Biblia Todo Logo
Bib sou entènèt

- Piblisite -




ଗାଲାତୀୟ 3:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 କିନ୍ତୁ ଯେପରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ପ୍ରତିଜ୍ଞା ବିଶ୍ୱାସ କରୁଥିବା ଲୋକମାନଙ୍କୁ ଦିଆଯାଏ, ଏଥିପାଇଁ ଧର୍ମଶାସ୍ତ୍ର ସମସ୍ତ ବିଷୟକୁ ପାପର ଅଧୀନ ବୋଲି ଗଣନା କରିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 କିନ୍ତୁ ଯେପରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ ହେତୁ ପ୍ରତିଜ୍ଞା ବିଶ୍ଵାସ କରୁଥିବା ଲୋକମାନଙ୍କୁ ଦିଆଯାଏ, ଏଥିପାଇଁ ଧର୍ମଶାସ୍ତ୍ର ସମସ୍ତ ବିଷୟକୁ ପାପର ଅଧୀନ ବୋଲି ଗଣନା କରିଅଛି।

Gade chapit la Kopi

ଓଡିଆ ବାଇବେଲ

22 କିନ୍ତୁ ଯେପରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ପ୍ରତିଜ୍ଞା ବିଶ୍ୱାସ କରୁଥିବା ଲୋକମାନଙ୍କୁ ଦିଆଯାଏ, ଏଥିପାଇଁ ଧର୍ମଶାସ୍ତ୍ର ସମସ୍ତ ବିଷୟକୁ ପାପର ଅଧିନ ବୋଲି ଗଣନା କରିଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 କିନ୍ତୁ ଧର୍ମଶାସ୍ତ୍ରରେ ଉଲ୍ଲିଖିତ ଅଛି, ସମଗ୍ର ମାନବ ଜାତି ପାପ ଶକ୍ତିର ଅଧୀନ, ତେଣୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସର ଫଳ ସ୍ୱରୂପ ପ୍ରତିଜ୍ଞାତ ଆଶୀର୍ବାଦ ଖ୍ରୀଷ୍ଟବିଶ୍ୱାସୀମାନେ ପାଇବେ।

Gade chapit la Kopi

ପବିତ୍ର ବାଇବଲ

22 କିନ୍ତୁ ଏହା ସତ୍ୟ ନୁହେଁ। ଶାସ୍ତ୍ର ଘୋଷଣା କରେ ଯେ, ସବୁ ଲୋକ ପାପର ଅଧୀନ ଅଟନ୍ତି। ଏଭଳି ଘୋଷଣାର ଉଦ୍ଦେଶ୍ୟ ହେଲା ଯେ, ବିଶ୍ୱାସ ମାଧ୍ୟମରେ ଲୋକମାନଙ୍କୁ ପ୍ରତିଶୃତି ଦିଆଯିବ। ଯେଉଁମାନେ ଯୀଶୁ ଖ୍ରୀଷ୍ଟଙ୍କୁ ବିଶ୍ୱାସ କରନ୍ତି, ସେହି ଲୋକମାନଙ୍କୁ ପ୍ରତିଶୃତି ଦିଆଯିବ।

Gade chapit la Kopi




ଗାଲାତୀୟ 3:22
31 Referans Kwoze  

କାରଣ ସମସ୍ତଙ୍କୁ ଦୟା କରିବା ନିମନ୍ତେ ଈଶ୍ବର ସମସ୍ତଙ୍କୁ ଅନାଜ୍ଞାବହତାରେ ସମର୍ପଣ କରିଅଛନ୍ତି।


ଆଉ ଏହି କାରଣରୁ ସେ ନୂତନ ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ଯେପରି ପ୍ରଥମ ନିୟମକାଳୀନ ଅପରାଧ ମାର୍ଜନାର୍ଥେ ମୃତ୍ୟୁଭୋଗ କରିଯାଇଥିବାରୁ ଈଶ୍ବରଙ୍କ ଆହୂତ ଲୋକମାନେ ଅନନ୍ତ ଅଧିକାର ସମ୍ବନ୍ଧୀୟ ପ୍ରତିଜ୍ଞାର ଫଳପ୍ରାପ୍ତ ହୁଅନ୍ତି।


ମାତ୍ର ସେହି ବିଶ୍ୱାସ ଆସିବା ପୂର୍ବେ, ପ୍ରକାଶିତ ହେବାକୁ ଯାଉଥିବା ସେହି ବିଶ୍ୱାସ ପ୍ରାପ୍ତି ଉଦ୍ଦେଶ୍ୟରେ, ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନରେ ବନ୍ଦୀ ହୋଇ ରକ୍ଷିତ ହେଉଥିଲୁ।


ଆଉ ସେ ଆମ୍ଭମାନଙ୍କୁ ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ଅନନ୍ତ ଜୀବନ।


ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ବରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ।


ଯେ କେହି ମୋʼ ଠାରେ ବିଶ୍ୱାସ କରେ, ସେ ଯେପରି ଅନ୍ଧକାରରେ ବାସ ନ କରେ, ଏଥିପାଇଁ ମୁଁ ଜଗତକୁ ଜ୍ୟୋତିଃ ହୋଇ ଆସିଅଛି।


