Biblia Todo Logo
Bib sou entènèt

- Piblisite -




ଗାଲାତୀୟ 3:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ମୁଁ ତୁମ୍ଭମାନଙ୍କଠାରୁ କେବଳ ଏହା ଜାଣିବାକୁ ଇଚ୍ଛା କରେ, ତୁମ୍ଭେମାନେ କଅଣ ମୋଶାଙ୍କ ବ୍ୟବସ୍ଥାର କର୍ମ ହେତୁ ନା ବିଶ୍ୱାସରେ ସୁସମାଚାର ଶୁଣିବା ହେତୁ ପବିତ୍ର ଆତ୍ମା ପାଇଥିଲ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ମୁଁ ତୁମ୍ଭମାନଙ୍କଠାରୁ କେବଳ ଏହା ଜାଣିବାକୁ ଇଚ୍ଛା କରେ, ତୁମ୍ଭେମାନେ କଅଣ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ନା ବିଶ୍ଵାସରେ ଶୁଣିବା ହେତୁ ଆତ୍ମା ପାଇଥିଲ?

Gade chapit la Kopi

ଓଡିଆ ବାଇବେଲ

2 ମୁଁ ତୁମ୍ଭମାନଙ୍କଠାରୁ କେବଳ ଏହା ଜାଣିବାକୁ ଇଚ୍ଛା କରେ, ତୁମ୍ଭେମାନେ କ'ଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ନା ବିଶ୍ୱାସରେ ଶୁଣିବା ହେତୁ ଆତ୍ମା ପାଇଥିଲ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ଗୋଟିଏ କଥା ମୋତେ କୁହ, ବ୍ୟବସ୍ଥା ପାଳନ କରିବା ଦ୍ୱାରା ତୁମ୍ଭେମାନେ ପବିତ୍ରଆତ୍ମାଙ୍କୁ ପାଇଛ, ନା, ସୁସମାଚାର ଶୁଣି ସେଥିରେ ବିଶ୍ୱାସ କରିବା ଦ୍ୱାରା?

Gade chapit la Kopi

ପବିତ୍ର ବାଇବଲ

2 ତୁମ୍ଭେମାନେ ମୋତେ ଗୋଟିଏ କଥା କୁହ: ତୁମ୍ଭେମାନେ ପବିତ୍ରଆତ୍ମାଙ୍କୁ କିପରି ଭାବେ ଗ୍ରହଣ କରିଥିଲ? କ’ଣ ତୁମ୍ଭେମାନେ ବ୍ୟବସ୍ଥା ପାଳନ କରି ଆତ୍ମାଙ୍କୁ ପାଇଥିଲ? ନା! ତୁମ୍ଭେମାନେ ସୁସମାଗ୍ଭର ଶୁଣି ଓ ବିଶ୍ୱାସ କରି ପବିତ୍ରଆତ୍ମାଙ୍କୁ ସ୍ୱୀକାର କରିଥିଲ।

Gade chapit la Kopi




ଗାଲାତୀୟ 3:2
19 Referans Kwoze  

ଏଥିପାଇଁ ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଅଭିଶପ୍ତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଭିଶାପରୁ ଆମ୍ଭମାନଙ୍କୁ ମୂଲ୍ୟ ଦେଇ ମୁକ୍ତ କଲେ; କାରଣ ଯେପରି ପବିତ୍ର ଶାସ୍ତ୍ରରେ ଲେଖାଅଛି, ଯେ କେହି ଖୁଣ୍ଟରେ ଟଙ୍ଗାଯାଏ, ସେ ଅଭିଶପ୍ତ।


ସର୍ବାନ୍ତର୍ଯ୍ୟାମୀ ଈଶ୍ବର ଆମ୍ଭମାନଙ୍କୁ ଯେପରି ପବିତ୍ର ଆତ୍ମା ଦାନ କରିଅଛନ୍ତି, ସେମାନଙ୍କୁ ମଧ୍ୟ ସେହିପରି ଦାନ କରି ସେମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି।


ଅତଏବ, ଯେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଦାନ କରନ୍ତି, ଆଉ ତୁମ୍ଭମାନଙ୍କ ମଧ୍ୟରେ ମହତର କାର୍ଯ୍ୟ ସାଧନ କରନ୍ତି, ସେ କି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ତାହା କରନ୍ତି ନା ବିଶ୍ୱାସରେ ସୁସମାଚାର ଶୁଣିବା ହେତୁ କରନ୍ତି?


