କେହି ସମ୍ପୂର୍ଣ୍ଣଭାବେ ତାହା ପାଳନ ନ କରେ, ସେ ଈଶ୍ୱରଙ୍କ ଅଭିଶାପର ପାତ୍ର ହେବ।” Gade chapit laପବିତ୍ର ବାଇବଲ10 କିନ୍ତୁ ଯେଉଁମାନେ ବ୍ୟବସ୍ଥା ପାଳନ ଉପରେ ନିର୍ଭର କରନ୍ତି, ସେମାନେ ଅଭିଶାପଗ୍ରସ୍ତ। କାରଣ, ଯେପରି ବ୍ୟବସ୍ଥାମାନଙ୍କରେ ଲେଖାଅଛି: “ଯାହା ବ୍ୟବସ୍ଥାରେ ଲେଖାଅଛି ସେ ସବୁକୁ ପୂର୍ଣ୍ଣଭାବରେ ପାଳନ କରିବା ଉଚିତ୍, ନ ହେଲେ ସେ ଲୋକ ଅଭିଶାପଗ୍ରସ୍ତ ହେବ।” Gade chapit la |
ତଥାପି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ଜାଣି ଆମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ, ଯେପରି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ନ ହୋଇ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେଉ; କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ମନୁଷ୍ୟ ଧାର୍ମିକ ଗଣିତ ହେବ ନାହିଁ।