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି।


ନିଜ ଦାସକୁ ବିଚାରରେ ଆଣ ନାହିଁ; କାରଣ ତୁମ୍ଭ ଦୃଷ୍ଟିରେ କୌଣସି ଜୀବିତ ମନୁଷ୍ୟ ଧାର୍ମିକ ହୋଇ ପାରିବ ନାହିଁ।


ଆମ୍ଭେମାନେ ତାହାଙ୍କ ପ୍ରତିଜ୍ଞାନୁସାରେ ଗୋଟିଏ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀର ଅପେକ୍ଷାରେ ଅଛୁ, ଯାହା ଧାର୍ମିକତାର ଆବାସସ୍ଥଳ ହେବ।


ସେ ଆମ୍ଭମାନଙ୍କୁ ବହୁମୂଲ୍ୟ ଓ ଅତି ମହତ‍ ପ୍ରତିଜ୍ଞାମାନ ଦାନ କରିଅଛନ୍ତି, ଯେପରି ସେହିସବୁ ଦ୍ୱାରା ତୁମ୍ଭେମାନେ କୁଅଭିଳାଷରୁ ଜାତ ଯେଉଁ ବିନାଶ ଜଗତରେ ଅଛି, ସେଥିରୁ ରକ୍ଷା ପାଇ ଐଶ୍ବରୀୟ ସ୍ୱଭାବର ସହଭାଗୀ ହୁଅ।


ପାଉଲ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଜୀବନ ସମ୍ବନ୍ଧୀୟ ପ୍ରତିଜ୍ଞା ଅନୁସାରେ ଈଶ୍ବରଙ୍କ ଇଚ୍ଛା ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ,


ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ।


ଯେଣୁ ତୁମ୍ଭେ ଯଦି ମୁଖରେ ଯୀଶୁଙ୍କୁ ପ୍ରଭୁ ବୋଲି ସ୍ୱୀକାର କରିବ, ଆଉ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି ବୋଲି ହୃଦୟରେ ବିଶ୍ୱାସ କରିବ, ତେବେ ପରିତ୍ରାଣ ପ୍ରାପ୍ତ ହେବ;


ଅତଏବ, ଯେପରି ଜଣେ ଲୋକ ଦ୍ୱାରା ପାପ ଓ ପାପ ଦ୍ୱାରା ମୃତ୍ୟୁ ଜଗତରେ ପ୍ରବେଶ କଲା, ଆଉ ସେହି ପ୍ରକାରେ ମୃତ୍ୟୁ ସମସ୍ତ ଲୋକଙ୍କ ପ୍ରତି ଘଟିଲା, ଯେଣୁ ସମସ୍ତେ ତ ପାପ କଲେ।


ସମସ୍ତେ ତ ପାପ କରିଅଛନ୍ତି, ପୁଣି, ଈଶ୍ବରଙ୍କ ଗୌରବରହିତ ହୋଇଅଛନ୍ତି,


ସେମାନେ କହିଲେ, ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କର, ତାହାହେଲେ ତୁମ୍ଭେ ଏବଂ ତୁମ୍ଭ ସପରିବାର ପରିତ୍ରାଣ ପାଇବ।


କିନ୍ତୁ ତୁମ୍ଭେମାନେ ଯେପରି ବିଶ୍ୱାସ କର ଯେ, ଯୀଶୁ ଈଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ଅଟନ୍ତି, ପୁଣି, ବିଶ୍ୱାସ କରି ଯେପରି ତୁମ୍ଭେମାନେ ତାହାଙ୍କ ନାମରେ ଜୀବନ ପ୍ରାପ୍ତ ହୁଅ, ଏଥିନିମନ୍ତେ ଏସମସ୍ତ ଲେଖାଯାଇଅଛି।


କାରଣ ଯେ କେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେପରି ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି।


ମୋହର ଭାବ ଏହି, ଯେଉଁ ନିୟମ ଈଶ୍ବରଙ୍କ କର୍ତ୍ତୃକ ପୂର୍ବରୁ ସ୍ଥିରୀକୃତ ହୋଇଥିଲା, ଚାରି ଶହ ତିରିଶ ବର୍ଷ ପରେ ଦିଆଯାଇଥିବା ମୋଶାଙ୍କ ବ୍ୟବସ୍ଥା ତାହା ବ୍ୟର୍ଥ କରେ ନାହିଁ, ଯେପରି ତଦ୍ୱାରା ପ୍ରତିଜ୍ଞା ନିଷ୍ଫଳ କରାଯାଏ।


ଏଥିପାଇଁ ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଅଭିଶପ୍ତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଭିଶାପରୁ ଆମ୍ଭମାନଙ୍କୁ ମୂଲ୍ୟ ଦେଇ ମୁକ୍ତ କଲେ; କାରଣ ଯେପରି ପବିତ୍ର ଶାସ୍ତ୍ରରେ ଲେଖାଅଛି, ଯେ କେହି ଖୁଣ୍ଟରେ ଟଙ୍ଗାଯାଏ, ସେ ଅଭିଶପ୍ତ।


ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ।


ଅର୍ଥାତ୍‍, ଈଶ୍ବରଙ୍କର ଯେଉଁ ଧାର୍ମିକତା ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ସମସ୍ତ ବିଶ୍ୱାସୀଙ୍କ ପ୍ରତି ବର୍ତ୍ତେ, କାରଣ କୌଣସି ପ୍ରଭେଦ ନାହିଁ,


Swiv nou:

Piblisite


Piblisite