ସେ ସମ୍ବନ୍ଧରେ ଈଶ୍ବର ମଧ୍ୟ ଆପଣା ଇଚ୍ଛାନୁସାରେ ନାନା ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ବିବିଧ ଶକ୍ତିର କାର୍ଯ୍ୟ ଓ ପବିତ୍ର ଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ସାକ୍ଷ୍ୟ ଦେଇଅଛନ୍ତି।


ସେମାନେ ଯାଇ, ସେହି ଲୋକମାନେ ଯେପରି ପବିତ୍ର ଆତ୍ମା ପ୍ରାପ୍ତ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ପାଇଁ ପ୍ରାର୍ଥନା କଲେ,


ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ “ମନ-ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ।


କାରଣ ଯେଉଁମାନେ ଥରେ ଆଲୋକ ପ୍ରାପ୍ତ କରିଅଛନ୍ତି, ସ୍ୱର୍ଗୀୟ ଦାନର ଆସ୍ୱାଦ ପାଇଅଛନ୍ତି, ପବିତ୍ର ଆତ୍ମାଙ୍କର ସହଭାଗୀ ହୋଇଅଛନ୍ତି,


ସେଥିରେ ତ ଈଶ୍ବରଦତ୍ତ ଧାର୍ମିକତା ପ୍ରକାଶିତ ହେଉଅଛି, ତାହା ବିଶ୍ୱାସମୂଳକ ଓ ବିଶ୍ୱାସଜନକ, ଯେପରି ଲେଖାଅଛି, “ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ।”


ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ମଧ୍ୟ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି।


କାରଣ ଯେଉଁ ଯୀଶୁଙ୍କୁ ଆମ୍ଭେମାନେ ପ୍ରଚାର କଲୁ ନାହିଁ, ଏପରି ଅନ୍ୟ ଯୀଶୁଙ୍କୁ ଯଦି କେହି ଆସି ପ୍ରଚାର କରେ, ବା ଯେଉଁ ଆତ୍ମା ତୁମ୍ଭେମାନେ ପ୍ରାପ୍ତ ହେଲ ନାହିଁ, ଏପରି ଅନ୍ୟ ଏକ ଆତ୍ମା ପ୍ରାପ୍ତ ହୁଅ, ଅବା ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କଲ ନାହିଁ, ଏପରି ଅନ୍ୟ ଏକ ସୁସମାଚାର ପ୍ରାପ୍ତ ହୁଅ, ତାହାହେଲେ ତୁମ୍ଭେମାନେ ତ ବଡ଼ ସହିଷ୍ଣୁ।


ଯେପରି ମୁଁ ମୋଶାଙ୍କ ବ୍ୟବସ୍ଥାବିହୀନ ଲୋକମାନଙ୍କୁ ଲାଭ କରିପାରେ, ଏଥିପାଇଁ ମୁଁ ଈଶ୍ବରଙ୍କ ବ୍ୟବସ୍ଥାବିହୀନ ନ ହୋଇ ଏବଂ ଖ୍ରୀଷ୍ଟଙ୍କ ବ୍ୟବସ୍ଥାର ଅନୁଗତ ହେଲେ ହେଁ ମୋଶାଙ୍କ ବ୍ୟବସ୍ଥାବିହୀନ ଲୋକମାନଙ୍କ ନିକଟରେ ମୋଶାଙ୍କ ବ୍ୟବସ୍ଥାବିହୀନ ପରି ହେଲି।


ତୁମ୍ଭେମାନେ କଅଣ ଏପରି ନିର୍ବୋଧ? ପବିତ୍ର ଆତ୍ମାରେ ଆରମ୍ଭ କରି ତୁମ୍ଭେମାନେ କି ଏବେ ଶରୀରରେ ସିଦ୍ଧ ହେବାକୁ ଯାଉଅଛ?


କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ମଧ୍ୟ ସେହିପରି ସୁସମାଚାର ପ୍ରଚାରିତ ହୋଇଅଛି, କିନ୍ତୁ ଶ୍ରୋତାମାନେ ବିଶ୍ୱାସ ଦ୍ୱାରା ଶୁଣିଥିବା ବାକ୍ୟ ନିଜସ୍ୱ ନ କରିବାରୁ ତାହା ସେମାନଙ୍କ ପକ୍ଷରେ ଲାଭଜନକ ହେଲା ନାହିଁ।


Swiv nou:

Piblisite


Piblisite