Biblia Todo Logo
Bib sou entènèt

- Piblisite -




ଗାଲାତୀୟ 3:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ମୋଶାଙ୍କ ବ୍ୟବସ୍ଥା ଦ୍ୱାରା କେହି ଯେ ଈଶ୍ବରଙ୍କ ସାକ୍ଷାତରେ ଧାର୍ମିକ ଗଣିତ ହୁଏ ନାହିଁ, ଏହା ତ ପବିତ୍ର ଶାସ୍ତ୍ରରେ ସ୍ପଷ୍ଟ, “କାରଣ ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ବ୍ୟବସ୍ଥା ଦ୍ଵାରା କେହି ଯେ ଈଶ୍ଵରଙ୍କ ସାକ୍ଷାତରେ ଧାର୍ମିକ ଗଣିତ ହୁଏ ନାହିଁ, ଏହା ତ ସ୍ପଷ୍ଟ, “କାରଣ ଧାର୍ମିକ ବିଶ୍ଵାସ ଦ୍ଵାରା ବଞ୍ଚିବ।”

Gade chapit la Kopi

ଓଡିଆ ବାଇବେଲ

11 ମୋଶାଙ୍କ ବ୍ୟବସ୍ଥା ଦ୍ୱାରା କେହି ଯେ ଈଶ୍ୱରଙ୍କ ସାକ୍ଷାତରେ ଧାର୍ମିକ ଗଣିତ ହୁଏ ନାହିଁ, ଏହା ତ ସ୍ପଷ୍ଟ, "କାରଣ ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ ।''

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ତେଣୁ ଏଥିରୁ ସ୍ପଷ୍ଟଭାବେ ଜଣାଯାଏ, ବ୍ୟବସ୍ଥା ଦ୍ୱାରା କୌଣସି ବ୍ୟକ୍ତି ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ହୋଇପାରେ ନାହିଁ, କାରଣ ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି, “ବିଶ୍ୱାସ ଦ୍ୱାରା ଈଶ୍ୱରଙ୍କ ନିକଟରେ ନିର୍ଦ୍ଦୋଷ ବିବେଚିତ ହେଉଥିବା ବ୍ୟକ୍ତି ହିଁ କେବଳ ବଞ୍ôଚବ।”

Gade chapit la Kopi

ପବିତ୍ର ବାଇବଲ

11 ଏଥିରୁ ସ୍ପଷ୍ଟ ଯେ, କୌଣସି ଲୋକ ବ୍ୟବସ୍ଥା ପାଳନ ଦ୍ୱାରା ପରମେଶ୍ୱରଙ୍କଠାରେ ଧାର୍ମିକ ବୋଲି ପ୍ରମାଣିତ ହୁଏ ନାହିଁ। କାରଣ ଶାସ୍ତ୍ର କହେ: “ବିଶ୍ୱାସକୁ ଆଧାର କରି ଧାର୍ମିକ ବ୍ୟକ୍ତି ସଦାକାଳ ପାଇଁ ଜୀବିତ ରହିବ।”

Gade chapit la Kopi




ଗାଲାତୀୟ 3:11
20 Referans Kwoze  

ଦେଖ, ତାହାର ପ୍ରାଣ ଗର୍ବରେ ଫୁଲିଅଛି, ତାହା ସରଳ ନୁହେଁ; ମାତ୍ର ଧାର୍ମିକ ଲୋକ ଆପଣା ବିଶ୍ୱାସ ଦ୍ୱାରା ବଞ୍ଚିବ।


ସେଥିରେ ତ ଈଶ୍ବରଦତ୍ତ ଧାର୍ମିକତା ପ୍ରକାଶିତ ହେଉଅଛି, ତାହା ବିଶ୍ୱାସମୂଳକ ଓ ବିଶ୍ୱାସଜନକ, ଯେପରି ଲେଖାଅଛି, “ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ।”


ପୁଣି, “ଆମ୍ଭର ଧାର୍ମିକ ବ୍ୟକ୍ତି ବିଶ୍ୱାସ ଦ୍ୱାରା ବଞ୍ଚିବ, କିନ୍ତୁ ଯଦି କେହି ପଶ୍ଚାତ୍‍ପଦ ହୁଏ, ତାହାହେଲେ ଆମ୍ଭର ଆତ୍ମା ତାହାଠାରେ ସନ୍ତୁଷ୍ଟ ନୁହେଁ।”


ତଥାପି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ଜାଣି ଆମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ, ଯେପରି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ନ ହୋଇ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେଉ; କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ମନୁଷ୍ୟ ଧାର୍ମିକ ଗଣିତ ହେବ ନାହିଁ।


ପାପ ନ କରି ସତ୍କର୍ମ କରେ, ଏପରି ଜଣେ ଧାର୍ମିକ ନିଶ୍ଚୟ ପୃଥିବୀରେ ନାହିଁ।


ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, “ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ସର୍ବବଂଶ ଓ ସର୍ବଜାତିମାନଙ୍କ ମଧ୍ୟରୁ ଈଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,


ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟ ଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି।


ଏହେତୁ ମୁଁ ଆପଣାକୁ ଘୃଣା କରୁଅଛି, ପୁଣି ଧୂଳି ଓ ଭସ୍ମରେ ବସି ଅନୁତାପ କରୁଅଛି।”


ଯେଣୁ ଆମ୍ଭେମାନେ ସମସ୍ତେ ଅନେକ ବିଷୟରେ ଝୁଣ୍ଟିପଡ଼ୁ। ଯଦି କେହି ବାକ୍ୟରେ ଝୁଣ୍ଟି ନ ପଡ଼େ, ତେବେ ସେ ସିଦ୍ଧ ପୁରୁଷ, ସମସ୍ତ ଶରୀରକୁ ମଧ୍ୟ ବଶରେ ରଖିବାକୁ ସମର୍ଥ।


କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ।


ତେବେ ମୁଁ କହିଲି, “ହାୟ ହାୟ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି!”


ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ? ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର।


“ଦେଖ, ମୁଁ ଅକିଞ୍ଚନା; ତୁମ୍ଭକୁ କି ଉତ୍ତର ଦେବି? ମୁଁ ନିଜ ମୁଖରେ ଆପଣା ହାତ ଦିଏ।


ସେ ତାହା ସଙ୍ଗେ ବାଦାନୁବାଦ କରିବାକୁ ଇଚ୍ଛା କଲେ, ମନୁଷ୍ୟ ତାହାଙ୍କୁ ସହସ୍ର କଥା ମଧ୍ୟରୁ ଗୋଟିକର ଉତ୍ତର ଦେଇ ପାରିବ ନାହିଁ।


ଯେବେ ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି, କାରଣ ଯେ ପାପ ନ କରେ, ଏପରି କୌଣସି ମନୁଷ୍ୟ ନାହିଁ, ଆଉ ତୁମ୍ଭେ ସେମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ସେମାନଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲେ ଯେବେ ଶତ୍ରୁଗଣ ସେମାନଙ୍କୁ ବନ୍ଦୀ କରି ଦୂରସ୍ଥ ଅବା ନିକଟସ୍ଥ ଶତ୍ରୁ ଦେଶକୁ ନେଇଯାʼନ୍ତି;


ନିଜ ଦାସକୁ ବିଚାରରେ ଆଣ ନାହିଁ; କାରଣ ତୁମ୍ଭ ଦୃଷ୍ଟିରେ କୌଣସି ଜୀବିତ ମନୁଷ୍ୟ ଧାର୍ମିକ ହୋଇ ପାରିବ ନାହିଁ।


ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି, ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ।


Swiv nou:

Piblisite


Piblisite